Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 16:29 - ପବିତ୍ର ବାଇବଲ

29 “କିନ୍ତୁ ଅବ୍ରହାମ କହିଲେ, ‘ସେମାନଙ୍କ ପାଖରେ ମୋଶାଙ୍କ ନିୟମ ଓ ଭବିଷ୍ୟ‌ଦ୍‌ବକ୍ତାମାନଙ୍କ ଲେଖା ସବୁ ପଢ଼ିବା ପାଇଁ ରହିଛି। ସେମାନେ ସେଥିରୁ ଶିକ୍ଷା ଲାଭ କରନ୍ତୁ।’

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

29 କିନ୍ତୁ ଅବ୍ରହାମ କହିଲେ, ସେମାନଙ୍କ ନିକଟରେ ମୋଶା ଓ ଭାବବାଦୀମାନଙ୍କ ଧର୍ମଶାସ୍ତ୍ର ଅଛି, ସେମାନେ ସେମାନଙ୍କର କଥା ଶୁଣନ୍ତୁ।

Gade chapit la Kopi

ଓଡିଆ ବାଇବେଲ

29 କିନ୍ତୁ ଅବ୍ରାହାମ କହିଲେ, ସେମାନଙ୍କ ନିକଟରେ ମୋଶା ଓ ଭାବବାଦୀମାନଙ୍କ ଧର୍ମଶାସ୍ତ୍ର ଅଛି, ସେମାନେ ସେମାନଙ୍କର କଥା ଶୁଣନ୍ତୁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

29 “ଅବ୍ରାହମ କହିଲେ, ‘ତୋର ଭାଇମାନଙ୍କୁ ସତର୍କ କରାଇବା ପାଇଁ ମୋଶା ଓ ଭାବବାଦୀମାନେ ଅଛନ୍ତି; ସେମାନେ ଯାହା କହିଛନ୍ତି, ତୋର ଭାଇମାନେ ତାହା ଶୁଣିବା ଉଚିତ।’

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 କିନ୍ତୁ ଅବ୍ରହାମ କହିଲେ, ‘ସେମାନଙ୍କ ନିକଟରେ ମୋଶା ଓ ଭାବବାଦୀମାନଙ୍କ ଧର୍ମଶାସ୍ତ୍ର ଅଛି, ସେମାନେ ସେମାନଙ୍କର କଥା ଶୁଣନ୍ତୁ।’

Gade chapit la Kopi




ଲୂକ ଲିଖିତ ସୁସମାଚାର 16:29
13 Referans Kwoze  

ସେମାନେ ଏସବୁ କରିବା ଉଚିତ୍ ନୁହେଁ, କାରଣ ଆରମ୍ଭରୁ ମୋଶାଙ୍କ ବ୍ୟବସ୍ଥା ପାଠ କରୁଥିବା ଲୋକେ ପ୍ରତି ନଗରରେ ଏବେ ମଧ୍ୟ ଅଛନ୍ତି ଏବଂ ତାହାଙ୍କର ବ୍ୟବସ୍ଥା ସମାଜଗୃହମାନଙ୍କରେ ପ୍ରତି ବିଶ୍ରାମବାରରେ ପାଠ କରାଯାଏ।”


ତା'ପରେ ଯୀଶୁ ଶାସ୍ତ୍ରମାନଙ୍କରେ ତାହାଙ୍କ ବିଷୟରେ ଯାହାସବୁ ଲେଖା ଯାଇଥିଲା, ସେଗୁଡ଼ିକୁ ଗୋଟି ଗୋଟି କରି ବୁଝାଇବାକୁ ଲାଗିଲେ। ଯୀଶୁ ମୋଶାଙ୍କ ପୁସ୍ତକରୁ ଆରମ୍ଭ କରି ଅନ୍ୟ ଭବିଷ୍ୟ‌ଦ୍‌ବକ୍ତାମାନଙ୍କ ପର୍ଯ୍ୟନ୍ତ ସମସ୍ତେ ତାହାଙ୍କ ବିଷୟରେ ଯାହାସବୁ କହିଥିଲେ, ସେଗୁଡ଼ିକ ବୁଝାଇ ଦେଲେ।


“ମୋଶାଙ୍କ ନିୟମ ଓ ଭବିଷ୍ୟ‌ଦ୍‌ବକ୍ତାମାନଙ୍କ ଲେଖା ଅନୁସାରେ ଲୋକମାନେ ଜୀବନଯାପନ କରନ୍ତୁ ବୋଲି ପରମେଶ୍ୱର ଗ୍ଭହିଁଲେ। କିନ୍ତୁ ବାପ୍ତିଜକ ଯୋହନ ଆସିବା ପରଠାରୁ ପରମେଶ୍ୱରଙ୍କ ରାଜ୍ୟରେ ପ୍ରବେଶ କରିବା ପାଇଁ ଅନେକ ଲୋକ ଅକ୍ଳାନ୍ତ ଚେଷ୍ଟା କରୁଛନ୍ତି।


ତୁମ୍ଭେମାନେ ସଦାପ୍ରଭୁଙ୍କ ପୁସ୍ତକରୁ ଅନୁସନ୍ଧାନ କରି ପାଠ କର। ସେଥିରେ ଲିଖିତ ଅଛି ସେମାନଙ୍କ ମଧ୍ୟରୁ କେହି ଅନୁପସ୍ଥିତ ରହିବେ ନାହିଁ। କେହି ନିଜର ସଙ୍ଗିନୀକୁ ଛାଡ଼ିବ ନାହିଁ। କାରଣ ମୋର ମୁଖଦ୍ୱାରା ଏହି ଆଜ୍ଞା କରିଛନ୍ତି ଓ ତାଙ୍କର ଆତ୍ମା ସେମାନଙ୍କୁ ସଂଗ୍ରହ କରିଛି।


ତୁମ୍ଭେମାନେ ଚୁକ୍ତି ଅନୁସାରେ ପ୍ରଭୁଙ୍କ ଶିକ୍ଷାସମୂହକୁ ଅନୁସରଣ କର। ତୁମ୍ଭେମାନେ ଯଦି ସେ ଆଦେଶକୁ ଅନୁସରଣ ନ କରିବ ତେବେ ତୁମ୍ଭେମାନେ ଭୁଲ୍ ପଥରେ ଯିବ। ସେହି ଭୁଲ ଆଦେଶ ଆଗତ ଭବିଷ୍ୟତ କହୁଥିବା ବ୍ୟକ୍ତି ଗୁଣିଆମାନଙ୍କଠାରୁ ଆସିଛି। ସେ ଆଦେଶ ନିରର୍ଥକ। ତୁମ୍ଭେମାନେ ତାହା ଅନୁସରଣ କଲେ କିଛି ଲାଭ ତୁମ୍ଭମାନଙ୍କର ହେବ ନାହିଁ।


ଭବିଷ୍ୟ‌ଦ୍‌ବକ୍ତା ଯିଶାଇୟଙ୍କ ପୁସ୍ତକ ତାହାଙ୍କୁ ଦିଆଯାଇଥିଲା। ଯୀଶୁ ପୁସ୍ତକ ଖୋଲି ଯେଉଁ ଜାଗାରେ ଏହା ଲେଖାଥିଲା, ତାହା ପାଇଲେ:


ପୁଣି ସଦାପ୍ରଭୁ କହନ୍ତି, “ତୁମ୍ଭେମାନେ ଛକସ୍ଥାନରେ ଛିଡ଼ା ହୋଇ ଦେଖ, ଆଉ ପୁରାତନ ପଥ ବିଷୟରେ ପ୍ରଗ୍ଭର କରି କୁହ, ଉତ୍ତମ ପଥ କାହିଁ? ଆଉ ସେହି ପଥରେ ଗମନ କର, ତାହାହେଲେ ତୁମ୍ଭେମାନେ ନିଜ ନିଜ ପ୍ରାଣରେ ବିଶ୍ରାମ ପାଇବ। ମାତ୍ର ସେମାନେ କହିଲେ, ‘ଆମ୍ଭେମାନେ ସେ ପଥରେ ଗମନ କରିବୁ ନାହିଁ।’


ଏବେ ମଧ୍ୟ ତୁମ୍ଭମାନଙ୍କ ଭିତରୁ କେତେକ ବ୍ୟବସ୍ଥା ଅଧୀନରେ ରହିବାକୁ ଇଚ୍ଛା କରୁଛ। ତୁମ୍ଭେମାନେ ଜାଣ କି ବ୍ୟବସ୍ଥା କ’ଣ କୁହେ?


Swiv nou:

Piblisite


Piblisite