Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 2:19 - ପବିତ୍ର ବାଇବଲ

19 କିନ୍ତୁ ମରିୟମ ଏସବୁ କଥା ନିଜ ମନ ଭିତରେ ଗୋପନ ରଖି, ନିରନ୍ତର ଚିନ୍ତା କରିବାକୁ ଲାଗିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 କିନ୍ତୁ ମରୀୟମ ଏହିସମସ୍ତ କଥା ହୃଦୟରେ ରଖି ଆନ୍ଦୋଳନ କରିବାକୁ ଲାଗିଲେ।

Gade chapit la Kopi

ଓଡିଆ ବାଇବେଲ

19 କିନ୍ତୁ ମରିୟମ ଏହି ସମସ୍ତ କଥା ହୃଦୟରେ ରଖି ଭାବିବାକୁ ଲାଗିଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

19 ଏ ସମସ୍ତ ଘଟଣା ମରିୟମଙ୍କ ମନରେ ଚିରଦିନ ସ୍ମରଣୀୟ ହୋଇ ରହିଲା ଏବଂ ଏ ସମ୍ପର୍କରେ ସେ ଗଭୀର ଚିନ୍ତାମଗ୍ନ ହୋଇ ରହିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 କିନ୍ତୁ ମରୀୟମ ଏହି ସମସ୍ତ କଥା ହୃଦୟରେ ରଖି ଭାବିବାକୁ ଲାଗିଲେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 2:19
10 Referans Kwoze  

ଯୀଶୁ ସେମାନଙ୍କ ସହିତ ନାଜରିତକୁ ଗଲେ। ସେ ବାପାମାଙ୍କର ସବୁ ଆଜ୍ଞା ପାଳନ କଲେ। ଯୀଶୁଙ୍କ ମା ତଥାପି ଏହିସବୁ କଥା ନିଜ ମନ ଭିତରେ ରଖି ଚିନ୍ତା କରୁଥିଲେ।


ଏ କଥା ଯେଉଁମାନେ ଶୁଣିଲେ, ସେମାନେ ବିସ୍ମିତ ହୋଇ ଗଲେ। ଲୋକେ ଭାବିଲେ, “ଏ ବାଳକଟି କ’ଣ ହେବ?” ପ୍ରଭୁଙ୍କ ହସ୍ତ ପିଲାଟିର ସହିତ ଅଛି, ସେମାନେ ଏପରି ଭାବିଲେ।


ମୋର ପିତା ମୋତେ ଏହି ଶିକ୍ଷାସବୁ ଶିଖାଇଥିଲେ। ସେ ମୋତେ କହିଲେ, “ମୋର କଥାସବୁ ମନେରଖ, ମୋର ଆଜ୍ଞା ମାନ ତୁମ୍ଭେ ବଞ୍ଚିବ।


ସେମାନେ ଯାହା କହୁଥିଲେ ସେସବୁକୁ ଦାଉଦ ବହୁତ ଧ୍ୟାନ ଦେଉଥିଲେ। ଗା‌ଥ୍‌ର ରାଜା ଆଖୀ‌ଶ୍‌ଙ୍କୁ ଦାଉଦ ଭୟ କରିଗଲେ।


ଜଣେ ଜ୍ଞାନୀ ବ୍ୟକ୍ତି ଏହି ଜିନିଷଗୁଡ଼ିକୁ ବୁଝେ। ଜଣେ କର୍ମଠ ବ୍ୟକ୍ତି ଏହିସବୁ ଜିନିଷଗୁଡ଼ିକୁ ଶିକ୍ଷା କରିବା ଉଚିତ୍। ସଦାପ୍ରଭୁଙ୍କ ମାର୍ଗ ସର୍ବଦା ଠିକ୍। ଉତ୍ତମଲୋକ ସେହି ମାର୍ଗ ଦ୍ୱାରା ବଞ୍ଚିବେ ଓ ପାପୀମାନେ ତା’ ଦ୍ୱାରା ମୃତ୍ୟୁବରଣ କରିବେ।


ଯୋଷେଫଙ୍କର ଭାଇମାନେ ତାଙ୍କ ପ୍ରତି ବହୁତ ଈର୍ଷାପରାୟଣ ହେଲେ। କିନ୍ତୁ ଯୋଷେଫଙ୍କର ପିତା ଏ କଥାକୁ ଗଭୀର ଭାବରେ ଚିନ୍ତା କଲେ, ଏହାର ଅର୍ଥ କ’ଣ ହୋଇପାରେ।


ମୁଁ ମୋ’ ହୃଦୟରେ ତୁମ୍ଭର ପ୍ରତିଜ୍ଞାକୁ ସଞ୍ଚୟ କରି ରଖିଅଛି, ଯେପରି ମୁଁ ତୁମ୍ଭ ବିରୁଦ୍ଧରେ ପାପ ନ କରିବି।


“ଏହିଠାରେ ମୋର ସ୍ୱପ୍ନ ଶେଷ ହେଲା। ମୁଁ ଦାନିୟେଲ ମୋର ଭାବନା ମୋତେ ଉ‌‌ଦ୍‌‌ବିଗ୍ନ କଲା ଓ ମୋର ମୁଖ ବିବର୍ଣ୍ଣ ହେଲା। ମାତ୍ର ମୁଁ ସେ କଥା ଅନ୍ୟ ଆଗରେ କହି ପାରିଲି ନାହିଁ।”


ମେଷପାଳକମାନେ ଯାହା କହିଲେ, ତାହା ଶୁଣି, ସମସ୍ତେ ଆଶ୍ଚର୍ଯ୍ୟ ହୋଇଗଲେ।


Swiv nou:

Piblisite


Piblisite