Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 2:20 - ପବିତ୍ର ବାଇବଲ

20 ମେଷପାଳକମାନେ ନିଜ ମେଷମାନଙ୍କ ନିକଟକୁ ଫେରିଗଲେ ଏବଂ ଯାହାସବୁ ଶୁଣିଥିଲେ ଓ ଦେଖିଥିଲେ, ସେଥିପାଇଁ ପରମେଶ୍ୱରଙ୍କୁ ଗୌରବ ଦେଲେ ଓ ପ୍ରଶଂସା ଗାନ କଲେ। ସ୍ୱର୍ଗଦୂତମାନେ ଯେପରି କହିଥିଲେ, ସେମାନେ ପ୍ରତ୍ୟେକ ଜିନିଷକୁ ସେହିପରି ଦେଖିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ଆଉ, ମେଷପାଳକମାନଙ୍କୁ ଯେପରି କୁହାଯାଇଥିଲା, ସେହିପରି ସେମାନେ ଯାହା ଯାହା ଶୁଣିଲେ ଓ ଦେଖିଲେ, ସେସମସ୍ତ ସକାଶେ ଈଶ୍ଵରଙ୍କ ଗୌରବ ଓ ପ୍ରଶଂସା କରୁ କରୁ ବାହୁଡ଼ିଗଲେ।

Gade chapit la Kopi

ଓଡିଆ ବାଇବେଲ

20 ଆଉ, ମେଷପାଳକମାନଙ୍କୁ ଯେପରି କୁହାଯାଇଥିଲା, ସେହିପରି ସେମାନେ ଯାହା ଯାହା ଶୁଣିଲେ ଓ ଦେଖିଲେ, ସେ ସମସ୍ତ ସକାଶେ ଈଶ୍ୱରଙ୍କ ଗୌରବ ଓ ପ୍ରଶଂସା କରୁ କରୁ ଫେରିଗଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

20 ମେଷପାଳକମାନେ ଯାହା ସବୁ ଶୁଣିଥିଲେ ଓ ଦେଖିଥିଲେ, ସେ ସମସ୍ତ ବିଷୟ ପାଇଁ ଈଶ୍ୱରଙ୍କ ପ୍ରଶଂସା କରୁ କରୁ ବାହୁଡ଼ି ଗଲେ। ଦୂତଙ୍କ କହିବା ଅନୁଯାୟୀ ଠିକ୍ ସବୁ ଘଟିଯାଇଛି ବୋଲି ସେମାନେ ଜାଣିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ଆଉ, ମେଷପାଳକମାନଙ୍କୁ ଯେପରି କୁହାଯାଇଥିଲା, ସେହିପରି ସେମାନେ ଯାହା ଯାହା ଶୁଣିଲେ ଓ ଦେଖିଲେ, ସେ ସମସ୍ତ ସକାଶେ ଈଶ୍ବରଙ୍କ ଗୌରବ ଓ ପ୍ରଶଂସା କରୁ କରୁ ଫେରିଗଲେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 2:20
13 Referans Kwoze  

ସଦାପ୍ରଭୁଙ୍କଠାରେ ଦରିଦ୍ର, ନମ୍ର ଲୋକମାନେ ଆନନ୍ଦ ବଢ଼ାଇବେ। ଲୋକମାନଙ୍କ ମଧ୍ୟରେ ଦରିଦ୍ରମାନେ ଇସ୍ରାଏଲର ଧର୍ମ ସ୍ୱରୂପଙ୍କଠାରେ ଉଲ୍ଲାସ କରିବେ।


ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଅନାଦିକାଳରୁ ଅନନ୍ତକାଳ ପର୍ଯ୍ୟନ୍ତ ଧନ୍ୟ ହୁଅନ୍ତୁ। ପରମେଶ୍ୱର ସର୍ବଦା ଜୀବିତ ରହି ଆସୁଛନ୍ତି ଏବଂ ସେ ସର୍ବଦା ଜୀବିତ ରହିବେ। ସମସ୍ତ ଲୋକ କହନ୍ତୁ “ଆମେନ୍!” ସଦାପ୍ରଭୁଙ୍କର ପ୍ରଶଂସା କର।


ଯିହୂଦୀୟ ବିଶ୍ୱାସୀମାନେ ଏ କଥା ଶୁଣି ଆଉ ଯୁକ୍ତିତର୍କ କଲେ ନାହିଁ। ସେମାନେ ପରମେଶ୍ୱରଙ୍କର ପ୍ରଶଂସା କଲେ, ପୁଣି କହିଲେ, “ଏହାର ଅର୍ଥ ଯେ, ପରମେଶ୍ୱର ଆମ୍ଭପରି ଅନ୍ୟ ଜାତିର ଲୋକମାନଙ୍କୁ ମଧ୍ୟ ଅନୁତାପ କରି ପ୍ରକୃତ ଜୀବନର ଅଧିକାରୀ ହେବା ନିମନ୍ତେ ସୁଯୋଗ ଦେଇଛନ୍ତି।”


ତତ୍ ସଙ୍ଗେ ସଙ୍ଗେ ଅନ୍ଧଟି ଦୃଷ୍ଟି ଶକ୍ତି ଫେରିପାଇଲା। ସେ ପରମେଶ୍ୱରଙ୍କୁ ପ୍ରଶଂସା କରି ଯୀଶୁଙ୍କୁ ଅନୁସରଣ କଲା। ଏହି ଘଟଣା ଦେଖି ଥିବା ଲୋକେ ପରମେଶ୍ୱରଙ୍କୁ ସ୍ତୁତିଗାନ କଲେ।


ଜମା ହୋଇଥିବା ଲୋକେ ଏ କଥା ଦେଖି ଆଶ୍ଚର୍ଯ୍ୟ ହୋଇଗଲେ। ପରମେଶ୍ୱର ଜଣେ ମଣିଷକୁ ଏପରି ଶକ୍ତି ଦେଇଥିବାରୁ ସେମାନେ ପରମେଶ୍ୱରଙ୍କର ମହିମା ଗାନ କଲେ।


ସଦାପ୍ରଭୁଙ୍କୁ ତାଙ୍କର ସ୍ନେହପୂର୍ଣ୍ଣ କରୁଣା ନିମନ୍ତେ ଧନ୍ୟବାଦ କର କାରଣ ସେ ଆପଣା ଲୋକମାନଙ୍କ ପାଇଁ ଆଶ୍ଚର୍ଯ୍ୟ କର୍ମମାନ କରିଛନ୍ତି।


ସେମାନେ ସଦାପ୍ରଭୁଙ୍କର କରୁଣା ପ୍ରେମ ପାଇଁ ତାଙ୍କୁ ଧନ୍ୟବାଦ କରନ୍ତୁ। ଲୋକମାନଙ୍କ ପାଇଁ ବହୁତ ଆଶ୍ଚର୍ଯ୍ୟ କର୍ମମାନ କରିଛନ୍ତି ବୋଲି।


ସେମାନେ ସଦାପ୍ରଭୁଙ୍କ କରୁଣା ପାଇଁ ତାଙ୍କୁ ଧନ୍ୟବାଦ କରିବା ଉଚିତ୍ କାରଣ ସେ ଲୋକମାନଙ୍କ ପାଇଁ ବହୁତ ଆଶ୍ଚର୍ଯ୍ୟ କର୍ମମାନ କରିଛନ୍ତି।


ଯୋହନ ଲୋକମାନଙ୍କ ଆଗରେ ଘୋଷଣା କରୁଥିଲେ: “ମୋ’ ପରେ ଜଣେ ଶକ୍ତିଶାଳୀ ଲୋକ ଆସୁଛନ୍ତି; ମୁଁ ଆଣ୍ଠୁମାଡ଼ି ବସି ତାହାଙ୍କର ଜୋତା ଖୋଲିବା ପାଇଁ ମଧ୍ୟ ଯୋଗ୍ୟ ନୁହେଁ।


Swiv nou:

Piblisite


Piblisite