Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 20:11 - ପବିତ୍ର ବାଇବଲ

11 ତେଣୁ ଲୋକଟି ଆଉ ଜଣେ ଗ୍ଭକରକୁ ପଠାଇଲା। କୃଷକମାନେ ଏହି ଲୋକଟିକୁ ମାଡ଼ ମାରିଲେ ଓ ତା’ ପ୍ରତି ଅସମ୍ମାନ ବ୍ୟବହାର କଲେ। ସେମାନେ ତାକୁ ମଧ୍ୟ କିଛି ନ ଦେଇ ପଠେଇ ଦେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ସେ ପୁଣି ଆଉ ଜଣେ ଦାସକୁ ପଠାଇଲେ; ସେମାନେ ତାହାକୁ ମଧ୍ୟ ପ୍ରହାର ଓ ଅପମାନ କରି ଶୂନ୍ୟ ହସ୍ତରେ ଫେରାଇ ଦେଲେ।

Gade chapit la Kopi

ଓଡିଆ ବାଇବେଲ

11 ସେ ପୁଣି, ଆଉ ଜଣେ ଦାସକୁ ପଠାଇଲେ; ସେମାନେ ତାହାକୁ ମଧ୍ୟ ପ୍ରହାର ଓ ଅପମାନ କରି ଶୂନ୍ୟ ହସ୍ତରେ ଫେରାଇଦେଲେ;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

11 ତା’ପରେ ସେ ଆଉ ଜଣେ ଦାସକୁ ପଠାଇଲେ; କିନ୍ତୁ ଚାଷୀମାନେ ତାକୁ ମଧ୍ୟ ମାଡ଼ ମାରିଲେ ଓ ଅପମାନ ଦେଇ ଶୂନ୍ୟ ହସ୍ତରେ ଫେରାଇଦେଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ସେ ପୁଣି, ଆଉ ଜଣେ ଦାସକୁ ପଠାଇଲେ; ସେମାନେ ତାହାକୁ ମଧ୍ୟ ପ୍ରହାର ଓ ଅପମାନ କରି ଶୂନ୍ୟ ହସ୍ତରେ ଫେରାଇଦେଲେ;

Gade chapit la Kopi




ଲୂକ ଲିଖିତ ସୁସମାଚାର 20:11
8 Referans Kwoze  

ତୁମ୍ଭମାନଙ୍କ ପାଖକୁ ଯିବା ପୂର୍ବରୁ ଫିଲି‌ପ୍‌ପୀଠାରେ ଆମ୍ଭେ ଦୁଃଖ ଓ ଅପମାନ ପାଇଥିଲୁ। ଏହି ବିଷୟରେ ତୁମ୍ଭେମାନେ ଜାଣିଛ। ଆମ୍ଭେମାନେ ଯେତେବେଳେ ତୁମ୍ଭମାନଙ୍କ ପାଖକୁ ଗଲୁ, ସେତେବେଳେ ଅନେକ ଲୋକ ଆମ୍ଭର ବିରୁଦ୍ଧ ଥିଲେ। କିନ୍ତୁ ପରମେଶ୍ୱରଙ୍କ ସାହାଯ୍ୟରୁ ଆମ୍ଭେ ସାହସୀ ହୋଇ ପାରିଲୁ। ତୁମ୍ଭମାନଙ୍କୁ ତାହାଙ୍କର ସୁସମାଗ୍ଭର କହିବା ପାଇଁ ସେ ଆମ୍ଭକୁ ସାହାଯ୍ୟ କଲେ।


ତୁମ୍ଭମାନଙ୍କର ପୂର୍ବପୁରୁଷମାନେ କୌଣସି ଭାବବାଦୀଙ୍କୁ ତାଡ଼ନା ନ କରି ଛାଡ଼ି ନାହାନ୍ତି। ଏହି ଭାବବାଦୀମାନେ ପୂର୍ବରୁ ସେହି ଧାର୍ମିକ ବ୍ୟକ୍ତିଙ୍କର ଆଗମନ କଥା କହିଥିଲେ। କିନ୍ତୁ ତୁମ୍ଭମାନଙ୍କର ପୂର୍ବପୁରୁଷମାନେ ସେହି ଲୋକମାନଙ୍କୁ ମଧ୍ୟ ମାରି ଦେଇଥିଲେ। ବର୍ତ୍ତମାନ ତୁମ୍ଭେମାନେ ସେହି ଧାର୍ମିକ ବ୍ୟକ୍ତିଙ୍କୁ ପ୍ରତାରିତ ଓ ହତ୍ୟା କରିଛ।


ଇସ୍ରାଏଲ ଦ୍ରାକ୍ଷାଲତା ସଦୃଶ ପ୍ରଚୁର ଫଳ ଧାରଣ କରେ। କିନ୍ତୁ ଯେତେବେଳେ ଇସ୍ରାଏଲ ଅଧିକ ଜିନିଷ ଲାଭକଲେ ସେତେବେଳେ ସେ ଭଣ୍ତ ଦେବତାଙ୍କ ପୂଜା ପାଇଁ ଅଧିକ ଯଜ୍ଞବେଦି ନିର୍ମାଣ କଲେ। ତାଙ୍କର ରାଜ୍ୟ ଅଧିକ ଭଲ ହେଲା। ତେଣୁ ସେ ଭଣ୍ତ ଦେବତାଙ୍କ ପୂଜାଲାଗି ଅତିସୁନ୍ଦର ପଥରମାନ ସ୍ଥାପନ କଲେ।


ତା'ପରେ ସେହି ଲୋକଟି ଆଉ ଜଣେ ଗ୍ଭକରକୁ ସେମାନଙ୍କ ପାଖକୁ ପଠାଇଲା। ସେମାନେ ଏହି ଗ୍ଭକରର ମୁଣ୍ଡକୁ ପିଟିଲେ ଓ ତାକୁ ଅପମାନ ଦେଲେ।


ପରେ ଅଙ୍ଗୁର ତୋଳିବା ସମୟ ଆସିଲା। ତେଣୁ ଲୋକଟି ତା'ର ଜଣେ ଗ୍ଭକରକୁ ଏହି କୃଷକମାନଙ୍କ ପାଖକୁ ପଠାଇଲା ଯେପରି କୃଷକମାନେ ତାହାଙ୍କ ଭାଗ ଅଙ୍ଗୁର ଗ୍ଭକର ହାତରେ ଦେଇଦେବେ। କିନ୍ତୁ କୃଷକମାନେ ଗ୍ଭକରକୁ ମାଡ଼ ମାରି ଖାଲି ହାତରେ ପଠେଇ ଦେଲେ।


ତେଣୁ ଜମିମାଲିକ ପୁଣି ଆଉ ଜଣେ ଗ୍ଭକରକୁ ପଠାଇଲା। କୃଷକମାନେ ତାକୁ ଭୟଙ୍କର ଭାବରେ କ୍ଷତବିକ୍ଷତ କରି ବାହାରକୁ ଫିଙ୍ଗି ଦେଲେ।


Swiv nou:

Piblisite


Piblisite