Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 20:15 - ପବିତ୍ର ବାଇବଲ

15 ତେଣୁ କୃଷକମାନେ ମାଲିକର ପୁଅକୁ ଜୀବନରେ ମାରିଦେଲେ ଓ ଜମି ବାହାରକୁ ଫିଙ୍ଗି ଦେଲେ। “ଏବେ ଜମିମାଲିକ କ’ଣ କରିବ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ଆଉ, ସେମାନେ ତାଙ୍କୁ ଦ୍ରାକ୍ଷାକ୍ଷେତ୍ରର ବାହାରେ ପକାଇ ବଧ କଲେ। ଅତଏବ, ଦ୍ରାକ୍ଷାକ୍ଷେତ୍ରର କର୍ତ୍ତା ସେମାନଙ୍କ ପ୍ରତି କଅଣ କରିବେ?

Gade chapit la Kopi

ଓଡିଆ ବାଇବେଲ

15 ଆଉ ସେମାନେ ତାହାଙ୍କୁ ଅଙ୍ଗୁର କ୍ଷେତ୍ରର ବାହାରେ ପକାଇ ବଧ କଲେ । ଅତଏବ ଅଙ୍ଗୁର କ୍ଷେତ୍ରର ମାଲିକ ସେମାନଙ୍କ ପ୍ରତି କ'ଣ କରିବେ ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

15 ତେଣୁ ସେମାନେ ତାକୁ ବାହାରକୁ ଟାଣି ନେଇ ହତ୍ୟା କଲେ। ଯୀଶୁ ପଚାରିଲେ, “ତା’ହେଲେ ଦ୍ରାକ୍ଷା କ୍ଷେତର ମାଲିକ ସେହି ଚାଷୀମାନଙ୍କୁ କ’ଣ କରିବେ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଆଉ ସେମାନେ ତାହାଙ୍କୁ ଦ୍ରାକ୍ଷାକ୍ଷେତ୍ରର ବାହାରେ ପକାଇ ବଧ କଲେ। ଅତଏବ ଦ୍ରାକ୍ଷାକ୍ଷେତ୍ରର ମାଲିକ ସେମାନଙ୍କ ପ୍ରତି କଅଣ କରିବେ?

Gade chapit la Kopi




ଲୂକ ଲିଖିତ ସୁସମାଚାର 20:15
5 Referans Kwoze  

ସେହିଭଳି ଯୀଶୁ ମଧ୍ୟ ସହର ବାହାରେ ଯାତନା ପାଇଲେ। ନିଜ ରକ୍ତ ଦ୍ୱାରା ନିଜ ଲୋକମାନଙ୍କୁ ପବିତ୍ର କରିବା ପାଇଁ ଯୀଶୁ ମଲେ।


କୃଷକମାନେ ମାଲିକର ପୁଅକୁ ଦେଖି କୁହାକୁହି ହେଲେ, ‘ଏତ ଜମିମାଲିକର ପୁଅ। ଏ ଜମି ଖଣ୍ଡିକ ତା'ର ହିଁ ହେବ। ଆମ୍ଭେ ତାକୁ ମାରିଦେଲେ ଜମିଟି ଆମ୍ଭରି ହୋଇଯିବ।’


ସେ ଆସି ସେହି କୃଷକମାନଙ୍କୁ ଜୀବନରେ ମାରିଦେବ। ତା'ପରେ ସେହି ଜମିଟିକୁ ଆଉ କେତେକ କୃଷକଙ୍କୁ ଭାଗ ଦେଇଦେବେ।” ଲୋକମାନେ ଏହି ଦୃଷ୍ଟାନ୍ତଟି ଶୁଣିଲେ ଓ ସେମାନେ କହିଲେ, “ଯେ, ଏ କଥା କେବେ ହେଲେ ନ ହେଉ।”


Swiv nou:

Piblisite


Piblisite