Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 16:25 - ପବିତ୍ର ବାଇବଲ

25 “କିନ୍ତୁ ଅବ୍ରହାମ କହିଲେ, ‘ପୁଅ, ତୁ ଯେତେବେଳେ ବଞ୍ଚିଥିଲୁ, ସେତେବେଳେ କଥା ଟିକିଏ ମନେ ପକା। ତୁ ଜୀବନରେ ସମସ୍ତ ବିଷୟ ପାଇଛୁ। କିନ୍ତୁ ଲାଜାର ପାଇଁ ସମସ୍ତ ଖରାପ ଜିନିଷ ଘଟିଛି। ଏବେ ସେ ଆରାମରେ ଅଛି ଓ ତୁ ଯନ୍ତ୍ରଣା ଭୋଗୁଛୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 କିନ୍ତୁ ଅବ୍ରହାମ କହିଲେ, ପୁଅରେ, ତୁ ଯେ ବଞ୍ଚିଥିବା ସମୟରେ ତୋର ଭଲ ବିଷୟସବୁ ପାଇଲୁ, ଆଉ ଲାଜାର ସେହିପରି ମନ୍ଦ ବିଷୟସବୁ ପାଇଲା, ଏହା ମନେ କର; କିନ୍ତୁ ଏବେ ସେ ଏହି ସ୍ଥାନରେ ସାନ୍ତ୍ଵନା ପାଉଅଛି, ଆଉ ତୁ କଲବଲ ହେଉଅଛୁ।

Gade chapit la Kopi

ଓଡିଆ ବାଇବେଲ

25 କିନ୍ତୁ ଅବ୍ରାହାମ କହିଲେ, ପୁଅରେ, ତୁ ଯେ ଜୀବିତ ଥିବା ସମୟରେ ତୋର ଭଲ ବିଷୟସବୁ ପାଇଲୁ, ଆଉ ଲାଜାର ସେହିପରି ମନ୍ଦ ବିଷୟସବୁ ପାଇଲା, ଏହା ମନେ କର; କିନ୍ତୁ ଏବେ ସେ ଏହି ସ୍ଥାନରେ ସାନ୍ତ୍ୱନା ପାଉଅଛି, ଆଉ ତୁ କଲବଲ ହେଉଅଛୁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

25 “କିନ୍ତୁ ଅବ୍ରାହମ କହିଲେ, ‘ହେ ମୋର ପୁଅ, ତୁ ଯେ ଜୀବନରେ ସମସ୍ତ ଉକ୍ରୃଷ୍ଟ ବିଷୟ ଭୋଗ କଲୁ, କିନ୍ତୁ ଲାଜାର କେବଳ ନିକୃଷ୍ଟ ବିଷୟ ପାଇଥିଲା, ତାହା ସ୍ମରଣ କର। କିନ୍ତୁ ବର୍ତ୍ତମାନ ସେ ଏଠାରେ ସୁଖ ଭୋଗ କରୁଛି ଓ ତୁ କଷ୍ଟ ଭୋଗ କରୁଛୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 କିନ୍ତୁ ଅବ୍ରହାମ କହିଲେ, ‘ପୁଅରେ, ତୁ ଯେ ଜୀବିତ ଥିବା ସମୟରେ ତୋର ଭଲ ବିଷୟସବୁ ପାଇଲୁ, ଆଉ ଲାଜାର ସେହିପରି ମନ୍ଦ ବିଷୟସବୁ ପାଇଲା, ଏହା ମନେ କର; କିନ୍ତୁ ଏବେ ସେ ଏହି ସ୍ଥାନରେ ସାନ୍ତ୍ୱନା ପାଉଅଛି, ଆଉ ତୁ କଲବଲ ହେଉଅଛୁ।

Gade chapit la Kopi




ଲୂକ ଲିଖିତ ସୁସମାଚାର 16:25
25 Referans Kwoze  

“କିନ୍ତୁ ହେ ଧନୀ ଲୋକମାନେ! ତୁମ୍ଭକୁ ଧିକ୍ କାରଣ ତୁମ୍ଭେମାନେ ଆରାମଦାୟକ ଜୀବନ କଟାଇ ଆସିଛ।


ତୁମ୍ଭେମାନେ ସଂସାରକୁ ବା ସେଥିରେ ଥିବା ବିଷୟ ଗୁଡ଼ିକୁ ଭଲ ପାଅ ନାହିଁ। ଯଦି କେହି ସଂସାରକୁ ଭଲ ପାଏ, ତେବେ ପିତାଙ୍କ ପ୍ରେମ ତାହାଠାରେ ନାହିଁ।


ହେ ସଦାପ୍ରଭୁ, ତୁମ୍ଭେ ଆପଣା ଶକ୍ତି ପ୍ରୟୋଗ କରି ଏ ସଂସାରରୁ ଦୁଷ୍ଟ ଲୋକମାନଙ୍କୁ ନିପାତ କର। ହେ ସଦାପ୍ରଭୁ, ବହୁତ ଲୋକ ତୁମ୍ଭ ପାଖକୁ ସାହାଯ୍ୟ ପାଇଁ ଆସନ୍ତି। ସେମାନଙ୍କ ମଧ୍ୟରୁ ଅନେକଙ୍କର ଏହି ଇହଲୋକରେ ଅଧିକ କିଛି ଆଶା ନ ଥାଏ। ସେହି ଲୋକମାନଙ୍କୁ ପ୍ରଚୁର ଖାଦ୍ୟ ପ୍ରଦାନ କର। ସେମାନଙ୍କର ଶିଶୁମାନଙ୍କର ଆବଶ୍ୟକତାକୁ ପୂରଣ କର। ସେମାନଙ୍କର ଶିଶୁମାନଙ୍କୁ ଏତେ ଖାଦ୍ୟ ପ୍ରଦାନ କର ଯେ, ଯାହା ସବୁଦିନ ପାଇଁ ସେମାନଙ୍କର ଆବଶ୍ୟକତା ପୂରଣ କରିବ।


ଯଦି ତୁମ୍ଭର ପାଦ ତୁମ୍ଭକୁ ପାପ କରାଏ, ତେବେ ତାକୁ କାଟିଦିଅ। ଦୁଇ ପାଦ ଥାଇ ନର୍କରେ ତୁମ୍ଭକୁ ଫିଙ୍ଗି ଦିଆଯିବା ଅପେକ୍ଷା ବରଂ ଛୋଟା ହୋଇ ଅନନ୍ତ ଜୀବନ ଲାଭ କରିବା ଭଲ।


ଏହା କାହିଁକି ସତ୍ୟ? କାରଣ ଯଦି ଜଣେ ଲୋକର ବିଗ୍ଭର ତାହାର ପାପପୂର୍ଣ୍ଣ ଶରୀର ଦ୍ୱାରା ନିୟନ୍ତ୍ରିତ ହୁଏ, ତା'ହେଲେ ସେ ଲୋକ ପରମେଶ୍ୱରଙ୍କର ବିରୋଧୀ। ସେ ଲୋକ ପରମେଶ୍ୱରଙ୍କର ବ୍ୟବସ୍ଥା ମାନିବାକୁ ମନା କରେ। ପ୍ରକୃତରେ ସେ ଲୋକ ପରମେଶ୍ୱରଙ୍କର ବ୍ୟବସ୍ଥା ମାନିବା ପାଇଁ ଅସମର୍ଥ।


ସେମାନେ ଯେପରି ଜୀବନ-ଯାପନ କରୁଛନ୍ତି, ତା'ର ପରିଣତି ବିନାଶ ଅଟେ। ସେମାନେ ପରମେଶ୍ୱରଙ୍କୁ ସେବା କରିବା ପରିବର୍ତ୍ତେ ନିଜକୁ ଖୁସୀ କରିବା ପାଇଁ ବଞ୍ଚିଛନ୍ତି। ସେମାନେ ଲଜ୍ଜାଜନକ କାର୍ଯ୍ୟ କରନ୍ତି ଓ ସେଗୁଡ଼ିକ ପାଇଁ ଗର୍ବ କରନ୍ତି ଓ ସେମାନେ କେବଳ ପାର୍ଥିବ ବସ୍ତୁଗୁଡ଼ିକର ଚିନ୍ତା କରନ୍ତି।


ସେମାନେ ସେ ସ୍ଥାନଗୁଡ଼ିକରେ ଶିଷ୍ୟମାନଙ୍କ ଆତ୍ମାକୁ ସବଳ କଲେ ଓ ବିଶ୍ୱାସରେ ବୃଦ୍ଧିପାଇବା ପାଇଁ ଉତ୍ସାହିତ କଲେ। ସେମାନେ କହିଲେ, “ପରମେଶ୍ୱରଙ୍କ ରାଜ୍ୟରେ ପ୍ରବେଶ କରିବା ନିମନ୍ତେ ଆମ୍ଭକୁ ଅନେକ ଦୁଃଖ କଷ୍ଟ ଭୋଗ କରିବାକୁ ପଡ଼ିବ।”


ସେ ପାପର କ୍ଷଣିକ ସୁଖଭୋଗ କରିବା ପାଇଁ ଗ୍ଭହିଁଲେ ନାହିଁ। ତା’ ପରିବର୍ତ୍ତେ ସେ ଈଶ୍ୱରଙ୍କ ଲୋକମାନଙ୍କ ଅସହ୍ୟ ହେଉଥିବା ଦୁର୍ବ୍ୟବହାର ସହିବା ପସନ୍ଦ କଲେ। ନିଜର ବିଶ୍ୱାସ ହେତୁ ସେ ଏପରି କଲେ।


ଆମ୍ଭେ ଏବେ ଯେଉଁ ଅସୁବିଧାରେ ଅଛୁ, ସେଥିରେ ତୁମ୍ଭେମାନେ କେହି ଯେପରି ବିବ୍ରତ ନ ହୁଅ, ସେଥିପାଇଁ ଆମ୍ଭେ ତୀମଥିଙ୍କୁ ପଠାଇଲୁ। ତୁମ୍ଭେମାନେ ଜାଣିଥିଲ ଯେ ଆମ୍ଭେ ଭବିଷ୍ୟତରେ ଏଭଳି କଷ୍ଟ ନିଶ୍ଚୟ ପାଇବା।


ମୁଁ ଉତ୍ତର ଦେଲି, “ମୋ’ ପ୍ରଭୁ! ଆପଣ ତାହା ଜାଣନ୍ତି, ସେମାନେ କିଏ। ପ୍ରାଚୀନ ଜଣକ କହିଲେ, “ଏହି ଲୋକମାନେ ଭୟଙ୍କର ତାଡ଼ନା ଭିତରୁ ଆସିଛନ୍ତି। ସେମାନେ ମେଷଶାବକଙ୍କ ରକ୍ତରେ ଆପଣା ଆପଣାର ପୋଷାକ ପରିଷ୍କାର ଓ ଧଳା କରିଅଛନ୍ତି।


“ମୋ'ଠାରେ ତୁମ୍ଭେମାନେ ଯେପରି ଶାନ୍ତି ପାଇବ, ଏଥିପାଇଁ ମୁଁ ତୁମ୍ଭମାନଙ୍କୁ ଏସମସ୍ତ କଥା କହିଲି। ଏହି ଜଗତରେ ତୁମ୍ଭେ କଷ୍ଟ ପାଇବ। କିନ୍ତୁ ସାହସୀ ହୁଅ ମୁଁ ଜଗତକୁ ଜୟ କରିଛି।”


ତାହାକୁ ନର୍କକୁ ପଠାଇ ଦିଆଗଲା। ସେଠାରେ ସେ ବହୁତ ଯନ୍ତ୍ରଣା ଭୋଗ କଲା। ଧନୀଲୋକ ଜଣକ ଉପରକୁ ଅନାଇଲା ଓ ଲାଜାରକୁ କୋଳରେ ଧରିଥିବା ଅବ୍ରହାମଙ୍କୁ ବହୁତ ଦୂରରେ ଦେଖିଲା।


ଲାଜାର ନାମରେ ଜଣେ ଅତି ଗରିବ ଲୋକ ଥିଲା। ତା’ ଦେହ ଘା’ରେ ଭରି ଯାଇଥିଲା। ଲାଜାର ପ୍ରାୟ ସବୁ ସମୟରେ ଧନୀଲୋକଙ୍କ ଫାଟକ ପାଖରେ ପଡ଼ି ରହୁଥିଲା।


ସେହି ରାତ୍ରିରେ କ‌‌ଲ୍‌‌‌ଦୀୟମାନଙ୍କର ରାଜା ବେ‌‌ଲ୍‌‌‌‌ଶତ୍ସରଙ୍କୁ ବଧ କରାଗଲା।


ନିଜ ଦୁଃଖ ଓ ଦୁର୍ଗତିର ସମୟରେ, ଯିରୁଶାଲମ ଆପଣା ପୂର୍ବକାଳର ରମଣୀୟ ଦିନସବୁ ସ୍ମରଣ କରୁଅଛି; ଯେତେବେଳେ ତା'ର ଲୋକମାନେ ଶତ୍ରୁମାନଙ୍କ ଦ୍ୱାରା କବଳିତ ହେଲେ, କେହି ସେମାନଙ୍କୁ ସାହାଯ୍ୟ କରିବାକୁ ଆସିଲେ ନାହିଁ, ସେତେବେଳେ ତା'ର ଶତ୍ରୁଗଣ ସେମାନଙ୍କର ଧ୍ୱଂସାବସ୍ଥା ଦେଖି ସେମାନଙ୍କୁ ଉପହାସ କଲେ।


ସେମାନଙ୍କ କବର ସେମାନଙ୍କ ପାଇଁ ଚିରଦିନ ନୂତନ ବାସସ୍ଥଳୀ ଅଟେ, ଏବଂ ଯେତେ ଭୂମି ସେମାନେ ଅଧିକାର କରିଥିଲେ ହେଁ, ଏହା ସେମାନଙ୍କ ପାଇଁ ମୂଲ୍ୟହୀନ ଅଟେ।


ଯଦ୍ୟପି ପରମେଶ୍ୱର ସେମାନଙ୍କ ଗୃହରେ ଉତ୍ତମ ଦ୍ରବ୍ୟ ପୂର୍ଣ୍ଣ କରିଥିଲେ। ମୁଁ ସେହି ଦୁଷ୍ଟ ଲୋକଙ୍କ ଉପଦେଶ ମାନିବି ନାହିଁ।


ସେମାନେ ଯାହା ଗ୍ଭହାନ୍ତି ତାହା କରନ୍ତି। ଯଦି ସେମାନେ କିଛି ଦେଖନ୍ତି ଓ ପସନ୍ଦ କରନ୍ତି, ସେମାନେ ତାକୁ ଯେକୌଣସି ପ୍ରକାରେ ହାସଲ କରିଥା’ନ୍ତି।


ସେମାନେ କହିଲେ, “ମହାଶୟ, ଆମ୍ଭର ମନେ ଅଛି ଯେ ସେହି ପ୍ରତାରକ ସେ ବଞ୍ଚିଥିବା ବେଳେ କହିଥିଲା, ‘ତୃତୀୟ ଦିନ ପରେ ମୁଁ ମୃତ୍ୟୁରୁ ପୁଣି ପୁନ‌ରୁ‌‌ତ୍‌‌ଥିତ ହେବି।’


ତା’ ଛଡ଼ା ତୋର ଓ ଆମ୍ଭ ମଝିରେ ଗୋଟିଏ ବଡ଼ ଖାତ ଅଛି। ତୋତେ ସାହାଯ୍ୟ କରିବା ପାଇଁ ସେହି ଖାତକୁ କେହି ପାରି ହୋଇ ଯାଇ ପାରିବେ ନାହିଁ।’ ଏବଂ ସେହି ସ୍ଥାନ ଛାଡ଼ି କେହି ଏଠାକୁ ଆସି ପାରିବେ ନାହିଁ।


ତୁମ୍ଭମାନଙ୍କର ଖାଇବା ପାତ୍ର ଅଭିଶପ୍ତ ହେବ। ସେଥିରେ ଖାଦ୍ୟ ରହିବ ନାହିଁ।


Swiv nou:

Piblisite


Piblisite