Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 2:27 - ପବିତ୍ର ବାଇବଲ

27 ଆତ୍ମା ଶିମିୟୋନଙ୍କୁ ମନ୍ଦିରକୁ କଢ଼େଇ ଆଣିଲେ। ଯିହୂଦୀମାନଙ୍କ ବ୍ୟବସ୍ଥା ଅନୁସାରେ କାର୍ଯ୍ୟ କରିବା ପାଇଁ ଯୋଷେଫ ମରିୟମ ଶିଶୁ ଯୀଶୁଙ୍କୁ ସଙ୍ଗରେ ନେଇ ମନ୍ଦିରକୁ ଗଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

27 ସେ ଆତ୍ମାଙ୍କ ଦ୍ଵାରା ଚାଳିତ ହୋଇ ମନ୍ଦିରକୁ ଆସିଲେ, ପୁଣି ଶିଶୁ ଯୀଶୁଙ୍କ ପିତାମାତା ଯେତେବେଳେ ତାହାଙ୍କ ବିଷୟରେ ବ୍ୟବସ୍ଥାର ବିଧି ଅନୁଯାୟୀ କ୍ରିୟା କରିବା ନିମନ୍ତେ ତାହାଙ୍କୁ ଭିତରକୁ ଆଣିଲେ,

Gade chapit la Kopi

ଓଡିଆ ବାଇବେଲ

27 ସେ ଆତ୍ମାଙ୍କ ଦ୍ୱାରା ଚାଳିତ ହୋଇ ମନ୍ଦିରକୁ ଆସିଲେ, ପୁଣି, ଶିଶୁ ଯୀଶୁଙ୍କ ପିତାମାତା ଯେତେବେଳେ ତାହାଙ୍କ ବିଷୟରେ ମୋଶାଙ୍କ ବ୍ୟବସ୍ଥାର ନିୟମ ଅନୁଯାୟୀ କର୍ମ କରିବା ନିମନ୍ତେ ତାହାଙ୍କୁ ଭିତରକୁ ଆଣିଲେ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

27 ପବିତ୍ର ଆତ୍ମାଙ୍କ ଦ୍ୱାରା ପରିଚାଳିତ ହୋଇ ଶିମିୟୋନ୍ ମନ୍ଦିରକୁ ଗଲେ। ବ୍ୟବସ୍ଥା ଅନୁଯାୟୀ ଯାହା ଆବଶ୍ୟକ, ତାହା କରିବା ପାଇଁ ପିତାମାତା ଯେତେବେଳେ ଶିଶୁ ଯୀଶୁଙ୍କୁ ମନ୍ଦିର ଭିତରକୁ ଆଣିଲେ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ସେ ପବିତ୍ର ଆତ୍ମାଙ୍କ ଦ୍ୱାରା ଚାଳିତ ହୋଇ ମନ୍ଦିରକୁ ଆସିଲେ, ପୁଣି, ଶିଶୁ ଯୀଶୁଙ୍କ ପିତାମାତା ଯେତେବେଳେ ତାହାଙ୍କ ବିଷୟରେ ମୋଶାଙ୍କ ବ୍ୟବସ୍ଥାର ନିୟମ ଅନୁଯାୟୀ କର୍ମ କରିବା ନିମନ୍ତେ ତାହାଙ୍କୁ ଭିତରକୁ ଆଣିଲେ,

Gade chapit la Kopi




ଲୂକ ଲିଖିତ ସୁସମାଚାର 2:27
15 Referans Kwoze  

ସେପର୍ଯ୍ୟନ୍ତ ପିତର ସେହି ଦର୍ଶନ ବିଷୟରେ ଚିନ୍ତା କରୁଥିଲେ। ସେହି ସମୟରେ ପବିତ୍ରଆତ୍ମା ତାହାଙ୍କୁ କହିଲେ, “ଶୁଣ, ତିନି ଜଣ ଲୋକ ତୁମ୍ଭକୁ ଖୋଜୁଛନ୍ତି।


ଯୀଶୁ ସେମାନଙ୍କ ସହିତ ନାଜରିତକୁ ଗଲେ। ସେ ବାପାମାଙ୍କର ସବୁ ଆଜ୍ଞା ପାଳନ କଲେ। ଯୀଶୁଙ୍କ ମା ତଥାପି ଏହିସବୁ କଥା ନିଜ ମନ ଭିତରେ ରଖି ଚିନ୍ତା କରୁଥିଲେ।


ଯୀଶୁଙ୍କ ବାପାମା ତାହାଙ୍କୁ ଦେଖି ବିସ୍ମିତ ହୋଇଗଲେ। ତାହାଙ୍କ ମା ତାହାଙ୍କୁ ପଗ୍ଭରିଲେ, “ପୁଅରେ! ତୁ ଆମ ସାଙ୍ଗରେ ଏପରି କାହିଁକି କଲୁ? ତୋ’ ବାପା ଓ ମୁଁ ତୋତେ ଖୋଜି ଖୋଜି ବହୁତ ଚିନ୍ତିତ ହୋଇ ପଡ଼ିଲୁଣି।”


ନିସ୍ତାରପର୍ବ ପାଇଁ ଯୀଶୁଙ୍କର ପିତାମାତା ପ୍ରତିବର୍ଷ ଯିରୁଶାଲମ ଯାଉଥିଲେ।


ତା'ପରେ ଦୂତ ମୋତେ ଆତ୍ମା ଦ୍ୱାରା ମରୁଭୂମିକୁ ବହି ନେଇଗଲେ। ସେଠାରେ ମୁଁ ଗୋଟିଏ ନାରୀକୁ ଲାଲ ରଙ୍ଗର ପଶୁ ଉପରେ ବସିଥିବାର ଦେଖିଲି। ସେ ପଶୁର ସର୍ବାଙ୍ଗ ଶରୀର ଉପରେ ଈଶ୍ୱରଙ୍କ ନିନ୍ଦା କରୁଥିବା ନାମସବୁ ଲେଖା ଯାଇଥିଲା। ସେହି ପଶୁର ସାତୋଟି ମସ୍ତକ ଓ ଦଶଟି ଶିଙ୍ଗ ଥିଲା।


ପ୍ରଭୁଙ୍କ ଦିନରେ ପବିତ୍ରଆତ୍ମା ମୋତେ ସମ୍ପୂର୍ଣ୍ଣ ରୂପେ ଅଧିକାର କରି ନେଲେ। ମୁଁ ହଠାତ୍ ପଛପଟୁ ଗୋଟିଏ ଉଚ୍ଚ ଶବ୍ଦ ଶୁଣିଲି। ଏହି ଶବ୍ଦ ତୂରୀନାଦ ପରି ଥିଲା।


ସେମାନେ ମୂସିଆ ଦେଶକୁ ଆସିଲା ପରେ ବୀଥୂନିଆକୁ ଯିବା ପାଇଁ ଚେଷ୍ଟା କଲେ। କିନ୍ତୁ ଯୀଶୁଙ୍କ ଆତ୍ମା ସେମାନଙ୍କୁ ଯିବା ପାଇଁ ଅନୁମତି ଦେଲେ ନାହିଁ।


ମୋତେ ସେମାନଙ୍କ ସହିତ ବିନା ସଙ୍କୋଚରେ ଯିବା ପାଇଁ ପବିତ୍ରଆତ୍ମା ନିର୍ଦ୍ଦେଶ ଦେଲେ। ମୋ’ ସାଙ୍ଗରେ ଏଠାରେ ଥିବା ଏହି ଛଅଜଣ ବିଶ୍ୱାସୀ ଭାଇ ମଧ୍ୟ ଆସିଥିଲେ। ଆମ୍ଭେମାନେ କର୍ଣ୍ଣୀଲିୟଙ୍କ ଘରକୁ ଗଲୁ।


ସେତେବେଳେ ପବିତ୍ରଆତ୍ମା ଫିଲି‌ପ୍‌ପଙ୍କୁ କହିଲେ, “ତୁମ୍ଭେ ସେ ରଥ ପାଖକୁ ଯାଇ ସେଠାରେ ରୁହ।”


ଯୀଶୁ ପବିତ୍ରଆତ୍ମାରେ ପରିପୂର୍ଣ୍ଣ ହୋଇ ଯର୍ଦ୍ଦନ ନଦୀରୁ ବାହୁଡ଼ି ଆସିଲେ। ଆତ୍ମା ତାହାଙ୍କୁ ମରୁଭୂମିକୁ କଢ଼ାଇ ନେଇଗଲେ।


ମୋଶାଙ୍କ ବ୍ୟବସ୍ଥା ଅନୁସାରେ ଶୁଚି ହେବାର ସମୟ ଆସିଲା। ଏହା ପରେ ଯୋଷେଫ ଓ ମରିୟମ ଯୀଶୁଙ୍କୁ ପ୍ରଭୁ ପରମେଶ୍ୱରଙ୍କ ନିକଟରେ ଉତ୍ସର୍ଗ କରିବା ପାଇଁ ଯିରୁଶାଲମକୁ ନେଇ ଆସିଲେ।


ତା'ପରେ ସେହି ପବିତ୍ରଆତ୍ମା ଯୀଶୁଙ୍କୁ ମରୂଭୁମିକୁ କଢ଼ାଇ ନେଇଗଲେ। ଶୟତାନ ଦ୍ୱାରା ପରୀକ୍ଷୀତ ହେବା ପାଇଁ ତାହଙ୍କୁ ସେଠାକୁ ନିଆଯାଇଥିଲା।


ତା'ପରେ ମୁଁ ଏହାର ଦୁଇଟି ନକଲ କଲି, ସେଥିରୁ ଗୋଟିଏରେ ସର୍ତ୍ତ ଓ ଚୁକ୍ତି ଲେଖାଯାଇଥିବାଟି ମୁଦି ଦିଆଗଲା ଏବଂ ଅନ୍ୟଟି ଖୋଲା ଥିଲା।


ଶିମିୟୋନ ଶିଶୁ ଯୀଶୁଙ୍କୁ କୋଳକୁ ନେଇ ପରମେଶ୍ୱରଙ୍କ ସ୍ତୁତିଗାନ କରି କହିଲେ:


କିନ୍ତୁ ଉଚିତ୍ ସମୟ ଉପସ୍ଥିତ ହେବାରୁ ପରମେଶ୍ୱର ନିଜ ପୁତ୍ରଙ୍କୁ ପଠାଇଲେ। ସେ ଜଣେ ସ୍ତ୍ରୀଙ୍କଠାରୁ ଜନ୍ମ ଗ୍ରହଣ କରିଥିଲେ ଓ ବ୍ୟବସ୍ଥା ଅଧୀନରେ ଜୀବନଯାପନ କରୁଥିଲେ।


Swiv nou:

Piblisite


Piblisite