Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 18:23 - ପବିତ୍ର ବାଇବଲ

23 ନେତା ଜଣକ ଏହା ଶୁଣି ବହୁତ ମନ ଦୁଃଖ କଲେ। ସେ ବହୁତ ଧନୀ ଥିଲେ ଓ ନିଜ ଧନତକ ରଖିବାକୁ ଗ୍ଭହୁଁଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 କିନ୍ତୁ ସେ ଏହି ସମସ୍ତ କଥା ଶୁଣି ଅତ୍ୟ; ଦୁଃଖିତ ହେଲେ, କାରଣ ସେ ଅତିଶୟ ଧନୀ ଥିଲେ।

Gade chapit la Kopi

ଓଡିଆ ବାଇବେଲ

23 କିନ୍ତୁ ସେ ଏହି ସମସ୍ତ କଥା ଶୁଣି ଅତ୍ୟନ୍ତ ଦୁଃଖିତ ହେଲେ, କାରଣ ସେ ଅତିଶୟ ଧନୀ ଥିଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

23 କିନ୍ତୁ ଲୋକଟି ଏ କଥା ଶୁଣି ଦୁଃଖିତ ହେଲା, କାରଣ ସେ ମହାଧନୀ ଥିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 କିନ୍ତୁ ସେ ଏହି ସମସ୍ତ କଥା ଶୁଣି ଅତ୍ୟନ୍ତ ଦୁଃଖିତ ହେଲେ, କାରଣ ସେ ଅତିଶୟ ଧନୀ ଥିଲେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 18:23
15 Referans Kwoze  

ଏବଂ ସେମାନେ ମୋ’ ଲୋକପରି ତୁମ୍ଭ ନିକଟକୁ ଆସନ୍ତି। ମୋ’ ଲୋକପରି ସେମାନେ ତୁମ୍ଭ ସମ୍ମୁଖରେ ବସନ୍ତି ଓ ତୁମ୍ଭ କଥା ଶୁଣନ୍ତି। କିନ୍ତୁ ସେମାନେ ମୋ’ କଥା ମାନନ୍ତି ନାହିଁ। କାରଣ ସେମାନେ କେବଳ ତାହା କରନ୍ତି, ଯାହା ସେମାନେ କରିବାକୁ ଗ୍ଭହାନ୍ତି। ଏବଂ ସେମାନଙ୍କ ହୃଦୟ ଅସାଧୁ ଲାଭ ପାଇଁ ଲୋଭି ଅଟେ।


ତୁମ୍ଭେମାନେ ସଂସାରକୁ ବା ସେଥିରେ ଥିବା ବିଷୟ ଗୁଡ଼ିକୁ ଭଲ ପାଅ ନାହିଁ। ଯଦି କେହି ସଂସାରକୁ ଭଲ ପାଏ, ତେବେ ପିତାଙ୍କ ପ୍ରେମ ତାହାଠାରେ ନାହିଁ।


“ସାବଧାନ ରୁହ। ତୁମ୍ଭେମାନେ ମଦ୍ୟପାନ କରି ମାତାଲ ହୋଇ ନିଜ ସମୟ ନଷ୍ଟ କର ନାହିଁ। ସାଂସାରିକ ବସ୍ତୁଗୁଡ଼ିକ ବିଷୟରେ ଅତ୍ୟଧିକ ଚିନ୍ତିତ ହୋଇ ପଡ଼ ନାହିଁ। ସେଭଳି କଲେ ତୁମ୍ଭେମାନେ ଜଡ଼ ହୋଇଯିବ ଓ ଉଚିତ୍ କଥା କେବେ ଭାବି ପାରିବ ନାହିଁ। ଏବଂ ତୁମ୍ଭେମାନେ ପ୍ରସ୍ତୁତ ନ ଥିବା ବେଳେ ଅନ୍ତିମକାଳ ଆସି ଯାଇପାରେ।


ଯୀଶୁ କହିଲେ, “ସାବଧାନର ସହିତ ସମସ୍ତ ପ୍ରକାର ଲୋଭରୁ ନିଜକୁ ଦୂରରେ ରଖ। ନିଜର ଅଧିକାରରେ ଥିବା ବିପୁଳ ସମ୍ପତ୍ତିରୁ କେହି କେବେ ଜୀବନ ପାଇ ପାରେ ନାହିଁ।”


“ଯେଉଁ ବୀଜ କଣ୍ଟା ବୁଦାରେ ପଡ଼ିଥିଲା, ତାହା ସେହି ଲୋକମାନଙ୍କ ଭଳି, ଯେଉଁମାନେ ପରମେଶ୍ୱରଙ୍କ ବାକ୍ୟ ଶୁଣନ୍ତି କିନ୍ତୁ ଚିନ୍ତା, ଧନ, ସମ୍ପତ୍ତି, ଜୀବନର ଭୋଗ ବିଳାସ ଆଦି ସେମାନଙ୍କୁ ବଢ଼ିବାରୁ ବାଧାଦିଏ। ତା’ ଫଳରେ ସେଥିରୁ ଭଲ ଫଳ ମିଳି ପାରେ ନାହିଁ।


ଯୀଶୁଙ୍କ କଥା ଶୁଣି ଲୋକଟିର ମନ ଦୁଃଖ ହୋଇଗଲା। ସେ ମନ ଦୁଃଖରେ ଫେରିଗଲା। କାରଣ ସେ ବହୁତ ଧନୀ ଥିଲା ଓ ତା'ର ଧନ ନିଜ ପାଖରେ ରଖିବାକୁ ଗ୍ଭହୁଁଥିଲା।


ଯୁବକଟି ଏ କଥା ଶୁଣିବା ପରେ ବହୁତ ଦୁଃଖ କଲା। ସେ ବହୁତ ଧନୀ ଥିଲା ଓ ନିଜର ଧନ ପାଖରେ ରଖିବାକୁ ଗ୍ଭହୁଁଥିଲା। ତେଣୁ ସେ ଯୀଶୁଙ୍କୁ ଛାଡ଼ି ଗ୍ଭଲିଗଲା।


ଅତଏବ, ଯୌନ ପାପଗୁଡ଼ିକ କରିବା, ମନ୍ଦକର୍ମ କରିବା, କାମନାର ବାଶୀଭୂତ ହେବା, ମନ୍ଦ ଇଚ୍ଛା ରଖିବା ଓ ସର୍ବଦା ଲୋଭୀ ହୋଇ ରହିବା, ଯାହା ଏକ ମିଥ୍ୟା ଦେବତାକୁ ପୂଜା କରିବା ସଦୃଶ, ସେଭିଳ ବିଷୟ ଗୁଡ଼ିକୁ ନିଜ ଜୀବନଠାରୁ ଦୂରରେ ରଖ। ଏହିଭଳି ଇଚ୍ଛାଗୁଡ଼ିକ ଥିବାର ଅର୍ଥ ହେଲା ଯେ, ଜଣେ ମିଥ୍ୟା ଦେବତାର ସେବା କରୁଛି।


ମୁଁ ମୋର ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ଜାଣିବାର ମହାନତା ହେତୁ, ଅନ୍ୟ ସମସ୍ତ ବିଷୟକୁ ଏବେ ତୁଚ୍ଛ ମନେକରେ, ସେଗୁଡ଼ିକ ମୋ’ ପାଇଁ ମୂଲ୍ୟହୀନ। ଖ୍ରୀଷ୍ଟଙ୍କୁ ପାଇବା ପାଇଁ ଯେଉଁ ବିଷୟ ଗୁଡ଼ିକୁ ମହତ୍ତ୍ୱପୂର୍ଣ୍ଣ ଭାବୁଥିଲି, ମୁଁ ସବୁ ତ୍ୟାଗ କରିଛି। ମୁଁ ଏବେ ଜାଣେ ଯେ ସେଗୁଡ଼ିକ ମୂଲ୍ୟହୀନ ସଢ଼ାକୁଟା ପରି।


ଗୋଟିଏ ବିଷୟ ତୁମ୍ଭେ ନିଶ୍ଚିତ ଭାବରେ ଜାଣିଥାଅ ଯେ, ଯେଉଁ ଲୋକ ଯୌନ ପାପଗୁଡ଼ିକରେ ଲିପ୍ତ ରୁହେ, ମନ୍ଦ କର୍ମ କରେ ବା ଅତିଶୟ ଲୋଭ କରେ, ସେ ଲୋକ ପାଇଁ ପରମେଶ୍ୱର ଓ ଖ୍ରୀଷ୍ଟଙ୍କ ରାଜ୍ୟରେ କୌଣସି ସ୍ଥାନ ନାହିଁ। କାରଣ ଯେଉଁ ଲୋକ ସର୍ବଦା ନିଜ ନିମନ୍ତେ କେବଳ ସମସ୍ତ ବିଷୟ ଅଧିକରୁ ଅଧିକ ପାଇବାକୁ ଇଚ୍ଛା କରେ, ସେ ଭଣ୍ଡ ଦେବତାମାନଙ୍କର ପୂଜା କରେ।


ଜଖିୟ ପ୍ରଭୁଙ୍କୁ କହିଲେ, “ମୁଁ ଭଲ କାମ କରିବାକୁ ଇଚ୍ଛା କରୁଛି। ମୁଁ ମୋ’ ଧନର ଅଧା ଗରିବଙ୍କୁ ବାଣ୍ଟି ଦେବି। ମୁଁ ଯଦି କାହାରିକୁ ଠକିଥାଏ, ତେବେ ସେହି ଲୋକକୁ ଗ୍ଭରି ଗୁଣ ଧନ ଫେରାଇ ଦେବି।”


ଏ କଥା ଶୁଣି ଯୀଶୁ ସେହି ନେତାଙ୍କୁ କହିଲେ, “ତଥାପି ଏ ପର୍ଯ୍ୟନ୍ତ ଆଉ ଗୋଟିଏ କଥା ତୁମ୍ଭର କରିବାକୁ ବାକିଅଛି। ତୁମ୍ଭର ଯାହା ଅଛି ସବୁ ବିକି ଦେଇ ଗରିବଙ୍କୁ ବାଣ୍ଟିଦିଅ। ତୁମ୍ଭକୁ ସ୍ୱର୍ଗରେ ପୁରସ୍କାର ମିଳିବ। ତା'ପରେ ତୁମ୍ଭେ ଆସ ଓ ମୋର ଅନୁସରଣ କର।”


ସେହି ଯିହୂଦୀ ନେତାଙ୍କୁ ଦୁଃଖିତ ହେବାର ଦେଖି ଯୀଶୁ କହିଲେ, “ପରମେଶ୍ୱରଙ୍କ ରାଜ୍ୟରେ ଧନୀ ଲୋକମାନେ ପ୍ରବେଶ କରିବ ବହୁତ କଠିନ।


Swiv nou:

Piblisite


Piblisite