ଲୂକ ଲିଖିତ ସୁସମାଚାର 19:9 - ପବିତ୍ର ବାଇବଲ9 ଯୀଶୁ କହିଲେ, “ଏ ଲୋକଟି ପ୍ରକୃତରେ ଜଣେ ଭଲ ମଣିଷ। ସେ ଅବ୍ରହାମଙ୍କର ଉପଯୁକ୍ତ ସନ୍ତାନ। ତେଣୁ ଆଜି ସେ ନିଜ ପାପରୁ ଉଦ୍ଧାର ପାଇଗଲେ। Gade chapit laପବିତ୍ର ବାଇବଲ (Re-edited) - (BSI)9 ସେଥିରେ ଯୀଶୁ ତାଙ୍କ ବିଷୟରେ କହିଲେ, ଆଜି ଏହି ଗୃହରେ ପରିତ୍ରାଣ ଉପସ୍ଥିତ ହୋଇଅଛି, ଯେଣୁ ଏ ମଧ୍ୟ ଅବ୍ରହାମଙ୍କ ଜଣେ ସନ୍ତାନ; Gade chapit laଓଡିଆ ବାଇବେଲ9 ସେଥିରେ ଯୀଶୁ ତାହାଙ୍କ ବିଷୟରେ କହିଲେ, ଆଜି ଏହି ଗୃହରେ ପରିତ୍ରାଣ ଉପସ୍ଥିତ ହୋଇଅଛି, ଯେଣୁ ଜଖୀୟ ମଧ୍ୟ ଅବ୍ରାହାମଙ୍କ ଜଣେ ସନ୍ତାନ; Gade chapit laପବିତ୍ର ବାଇବଲ (CL) NT (BSI)9 ଯୀଶୁ ତାକୁ କହିଲେ, “ଆଜି ଏହି ଗୃହକୁ ପରିତ୍ରାଣ ଆସିଛି, କାରଣ ଏହି ବ୍ୟକ୍ତି ମଧ୍ୟ ଅବ୍ରାହମଙ୍କ ଜଣେ ବଂଶଧର। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ସେଥିରେ ଯୀଶୁ ତାହାଙ୍କ ବିଷୟରେ କହିଲେ, “ଆଜି ଏହି ଗୃହରେ ପରିତ୍ରାଣ ଉପସ୍ଥିତ ହୋଇଅଛି, ଯେଣୁ ଜଖୀୟ ମଧ୍ୟ ଅବ୍ରହାମଙ୍କ ଜଣେ ସନ୍ତାନ; Gade chapit la |
ସେଥିପାଇଁ ବିଶ୍ୱାସ ଦ୍ୱାରା ଲୋକେ ପରମେଶ୍ୱରଙ୍କ ପ୍ରତିଜ୍ଞା ପାଆନ୍ତି। ପ୍ରତିଜ୍ଞା ଯେପରି ଏକ ବିନା ମୂଲ୍ୟର ଦାନ ହୋଇପାରେ ସେଥିପାଇଁ ଏପରି ଘଟେ, ଯଦି ବିନା ମୂଲ୍ୟରେ ପ୍ରତିଜ୍ଞା ଦାନ ମିଳେ ତା'ହେଲେ ଅବ୍ରହାମଙ୍କ ବଂଶର ସବୁ ଲୋକେ ପ୍ରତିଜ୍ଞା ପାଇବା ସୁନିଶ୍ଚିତ। ଏହି ପ୍ରତିଜ୍ଞା କେବଳ ବ୍ୟବସ୍ଥାଧୀନ ରହିଥିବା ଲୋକଙ୍କ ପାଇଁ ନୁହେଁ। ଅବ୍ରହାମ ଭଳି ବିଶ୍ୱାସ ପୂର୍ବକ ଜୀବନଯାପନ କରୁଥିବା ସମସ୍ତ ଲୋକଙ୍କ ପାଇଁ ଏହି ପ୍ରତିଜ୍ଞା ରହିଛି। ଅବ୍ରହାମ ଆମ୍ଭ ସମସ୍ତଙ୍କର ପିତା।