Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 2:40 - ପବିତ୍ର ବାଇବଲ

40 ସାନ ଶିଶୁଟି ଦିନକୁ ଦିନ ବଢ଼ିବାକୁ ଲାଗିଲେ। ସେ ହୃଷ୍ଟପୁଷ୍ଟ ଓ ବୁଦ୍ଧିମାନ ହେବାକୁ ଲାଗିଲେ। ତାହାଙ୍କ ସହିତ ପରମେଶ୍ୱରଙ୍କର ଆଶୀର୍ବାଦ ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

40 ଆଉ, ଶିଶୁ ବୃଦ୍ଧି ପାଇବାକୁ ଲାଗିଲେ ଓ ଜ୍ଞାନରେ ପୂର୍ଣ୍ଣ ହେଉ ହେଉ ଶକ୍ତିମାନ ହେଲେ, ପୁଣି ଈଶ୍ଵରଙ୍କ ଅନୁଗ୍ରହ ତାହାଙ୍କ ଉପରେ ଥିଲା।

Gade chapit la Kopi

ଓଡିଆ ବାଇବେଲ

40 ଆଉ, ଶିଶୁ ବୃଦ୍ଧି ପାଇବାକୁ ଲାଗିଲେ ଓ ଜ୍ଞାନରେ ପୂର୍ଣ୍ଣ ହେଉ ହେଉ ଶକ୍ତିମାନ ହେଲେ, ପୁଣି, ଈଶ୍ୱରଙ୍କ ଅନୁଗ୍ରହ ତାହାଙ୍କ ଉପରେ ଥିଲା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

40 ଶିଶୁ ବଳିଷ୍ଠ ହୋଇ ବଢ଼ିବାକୁ ଲାଗିଲେ, ସେ ଜ୍ଞାନରେ ପୂର୍ଣ୍ଣ ହେଲେ ଏବଂ ତାଙ୍କ ଉପରେ ଈଶ୍ୱରଙ୍କ ଆଶୀର୍ବାଦ ଥିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

40 ଆଉ, ଶିଶୁ ବୃଦ୍ଧି ପାଇବାକୁ ଲାଗିଲେ ଓ ଜ୍ଞାନରେ ପୂର୍ଣ୍ଣ ହେଉ ହେଉ ଶକ୍ତିମାନ ହେଲେ, ପୁଣି, ଈଶ୍ବରଙ୍କ ଅନୁଗ୍ରହ ତାହାଙ୍କ ଉପରେ ଥିଲା।

Gade chapit la Kopi




ଲୂକ ଲିଖିତ ସୁସମାଚାର 2:40
17 Referans Kwoze  

ଯୀଶୁ ଜ୍ଞାନରେ, ଶରୀରରେ ଏବଂ ପରମେଶ୍ୱର ଓ ମନୁଷ୍ୟମାନଙ୍କ ଅନୁଗ୍ରହରେ ବଢ଼ିବାକୁ ଲାଗିଲେ।


ଶିଶୁଟି ଏହିପରି ବଢ଼ିବାକୁ ଲାଗିଲା ଓ ଆତ୍ମାରେ ଦୃଢ଼ରୁ ଦୃଢ଼ତର ହେବାକୁ ଲାଗିଲା। ଇସ୍ରାଏଲରେ ଉପଦେଶ ପ୍ରଦାନ କରିବାର ଶକ୍ତି ପାଇବା ପର୍ଯ୍ୟନ୍ତ ଯୋହନ ଅନ୍ୟ ଲୋକଙ୍କଠାରୁ ଦୂରରେ ଏକ ସ୍ଥାନରେ ରହିଥିଲେ।


ସେହି ବାକ୍ୟ ମନୁଷ୍ୟ ହେଲେ ଓ ଆମ୍ଭମାନଙ୍କ ସହିତ ବାସ କଲେ ପୁଣି ସେହି ବାକ୍ୟ ପରମେଶ୍ୱରଙ୍କ ଅନୁଗ୍ରହ ଓ ସତ୍ୟରେ ପରିପୂର୍ଣ୍ଣ ଥିଲେ। ଆମ୍ଭେ ତାହାଙ୍କର ମହିମା ଦେଖିଲୁ, ଏହି ମହିମା ପରମପିତାଙ୍କ ଏକମାତ୍ର ପୁତ୍ରଙ୍କର ଥିଲା।


କିନ୍ତୁ ବାଳକ ଶାମୁୟେଲ କ୍ରମେ କ୍ରମେ ବଡ଼ ହେଲା ଆଉ ପରମେଶ୍ୱରଙ୍କର ଓ ଲୋକମାନଙ୍କର ଅନୁଗ୍ରହ ପାତ୍ର ହେଲା।


ତା'ପରେ ଶାମୁୟେଲ ବଡ଼ ହେଲେ ଓ ସଦାପ୍ରଭୁ ତାଙ୍କ ସଙ୍ଗେ ରହିଲେ। ସଦାପ୍ରଭୁ ତାଙ୍କର କୌଣସି ବାକ୍ୟ ମିଛ ହେବାକୁ ଦେଲେ ନାହିଁ।


ସମସ୍ତେ ତାହାଙ୍କ କଥା ଶୁଣୁଥିଲେ। ତାହାଙ୍କର ବୁଝିବା ଶକ୍ତି ଦେଖି ଓ ଜ୍ଞାନପୂର୍ଣ୍ଣ ଉତ୍ତରଗୁଡ଼ିକ ଶୁଣି ସେମାନେ ଆଶ୍ଚର୍ଯ୍ୟ ହୋଇ ଯାଇଥିଲେ।


ହେ ପରମେଶ୍ୱର, ସତ୍ୟ କଥା ଏହି, ତୁମ୍ଭେ ହେଉଛ ଏକମାତ୍ର ଯାହା ଉପରେ ମୁଁ ପ୍ରକୃତରେ ନିର୍ଭରଶୀଳ। ତୁମ୍ଭେ ମୋର ଯତ୍ନ ନେଇଛ, ଯେଉଁ ଦିନରୁ ମୁଁ ଜନ୍ମଲାଭ କରିଛି। ତୁମ୍ଭେ ମୋତେ ସୁରକ୍ଷା ତଥା ବିଶ୍ୱାସ ପ୍ରଦାନ କରିଛ, ଯେବେଠୁଁ ମୁଁ ଏକ ଛୋଟ ପିଲା ଥିଲି।


ସେ ସମୟରେ ବାଳକ ଶାମୁୟେଲ ଶୁକ୍ଳ ଏଫୋଦ ପିନ୍ଧି ସଦାପ୍ରଭୁଙ୍କ ସମ୍ମୁଖରେ ପରିଚର୍ଯ୍ୟା କଲେ।


ଏହା ପରେ ସେହି ସ୍ତ୍ରୀ ଜଣକ ଏକ ପୁତ୍ର ସନ୍ତାନ ଜନ୍ମ ଦେଲା। ସେ ତାଙ୍କର ନାମ ଶା‌ମ୍‌ଶୋନ୍ ରଖିଲେ। ଶା‌ମ୍‌ଶୋନ୍ ସଦାପ୍ରଭୁଙ୍କର ଆଶୀର୍ବାଦରେ ବଢ଼ିବାକୁ ଲାଗିଲେ।


ତୀମଥି, ତୁମ୍ଭେ ମୋର ଜଣେ ପୁତ୍ର ଭଳି। ଖ୍ରୀଷ୍ଟ ଯୀଶୁଙ୍କଠାରେ ଆମ୍ଭକୁ ମିଳିଥିବା ଅନୁଗ୍ରହରେ ଶକ୍ତିଶାଳୀ ହୁଅ।


ଏହି ପତ୍ର ସମାପ୍ତ କଲା ସମୟରେ ମୁଁ କୁହେ, ପ୍ରଭୁଙ୍କଠାରେ ଓ ତାହାଙ୍କର ମହାନ ଶକ୍ତିରେ ବଳବାନ ହୁଅ।


ପ୍ରଭୁ ଯୀଶୁ ଯେ ପ୍ରକୃତରେ ମୃତମାନଙ୍କ ମଧ୍ୟରୁ ଉଠିଅଛନ୍ତି, ଏହା ପ୍ରେରିତମାନେ ମହାଶକ୍ତିର ସହିତ ସାକ୍ଷ୍ୟ ଦେଲେ। ପରମେଶ୍ୱର ସମସ୍ତ ବିଶ୍ୱାସୀଙ୍କୁ ବହୁତ ଆଶୀର୍ବାଦ କଲେ।


ତୁମ୍ଭେ ଅନ୍ୟମାନଙ୍କଠାରୁ ଅଧିକ ସୁନ୍ଦର ଅଟ, ଏବଂ ତୁମ୍ଭେ ଏପରି ସୁଖଦାୟକ କଥା କୁହ, ସେଥିପାଇଁ ପରମେଶ୍ୱର ତୁମ୍ଭକୁ ସର୍ବଦା ଆଶୀର୍ବାଦ କରିବେ।


ପୁଣି ସଦାପ୍ରଭୁ ହାନ୍ନା ପ୍ରତି ଦୟା କଲେ ଓ ସେ ତିନି ପୁତ୍ର ଓ ଦୁଇ କନ୍ୟା ପ୍ରସବ କଲା। ଏଥି ମଧ୍ୟରେ ବାଳକ ଶାମୁୟେଲ ସଦାପ୍ରଭୁଙ୍କ ଉପସ୍ଥିତିରେ ବଢ଼ିଲା।


Swiv nou:

Piblisite


Piblisite