ଲୂକ ଲିଖିତ ସୁସମାଚାର 16:24 - ପବିତ୍ର ବାଇବଲ24 ସେ ଡାକିଲା, ‘ପିତା ଅବ୍ରହାମ, ମୋତେ ଦୟା କର। ମୋ’ ପାଖକୁ ଲାଜାରକୁ ପଠାଅ। ସେ ତା’ ଅଙ୍ଗୁଳି ଟିପକୁ ପାଣିରେ ବୁଡ଼େଇ ମୋ’ ଜିଭରେ ଟୋପାଏ ଟୋପାଏ ପାଣି ଦେଉ। ମୁଁ ଏହି ନିଆଁରେ ବହୁତ ଯନ୍ତ୍ରଣା ଭୋଗ କରୁଛି।’ Gade chapit laପବିତ୍ର ବାଇବଲ (Re-edited) - (BSI)24 ସେଥିରେ ସେ ଡାକି କହିଲା, ହେ ପିତା ଅବ୍ରହାମ, ମୋତେ ଦୟା କରି ଲାଜାରକୁ ପଠାଇ ଦିଅନ୍ତୁ, ଯେପରି ସେ ପାଣିରେ ଆପଣା ଅଙ୍ଗୁଳିର ଟିପ ବୁଡ଼ାଇ ମୋର ଜିଭକୁ ଥଣ୍ତା କରେ, କାରଣ ମୁଁ ଏହି ନିଆଁରେ କଲବଲ ହେଉଅଛି। Gade chapit laଓଡିଆ ବାଇବେଲ24 ସେଥିରେ ସେ ଡାକି କହିଲେ, ହେ ପିତା ଅବ୍ରାହାମ, ମୋତେ ଦୟା କରି ଲାଜାରକୁ ପଠାଇ ଦିଅନ୍ତୁ, ଯେପରି ସେ ପାଣିରେ ନିଜ ଅଙ୍ଗୁଳିର ଟିପ ବୁଡ଼ାଇ ମୋର ଜିଭକୁ ଥଣ୍ଡା କରେ, କାରଣ ମୁଁ ଏହି ନିଆଁରେ କଲବଲ ହେଉଅଛି । Gade chapit laପବିତ୍ର ବାଇବଲ (CL) NT (BSI)24 ସେ ଚିକ୍ରାର କରି କହିଲା, ‘ହେ ପିତା ଅବ୍ରାହାମ! ମୋ’ ପ୍ରତି ଦୟା କରନ୍ତୁ; ଲାଜାରକୁ ପଠାନ୍ତୁ, ସେ ତା’ ଅଙ୍ଗୁଳିରେ ଟିକେ ପାଣି ମୋ’ ଜିଭରେ ଦେଇ ଶୀତଳ କରିବ - ଏହି ଅଗ୍ନିରେ ମୁଁ ବଡ଼ କଷ୍ଟ ପାଉଛି।’ Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ସେଥିରେ ସେ ଡାକି କହିଲେ, ‘ହେ ପିତା ଅବ୍ରହାମ, ମୋତେ ଦୟା କରି ଲାଜାରକୁ ପଠାଇ ଦିଅନ୍ତୁ, ଯେପରି ସେ ପାଣିରେ ନିଜ ଅଙ୍ଗୁଳିର ଟିପ ବୁଡ଼ାଇ ମୋହର ଜିଭକୁ ଥଣ୍ଡା କରେ, କାରଣ ମୁଁ ଏହି ନିଆଁରେ କଲବଲ ହେଉଅଛି।’ Gade chapit la |
କିନ୍ତୁ ସେହି ପଶୁ ବନ୍ଦୀ ହେଲା ଏବଂ ଭଣ୍ଡ ଭବିଷ୍ୟଦ୍ବକ୍ତା ମଧ୍ୟ ବନ୍ଦୀ ହେଲା। ଏହି ଭଣ୍ଡ ଭବିଷ୍ୟଦ୍ବକ୍ତା ସେହି ପଶୁ ପାଇଁ ବହୁତ ଆଶ୍ଚର୍ଯ୍ୟଜନକ କାର୍ଯ୍ୟ କରିଥିଲା। ଏହି ପଶୁ, ଯିଏ କି ପଶୁର ଚିହ୍ନ ଧାରଣ କରିଥିବା ଓ ତାହାର ପ୍ରତିମାକୁ ପୂଜା କରିଥିବା ଲୋକମାନଙ୍କୁ ଭ୍ରାନ୍ତ କରିଥିଲା, ସେ ବନ୍ଦୀ ହେଲା। ସେହି ଭଣ୍ଡ ଭବିଷ୍ୟଦ୍ବକ୍ତା ଓ ପଶୁଙ୍କୁ ଗନ୍ଧକ ଜଳୁଥିବା ଅଗ୍ନିପୂର୍ଣ୍ଣ ହ୍ରଦରେ ଜୀବନ୍ତ ଫିଙ୍ଗି ଦିଆଗଲା।
କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଛି ଯେ, ତୁମ୍ଭେମାନେ ଅନ୍ୟଉପରେ ରାଗ ନାହିଁ, କାରଣ ପ୍ରତ୍ୟେକ ଲୋକ ତୁମ୍ଭର ଭାଇ ପରି ଅଟେ। ତେଣୁ ଯଦି ତୁମ୍ଭେ ଅନ୍ୟ ଉପରେ ରାଗିବ, ତେବେ ତୁମ୍ଭେ ମଧ୍ୟ ବିଗ୍ଭରାଳୟରେ ବିଗ୍ଭରିତ ହେବ। ତୁମ୍ଭେମାନେ ଯଦି ଅନ୍ୟକୁ ଅପମାନ ଦେଇ ଖରାପ କଥା କୁହ, ତେବେ ତୁମ୍ଭକୁ ଯିହୂଦୀୟ ସର୍ବୋଚ୍ଚ ବିଗ୍ଭରାଳୟରେ ବିଗ୍ଭରିତ ହେବାକୁ ହେବ। ଯଦି ଅନ୍ୟକୁ ମୂର୍ଖ ବୋଲି କୁହ, ତେବେ ତୁମ୍ଭକୁ ନର୍କର ନିଆଁ ଭିତରେ ପକାଇ ଦିଆଯିବ।