Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 2:49 - ପବିତ୍ର ବାଇବଲ

49 ଏହି ଶୁଣି ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ ମୋତେ କାହିଁକି ଖୋଜୁଥିଲ? ଯେଉଁଠାରେ ମୋର ପରମପିତାଙ୍କର କାର୍ଯ୍ୟ ଅଛି, ମୁଁ ସେଠାରେ ନିଶ୍ଚୟ ଥିବିବୋଲି ତୁମ୍ଭେମାନେ କ’ଣ ଜାଣି ନାହଁ?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

49 ଏଥିରେ ସେ ସେମାନଙ୍କୁ କହିଲେ, କାହିଁକି ତୁମ୍ଭେମାନେ ମୋତେ ଖୋଜୁଥିଲ? ମୋହର ପିତାଙ୍କ ଗୃହରେ ରହିବା ଯେ ମୋହର କର୍ତ୍ତବ୍ୟ, ଏହା କଅଣ ଜାଣି ନ ଥିଲ?

Gade chapit la Kopi

ଓଡିଆ ବାଇବେଲ

49 ଏଥିରେ ସେ ସେମାନଙ୍କୁ କହିଲେ, କାହିଁକି ତୁମ୍ଭେମାନେ ମୋତେ ଖୋଜୁଥିଲ ? ମୋହର ପିତାଙ୍କ ଗୃହରେ ରହିବା ଯେ ମୋହର କର୍ତ୍ତବ୍ୟ, ଏହା କ'ଣ ଜାଣି ନ ଥିଲ ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

49 ସେ ସେମାନଙ୍କୁ ଉତ୍ତର ଦେଲେ, “ତୁମେ କାହିଁକି ମୋତେ ଖୋଜିଲ? ପିତାଙ୍କ ଗୃହରେ ମୋର ରହିବା ଆବଶ୍ୟକ ବୋଲି ତୁମେ କ’ଣ ଜାଣି ନାହଁ?”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

49 ଏଥିରେ ସେ ସେମାନଙ୍କୁ କହିଲେ, “କାହିଁକି ତୁମ୍ଭେମାନେ ମୋତେ ଖୋଜୁଥିଲ? ମୋହର ପିତାଙ୍କ ଗୃହରେ ରହିବା ଯେ ମୋହର କର୍ତ୍ତବ୍ୟ, ଏହା କଅଣ ଜାଣି ନ ଥିଲ?”

Gade chapit la Kopi




ଲୂକ ଲିଖିତ ସୁସମାଚାର 2:49
11 Referans Kwoze  

ମୁଁ ପରମେଶ୍ୱରଙ୍କର ଇଚ୍ଛା ଅନୁଯାୟୀ କାର୍ଯ୍ୟ କରିବା ପାଇଁ ସ୍ୱର୍ଗରୁ ଆସିଅଛି। ମୁଁ ନିଜ ଇଚ୍ଛା ଅନୁଯାୟୀ କାର୍ଯ୍ୟ କରିବା ପାଇଁ ଆସି ନାହିଁ।


ମୋତେ ଯିଏ (ପରମେଶ୍ୱର) ପଠାଇଛନ୍ତି, ସେ ମୋ’ ସହିତ ଅଛନ୍ତି। ତାହାଙ୍କ ସନ୍ତୋଷଜନକ କାର୍ଯ୍ୟ ମୁଁ ସର୍ବଦା କରେ। ତେଣୁ ସେ ମୋତେ ଏକୁଟିଆ କରି ଛାଡ଼ି ନାହାନ୍ତି।”


ସର୍ବଶକ୍ତିମାନ ସଦାପ୍ରଭୁ କୁହନ୍ତି, “ଆମ୍ଭର ପଥ ପରିଷ୍କାର କରିବା ପାଇଁ ଆମ୍ଭେ ଆପଣା ଦୂତକୁ ପ୍ରେରଣ କରିବା। ଆଉ ଦେଖ ତୁମ୍ଭେମାନେ ଯେଉଁ ପ୍ରଭୁଙ୍କୁ ଅନ୍ୱେଷଣ କରୁଛ ସେ ହଠାତ୍ ତାଙ୍କ ମନ୍ଦିରକୁ ଆସିବ। ନିଶ୍ଚୟ ଚୁକ୍ତିର ବାର୍ତ୍ତାବାହକ ତୁମ୍ଭେ ଯାହା ବିଷୟରେ ସନ୍ତୁଷ୍ଟ ସେ ଆସୁଛନ୍ତି।


ଯୀଶୁ କହିଲେ, “ଯେଉଁ ପରମେଶ୍ୱର ମୋତେ ପଠାଇଛନ୍ତି, ତାହାଙ୍କର ଇଚ୍ଛା ପାଳନ କରିବା ଓ ତାହାଙ୍କର କାର୍ଯ୍ୟ ପୂର୍ଣ୍ଣ କରିବା ହେଉଛି ମୋର ଆହାର।


ହେ ମୋର ପରମେଶ୍ୱର, ତୁମ୍ଭେ ଯାହା ଗ୍ଭହୁଁଛ, ମୁଁ ତାହା କରିବାକୁ ଗ୍ଭହୁଁଛି। ତୁମ୍ଭର ନୀତିଶିକ୍ଷା ମୋ’ ହୃଦୟରେ ଅଛି।


ଯୀଶୁଙ୍କ ବାପାମା ତାହାଙ୍କୁ ଦେଖି ବିସ୍ମିତ ହୋଇଗଲେ। ତାହାଙ୍କ ମା ତାହାଙ୍କୁ ପଗ୍ଭରିଲେ, “ପୁଅରେ! ତୁ ଆମ ସାଙ୍ଗରେ ଏପରି କାହିଁକି କଲୁ? ତୋ’ ବାପା ଓ ମୁଁ ତୋତେ ଖୋଜି ଖୋଜି ବହୁତ ଚିନ୍ତିତ ହୋଇ ପଡ଼ିଲୁଣି।”


କିନ୍ତୁ ଯୀଶୁ ଯିହୂଦୀମାନଙ୍କୁ କହିଲେ, “ମୋର ପିତା ସର୍ବଦା କାର୍ଯ୍ୟରତ, ଅତଏବ ମୁଁ ମଧ୍ୟ କାର୍ଯ୍ୟ କରେ।”


ଯୀଶୁ ମନ୍ଦିର ପରିସରରେ ପ୍ରବେଶ କଲେ। ସେଠାରେ କିଣା ଓ ବିକା କରୁଥିବା ଲୋକମାନଙ୍କୁ ଯୀଶୁ ବାହାରକୁ ଘଉଡ଼େଇ ଦେଲେ। ସେ ମୁଦ୍ରା ବ୍ୟବସାୟୀଙ୍କ ମେଜ ଓ କାପ୍ତା ବ୍ୟବସାୟୀଙ୍କ ଆସନ ଓଲଟେଇ ଦେଲେ।


ଦିନ ଥାଉ ଥାଉ ମୋର ପ୍ରେରଣକର୍ତ୍ତାଙ୍କ କାର୍ଯ୍ୟ ଆମ୍ଭେ ଅବିରତ କରିବା ଉଚିତ୍। କାରଣ ରାତି ଆସୁଅଛି। ରାତିରେ କେହି କାର୍ଯ୍ୟ କରି ପାରିବେ ନାହିଁ।


“କିନ୍ତୁ ମୋ’ ପାଖରେ ମୋ’ ସମ୍ବନ୍ଧରେ ଗୋଟିଏ ପ୍ରମାଣ ଅଛି, ଯାହା ଯୋହନଙ୍କ ପ୍ରମାଣଠାରୁ ଅଧିକ ମହତ୍ତ୍ୱପୂର୍ଣ୍ଣ। ମୁଁ ଯାହାସବୁ କରୁଛି, ତାହା ସବୁ ମୋର ପ୍ରମାଣ। ପରମପିତା ମୋତେ ଏସବୁ କରିବା ପାଇଁ ଦେଇଥିଲେ। ଏହିସବୁ କାର୍ଯ୍ୟରୁ ଏହା ପ୍ରମାଣିତ ହୁଏ ଯେ ପରମପିତା ମୋତେ ପଠାଇଛନ୍ତି।


Swiv nou:

Piblisite


Piblisite