Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 18:22 - ପବିତ୍ର ବାଇବଲ

22 ଏ କଥା ଶୁଣି ଯୀଶୁ ସେହି ନେତାଙ୍କୁ କହିଲେ, “ତଥାପି ଏ ପର୍ଯ୍ୟନ୍ତ ଆଉ ଗୋଟିଏ କଥା ତୁମ୍ଭର କରିବାକୁ ବାକିଅଛି। ତୁମ୍ଭର ଯାହା ଅଛି ସବୁ ବିକି ଦେଇ ଗରିବଙ୍କୁ ବାଣ୍ଟିଦିଅ। ତୁମ୍ଭକୁ ସ୍ୱର୍ଗରେ ପୁରସ୍କାର ମିଳିବ। ତା'ପରେ ତୁମ୍ଭେ ଆସ ଓ ମୋର ଅନୁସରଣ କର।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ଯୀଶୁ ଏହା ଶୁଣି ତାଙ୍କୁ କହିଲେ, ତୁମ୍ଭର ଆଉ ଗୋଟିଏ ବିଷୟ ଊଣା ଅଛି; ତୁମ୍ଭେ ଆପଣାର ସର୍ବସ୍ଵ ବିକ୍ରୟ କରି ଦରିଦ୍ରମାନଙ୍କୁ ବିତରଣ କର, ଆଉ ତୁମ୍ଭେ ସ୍ଵର୍ଗରେ ଧନ ପାଇବ; ପୁଣି, ଆସି ମୋହର ଅନୁଗମନ କର।

Gade chapit la Kopi

ଓଡିଆ ବାଇବେଲ

22 ଯୀଶୁ ଏହା ଶୁଣି ତାହାଙ୍କୁ କହିଲେ, ତୁମ୍ଭର ଆଉ ଗୋଟିଏ ବିଷୟ ଉଣା ଅଛି; ତୁମ୍ଭେ ନିଜର ସବୁ ବିକି ଦେଇ ଗରିବମାନଙ୍କୁ ବାଣ୍ଟିଦିଅ, ଆଉ ତୁମ୍ଭେ ସ୍ୱର୍ଗରେ ଧନ ପାଇବ; ପୁଣି, ଆସି ମୋହର ଅନୁଗମନ କର ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

22 ଯୀଶୁ ଏହା ଶୁଣି କହିଲେ, “ତଥାପି ତୁମକୁ ଆଉ ଗୋଟିଏ ବିଷୟ କରିବାକୁ ହେବ। ତୁମର ଯାହା କିଛି ଅଛି, ସେସବୁ ବିକ୍ରୟ କରି ଦରିଦ୍ରମାନଙ୍କୁ ଦାନ କର, ତେବେ ସ୍ୱର୍ଗରେ ତୁମେ ଧନ ପାଇବ; ତା’ପରେ ଆସି ମୋର ଅନୁଗମନ କର।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ଯୀଶୁ ଏହା ଶୁଣି ତାହାଙ୍କୁ କହିଲେ, “ତୁମ୍ଭର ଆଉ ଗୋଟିଏ ବିଷୟ ଉଣା ଅଛି; ତୁମ୍ଭେ ନିଜର ସବୁ ବିକି ଦେଇ ଗରିବମାନଙ୍କୁ ବାଣ୍ଟିଦିଅ, ଆଉ ତୁମ୍ଭେ ସ୍ୱର୍ଗରେ ଧନ ପାଇବ; ପୁଣି, ଆସି ମୋହର ଅନୁଗମନ କର।”

Gade chapit la Kopi




ଲୂକ ଲିଖିତ ସୁସମାଚାର 18:22
16 Referans Kwoze  

ତେଣୁ ତୁମ୍ଭେମାନେ ନିଜର ସମସ୍ତ ସମ୍ପତ୍ତି ବିକି ଦେଇ ସେହି ଟଙ୍କା ଗରିବ ଲୋକଙ୍କ ମଧ୍ୟ ବାଣ୍ଟିଦିଅ। ଏ ସଂସାରର ଧନସମ୍ପତ୍ତି ସବୁଦିନ ପାଇଁ ରହିବ ନାହିଁ। ତେଣୁ ସବୁଦିନ ରହି ପାରୁଥିବା ଧନସମ୍ପତ୍ତି ସଂଗ୍ରହ କରା ନିଜ ପାଇଁ ସ୍ୱର୍ଗରେ ଧନସମ୍ପତ୍ତି ସଂଗ୍ରହ କର। ଏହା ଚିରକାଳ ରହିବ। ସ୍ୱର୍ଗରେ ତୁମ୍ଭମାନଙ୍କ ସମ୍ପତ୍ତିକୁ କେହି ଗ୍ଭେରେଇ ନେଇ ପାରିବ ନାହିଁ କି ତାକୁ କୀଟ ନଷ୍ଟ କରି ପାରିବ ନାହିଁ।


ଯୀଶୁ କହିଲେ, “ଯଦି ତୁମ୍ଭେ ସିଦ୍ଧ ହେବାକୁ ଗ୍ଭହୁଁଛ, ତେବେ ଯାଅ ଏବଂ ତୁମ୍ଭ ପାଖରେ ଥିବା ସବୁକିଛି ବିକି ସେ ଧନ ଗରିବମାନଙ୍କୁ ବାଣ୍ଟିଦିଅ। ତା'ହେଲେ ସ୍ୱର୍ଗରେ ତୁମ୍ଭକୁ ଅପାର ଧନ ମିଳି ପାରିବ। ତା'ପରେ ଆସ ଓ ମୋର ଅନୁସରଣ କର।”


“ମୁଁ ତୁମ୍ଭମାନଙ୍କୁ କହୁଛି ଯେ, ତୁମ୍ଭମାନଙ୍କର ଯାହାସବୁ ଅଛି ସେଥିରେ ପରମେଶ୍ୱରଙ୍କ ସହିତ ମିତ୍ରତା ସ୍ଥାପନ କର। ତେଣୁ ଯେତେବେଳେ ଏ ଜାଗତିକ ଧନ ସରିଯିବ, ସେତେବେଳେ ଚିରନ୍ତନ ନିବାସରେ ତୁମ୍ଭମାନଙ୍କୁ ସ୍ୱାଗତ କରାଯିବ।


କିନ୍ତୁ ଗୋଟିଏ ଜିନିଷ ସବୁଠାରୁ ମହତ୍ତ୍ୱପୂର୍ଣ୍ଣ। ମରିୟମ ନିଜ ପାଇଁ ଠିକ୍ ଜିନିଷଟି ପସନ୍ଦ କରିଛି ଏବଂ ଏହା ତା'ଠାରୁ ଛଡ଼େଇ ନିଆଯିବ ନାହିଁ।”


ପ୍ରିୟ ମିତ୍ରଗଣ, କିନ୍ତୁ ଏହି ବିଶେଷ କଥା ଭୁଲ୍ ନାହିଁ, ପରମେଶ୍ୱରଙ୍କ ଲାଗି ଗୋଟିଏ ଦିନ ହଜାର ବର୍ଷ ଭଳି ଓ ହଜାର ବର୍ଷ ଗୋଟିଏ ଦିନ ଭଳି ଅଟେ।


ଭାଇ ଓ ଭଉଣୀମାନେ! ମୁଁ ଜାଣେ ଯେ ମୁଁ ଏପର୍ଯ୍ୟନ୍ତ ସେହି ଲକ୍ଷ୍ୟ ସ୍ଥଳକୁ ଯାଇ ପାରି ନାହିଁ। କିନ୍ତୁ ମୁଁ ସବୁବେଳେ ଏହି ଗୋଟିଏ କାର୍ଯ୍ୟ କରେ: ମୁଁ ଅତୀତର ବିଷୟସବୁ ଭୁଲି, ମୋ’ ଆଗରେ ଥିବା ଲକ୍ଷ୍ୟକୁ ଆଖିରେ ରଖି ଲକ୍ଷ୍ୟସ୍ଥଳରେ ପହଞ୍ଚିବା ପାଇଁ କଠିନ ପରିଶ୍ରମ କରେ।


ଯୀଶୁ ପୁଣି ସେମାନଙ୍କୁ କହିବାକୁ ଲାଗିଲେ, “ଯଦି କେହି ମୋର ଅନୁସରଣ କରିବାକୁ ଗ୍ଭହୁଁଥାଏ, ତେବେ ତାହାକୁ ନିଜର ସମସ୍ତ କାମନା ତ୍ୟାଗ କରିବାକୁ ପଡ଼ିବ। ପ୍ରତିଦିନ ତାହାକୁ ଦିଆଯାଇଥିବା କ୍ରୁଶକୁ ଗ୍ରହଣ କରିବାକୁ ହେବ, ଏବଂ ସେ ମୋର ଅନୁସରଣ କରିବ।


ମୁଁ ସଦାପ୍ରଭୁଙ୍କଠାରେ ଗୋଟିଏ ମାତ୍ର ବିଷୟ ପ୍ରାର୍ଥନା କରେ, “ଯେପରି ମୋର ଜୀବନସାରା ସଦାପ୍ରଭୁଙ୍କ ଉପାସନା ମନ୍ଦିରରେ ବସିବାକୁ ସୁଯୋଗ ପାଏ, ଯାହା ଫଳରେ କି ମୁଁ ସଦାପ୍ରଭୁଙ୍କ ସୌନ୍ଦର୍ଯ୍ୟକୁ ଦେଖି ପାରିବି ଓ ତାଙ୍କ ପ୍ରାସାଦକୁ ଦର୍ଶନ କରି ପାରିବି।”


କିନ୍ତୁ ଯିହୂଦୀ ନେତା ଜଣକ କହିଲେ, “ମୁଁ ମୋ’ ପିଲା ଦିନୁ ଏସବୁ ଆଜ୍ଞା ମାନିଆସିଛି।”


ନେତା ଜଣକ ଏହା ଶୁଣି ବହୁତ ମନ ଦୁଃଖ କଲେ। ସେ ବହୁତ ଧନୀ ଥିଲେ ଓ ନିଜ ଧନତକ ରଖିବାକୁ ଗ୍ଭହୁଁଥିଲେ।


Swiv nou:

Piblisite


Piblisite