Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 19:29 - ପବିତ୍ର ବାଇବଲ

29 ଜୀତପର୍ବତ ପାଖ ବେ‌ଥ୍‌ଫାଗୀ ଓ ବେଥନୀୟା ନଗର ପାଖକୁ ଯୀଶୁ ଆସିଗଲେ। ଯୀଶୁ ନିଜର ଦୁଇଜଣ ଶିଷ୍ୟଙ୍କୁ ଏହା କହି ପଠାଇଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

29 ଆଉ, ଯେତେବେଳେ ସେ ଜୀତ ପର୍ବତ ପାର୍ଶ୍ଵସ୍ଥ ବେଥ୍ଫାଗୀ ଓ ବେଥନିଆ ନିକଟରେ ଉପସ୍ଥିତ ହେଲେ, ସେତେବେଳେ ସେ ଆପଣା ଶିଷ୍ୟମାନଙ୍କ ମଧ୍ୟରୁ ଦୁଇ ଜଣଙ୍କୁ ଏହି କଥା କହି ପଠାଇଲେ ,

Gade chapit la Kopi

ଓଡିଆ ବାଇବେଲ

29 ଆଉ ଯେତେବେଳେ ସେ ଜୀତ ପର୍ବତ ପାଖରେ ଥିବା ବେଥଫାଗୀ ଓ ବେଥନିଆ ନିକଟରେ ଉପସ୍ଥିତ ହେଲେ, ସେତେବେଳେ ସେ ଆପଣା ଶିଷ୍ୟମାନଙ୍କ ମଧ୍ୟରୁ ଦୁଇ ଜଣଙ୍କୁ ଏହି କଥା କହି ପଠାଇଲେ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

29 ସେ ଜୀତ ପର୍ବତ ପାଖରେ ଥିବା ବେଥ୍‌ଫାଗୀ ଓ ବେଥନୀର ନିକଟବର୍ତ୍ତୀ ହେବା ପରେ ଦୁଇ ଶିଷ୍ୟଙ୍କୁ

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ଆଉ ଯେତେବେଳେ ସେ ଜୀତ ପର୍ବତ ପାଖରେ ଥିବା ବୈଥ୍‌ଫାଗୀ ଓ ବେଥନୀୟା ଗ୍ରାମ ନିକଟରେ ଉପସ୍ଥିତ ହେଲେ, ସେତେବେଳେ ସେ ଆପଣା ଶିଷ୍ୟମାନଙ୍କ ମଧ୍ୟରୁ ଦୁଇ ଜଣଙ୍କୁ ଏହି କଥା କହି ପଠାଇଲେ,

Gade chapit la Kopi




ଲୂକ ଲିଖିତ ସୁସମାଚାର 19:29
11 Referans Kwoze  

ତା'ପରେ ଯୀଶୁ ସେ ସ୍ଥାନ ଓ ନଗରରୁ ବାହାରକୁ ଗ୍ଭଲିଗଲେ। ସେ ବେଥନୀୟାକୁ ଗ୍ଭଲିଗଲେ ଓ ସେଠାରେ ରାତିଟି କଟାଇଲେ।


ତା'ପରେ ପ୍ରେରିତମାନେ ଜୀତ ନାମକ ପର୍ବତରୁ ଯିରୁଶାଲମ ଫେରି ଆସିଲେ। ଏହି ପର୍ବତ ଯିରୁଶାଲମଠାରୁ ପ୍ରାୟ ଦୁଇ କିଲୋମିଟର ଦୂର।


ସେତେବେଳେ ସଦାପ୍ରଭୁଙ୍କର ଦୁଇ ପଦ ଯିରୁଶାଲମର ପୂର୍ବ ଦିଗରେ ଥିବା ଅଲିଭ ପର୍ବତ ଉପରେ ଠିଆ ହେବ। ସେହି ଅଲିଭ୍ ପର୍ବତ ବିଦୀର୍ଣ୍ଣ ହେବ ଓ ଏହାର ଗୋଟିଏ ଅଂଶ ଉତ୍ତର ଦିଗକୁ ଓ ଅନ୍ୟ ଅଂଶଟି ଦକ୍ଷିଣ ଦିଗକୁ ଗତି କରିବ। ଗୋଟିଏ ଗଭୀର ଉପତ୍ୟକା ପୂର୍ବ ପଶ୍ଚିମ ହୋଇ ବିସ୍ତୃତ ହେବ।


ଯୀଶୁ ତାହାଙ୍କ ଶିଷ୍ୟମାନଙ୍କୁ ଯିରୁଶାଲମରୁ ବେଥନୀୟାକୁ କଢ଼ାଇ ନେଇଗଲେ। ଯୀଶୁ ତାହାଙ୍କର ହାତ ଟେକି ଶିଷ୍ୟମାନଙ୍କୁ ଆଶୀର୍ବାଦ କଲେ।


ଯୀଶୁ ଯିରୁଶାଲମ ନଗର ଛାଡ଼ି ଜୀତପର୍ବତ ଉପରକୁ ଗଲେ। ସେ ଏପରି ଅଧିକାଂଶ ସମୟରେ କରୁଥିଲେ। ତାହାଙ୍କର ଶିଷ୍ୟମାନେ ତାହାଙ୍କ ସହିତ ଗଲେ।


ସେହି ଦିନଗୁଡ଼ିକରେ ଯୀଶୁ ଲୋକମାନଙ୍କୁ ମନ୍ଦିରରେ ଉପଦେଶ ଦେଉଥିଲେ। ରାତ୍ରିକାଳରେ ସେ ନଗର ବାହାରକୁ ଗ୍ଭଲି ଯାଉଥିଲେ ଓ ସାରା ରାତି ଜୀତପର୍ବତ ଉପରେ କଟାଉଥିଲେ।


ଯୀଶୁ ଯିରୁଶାଲମର ପାଖ ହୋଇ ଆସୁଥିଲେ, ସେ ଜୀତପର୍ବତର ପାଦଦେଶ ନିକଟରେ ପହଞ୍ଚିଲେ। ଯୀଶୁଙ୍କର ସମୁଦାୟ ଶିଷ୍ୟଦଳ ଖୁସୀ ଥିଲେ। ସେମାନେ ଉଚ୍ଚସ୍ୱରରେ ପରମେଶ୍ୱରଙ୍କ ପ୍ରଶଂସା ଗାନ କରିବାକୁ ଲାଗିଲେ। ସେମାନେ ଯେଉଁସବୁ ଶକ୍ତିର କାର୍ଯ୍ୟମାନ ଦେଖୁଥିଲେ, ସେଥିପାଇଁ ପରମେଶ୍ୱରଙ୍କ ସ୍ତୁତିଗାନ କଲେ। ସେମାନେ କହିଲେ,


“ଆଗରେ ଯେଉଁ ଗାଁ ଦେଖାଯାଉଛି, ସେଠାକୁ ଯାଅ। ତୁମ୍ଭେମାନେ ଗାଁରେ ପଶିବା ମାତ୍ରେ ସେଠାରେ ଗୋଟିଏ ଗଧଛୁଆ ବନ୍ଧା ହୋଇଥିବାର ଦେଖିବ। ସେହି ଗଧ ଉପରେ କେହି କେବେ ହେଲେ ଚଢ଼ି ନ ଥିବେ। ତାକୁ ଖୋଲି ଦେଇ ମୋ’ ପାଖକୁ ଆଣିବ।


Swiv nou:

Piblisite


Piblisite