Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 16:15 - ପବିତ୍ର ବାଇବଲ

15 ଯୀଶୁ ଫାରୂଶୀମାନଙ୍କୁ କହିଲେ, “ଲୋକଙ୍କ ଆଗରେ ତୁମ୍ଭେମାନେ ନିଜକୁ ଭଲ ବୋଲି ଦେଖେଇ ହେଉଛ। କିନ୍ତୁ ତୁମ୍ଭମାନଙ୍କ ହୃଦୟରେ ପ୍ରକୃତରେ କ’ଣ ଅଛି, ତାହା ପରମେଶ୍ୱର ଜାଣନ୍ତି। ଯେଉଁସବୁ ବିଷୟକୁ ଲୋକମାନେ ବହୁତ ମୂଲ୍ୟବାନ୍ ବୋଲି ମନେ କରିଥା’ନ୍ତି, ତାହା ପରମେଶ୍ୱରଙ୍କ ଦୃଷ୍ଟିରେ ମୂଲ୍ୟ ହୀନ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ସେଥିରେ ସେ ସେମାନଙ୍କୁ କହିଲେ, ଯେଉଁମାନେ ଆପଣା ଆପଣାକୁ ମନୁଷ୍ୟମାନଙ୍କ ଦୃଷ୍ଟିରେ ଧାର୍ମିକ ବୋଲି ଦେଖାନ୍ତି, ତୁମ୍ଭେମାନେ ସେହିପ୍ରକାର ଲୋକ, କିନ୍ତୁ ଈଶ୍ଵର ତୁମ୍ଭମାନଙ୍କର ହୃଦୟ ଜାଣନ୍ତି; କାରଣ ଯାହା ମନୁଷ୍ୟମାନଙ୍କ ମଧ୍ୟରେ ଉଚ୍ଚୀକୃତ, ତାହା ଈଶ୍ଵରଙ୍କ ଦୃଷ୍ଟିରେ ଘୃଣିତ।

Gade chapit la Kopi

ଓଡିଆ ବାଇବେଲ

15 ସେଥିରେ ଯୀଶୁ ସେମାନଙ୍କୁ କହିଲେ, ଯେଉଁମାନେ ନିଜ ନିଜକୁ ମନୁଷ୍ୟମାନଙ୍କ ଦୃଷ୍ଟିରେ ଧାର୍ମିକ ବୋଲି ଦେଖାନ୍ତି, ତୁମ୍ଭେମାନେ ସେହି ପ୍ରକାର ଲୋକ, କିନ୍ତୁ ଈଶ୍ୱର ତୁମ୍ଭମାନଙ୍କର ହୃଦୟ ଜାଣନ୍ତି; କାରଣ ଯାହା ମନୁଷ୍ୟମାନଙ୍କ ମଧ୍ୟରେ ଉଚ୍ଚୀକୃତ, ତାହା ଈଶ୍ୱରଙ୍କ ଦୃଷ୍ଟିରେ ଘୃଣିତ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

15 ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଅନ୍ୟ ଲୋକମାନଙ୍କ ଦୃଷ୍ଟିରେ ନିଜକୁ ଧାର୍ମିକ ବୋଲି ଦେଖାଇ ଥାଅ, କିନ୍ତୁ ଈଶ୍ୱର ତୁମ ହୃଦୟ ଜାଣନ୍ତି। କାରଣ ଯେଉଁ ବିଷୟଗୁଡ଼ିକ ମନୁଷ୍ୟ ଦୃଷ୍ଟିରେ ବହୁମୂଲ୍ୟ, ଈଶ୍ୱରଙ୍କ ଦୃଷ୍ଟିରେ ସେଗୁଡ଼ିକ ମୂଲ୍ୟହୀନ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ସେଥିରେ ଯୀଶୁ ସେମାନଙ୍କୁ କହିଲେ, “ଯେଉଁମାନେ ନିଜ ନିଜକୁ ମନୁଷ୍ୟମାନଙ୍କ ଦୃଷ୍ଟିରେ ଧାର୍ମିକ ବୋଲି ଦେଖାନ୍ତି, ତୁମ୍ଭେମାନେ ସେହି ପ୍ରକାର ଲୋକ, କିନ୍ତୁ ଈଶ୍ବର ତୁମ୍ଭମାନଙ୍କର ହୃଦୟ ଜାଣନ୍ତି; କାରଣ ଯାହା ମନୁଷ୍ୟମାନଙ୍କ ମଧ୍ୟରେ ଉଚ୍ଚୀକୃତ, ତାହା ଈଶ୍ବରଙ୍କ ଦୃଷ୍ଟିରେ ଘୃଣିତ।

Gade chapit la Kopi




ଲୂକ ଲିଖିତ ସୁସମାଚାର 16:15
40 Referans Kwoze  

କିନ୍ତୁ ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, “ଇଲୀୟାବ ଡେଙ୍ଗା ଓ ସୁନ୍ଦର ଅଟନ୍ତି। କିନ୍ତୁ ତୁମ୍ଭେ ଏପରି ଭାବନାହିଁ ମନୁଷ୍ୟ ଯେପରି ଦେଖେ ସଦାପ୍ରଭୁ ସେପରି ଦେଖନ୍ତି ନାହିଁ। ଲୋକମାନେ ସର୍ବଦା ଉପର ଦେଖନ୍ତି। କିନ୍ତୁ ସଦାପ୍ରଭୁ ତାହାର ଅନ୍ତର ଦେଖନ୍ତି। ଇଲୀୟାବ ଉପଯୁକ୍ତ ଲୋକ ନୁହଁ।”


ମନୁଷ୍ୟ ଯାହା କର୍ମ କରେ ତାହା ତା'ର ଦୃଷ୍ଟିରେ ଠିକ୍ ଅଟେ। ମାତ୍ର ସଦାପ୍ରଭୁ ହୃଦୟ ସବୁ ତୌଲନ୍ତି।


ଅତଏବ, ଠିକ୍ ସମୟ ନ ଆସିବା ପର୍ଯ୍ୟନ୍ତ ଅର୍ଥାତ୍ ପୁନରାଗମନ ପର୍ଯ୍ୟନ୍ତ, କୌଣସି କଥାର ବିଗ୍ଭର କରିବା ଅନୁଚିତ୍। ସେ ଅନ୍ଧକାରରେ ରହିଥିବା ବିଷୟ ଗୁଡ଼ିକୁ ଲୋକମାନଙ୍କ ସମ୍ମୁଖକୁ ଆଣିବେ। ସେ ମଣିଷର ହୃଦୟ ଭିତରେ ଥିବା ଗୁପ୍ତ ଉଦ୍ଦେଶ୍ୟ ଗୁଡ଼ିକୁ ପ୍ରକାଶ କରିବେ। ସେତେବେଳେ ପରମେଶ୍ୱର ପ୍ରତ୍ୟେକଙ୍କୁ ଯାହାର ପ୍ରାପ୍ୟ ପ୍ରଶଂସା ତାହା ପ୍ରଦାନ କରିବେ।


ମାତ୍ର ଆମ୍ଭେ ସଦାପ୍ରଭୁ, ପ୍ରତ୍ୟେକ ମନୁଷ୍ୟକୁ ତା'ର କର୍ମ ଅନୁସାରେ ଫଳ ଦେଉ। ଆମ୍ଭେ ତାହାର ଅନ୍ତଃକରଣ ଅନୁସନ୍ଧାନ କରୁ ଓ ତାହାର ମର୍ମ ପରୀକ୍ଷା କରୁ।


ସଦାପ୍ରଭୁ ସେହିମାନଙ୍କୁ ଘୃଣା କରନ୍ତି, ଯେଉଁମାନେ ଭାବନ୍ତି ସେ ସମସ୍ତଙ୍କଠାରୁ ଶ୍ରେଷ୍ଠତର। ସଦାପ୍ରଭୁ ଏହିପରି ଗର୍ବୀ ଲୋକମାନଙ୍କୁ ନିଃସନ୍ଦେହରେ ଦଣ୍ଡିତ କରିବେ।


ପରମେଶ୍ୱର ସମସ୍ତଙ୍କ ଅନ୍ତରର ଭାବନା ଜାଣନ୍ତି। ସେ ସେହି ଅନ୍ୟ ଜାତୀୟମାନଙ୍କୁ ଗ୍ରହଣ କଲେ। ପରମେଶ୍ୱର ଆମ୍ଭକୁ ଯେପରି ପବିତ୍ରଆତ୍ମାଙ୍କୁ ଦାନ କରିଥିଲେ, ସେହିପରି ସେମାନଙ୍କୁ ମଧ୍ୟ ପବିତ୍ରଆତ୍ମା ଦାନ କରିଅଛନ୍ତି।


ତୁମ୍ଭର ସୌନ୍ଦର୍ଯ୍ୟ ଅନ୍ତରରୁ ବାହାରି ନମ୍ର ଓ ଶାନ୍ତ ଗୁଣର ପରିଚୟ ଦେବା ଉଚିତ୍। ଏହି ସୌନ୍ଦର୍ଯ୍ୟ କେବେ ହେଲେ ସମାପ୍ତ ହେବ ନାହିଁ। ପରମେଶ୍ୱର ଏହାକୁ ସବୁଠାରୁ ମୂଲ୍ୟବାନ୍ ମନେ କରନ୍ତି।


ପ୍ରଭୁ ଯୀଶୁ ତାହାଙ୍କୁ କହିଲେ, “ତୁମ୍ଭେମାନେ ଫାରୂଶୀମାନେ ଥାଳିଗିନାର ବାହାରତ ପରିଷ୍କାର କରୁଛ, କିନ୍ତୁ ଭିତରେ ତୁମ୍ଭେମାନେ ଲୋକମାନଙ୍କୁ ଠକି ଓ ଦୁଷ୍ଟତାପୂର୍ଣ୍ଣ ଆଚରଣ କରି ତା’ ଦ୍ୱାରା ପାଇଥିବା ଜିନିଷରେ ପରିପୂର୍ଣ୍ଣ କରିଛ।


ହେ ମୋର ପରମେଶ୍ୱର, ମୁଁ ଜାଣେ ଯେ ତୁମ୍ଭେ ଲୋକମାନଙ୍କର ପରୀକ୍ଷା ନିଅ, ଆଉ, ଲୋକମାନେ ଉତ୍ତମ କର୍ମ କଲେ ତୁମ୍ଭେ ଆନନ୍ଦିତ ହୁଅ। ମୁଁ ଏକ ଶୁଦ୍ଧ, ବିଶ୍ୱସ୍ତ ହୃଦୟରେ, ଆନନ୍ଦିତ ମନରେ ତୁମ୍ଭକୁ ଏହି ସମସ୍ତ ବସ୍ତୁ ଦେଉଅଛି। ମୁଁ ତୁମ୍ଭର ଲୋକମାନଙ୍କୁ ଏଠାରେ ଏକତ୍ରିତ ହେବାର ଦେଖୁଅଛି। ଆଉ ସେମାନେ ତୁମ୍ଭ ଉଦ୍ଦେଶ୍ୟରେ ଆନନ୍ଦିତ ମନରେ ଏହି ବସ୍ତୁଗୁଡ଼ିକ ଦାନ କରୁଥିବାର ମୁଁ ଦେଖୁଅଛି।


ନିଜେ ଠିକ୍ ଜୀବନଯାପନ କରୁଛନ୍ତି ବୋଲି ଧର୍ମଶାସ୍ତ୍ରୀ ଜଣକ ପ୍ରମାଣ କରିବାକୁ ଗ୍ଭହୁଁଥିଲେ। ତେଣୁ ସେ ଯୀଶୁଙ୍କୁ ପଗ୍ଭରିଲେ, “ତେବେ ଯେଉଁମାନଙ୍କୁ ପ୍ରେମ କରିବି, ସେମାନେ କିଏ?”


ମୁଁ ତା'ର ସନ୍ତାନମାନଙ୍କୁ ମଧ୍ୟ ମହାମାରୀ ଦ୍ୱାରା ବଧ କରିବି। ସେତେବେଳେ ସମସ୍ତ ମଣ୍ଡଳୀବର୍ଗ ଜାଣିବେ ଯେ, ମୁଁ, ଲୋକମାନଙ୍କର ଭାବନା ଓ ବିଗ୍ଭର ଗୁଡ଼ିକ ଜାଣେ ଓ ତାହାର ପରୀକ୍ଷା କରେ। ମୁଁ ତୁମ୍ଭ ପ୍ରତ୍ୟେକଙ୍କୁ ତୁମ୍ଭର କର୍ମ ଅନୁସାରେ ଫଳ ଦେବି।


ଯୁବକଗଣ, ତୁମ୍ଭମାନଙ୍କୁ ମୋର କିଛି କଥା ମଧ୍ୟ କହିବାକୁ ଅଛି। ତୁମ୍ଭେ ବୟୋଜ୍ୟେଷ୍ଠମାନଙ୍କ କଥା ମାନିବା ଉଚିତ୍। ପରସ୍ପର ପ୍ରତି ବିନମ୍ର ଭାବ ରଖିବା ଉଚିତ୍। “ପରମେଶ୍ୱର ଗର୍ବୀ ଲୋକଙ୍କ ବିରୁଦ୍ଧରେ ଉଠନ୍ତି, କିନ୍ତୁ ବିନମ୍ର ଲୋକଙ୍କୁ ଅନୁଗ୍ରହ କରନ୍ତି।”


ଏହାର କାରଣ ହେଲା, କୌଣସି ଲୋକ ବ୍ୟବସ୍ଥା ପାଳନ କରିବା ଦ୍ୱାରା ପରମେଶ୍ୱରଙ୍କ ସହିତ ଧାର୍ମିକ ହୁଏ ନାହିଁ। ବ୍ୟବସ୍ଥା କେବଳ ଆମ୍ଭର ପାପ ବିଷୟରେ ଆମ୍ଭକୁ ସାବଧାନ କରାଏ।


ମନୁଷ୍ୟର ହୃଦୟ ଭିତରେ କ'ଣ ଅଛି, ତାହା ସେ ଭଲ ଭାବରେ ଜାଣିଥିଲେ। ତେଣୁ ତାହାଙ୍କୁ ଲୋକମାନଙ୍କ ବିଷୟରେ କହିବା ପାଇଁ କାହାରି ଦରକାର ନ ଥିଲା।


“କେବଳ ଅନ୍ୟ ଲୋକଙ୍କୁ ଦେଖେଇ ହେବା ପାଇଁ ଯାହାକିଛି ଭଲ କାମ, ତାହା ସେମାନେ କରନ୍ତି। ନିଜକୁ ଧାର୍ମିକ ଦେଖେଇ ହେବା ପାଇଁ ପ୍ରକୃତରେ ସେମାନେ ବଡ଼ବଡ଼ କବଚ ପିନ୍ଧିଥା’ନ୍ତି ଓ ନିଜର ସ୍ୱତନ୍ତ୍ର ପ୍ରାର୍ଥନା ପୋଷାକକୁ ବହୁତ ଲମ୍ବା କରିଥା’ନ୍ତି।


କିନ୍ତୁ ଯିହୂଦୀ ନେତା ଜଣକ କହିଲେ, “ମୁଁ ମୋ’ ପିଲା ଦିନୁ ଏସବୁ ଆଜ୍ଞା ମାନିଆସିଛି।”


ବହୁତ ଲୋକମାନଙ୍କ ମଧ୍ୟରେ ଜଣେ ପ୍ରଭୁଭକ୍ତ ଖୋଜ, କିନ୍ତୁ କିଏ ଖୋଜି ପାରିବ ଜଣେ ଲୋକ ଯିଏ କି ପ୍ରକୃତରେ ବିଶ୍ୱାସନୀୟ।


ଫାରୂଶୀଜଣକ କରଆଦାୟକାରୀଙ୍କଠାରୁ ଦୂରରେ ଅଲଗା ଠିଆ ହୋଇଥିଲେ। ଫାରୂଶୀ ଜଣକ ପ୍ରାର୍ଥନା କଲାବେଳେ କହିଲେ, ‘ହେ ପରମେଶ୍ୱର, ମୁଁ ଅନ୍ୟ ଲୋକଙ୍କ ଭଳି ଖରାପ ହୋଇ ନ ଥିବାରୁ ତୁମ୍ଭକୁ କୃତଜ୍ଞତା ଜଣାଉଛି। ମୁଁ ଗ୍ଭେରି, ଠକାମି, ବ୍ୟଭିଗ୍ଭର, ପାପ କରୁଥିବା ଲୋକମାନଙ୍କ ଭଳି ନୁହେଁ। ମୁଁ ଏହି କରଆଦାୟକାରୀ ଅପେକ୍ଷା ଭଲ ହୋଇଥିବାରୁ ତୁମ୍ଭ ପାଖରେ କୃତଜ୍ଞତା ଜଣାଉଛି।


ଦୁଷ୍ଟ ଲୋକମାନଙ୍କୁ ଦଣ୍ଡ ଦିଅ। ସାଧୁ ସନ୍ଥ ଲୋକଙ୍କୁ ସାହାଯ୍ୟ କର। ହେ ପରମେଶ୍ୱର, ତୁମ୍ଭେ ଅତ୍ୟନ୍ତ ମହାନ ଏବଂ ଲୋକଙ୍କ ହୃଦୟକୁ ସହଜରେ ଚିହ୍ନିପାର।


ତେବେ ତୁମ୍ଭେ ସ୍ୱର୍ଗରେ ଥାଇ ତାହା ଶୁଣ, ଯେଉଁଠାରେ ତୁମ୍ଭେ ବାସ କର, ଓ କ୍ଷମା ଦିଅ। ପ୍ରତ୍ୟେକ ବ୍ୟକ୍ତିକୁ ତାହାର ପ୍ରାପ୍ୟନୁସାରେ ଦିଅ। କେବଳ ତୁମ୍ଭେ ହିଁ ଜାଣ ଯେ, ଜଣେ ବ୍ୟକ୍ତିର ହୃଦୟରେ କ’ଣ ଅଛ।


ଯିହୂଦାକୁ ଏହି ଘୃଣ୍ୟ କାମ କରିବା ପାଇଁ ଟଙ୍କା ଦିଆ ଯାଇଥିଲା। ସେଥିରେ ସେ ଗୋଟିଏ ଜମି କିମି ଦେଲା। କିନ୍ତୁ ସେ ନିଜେ ମୁଣ୍ଡ ମାଡ଼ି ହୋଇ ପଡ଼ିଲା। ପରେ ତା'ର ପେଟ ଫାଟିଗଲା ଓ ଅନ୍ତବୁଜୁଳା ବାହାରି ପଡ଼ିଲା।


କିନ୍ତୁ ସେମାନେ ବିଧବାମାନଙ୍କ ପ୍ରତି ଅତ୍ୟନ୍ତ ନୀଚ୍ଚ ମନୋଭାବ ଦେଖାନ୍ତି। ସେମାନେ ବିଧବାମାନଙ୍କର ଘରଦ୍ୱାର ଠକି କରି ନେଇ ଥା’ନ୍ତି। ସେମାନେ ଲମ୍ବାଲମ୍ବା ପ୍ରାର୍ଥନା କରି ନିଜକୁ ଭଲ ବୋଲି ଦେଖେଇ ହେବାକୁ ଚେଷ୍ଟା କରନ୍ତି। ପରମେଶ୍ୱର ଏହି ଲୋକମାନଙ୍କୁ କଠିନ ଦଣ୍ଡ ଦେବେ।”


ତେଣୁ ଧର୍ମଶାସ୍ତ୍ରୀ ଏବଂ ଯାଜକମାନେ ଯୀଶୁଙ୍କୁ ଫାନ୍ଦରେ ପକାଇବା ପାଇଁ ଉପଯୁକ୍ତ ସମୟ ଅପେକ୍ଷାରେ ରହିଲେ। ସେମାନେ ଯୀଶୁଙ୍କ ପାଖକୁ କେତେକ ଗୁପ୍ତଚର ପଠାଇଲେ। ସେମାନେ ଏହି ଲୋକମାନଙ୍କୁ ଭଲ ଲୋକ ଭଳି ଛଳନା କରିବା ପାଇଁ କହିଥିଲେ। ସେମାନେ ଯୀଶୁଙ୍କ କହୁଥିବା କଥାରେ କିଛି ଭୁଲ୍ ବିଷୟ ଖୋଜି ବାହାର କରିବାକୁ ଗ୍ଭହୁଁଥିଲେ। କାରଣ ଯଦି ସେମାନେ ଯୀଶୁଙ୍କର କିଛି ଭୁଲ୍ ଦେଖି ପାରିବେ, ତେବେ ସେମାନେ ଯୀଶୁଙ୍କ ଉପରେ ଅଧିକାର ଓ କ୍ଷମତା ରହିଥିବା ଶାସନକର୍ତ୍ତାଙ୍କ ହାତରେ ଯୀଶୁଙ୍କୁ ଦେଇଦେବେ।


“ତୁମ୍ଭେ ଉପବାସ କଲାବେଳେ ଦୁଃଖିତ ଥିବା ଭଳି ମୁହଁ କର ନାହିଁ। କପଟୀମାନେ ସେହିପରି କରିଥା’ନ୍ତି। ତୁମ୍ଭେ କପଟୀଙ୍କ ପରି ହୁଅ ନାହିଁ। କପଟୀମାନେ ମୁହଁ ଶୁଖାଇ ଲୋକଙ୍କୁ ଦେଖେଇବାକୁ ଗ୍ଭହାନ୍ତି ଯେ, ସେମାନେ ଉପବାସ କରୁଛନ୍ତି। ମୁଁ ତୁମ୍ଭକୁ ସତ୍ୟ କହୁଛି ଯେ ସେମାନଙ୍କୁ ଏଥିପାଇଁ ପ୍ରତିଫଳ ମିଳିସାରିଛି।


“ତୁମ୍ଭେ ପ୍ରାର୍ଥନା କଲାବେଳେ କପଟୀମାନଙ୍କ ପରି ହୁଅ ନାହିଁ। କାରଣ ସେମାନେ ଯିହୂଦୀ ସମାଜଗୃହ ଓ ଗଳି-ମୁଣ୍ଡରେ ଠିଆହୋଇ ବଡ଼ ପାଟିରେ ପ୍ରାର୍ଥନା କରିବାକୁ ଭଲ ପାଆନ୍ତି, ଯେପରି ଲୋକେ ତାହାଙ୍କୁ ଦେଖି ପାରିବେ। ମୁଁ ତୁମ୍ଭକୁ ସତ୍ୟ କହୁଛି ଯେ ସେମାନଙ୍କୁ ତା'ର ପୁରା ପ୍ରତିଫଳ ଦିଆଯାଇ ସାରିଲାଣି।


“ଏଣୁ ଯେତେବେଳେ ତୁମ୍ଭେ କୌଣସି ଦୀନ-ଦୁଃଖୀକୁ ଦାନ ଦେଉଛ, ସେତେବେଳେ ତା'ର ଘୋଷଣା କର ନାହିଁ। ଲୋକଙ୍କ ପ୍ରଶଂସା ପାଇବା ପାଇଁ କପଟି ଲୋକେ ପ୍ରାର୍ଥନା-ଗୃହ ଓ ଗଳିମାନଙ୍କରେ ତୂରୀବଜାଇ ସେଭଳି ପ୍ରଗ୍ଭର କରିଥା’ନ୍ତି। ମୁଁ ତୁମ୍ଭକୁ ସତ୍ୟକଥା କହୁଛି ଯେ, ସେମାନେ ତାହାଙ୍କର ପ୍ରତିଫଳ ପାଇ ସାରିଲେଣି।


ଆମ୍ଭେମାନେ ଚିନ୍ତା କରୁଛୁ ଗର୍ବୀ ଲୋକମାନେ ସୁଖୀ। ଦୁଷ୍ଟାଗ୍ଭରୀମାନେ କୃତକାର୍ଯ୍ୟ ହୁଅନ୍ତି। ସେମାନେ ପରମେଶ୍ୱରଙ୍କ ଧୈର୍ଯ୍ୟ ପରୀକ୍ଷା କରିବାକୁ ମନ୍ଦକାର୍ଯ୍ୟ କରି ଗ୍ଭଲନ୍ତି ଏବଂ ସେମାନେ କିଛି ଦଣ୍ତ ପାଆନ୍ତି ନାହିଁ।”


ଜଣେ ଧନୀ ବ୍ୟକ୍ତି ପ୍ରକୃତରେ ନିଜ ଜୀବନରେ ଯାହାସବୁ କରିଛି, ସେଥିପାଇଁ ନିଜକୁ କେବଳ ଧନ୍ୟବାଦ ଦିଏ। ହଁ, ଅନ୍ୟ ଲୋକମାନେ ମଧ୍ୟ ତାକୁ ପ୍ରଶଂସା କରି କହନ୍ତି, ସେ ତା'ର ଜୀବନରେ କିପରି ଉତ୍ତମ ସଫଳତା ହାସଲ କରିଛି।


ସେହି ମୂର୍ଖ ଲୋକମାନଙ୍କ ଭାଗ୍ୟରେ ଏହିପରି ଘଟେ। ଯେଉଁମାନେ ନିଜର ସମ୍ପତ୍ତିକୁ ଅଧିକ ଭଲ ପାଆନ୍ତି। ସେଲା


ପୁଣି ତୃତୀୟ ଥର ସେ ତାହାଙ୍କୁ ପଗ୍ଭରିଲେ, “ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ ମୋତେ ପ୍ରେମ କର କି?” ପିତର ଦୁଃଖିତ ହେଲେ, ଯେହେତୁ ଯୀଶୁ ତାହାଙ୍କୁ ତିନିଥର ସେହି କଥା ପଗ୍ଭରିଲେ, “ମୋତେ ପ୍ରେମ କର କି?” ପିତର କହିଲେ, “ପ୍ରଭୁ, ଆପଣ ସବୁ ଜାଣିଛନ୍ତି। ମୁଁ ଆପଣଙ୍କୁ ପ୍ରେମ କରେ ବୋଲି ଆପଣ ଜାଣନ୍ତି।” ଯୀଶୁ ପିତରଙ୍କୁ କହିଲେ, “ମୋ’ ମେଷମାନଙ୍କୁ ଚରାଅ।


ଦୁଷ୍ଟ ଲୋକମାନେ ଆପଣା ମନସ୍କାମନା ବିଷୟରେ ଗର୍ବ ଅନୁଭବ କରନ୍ତି ଓ ସେହି ଲୋଭୀ ଲୋକମାନେ ପରମେଶ୍ୱରଙ୍କୁ ଅଭିଶାପ ଦିଅନ୍ତି। ଏହି ଉପାୟରେ ସେହି ମନ୍ଦ ଲୋକମାନେ ଦେଖାଇ ଦେବାକୁ ଗ୍ଭହାନ୍ତି ସେମାନେ ସଦାପ୍ରଭୁଙ୍କୁ ଘୃଣା କରନ୍ତି।


କେତେକ ଲୋକ ଭାବୁଥିଲେ ଯେ ସେମାନେ ବହୁତ ଭଲ ଅଟନ୍ତି। ସେମାନେ ନିଜେ ଅନ୍ୟମାନଙ୍କ ଅପେକ୍ଷା ବହୁତ ଭଲ ହୋଇଥିବା ଭଳି ବ୍ୟବହାର କରୁଥିଲେ। ଯୀଶୁ ସେମାନଙ୍କୁ ଉପଦେଶ ଦେବା ପାଇଁ ଏହି ଦୃଷ୍ଟାନ୍ତ କହିଲେ:


ମୁଁ ତୁମ୍ଭମାନଙ୍କୁ କହୁଛି, ‘ଏହି ଲୋକଟି ଯେତେବେଳେ ତା'ର ପ୍ରାର୍ଥନା ଶେଷ କରି ତା’ ଘରକୁ ଫେରିଗଲା, ସେ ପରମେଶ୍ୱରଙ୍କ ଦୃଷ୍ଟିରେ ଧାର୍ମିକ ପରିଗଣତ ହେଲା। କିନ୍ତୁ ଯେଉଁ ଫାରୂଶୀ ଅନୁଭବ କଲା ଯେ ସେ ଅନ୍ୟ ଲୋକମାନଙ୍କ ଅପେକ୍ଷା ଭଲ ଲୋକ, ସେ ପରମେଶ୍ୱରଙ୍କ ପ୍ରତି ବିଶ୍ୱସ୍ତ ନ ଥିଲା। ଯେଉଁ ଲୋକ ନିଜକୁ ନିଜେ ମହାନ୍ ବୋଲି ଭାବେ, ତାକୁ ହୀନ କରି ଦିଆଯିବ, କିନ୍ତୁ ଯେଉଁ ଲୋକ ନିଜକୁ ହୀନ କରି ଦିଏ ତାକୁ ମହାନ୍ କରାଯିବ।”


ପୁଣି ପ୍ରେରିତମାନେ ପରମେଶ୍ୱରଙ୍କୁ ପ୍ରାର୍ଥନା କଲେ, “ପ୍ରଭୁ, ତୁମ୍ଭେ ସମସ୍ତଙ୍କ ମନକଥା ଜାଣିଛ। ଏହି ସେବା କାର୍ଯ୍ୟ ଓ ପ୍ରେରିତ ପଦ ଛାଡ଼ିଦେଇ ଯିହୂଦା ନିଜ ସ୍ଥାନକୁ ଗ୍ଭଲିଯାଇଛି।


ଲୋକମାନଙ୍କର ହୃଦୟରେ କ’ଣ ଅଛି ପରମେଶ୍ୱର ତାହା ଦେଖି ପାରନ୍ତି। ପରମେଶ୍ୱର ଆତ୍ମାର ମନରେ କ’ଣ ଅଛି ତାହା ଜାଣନ୍ତି, କାରଣ ଆତ୍ମା ପରମେଶ୍ୱର ଜେପରି ଇଚ୍ଛା କରନ୍ତି, ସେହିଭଳି ତାଙ୍କ ଲୋକମାନଙ୍କ ପାଇଁ କରନ୍ତି।


Swiv nou:

Piblisite


Piblisite