Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 2:47 - ପବିତ୍ର ବାଇବଲ

47 ସମସ୍ତେ ତାହାଙ୍କ କଥା ଶୁଣୁଥିଲେ। ତାହାଙ୍କର ବୁଝିବା ଶକ୍ତି ଦେଖି ଓ ଜ୍ଞାନପୂର୍ଣ୍ଣ ଉତ୍ତରଗୁଡ଼ିକ ଶୁଣି ସେମାନେ ଆଶ୍ଚର୍ଯ୍ୟ ହୋଇ ଯାଇଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

47 ଆଉ ଯେତେ ଲୋକ ତାହାଙ୍କ କଥା ଶୁଣୁଥିଲେ, ସମସ୍ତେ ତାହାଙ୍କ ବୁଦ୍ଧି ଓ ଉତ୍ତରରେ ଆଚମ୍ଵିତ ହେଉଥିଲେ।

Gade chapit la Kopi

ଓଡିଆ ବାଇବେଲ

47 ଆଉ ଯେତେ ଲୋକ ତାହାଙ୍କ କଥା ଶୁଣୁଥିଲେ, ସମସ୍ତେ ତାହାଙ୍କ ବୁଦ୍ଧି ଓ ଉତ୍ତରରେ ଆଚମ୍ଭିତ ହେଉଥିଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

47 ଯେଉଁମାନେ ତାଙ୍କ କଥା ଶୁଣୁଥିଲେ, ସେମାନେ ତାଙ୍କର ବିଚକ୍ଷଣ କଥା ଶୁଣି ଅବାକ୍ ହେଉଥିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

47 ଆଉ ଯେତେ ଲୋକ ତାହାଙ୍କ କଥା ଶୁଣୁଥିଲେ, ସମସ୍ତେ ତାହାଙ୍କ ବୁଦ୍ଧି ଓ ଉତ୍ତରରେ ଆଚମ୍ଭିତ ହେଉଥିଲେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 2:47
13 Referans Kwoze  

ଯୀଶୁଙ୍କ ଏହିସବୁ କଥା କହିବା ଶେଷ ହେଲା, ତାହାଙ୍କ ଉପଦେଶ ଶୁଣି ଜମା ହୋଇଥିବା ଲୋକେ ଆଶ୍ଚର୍ଯ୍ୟ ହୋଇଗଲେ।


ଲୋକେ ତାହାଙ୍କ ଉପଦେଶ ଶୁଣି ବିସ୍ମିତ ହୋଇଯାଉଥିଲେ। କାରଣ ସେ ଅଧିକାର ସହିତ କଥା କହୁଥିଲେ।


ମୋର ସମସ୍ତ ଗୁରୁଙ୍କଠାରୁ ମୁଁ ଅଧିକ ବୁଦ୍ଧିମାନ୍। କାରଣ ମୁଁ ତୁମ୍ଭର ବାକ୍ୟସବୁ ଶିକ୍ଷା କରେ।


ଯିହୂଦୀମାନେ ଆଶ୍ଚର୍ଯ୍ୟ ହେଲେ। ସେମାନେ କହିଲେ, “ଏ ଲୋକ କେବେ ବିଦ୍ୟାଳୟରେ ପଢ଼ି ନାହିଁ। ଏତେ ବିଷୟବସ୍ତୁ ସେ କିପରି ଜାଣିଲା?”


ଯୀଶୁଙ୍କ ଶିକ୍ଷା ଶୁଣି ସେଠାକାର ଲୋକେ ଆଶ୍ଚର୍ଯ୍ୟ ହୋଇଗଲେ। ଯୀଶୁ ସେମାନଙ୍କୁ ଧର୍ମଶାସ୍ତ୍ରୀଙ୍କ ପରି ଶିକ୍ଷା ନ ଦେଇ ଜଣେ ଅଧିକାର ପାଇଥିବା ବ୍ୟକ୍ତିଙ୍କ ଭଳି ଶିକ୍ଷା ଦେଲେ।


ମନ୍ଦିରର ସୈନ୍ୟମାନେ ଉତ୍ତର ଦେଲେ, “ସେ ଯାହା କହୁଛନ୍ତି, ତାହା ଅନ୍ୟ ସମସ୍ତଙ୍କ କଥାଠାରୁ ଅଧିକ ମୂଲ୍ୟବାନ୍।”


ପ୍ରତ୍ୟେକ ଲୋକ ଯୀଶୁଙ୍କୁ ପ୍ରଶଂସା କରିବାକୁ ଲାଗିଲେ। ଯୀଶୁଙ୍କ ମୁହଁରୁ ଯେଉଁ ସୁନ୍ଦର ବାକ୍ୟ ବାହାରି ଆସୁଥିଲା, ସେଥିରେ ସମସ୍ତେ ବିସ୍ମିତ ହୋଇ ଯାଉଥିଲେ। ସେମାନେ କହୁଥିଲେ, “ଏ କ’ଣ ଯୋଷେଫଙ୍କ ପୁଅ ନୁହେଁ?”


ସେ ଯେଉଁଠି ପ୍ରତିପାଳିତ ହୋଇଥିଲେ ସେଠାକୁ ଗଲେ। ସେଠାରେ ଯିହୂଦୀ ସମାଜଗୃହରେ ଉପଦେଶ ଦେବା ଆରମ୍ଭ କରିଦେଲେ, ଯାହା ଶୁଣି ସମସ୍ତେ ଆଶ୍ଚର୍ଯ୍ୟ ହୋଇଗଲେ ଏବଂ କହିଲେ, “ଆଶ୍ଚର୍ଯ୍ୟକାର୍ଯ୍ୟ କରିବା ପାଇଁ ଏ ଲୋକ କେଉଁଠାରୁ ଜ୍ଞାନ ଓ ଶକ୍ତି ପାଇଲା?


ଲୋକମାନେ ଯୀଶୁଙ୍କ ଉପଦେଶ ଶୁଣି ଆଶ୍ଚର୍ଯ୍ୟ ହୋଇଗଲେ।


ବିଶ୍ରାମ ଦିବସରେ ଯୀଶୁ ଯିହୂଦୀୟ ସମାଜଗୃହରେ ଶିକ୍ଷା ଦେଲେ। ବହୁତ ଲୋକ ତାହାଙ୍କ ଶିକ୍ଷା ଶୁଣି ଆଶ୍ଚର୍ଯ୍ୟ ହୋଇଗଲେ। ସେମାନେ କହିଲେ, “ଏ ଲୋକ ଏସବୁ ଶିକ୍ଷା କେଉଁଠାରୁ ପାଇଲା? ଏ ଲୋକକୁ ଏ ଉତ୍ତମ ବିଗ୍ଭରଶକ୍ତି (ବିଜ୍ଞତା) କିଏ ଦେଲା? ଆଶ୍ଚର୍ଯ୍ୟ କାର୍ଯ୍ୟ କରିବା ପାଇଁ ସେ କେଉଁଠାରୁ ଶକ୍ତି ପାଇଲା?


ପ୍ରଧାନଯାଜକ ଓ ଧର୍ମଯାଜକମାନେ ଏ କଥା ଶୁଣିଲେ। ସେମାନେ ଯୀଶୁଙ୍କୁ ମାରିବା ପାଇଁ ବାଟ ଖୋଜିଲେ। କିନ୍ତୁ ସେଠାରେ ଜମା ହୋଇଥିବା ସବୁ ଲୋକେ ଯୀଶୁଙ୍କ ଉପଦେଶ ଶୁଣି ବିସ୍ମିତ ହୋଇଯାଇଥିବାରୁ ଧର୍ମଯାଜକମାନେ ଯୀଶୁଙ୍କୁ ଡରିଗଲେ।


ତିନି ଦିନ ପରେ ସେମାନେ ଯୀଶୁଙ୍କୁ ପାଇଲେ। ଯୀଶୁ ମନ୍ଦିର ଭିତରେ ଧର୍ମଗୁରୁମାନଙ୍କ ସହିତ ବସିଥିଲେ। ସେ ସେମାନଙ୍କ କଥା ଶୁଣୁଥିଲେ ଓ ସେମାନଙ୍କୁ ପ୍ରଶ୍ନ ସବୁ ପଗ୍ଭରୁଥିଲେ।


ମେଷପାଳକମାନେ ଯାହା କହିଲେ, ତାହା ଶୁଣି, ସମସ୍ତେ ଆଶ୍ଚର୍ଯ୍ୟ ହୋଇଗଲେ।


Swiv nou:

Piblisite


Piblisite