Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 17:21 - ପବିତ୍ର ବାଇବଲ

21 ଲୋକମାନେ କହିବେ ନାହିଁ ଯେ, ‘ହେଇ ଦେଖ, ପରମେଶ୍ୱରଙ୍କ ରାଜ୍ୟ ଏଠାରେ ଅଛି କିମ୍ବା ସେଠାରେ ଅଛି। ନା, ପରମେଶ୍ୱରଙ୍କ ରାଜ୍ୟ ତୁମ୍ଭମାନଙ୍କ ନିଜ ଭିତରେ ଅଛି।’”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 କିମ୍ଵା ଦେଖ, ଏଠାରେ ବା ସେଠାରେ ବୋଲି ଲୋକେ କହିବେ ନାହିଁ; କାରଣ ଦେଖ, ଈଶ୍ଵରଙ୍କ ରାଜ୍ୟ ତୁମ୍ଭମାନଙ୍କ ମଧ୍ୟରେଜଜ ଅଛି।

Gade chapit la Kopi

ଓଡିଆ ବାଇବେଲ

21 କିମ୍ବା ଦେଖ, ଏଠାରେ ବା ସେଠାରେ ବୋଲି ଲୋକ କହିବେ ନାହିଁ; କାରଣ ଦେଖ, ଈଶ୍ୱରଙ୍କ ରାଜ୍ୟ ତୁମ୍ଭମାନଙ୍କ ମଧ୍ୟରେ ଅଛି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

21 କେହି କହି ପାରିବେ ନାହିଁ, ‘ଦେଖ, ତାହା ଏଠାରେ ଅଛି, ଅବା ‘ସେଠାରେ ଅଛି।’ ଈଶ୍ୱରଙ୍କ ରାଜ୍ୟର ପ୍ରତିଷ୍ଠା ତୁମ ହୃଦୟରେ ହୁଏ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 କିମ୍ବା ଦେଖ, ଏଠାରେ ବା ସେଠାରେ ବୋଲି ଲୋକ କହିବେ ନାହିଁ; କାରଣ ଦେଖ, ଈଶ୍ବରଙ୍କ ରାଜ୍ୟ ତୁମ୍ଭମାନଙ୍କ ମଧ୍ୟରେ ଅଛି।”

Gade chapit la Kopi




ଲୂକ ଲିଖିତ ସୁସମାଚାର 17:21
10 Referans Kwoze  

ମୁଁ କିନ୍ତୁ ଭୂତମାନଙ୍କୁ ପରମେଶ୍ୱରଙ୍କ ଆତ୍ମାର ଶକ୍ତି ସାହାଯ୍ୟରେ ତଡ଼ି ଦେଉଛି। ତେଣୁ ଏଥିରୁ ପ୍ରମାଣିତ ହେଉଛି ଯେ, ପରମେଶ୍ୱରଙ୍କ ରାଜ୍ୟ ତୁମ୍ଭ ନିକଟରେ ପୂରାପୂରି ଆସି ପହଞ୍ଚିଗଲାଣି।


ପ୍ରଭୁଙ୍କ ରାଜ୍ୟରେ ଖାଇବା ପିଇବା ଅଧିକ ଗୁରୁତ୍ୱ ନୁହେଁ। ସେଠାରେ ମହତ୍ତ୍ୱପୂର୍ଣ୍ଣ କଥା ହେଲା, ପରମେଶ୍ୱରଙ୍କ ସହିତ ଧାର୍ମିକ ଜୀବନ କାଟିବା, ଶାନ୍ତି ଓ ପବିତ୍ରଆତ୍ମାରେ ଆନନ୍ଦ କରିବା।


“ସେହି ଦିନମାନଙ୍କରେ କେତେକ ଲୋକ ତୁମ୍ଭମାନଙ୍କୁ କହି ପାରନ୍ତି ଯେ, ‘ଦେଖ ଏଠାରେ ଯୀଶୁ ଅଛନ୍ତି’ କିମ୍ବା’ ଦେଖ ସେଠାରେ ସେ ଅଛନ୍ତି’ ତୁମ୍ଭେ କିନ୍ତୁ ସେମାନଙ୍କୁ ବିଶ୍ୱାସ କରିବ ନାହିଁ।


ଏହି ମହାନ୍ ସତ୍ୟଟି ସମସ୍ତଙ୍କ ପାଇଁ ଅଟେ। ପରମେଶ୍ୱର ଏହି ମହାନ୍ ଓ ବୈଭବପୂର୍ଣ୍ଣ ସତ୍ୟକୁ ନିଜ ଲୋକଙ୍କୁ ଜଣାଇ ଦେବା ପାଇଁ ସ୍ଥିର କଲେ। ଏହି ସତ୍ୟ ସ୍ୱୟଂ ତୁମ୍ଭମାନଙ୍କ ଭିତରେ ଥିବା ଖ୍ରୀଷ୍ଟ ନିଜେ ଅଟନ୍ତି। ପରମେଶ୍ୱରଙ୍କ ମହିମା ପ୍ରାପ୍ତ କରିବା ପାଇଁ, ସେ ହେଉଛନ୍ତି ଆମ୍ଭର ଏକମାତ୍ର ଭରସା।


ଯୀଶୁ କହିଲେ, “ସାବଧାନ! ଭ୍ରାନ୍ତହୁଅ ନାହିଁ। ମୋ’ ନାମ ବ୍ୟବହାର କରି ଅନେକ ଲୋକ ଆସିବେ। ସେମାନେ କହିବେ, ‘ମୁଁ ଖ୍ରୀଷ୍ଟ’ ଏବଂ ‘ଉପଯୁକ୍ତ ସମୟ ଆସିଯାଇଛି।’ କିନ୍ତୁ ତୁମ୍ଭେମାନେ ସେମାନଙ୍କୁ ଅନୁସରଣ କରିବ ନାହିଁ।


ଲୋକମାନେ ତୁମ୍ଭମାନଙ୍କୁ କହିବେ, ‘ଦେଖ ତାହା ସେଠାରେ!’ ‘ଦେଖ, ତାହା ଏଠାରେ! କିନ୍ତୁ ତୁମ୍ଭେମାନେ ଯେଉଁଠି ଅଛ ସେହିଠାରେ ରୁହ। ବାହାରକୁ ଯାଇ ଖୋଜ ନାହିଁ।


ଯୋହନ ଉତ୍ତର ଦେଲେ, “ମୁଁ ଲୋକମାନଙ୍କୁ ଜଳରେ ବାପ୍ତିସ୍ମ ଦେବା ପାଇଁ ଅଧିକାର ପାଇଅଛି। କିନ୍ତୁ ତୁମ୍ଭ ସହିତ ଏଠାରେ ଏପରି ଜଣେ ବ୍ୟକ୍ତି ଅଛନ୍ତି ଯାହାଙ୍କୁ ତୁମ୍ଭେ ଜାଣି ନାହଁ।


ଯୀଶୁ କହିଲେ, “ମୋର ରାଜ୍ୟ ଏ ଜଗତର ନୁହେଁ। ଯଦି ଏହା ଜଗତର ହୋଇଥା'ନ୍ତା, ତେବେ ମୋର ଦାସମାନେ ଯୁଦ୍ଧ କରିଥାଆନ୍ତେ ଓ ମୋତେ ଯିହୂଦୀମାନେ ଧରିପାରି ନ ଥା'ନ୍ତେ। କିନ୍ତୁ ମୋ’ ରାଜ୍ୟ ଅନ୍ୟ ଏକ ସ୍ଥାନରେ।”


Swiv nou:

Piblisite


Piblisite