Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 16:30 - ପବିତ୍ର ବାଇବଲ

30 ଧନୀ ଲୋକଟି କହିଲା, ‘ନା, ପିତା ଅବ୍ରହାମ! ଯଦି ମରି ଯାଇଥିବା ଲୋକମାନଙ୍କ ଭିତରୁ କେହି ଜଣେ ତାହାଙ୍କ ପାଖକୁ ଯାଏ, ତେବେ ସେମାନେ ବିଶ୍ୱାସ କରିବେ ଓ ସେମାନଙ୍କର ହୃଦୟ ଓ ଜୀବନକୁ ପରିବର୍ତ୍ତନ କରିବେ।’

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

30 ସେଥିରେ ସେ କହିଲା, ହେ ପିତା ଅବ୍ରହାମ, ତାହା ଯଥେଷ୍ଟ ନୁହେଁ, ମାତ୍ର ଯଦି ମୃତମାନଙ୍କ ପାଖରୁ ଜଣେ ସେମାନଙ୍କ ନିକଟକୁ ଯିବ, ତାହାହେଲେ ସେମାନେ ମନ ପରିବର୍ତ୍ତନ କରିବେ।

Gade chapit la Kopi

ଓଡିଆ ବାଇବେଲ

30 ସେଥିରେ ସେ କହିଲେ, ହେ ପିତା ଅବ୍ରାହାମ, ତାହା ଯଥେଷ୍ଟ ନୁହେଁ, ମାତ୍ର ଯଦି ମୃତମାନଙ୍କ ପାଖରୁ ଜଣେ ସେମାନଙ୍କ ନିକଟକୁ ଯିବ, ତାହାହେଲେ ସେମାନେ ମନ ପରିବର୍ତ୍ତନ କରିବେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

30 ଧନୀ ଲୋକଟି ଉତ୍ତର ଦେଲା, ‘ହେ ପିତା ଅବ୍ରାହମ, ସେତିକି ଯଥେଷ୍ଟ ନୁହେଁ। କିନ୍ତୁ ଯଦି କେହି ମୃତ୍ୟୁରୁ ଉତ୍ଥିତ ହୋଇ ସେମାନଙ୍କ ନିକଟକୁ ଯିବ, ତେବେ ସେମାନେ ସେମାନଙ୍କ ପାପରୁ ମନ ଫେରାଇବେ।’

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 ସେଥିରେ ସେ କହିଲେ, ‘ହେ ପିତା ଅବ୍ରହାମ, ତାହା ଯଥେଷ୍ଟ ନୁହେଁ, ମାତ୍ର ଯଦି ମୃତମାନଙ୍କ ପାଖରୁ ଜଣେ ସେମାନଙ୍କ ନିକଟକୁ ଯିବ, ତାହାହେଲେ ସେମାନେ ମନ-ପରିବର୍ତ୍ତନ କରିବେ।’

Gade chapit la Kopi




ଲୂକ ଲିଖିତ ସୁସମାଚାର 16:30
7 Referans Kwoze  

ସେ ଡାକିଲା, ‘ପିତା ଅବ୍ରହାମ, ମୋତେ ଦୟା କର। ମୋ’ ପାଖକୁ ଲାଜାରକୁ ପଠାଅ। ସେ ତା’ ଅଙ୍ଗୁଳି ଟିପକୁ ପାଣିରେ ବୁଡ଼େଇ ମୋ’ ଜିଭରେ ଟୋପାଏ ଟୋପାଏ ପାଣି ଦେଉ। ମୁଁ ଏହି ନିଆଁରେ ବହୁତ ଯନ୍ତ୍ରଣା ଭୋଗ କରୁଛି।’


ନା, ସେମାନେ ତା’ ନ ଥିଲେ। ମୁଁ କିନ୍ତୁ ତୁମ୍ଭମାନଙ୍କୁ କହୁଛି ଯେ, ତୁମ୍ଭେମାନେ ଯଦି ତୁମ୍ଭମାନଙ୍କର ହୃଦୟ ଓ ଜୀବନଯାପନ ପ୍ରଣାଳୀରେ ପରିବର୍ତ୍ତନ ନ ଆଣିବ, ତେବେ ତୁମ୍ଭେମାନେ ସବୁ ବିନଷ୍ଟ ହେବ।”


ତୁମ୍ଭେମାନେ ପ୍ରକୃତରେ ନିଜ ହୃଦୟ ଓ ଜୀବନ ପରିବର୍ତ୍ତନ କରିଛ ବୋଲି ତୁମ୍ଭମାନଙ୍କୁ ନିଜ କାର୍ଯ୍ୟ ଦ୍ୱାରା ପ୍ରମାଣିତ କରିବାକୁ ହେବ। ଗର୍ବ କରି କୁହ ନାହିଁ ଯେ ‘ଅବ୍ରହାମ ଆମ୍ଭମାନଙ୍କର ପିତା।’ ମୁଁ ତୁମ୍ଭମାନଙ୍କୁ କହୁଛି ଯେ, ପରମେଶ୍ୱର ଅବ୍ରହାମଙ୍କ ପାଇଁ ଏହି ପଥରଗୁଡ଼ିକରୁ ମଧ୍ୟ ସନ୍ତାନ ସୃଷ୍ଟି କରିପାରନ୍ତି।


ନା, ସେମାନେ ତାହା ନ ଥିଲେ। କିନ୍ତୁ ତୁମ୍ଭେମାନେ ଯଦି ତୁମ୍ଭର ହୃଦୟ ଓ ଜୀବନଯାପନ ପ୍ରଣାଳୀରେ ପରିବର୍ତ୍ତନ ନ ଆଣିବ ତେବେ ତୁମ୍ଭେମାନେ ମଧ୍ୟ ସେହି ଲୋକମାନଙ୍କ ଭଳି ଧ୍ୱଂସ ପାଇଯିବ।


“କିନ୍ତୁ ଅବ୍ରହାମ ତାହାକୁ କହିଲେ, ‘ନା, ଯଦି ତୁମ୍ଭ ଭାଇମାନେ ମୋଶା ଓ ଭବିଷ୍ୟ‌ଦ୍‌ବକ୍ତାଙ୍କ କଥା ଶୁଣିବେ ନାହିଁ, ତେବେ ସେମାନେ ମୃତ୍ୟୁରୁ ଫେରି ଆସି ଥିବା କୌଣସି ଲୋକଙ୍କ କଥା ମଧ୍ୟ ଶୁଣିବେ ନାହିଁ।’”


ଯୀଶୁ କହିଲେ, “ଏ ଲୋକଟି ପ୍ରକୃତରେ ଜଣେ ଭଲ ମଣିଷ। ସେ ଅବ୍ରହାମଙ୍କର ଉପଯୁକ୍ତ ସନ୍ତାନ। ତେଣୁ ଆଜି ସେ ନିଜ ପାପରୁ ଉଦ୍ଧାର ପାଇଗଲେ।


Swiv nou:

Piblisite


Piblisite