Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 15:32 - ପବିତ୍ର ବାଇବଲ

32 କିନ୍ତୁ ତୋର ଏ ଭାଇ ମରିଯାଇଥିଲା। ଏବେ ସେ ପୁଣି ଜୀବନ ପାଇଲା। ସେ ହଜି ଯାଇଥିଲା, ଏବେ ସେ ମିଳିଲା। ସେଥିପାଇଁ ଆମ୍ଭେ ଖୁସୀ ହେବା ଓ ଭୋଜି କରିବା ଉଚିତ୍।’”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

32 କିନ୍ତୁ ଏହି ଯେ ତୋହର ଭାଇଟି ମୃତ ହୋଇଥିଲା, ପୁନର୍ବାର ବଞ୍ଚିଲା, ହଜିଯାଇଥିଲା, ଆଉ ମିଳିଲା, ସେହି ହେତୁରୁ ଉତ୍ସବ ଓ ଆନନ୍ଦ କରିବା ଉଚିତ ଥିଲା।

Gade chapit la Kopi

ଓଡିଆ ବାଇବେଲ

32 କିନ୍ତୁ ଏହି ଯେ ତୋହର ଭାଇଟି ମରିଥିଲା, ପୁନର୍ବାର ବଞ୍ଚିଲା, ହଜିଯାଇଥିଲା, ଆଉ ମିଳିଲା, ସେହି ହେତୁରୁ ଉତ୍ସବ ଓ ଆନନ୍ଦ କରିବା ଉଚିତ ଥିଲା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

32 ତୋ’ ଭାଇଟି ମରି ଯାଇଥିଲା, କିନ୍ତୁ ଏବେ ବଞ୍ଚିଲା। ସେ ହଜି ଯାଇଥିଲା, ଏବେ ମିଳିଲା। ଏଥିପାଇଁ ଆମେ ଆନନ୍ଦ ଉତ୍ସବ କରୁଛୁ’।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

32 କିନ୍ତୁ ଏହି ଯେ ତୋହର ଭାଇଟି ମୃତ ହୋଇଥିଲା, ପୁନର୍ବାର ବଞ୍ଚିଲା, ହଜିଯାଇଥିଲା, ଆଉ ମିଳିଲା, ସେହି ହେତୁରୁ ଉତ୍ସବ ଓ ଆନନ୍ଦ କରିବା ଉଚିତ୍ ଥିଲା।”

Gade chapit la Kopi




ଲୂକ ଲିଖିତ ସୁସମାଚାର 15:32
13 Referans Kwoze  

ମୋର ପୁଅ ମରି ଯାଇଥିଲା। ବର୍ତ୍ତମାନ ସେ ପୁଣି ବଞ୍ଚି ଉଠିଛି। ସେ ହଜି ଯାଇଥିଲା। ଏବେ ମିଳି ଯାଇଛି।’ ତେଣୁ ସେମାନେ ଭୋଜିର ଆୟୋଜନ କଲେ।


ପୁଣି ପରମେଶ୍ୱରଙ୍କ ନିସ୍ତାରିତ ଲୋକମାନେ ଫେରି ଆସିବେ। ସେମାନେ ଆନନ୍ଦରେ ଗାନ କରି କରି ସିୟୋନରେ ଉପସ୍ଥିତ ହେବେ। ଚିରନ୍ତନ ଆନନ୍ଦ ସେମାନଙ୍କର ମସ୍ତକର ଭୂଷଣ ହେବ। ସେମାନେ ସମ୍ପୂର୍ଣ୍ଣ ଆନନ୍ଦ ଓ ଆହ୍ଲାଦ ଲାଭ କରିବେ। ପୁଣି ଶୋକ ଓ ଆର୍ତ୍ତସ୍ୱର ଦୂରକୁ ପଳାଇଯିବ।


ଆଉ ମୋତେ ଆନନ୍ଦ ପ୍ରଦାନ କରିବା ପରି ସମ୍ବାଦ ଦିଅ। ତୁମ୍ଭ ଦ୍ୱାରା ଭଗ୍ନ ଅସ୍ଥିସବୁ ଆନନ୍ଦରେ ପ୍ରଫୁଲ୍ଲିତ ହେବ।


କେବେ ନୁହେଁ। ଯଦି ପ୍ରତ୍ୟେକ ଲୋକ ଅସତ୍ ହୁଅନ୍ତି, ତେବେ ମଧ୍ୟ ପରମେଶ୍ୱର ସତ୍ୟ ହୋଇ ରହିବେ। ଶାସ୍ତ୍ରରେ ଲେଖା ଅଛି ଯେ: “ତୁମ୍ଭେ ତୁମ୍ଭର କରୁଥିବା ବିଷୟ ଦ୍ୱାରା ଧାର୍ମିକ ବୋଲି ପ୍ରମାଣିତ ହେବ ଓ ନ୍ୟାୟବିଗ୍ଭର ହେଲାବେଳେ ତୁମ୍ଭେ ବିଜୟଲାଭ କରିବ।”


ଜଣେ ଜ୍ଞାନୀ ବ୍ୟକ୍ତି ଏହି ଜିନିଷଗୁଡ଼ିକୁ ବୁଝେ। ଜଣେ କର୍ମଠ ବ୍ୟକ୍ତି ଏହିସବୁ ଜିନିଷଗୁଡ଼ିକୁ ଶିକ୍ଷା କରିବା ଉଚିତ୍। ସଦାପ୍ରଭୁଙ୍କ ମାର୍ଗ ସର୍ବଦା ଠିକ୍। ଉତ୍ତମଲୋକ ସେହି ମାର୍ଗ ଦ୍ୱାରା ବଞ୍ଚିବେ ଓ ପାପୀମାନେ ତା’ ଦ୍ୱାରା ମୃତ୍ୟୁବରଣ କରିବେ।


ବ୍ୟବସ୍ଥାରେ ଯେଉଁ କଥାଗୁଡ଼ିକ କୁହାଯାଇଛି, ତାହା ବ୍ୟବସ୍ଥାଧୀନ ରହିଥିବା ଲୋକଙ୍କ ପାଇଁ ପ୍ରୟୋଜନ। ଏହି ବ୍ୟବସ୍ଥାଗୁଡ଼ିକ ସମସ୍ତ ଯିହୂଦୀ ଲୋକଙ୍କୁ ଆଳ ଦେଖାଇବାରୁ ଅଟକାଏ ଏବଂ ସମଗ୍ର ସଂସାରର ଲୋକମାନଙ୍କୁ ପରମେଶ୍ୱରଙ୍କ ନ୍ୟାୟବିଗ୍ଭରକୁ ଆଣେ।


ପୁଣି ମନୁଷ୍ୟପୁତ୍ର ଅନ୍ୟମାନଙ୍କ ଭଳି ଖାଇଲେ ଓ ଦ୍ରାକ୍ଷାରସ ପିଇଲେ। ଆଉ ତୁମ୍ଭେମାନେ କହୁଛ, ‘ଦେଖ, ଏ ଲୋକ ଜଣେ ପେଟୁ ଓ ଗୋଟିଏ ମଦୁଆ। କରଆଦାୟକାରୀ ଓ ପାପୀମାନେ ତା'ର ସାଙ୍ଗ ଅଟନ୍ତି।’


“କିନ୍ତୁ ବାପା ତାକୁ କହିଲେ, ‘ପୁଅ, ତୁ ସବୁବେଳେ ମୋ’ ପାଖରେ ଅଛୁ। ମୋର ଯାହାକିଛି ଅଛି, ସେ ସବୁ ତୋର।


ଯିହୂଦୀମାନଙ୍କୁ ପରମେଶ୍ୱର ଅସ୍ୱୀକାର କରି ଦେଲାପରେ, ସେ ଜଗତର ଅନ୍ୟଲୋକ ମାନଙ୍କ ସହିତ ମୈତ୍ରୀ କଲେ। ଅତଏବ, ଯିହୂଦାମାନଙ୍କୁ ପୁନଃ ଗ୍ରହଣ କରିବା ଅର୍ଥ ଜଗତର ଅନ୍ୟ ଲୋକମାନଙ୍କ ପାଇଁ ମୃତ୍ୟୁରୁ ପୁନର୍ଜୀବନ ଆଣିବା।


ଯେଉଁମାନେ ହଜିଯାଇଛନ୍ତି ମନୁଷ୍ୟପୁତ୍ର ସେମାନଙ୍କୁ ଉଦ୍ଧାର କରିବା ପାଇଁ ଆସିଛନ୍ତି।


Swiv nou:

Piblisite


Piblisite