Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 19:21 - ପବିତ୍ର ବାଇବଲ

21 ଆପଣ ଜଣେ କଠୋର ବ୍ୟକ୍ତି ହୋଇଥିବାରୁ ମୁଁ ଆପଣଙ୍କୁ ଭୟ କରିଥିଲି। ଏପରିକି ଆପଣ ନିଜେ ଅର୍ଜନ କରି ନ ଥିବା ଟଙ୍କା ନେଇଥା’ନ୍ତି ଓ ନିଜେ ଉତ୍ପନ୍ନ କରି ନ ଥିବା ଖାଦ୍ୟଶସ୍ୟ ସଂଗ୍ରହ କରିଥା’ନ୍ତି।’

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 କାରଣ ମୁଁ ଆପଣଙ୍କୁ ଭୟ କଲି, ଯେଣୁ ଆପଣ ଜଣେ କଠୋର ଲୋକ, ଯାହା ରଖି ନ ଥାଆନ୍ତି, ତାହା ଉଠାଇ ନିଅନ୍ତି, ପୁଣି ଯାହା ବୁଣି ନ ଥାଆନ୍ତି, ତାହା କାଟନ୍ତି।

Gade chapit la Kopi

ଓଡିଆ ବାଇବେଲ

21 କାରଣ ମୁଁ ଆପଣଙ୍କୁ ଭୟ କଲି, ଯେଣୁ ଆପଣ ଜଣେ କଠୋର ଲୋକ, ଯାହା ରଖି ନ ଥାଆନ୍ତି, ତାହା ଉଠାଇ ନିଅନ୍ତି, ପୁଣି, ଯାହା ବୁଣି ନ ଥାଆନ୍ତି, ତାହା କାଟନ୍ତି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

21 ଆପଣ ଜଣେ କଠୋର ବ୍ୟକ୍ତି ହୋଇଥିବାରୁ ମୁଁ ଆପଣଙ୍କୁ ଭୟ କଲି। ଯାହା ଆପଣଙ୍କର ନୁହେଁ, ତାହା ଆପଣ ନିଅନ୍ତି ଓ ଆପଣ ଯାହା ବୁରି ନ ଥାନ୍ତି, ତାହା କାଟନ୍ତି।’

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 କାରଣ ମୁଁ ଆପଣଙ୍କୁ ଭୟ କଲି, ଯେଣୁ ଆପଣ ଜଣେ କଠୋର ଲୋକ, ଯାହା ରଖି ନ ଥାଆନ୍ତି, ତାହା ଉଠାଇ ନିଅନ୍ତି, ପୁଣି, ଯାହା ବୁଣି ନ ଥାଆନ୍ତି, ତାହା କାଟନ୍ତି।

Gade chapit la Kopi




ଲୂକ ଲିଖିତ ସୁସମାଚାର 19:21
16 Referans Kwoze  

ପ୍ରଭୁ ପ୍ରତ୍ୟେକ ଲୋକଙ୍କର ବିଗ୍ଭର କରିବେ। ସେ ପରମେଶ୍ୱରଙ୍କ ବିରୋଧୀ ପ୍ରତ୍ୟେକ ଲୋକଙ୍କୁ ବିଗ୍ଭର କରିବାକୁ ଓ ଦଣ୍ଡ ଦେବାକୁ ଆସୁଛନ୍ତି। ସେ ପରମେଶ୍ୱରଙ୍କର ବିରୁଦ୍ଧରେ ଦୁଷ୍କର୍ମ କରିଥିବା ପ୍ରତ୍ୟେକ ଲୋକଙ୍କୁ ଦଣ୍ଡ ଦେବେ। ଯେଉଁମାନେ ପରମେଶ୍ୱରଙ୍କ ବିରୋଧୀ, ସେହି ପାପୀମାନଙ୍କୁ ପରମେଶ୍ୱର ଦଣ୍ଡ ଦେବେ। ପରମେଶ୍ୱରଙ୍କ ବିରୁଦ୍ଧରେ ମନ୍ଦକଥା କହିବା ହେତୁ ସେ ସେମାନଙ୍କୁ ଦଣ୍ଡ ଦେବେ।”


ପ୍ରେମରେ ଭୟ ନ ଥାଏ। ବରଂ ପରମେଶ୍ୱର ଦତ୍ତ ସିଦ୍ଧ ପ୍ରେମ ଭୟକୁ ଦୂର କରିଦିଏ। ଭୟ ସହିତ ଦଣ୍ଡର ସମ୍ପର୍କ ଥାଏ। ତେଣୁ ଯାହାର ଭୟ ଅଛି, ଈଶ୍ୱରଙ୍କ ପ୍ରେମ ତାହାଠାରେ ସିଦ୍ଧ ହୋଇ ନାହିଁ।


ଜଣେ ଲୋକ ହୁଏତ ପରମେଶ୍ୱରଙ୍କ ସବୁ ବ୍ୟବସ୍ଥା ପାଳନ କରୁଥାଇପାରେ, କିନ୍ତୁ ସେ ଯଦି ଗୋଟିଏ ଆଜ୍ଞାର ଅବାଧ୍ୟ ହୁଏ, ତା'ହେଲେ ସେ ବ୍ୟବସ୍ଥାର ସମସ୍ତ ଆଜ୍ଞା ଭଙ୍ଗ କରିବା ଦୋଷରେ ଦୋଷୀ ହୁଏ।


ପରମେଶ୍ୱର ଆମ୍ଭକୁ ଭୟର ଆତ୍ମା ଦେଇ ନାହାନ୍ତି। ସେ ଆମ୍ଭକୁ ଶକ୍ତି, ପ୍ରେମ ଓ ଆତ୍ମସଂଯମର ଆତ୍ମା ପ୍ରଦାନ କରିଛନ୍ତି।


ଯେଉଁ ଆତ୍ମାଙ୍କୁ ଆମ୍ଭେ ପାଇଛୁ, ସେ ଆତ୍ମା ଆମ୍ଭକୁ ଆଉ ଦାସ ହେବାକୁ ଦେବେ ନାହିଁ କି ଆମ୍ଭ ପାଇଁ ଭୟର କାରଣ ହେବେ ନାହିଁ। ଆମ୍ଭ ଭିତରେ ଯେଉଁ ଆତ୍ମା ଅଛନ୍ତି ସେ ଆମ୍ଭକୁ ପରମେଶ୍ୱରଙ୍କର ସନ୍ତାନ କରି ଦିଅନ୍ତି। ଓ ସେହି ଆତ୍ମାଙ୍କ ସହିତ ଆମ୍ଭେ କହୁ, ‘ପିତା, ପ୍ରିୟ ପିତା।’


ଏହା କାହିଁକି ସତ୍ୟ? କାରଣ ଯଦି ଜଣେ ଲୋକର ବିଗ୍ଭର ତାହାର ପାପପୂର୍ଣ୍ଣ ଶରୀର ଦ୍ୱାରା ନିୟନ୍ତ୍ରିତ ହୁଏ, ତା'ହେଲେ ସେ ଲୋକ ପରମେଶ୍ୱରଙ୍କର ବିରୋଧୀ। ସେ ଲୋକ ପରମେଶ୍ୱରଙ୍କର ବ୍ୟବସ୍ଥା ମାନିବାକୁ ମନା କରେ। ପ୍ରକୃତରେ ସେ ଲୋକ ପରମେଶ୍ୱରଙ୍କର ବ୍ୟବସ୍ଥା ମାନିବା ପାଇଁ ଅସମର୍ଥ।


ତା'ପରେ ଶାମୁୟେଲ ଲୋକମାନଙ୍କୁ କହିଲେ, “ଭୟଭୀତ ହୁଅ ନାହିଁ। ଏହା ସତ୍ୟ ତୁମ୍ଭେମାନେ ଏହିସବୁ ବହୁତ ମନ୍ଦକାର୍ଯ୍ୟ କରିଛ କିନ୍ତୁ ସଦାପ୍ରଭୁଙ୍କୁ ଅନୁସରଣ କରିବା ବନ୍ଦ କର ନାହିଁ। ମନ ପ୍ରାଣ ଦେଇ ସଦାପ୍ରଭୁଙ୍କର ସେବା କର।


“ତା'ପରେ ଅନ୍ୟ ଗ୍ଭକରଟି ଭିତରକୁ ଆସିଲା। ସେ ରାଜାଙ୍କୁ କହିଲା, ‘ଆଜ୍ଞା, ଏହି ଆପଣଙ୍କ ଟଙ୍କା ଥଳି। ମୁଁ ଖଣ୍ଡେ କନାରେ ଏହାକୁ ଗୁଡ଼ାଇ ରଖିଥିଲି।


“ତା'ପରେ ରାଜା ସେହି ଗ୍ଭକରକୁ କହିଲେ, ‘ତୁମ୍ଭେ ଜଣେ ଦୁଷ୍ଟ ଗ୍ଭକର। ତୁମ୍ଭେ ମୋ’ ପ୍ରତି ବ୍ୟବହାର କରିଥିବା ଭାଷାରେ ମୁଁ ତୁମ୍ଭରି ବିଗ୍ଭର କରିବି। ତୁମ୍ଭେ କହିଛ ଯେ, ମୁଁ ଜଣେ କଠୋର ବ୍ୟକ୍ତି। ପୁଣି କହିଛ ଯେ ମୁଁ ଅର୍ଜନ ନ କରି ଟଙ୍କା ନିଏ ଓ ଉତ୍ପନ୍ନ ନ କରି ମଧ୍ୟ ଖାଦ୍ୟଶସ୍ୟ ସଂଗ୍ରହ କରେ।’


Swiv nou:

Piblisite


Piblisite