Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 17:34 - ପବିତ୍ର ବାଇବଲ

34 ମୁଁ ଫେରି ଆସିବା ସମୟରେ ଗୋଟିଏ କୋଠରିରେ ହୁଏତ ସେହି ରାତିରେ ଦୁଇଜଣ ଲୋକ ଶୋଇଥାଇ ପାରନ୍ତି, କିନ୍ତୁ ସେମାନଙ୍କ ମଧ୍ୟରୁ ଜଣକୁ ନିଆ ହେବ ଓ ଅନ୍ୟ ଜଣକୁ ଛାଡ଼ି ଦିଆଯିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

34 ମୁଁ ତୁମ୍ଭମାନଙ୍କୁ କହୁଅଛି, ସେହି ରାତ୍ରିରେ ଦୁଇ ଜଣ ଗୋଟିଏ ଶଯ୍ୟାରେ ଥିବେ, ଜଣକୁ ଗ୍ରହଣ କରାଯିବ ଓ ଅନ୍ୟ ଜଣକୁ ପରିତ୍ୟାଗ କରାଯିବ।

Gade chapit la Kopi

ଓଡିଆ ବାଇବେଲ

34 ମୁଁ ତୁମ୍ଭମାନଙ୍କୁ କହୁଅଛି, ସେହି ରାତିରେ ଦୁଇ ଜଣ ଗୋଟିଏ ଖଟରେ ଶୋଇଥିବେ, ଜଣକୁ ନିଆଯିବ ଓ ଅନ୍ୟ ଜଣକୁ ଛଡ଼ାଯିବ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

34 ମୁଁ କହୁଛି, ସେହି ରାତ୍ରିରେ ଗୋଟିଏ ଶଯ୍ୟାରେ ଦୁଇ ଜଣ ଶୋଇଥିବେ; ଜଣକୁ ଗ୍ରହଣ କରି ନିଆଯିବ ଓ ଅନ୍ୟ ଜଣକ ପରିତ୍ୟକ୍ତ ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

34 ମୁଁ ତୁମ୍ଭମାନଙ୍କୁ କହୁଅଛି, ସେହି ରାତିରେ ଦୁଇ ଜଣ ଗୋଟିଏ ଖଟରେ ଶୋଇଥିବେ, ଜଣକୁ ନିଆଯିବ ଓ ଅନ୍ୟ ଜଣକୁ ଛଡ଼ାଯିବ।

Gade chapit la Kopi




ଲୂକ ଲିଖିତ ସୁସମାଚାର 17:34
18 Referans Kwoze  

ପରମେଶ୍ୱର ଏହି ସମସ୍ତ କାର୍ଯ୍ୟ କଲେ। ଅତଏବ ଯେଉଁମାନେ ତାହାଙ୍କୁ ସେବା କରୁଛନ୍ତି, ପ୍ରଭୁ ସର୍ବଦା ସେମାନଙ୍କୁ ରକ୍ଷା କରିବେ। ସମସ୍ୟାରେ ପଡ଼ିଥିଲାବେଳେ ସେ ସେମାନଙ୍କୁ ରକ୍ଷା କରିବେ। ଏହା ସହିତ, ପ୍ରଭୁ ମନ୍ଦ ଲୋକମାନଙ୍କୁ ବିଗ୍ଭର ଦିନରେ ଦଣ୍ଡ ଦେବେ।


ଏ ଗୁଡ଼ିକ ଘଟିବା ପୂର୍ବରୁ ମୁଁ ତୁମ୍ଭକୁ ଚେତାବନୀ ଦେଉଛି।


ଯୀଶୁ କହିଲେ, “ତୁମ୍ଭେମାନେ ଅଣଓସାରିଆ ଦ୍ୱାର ଦେଇ ସ୍ୱର୍ଗରାଜ୍ୟରେ ପ୍ରବେଶ କରିବା ପାଇଁ କଠିନ ପରିଶ୍ରମ କର। ଅନେକ ଲୋକ ସେଠାରେ ପ୍ରବେଶ କରିବାକୁ ଚେଷ୍ଟା କରିବେ। କିନ୍ତୁ ସେମାନେ ପ୍ରବେଶ କରିବାକୁ ସମର୍ଥ ହେବେ ନାହିଁ।


ତେଣୁ ସାବଧାନ ରହିବ। ଏ ସବୁ ଘଟିବାର ଯଥେଷ୍ଟ ପୂର୍ବରୁ ମୁଁ ତୁମ୍ଭମାନଙ୍କୁ ଚେତେଇ ଦେଉଛି।


ହେ ବାରୂକ, ତୁମ୍ଭେ ନିଜ ପାଇଁ ମହାନ ବିଷୟ ଖୋଜୁଅଛ। କିନ୍ତୁ ତାହା ଚେଷ୍ଟା କର ନାହିଁ।’ କାରଣ ସଦାପ୍ରଭୁ କହନ୍ତି, ‘ଦେଖ, ଆମ୍ଭେ ସମଗ୍ର ପ୍ରାଣୀ ଉପରେ ଅମଙ୍ଗଳ ଘଟାଇବା। ମାତ୍ର ତୁମ୍ଭେ ଯେଉଁ ଯେଉଁ ସ୍ଥାନକୁ ଯିବ ଆମ୍ଭେ ସେସବୁ ସ୍ଥାନରେ ତୁମ୍ଭର ପ୍ରାଣ ରକ୍ଷା କରିବା।”’


ଦେଖ, ଆଦ୍ୟ ବିଷୟ ସିଦ୍ଧ ହେଲା। ଆଉ ଆମ୍ଭେ ନୂତନ ବିଷୟମାନ ପ୍ରକାଶ କରୁ। ଭବିଷ୍ୟତରେ କ’ଣ କ’ଣ ଘଟିବ, ତାହା ତୁମ୍ଭକୁ ଜଣାଉ।”


ହେ ସଦାପ୍ରଭୁ, ମୋତେ ସେହି ଦୁଷ୍ଟ ଲୋକଙ୍କ ମଧ୍ୟରୁ ଜଣେ ବୋଲି ଗଣ ନାହିଁ। ସେହି ଲୋକମାନେ ତାଙ୍କର ପଡ଼ୋଶୀମାନଙ୍କୁ “ଶାନ୍ତିର ସନ୍ଦେଶ” ଶୁଣାନ୍ତି କିନ୍ତୁ ହୃଦୟ ମଧ୍ୟରେ ସେମାନେ ସେହି ପଡ଼ୋଶୀମାନଙ୍କ ବିରୁଦ୍ଧରେ ମନ୍ଦ ଯୋଜନା କରୁଥା’ନ୍ତି।


ହେ ସଦାପ୍ରଭୁ, ମୋତେ ସେହି ପାପୀମାନଙ୍କ ସଙ୍ଗେ ତୁଳନା କର ନାହିଁ। ମୋତେ ସେହି ହତ୍ୟାକାରୀମାନଙ୍କ ସହିତ ମାର ନାହିଁ।


ନା, ସେମାନେ ତା’ ନ ଥିଲେ। ମୁଁ କିନ୍ତୁ ତୁମ୍ଭମାନଙ୍କୁ କହୁଛି ଯେ, ତୁମ୍ଭେମାନେ ଯଦି ତୁମ୍ଭମାନଙ୍କର ହୃଦୟ ଓ ଜୀବନଯାପନ ପ୍ରଣାଳୀରେ ପରିବର୍ତ୍ତନ ନ ଆଣିବ, ତେବେ ତୁମ୍ଭେମାନେ ସବୁ ବିନଷ୍ଟ ହେବ।”


ନା, ସେମାନେ ତାହା ନ ଥିଲେ। କିନ୍ତୁ ତୁମ୍ଭେମାନେ ଯଦି ତୁମ୍ଭର ହୃଦୟ ଓ ଜୀବନଯାପନ ପ୍ରଣାଳୀରେ ପରିବର୍ତ୍ତନ ନ ଆଣିବ ତେବେ ତୁମ୍ଭେମାନେ ମଧ୍ୟ ସେହି ଲୋକମାନଙ୍କ ଭଳି ଧ୍ୱଂସ ପାଇଯିବ।


ପିତର କହିଲେ, “ଅନ୍ୟ ସମସ୍ତ ଶିଷ୍ୟ ହୁଏତ ସେମାନଙ୍କ ବିଶ୍ୱାସ ହରେଇ ପାରନ୍ତି। କିନ୍ତୁ ମୁଁ ମୋର ବିଶ୍ୱାସ କଦାପି ହରେଇବି ନାହିଁ।”


“ଯେଉଁ ଲୋକ ନିଜ ଜୀବନ ରକ୍ଷା କରିବାକୁ ଚେଷ୍ଟା କରିବ, ସେ ତାହା ହରେଇ ବସିବ। କିନ୍ତୁ ଯେଉଁ ଲୋକ ତା’ ଜୀବନ ପରିତ୍ୟାଗ କରିବ, ସେ ତାହା ରକ୍ଷା କରିବ।


ହୁଏତ ଦୁଇଜଣ ସ୍ତ୍ରୀଲୋକ ଏକତ୍ର ଚକିରେ ଶସ୍ୟ ଦାନା ପେଶୁ ଥାଇ ପାରନ୍ତି, କିନ୍ତୁ ସେମାନଙ୍କ ମଧ୍ୟରୁ ଜଣକୁ ନେଇ ନିଆଯିବ ଓ ଅନ୍ୟ ଜଣକୁ ଛାଡ଼ି ଦିଆଯିବ।”


Swiv nou:

Piblisite


Piblisite