Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 2:33 - ପବିତ୍ର ବାଇବଲ

33 ଯୀଶୁଙ୍କ ବାପାମା ଯୀଶୁଙ୍କ ବିଷୟରେ ଶିମିୟୋନଙ୍କ ମୁହଁରୁ ଏ କଥା ଶୁଣି ଆଶ୍ଚର୍ଯ୍ୟ ହୋଇଗଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

33 ତାହାଙ୍କ ସମ୍ଵନ୍ଧୀୟ କଥିତ ସମସ୍ତ ବିଷୟରେ ତାହାଙ୍କ ପିତାମାତା ଚମତ୍କୃତ ହେଉଥିଲେ।

Gade chapit la Kopi

ଓଡିଆ ବାଇବେଲ

33 ତାହାଙ୍କ ସମ୍ବନ୍ଧୀୟ କୁହାଯାଇଥିବା ସମସ୍ତ ବିଷୟରେ ତାହାଙ୍କ ପିତାମାତା ଚମତ୍କୃତ ହେଉଥିଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

33 ଶିଶୁଙ୍କ ବିଷୟରେ ଶିମିୟୋନ୍ ଯାହା କହିଲେ, ତାଙ୍କର ପିତାମାତା ସେଥିରେ ଆଶ୍ଚର୍ଯ୍ୟ ହେଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

33 ତାହାଙ୍କ ସମ୍ବନ୍ଧୀୟ କୁହାଯାଇଥିବା ସମସ୍ତ ବିଷୟରେ ତାହାଙ୍କ ପିତାମାତା ଚମତ୍କୃତ ହେଉଥିଲେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 2:33
8 Referans Kwoze  

ଯୀଶୁଙ୍କ ବାପାମା ତାହାଙ୍କୁ ଦେଖି ବିସ୍ମିତ ହୋଇଗଲେ। ତାହାଙ୍କ ମା ତାହାଙ୍କୁ ପଗ୍ଭରିଲେ, “ପୁଅରେ! ତୁ ଆମ ସାଙ୍ଗରେ ଏପରି କାହିଁକି କଲୁ? ତୋ’ ବାପା ଓ ମୁଁ ତୋତେ ଖୋଜି ଖୋଜି ବହୁତ ଚିନ୍ତିତ ହୋଇ ପଡ଼ିଲୁଣି।”


“ଇସ୍ରାଏଲର ଲୋକମାନଙ୍କ ପାଇଁ ମୁଁ ଓ ମୋର ପିଲାମାନେ ସଙ୍କେତ ଓ ପ୍ରମାଣ। କାରଣ ସିୟୋନ ପର୍ବତ ଉପରେ ବାସ କରୁଥିବା ସଦାପ୍ରଭୁ ସର୍ବଶକ୍ତିମାନଙ୍କ ଦ୍ୱାରା ଆମ୍ଭେମାନେ ପ୍ରେରିତ ହୋଇଅଛୁ।’


ଯୀଶୁ ଏହା ଶୁଣି ଆଶ୍ଚର୍ଯ୍ୟ ହୋଇଗଲେ। ସେ ତାହାଙ୍କୁ ଅନୁସରଣ କରୁଥିବା ଲୋକଙ୍କୁ କହିଲେ, “ମୁଁ ତୁମ୍ଭକୁ ସତ୍ୟ କହୁଛି ଯେ, ମୁଁ ଏଭଳି ଗଭୀର ବିଶ୍ୱାସ ଇସ୍ରାଏଲରେ କାହାରି ପାଖରେ ପାଇ ନାହିଁ।


ଯୀଶୁ ଯେତେବେଳେ ଏହିସବୁ କଥା ସେଠାରେ ଜମା ହୋଇଥିବା ଲୋକମାନଙ୍କୁ କହୁଥିଲେ, ସେତେବେଳେ ତାହାଙ୍କ ମା ଏବଂ ଭାଇ ଆସି ବାହାରେ ଠିଆ ହେଲେ। ସେମାନେ ଯୀଶୁଙ୍କ ସାଙ୍ଗରେ କଥାବାର୍ତ୍ତା କରିବା ପାଇଁ ଗ୍ଭହୁଁଥିଲେ।


ସମସ୍ତ ଲୋକ ପରମେଶ୍ୱରଙ୍କ ମହାନ୍ ଶକ୍ତି ଦେଖି ଆଶ୍ଚର୍ଯ୍ୟ ହୋଇଗଲେ। ଯୀଶୁ ଯାହାସବୁ କରୁଥିଲେ ତାହା ଦେଖି ଲୋକେ ଆଶ୍ଚର୍ଯ୍ୟ ହୋଇ ଯାଉଥିଲେ।


ଲୋକମାନେ ଯୀଶୁଙ୍କର ଏହି ବୁଦ୍ଧିପୂର୍ଣ୍ଣ ଉତ୍ତର ଶୁଣି ଆଶ୍ଚର୍ଯ୍ୟ ହୋଇଗଲେ। ସେମାନେ କିଛି କହି ପାରିଲେ ନାହିଁ। ସେମାନେ ଯୀଶୁଙ୍କୁ ସମସ୍ତଙ୍କ ଆଗରେ ଫାନ୍ଦରେ ପକାଇ ପାରିଲେ ନାହିଁ। ଯୀଶୁ ଏଭଳି କିଛି କହିଲେ ନାହିଁ, ଯାହାକୁ ସେମାନେ ଯୀଶୁଙ୍କ ବିରୁଦ୍ଧରେ ବ୍ୟବହାର କରି ପାରିବେ।


ମେଷପାଳକମାନେ ଯାହା କହିଲେ, ତାହା ଶୁଣି, ସମସ୍ତେ ଆଶ୍ଚର୍ଯ୍ୟ ହୋଇଗଲେ।


Swiv nou:

Piblisite


Piblisite