ଲୂକ ଲିଖିତ ସୁସମାଚାର 20:21 - ପବିତ୍ର ବାଇବଲ21 ସେହି ଲୋକମାନେ ଯୀଶୁଙ୍କୁ କହିଲେ, “ଗୁରୁ, ଆମ୍ଭେ ଜାଣିଛୁ ଯେ ଆପଣ ଯାହା କହୁଛନ୍ତି ଓ ଉପଦେଶ ଦେଉଛନ୍ତି, ସେ ସବୁ ଠିକ୍। ଆପଣ କାହାପ୍ରତି ପକ୍ଷପାତପୂର୍ଣ୍ଣ ଆଚରଣ କରୁ ନାହାନ୍ତି। ଆପଣ ପରମେଶ୍ୱରଙ୍କ ମାର୍ଗ ବିଷୟରେ ଯେଉଁ ଉପଦେଶ ଦେଉଛନ୍ତି, ତାହା ସତ୍ୟ। Gade chapit laପବିତ୍ର ବାଇବଲ (Re-edited) - (BSI)21 ସେମାନେ ତାହାଙ୍କୁ ପଚାରିଲେ, ହେ ଗୁରୁ, ଆମ୍ଭେମାନେ ଜାଣୁ, ଆପଣ ଯଥାର୍ଥ ରୂପେ କଥା କହନ୍ତି ଓ ଶିକ୍ଷା ଦିଅନ୍ତି, ପୁଣି କାହାରି ମୁଖାପେକ୍ଷା କରନ୍ତି ନାହିଁ, ମାତ୍ର ସତ୍ୟ ରୂପେ ଈଶ୍ଵରଙ୍କ ମାର୍ଗ ଶିକ୍ଷା ଦିଅନ୍ତି। Gade chapit laଓଡିଆ ବାଇବେଲ21 ସେମାନେ ତାହାଙ୍କୁ ପଚାରିଲେ, ହେ ଗୁରୁ, ଆମ୍ଭେମାନେ ଜାଣୁ, ଆପଣ ଠିକ୍ କଥା କହନ୍ତି ଓ ଶିକ୍ଷା ଦିଅନ୍ତି, ପୁଣି, କାହାରି ମୁଖାପେକ୍ଷା କରନ୍ତି ନାହିଁ, ମାତ୍ର ସତ୍ୟ ରୂପେ ଈଶ୍ୱରଙ୍କ ପଥ ବିଷୟରେ ଶିକ୍ଷା ଦିଅନ୍ତି । Gade chapit laପବିତ୍ର ବାଇବଲ (CL) NT (BSI)21 ଚରମାନେ ଯୀଶୁଙ୍କ ଛିଦ୍ର ଧରିବାକୁ ଆସି ତାଙ୍କୁ ପ୍ରଶ୍ନ କଲେ, “ହେ ଗୁରୁ, ଆପଣ ଯାହା କହନ୍ତି ଓ ଶିକ୍ଷା ଦିଅନ୍ତି, ତାହା ଯଥାର୍ଥ ବୋଲି ଆମେ ଜାଣୁ। ଆମେ ଜାଣୁ ଯେ ଆପଣ ମନୁଷ୍ୟର ମୁଖାପେକ୍ଷା କରନ୍ତି ନାହିଁ, କିନ୍ତୁ ମନୁଷ୍ୟ ଜୀବନ ପାଇଁ ଈଶ୍ୱରଙ୍କର ଇଚ୍ଛା ବିଷୟରେ ସ୍ପଷ୍ଟ ଶିକ୍ଷା ଦିଅନ୍ତି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ସେମାନେ ତାହାଙ୍କୁ ପଚାରିଲେ, ହେ ଗୁରୁ, ଆମ୍ଭେମାନେ ଜାଣୁ, ଆପଣ ଠିକ୍ କଥା କହନ୍ତି ଓ ଶିକ୍ଷା ଦିଅନ୍ତି, ପୁଣି, କାହାରି ମୁଖାପେକ୍ଷା କରନ୍ତି ନାହିଁ, ମାତ୍ର ସତ୍ୟ ରୂପେ ଈଶ୍ବରଙ୍କ ପଥ ବିଷୟରେ ଶିକ୍ଷା ଦିଅନ୍ତି। Gade chapit la |
ଫାରୂଶୀ ଓ ହେରୋଦୀୟମାନେ ଯୀଶୁଙ୍କ ପାଖକୁ ଯାଇ କହିଲେ, “ଗୁରୁ, ଆମ୍ଭେମାନେ ଜାଣିଛୁ ଯେ, ତୁମ୍ଭେ ବହୁତ ଭଲ ଲୋକ। ଅନ୍ୟମାନେ ତୁମ୍ଭ ବିଷୟରେ କ’ଣ ଭାବୁଛନ୍ତି, ସେଥିପାଇଁ ତୁମ୍ଭେ କେବେ ଚିନ୍ତା କର ନାହିଁ। ସବୁ ଲୋକ ତୁମ୍ଭ ପାଇଁ ସମାନ। ତୁମ୍ଭେ ପରମେଶ୍ୱର ଗ୍ଭହୁଁଥିବା ଜୀବନର ମାର୍ଗ ବିଷୟରେ ଠିକ୍ ଉପଦେଶ ଦେଉଛ। ଆମ୍ଭମାନଙ୍କୁ କୁହ, କାଇସରଙ୍କୁ କର ଦେବା ଉଚିତ୍ କି ନୁହେଁ?”
ତେଣୁ ଧର୍ମଶାସ୍ତ୍ରୀ ଏବଂ ଯାଜକମାନେ ଯୀଶୁଙ୍କୁ ଫାନ୍ଦରେ ପକାଇବା ପାଇଁ ଉପଯୁକ୍ତ ସମୟ ଅପେକ୍ଷାରେ ରହିଲେ। ସେମାନେ ଯୀଶୁଙ୍କ ପାଖକୁ କେତେକ ଗୁପ୍ତଚର ପଠାଇଲେ। ସେମାନେ ଏହି ଲୋକମାନଙ୍କୁ ଭଲ ଲୋକ ଭଳି ଛଳନା କରିବା ପାଇଁ କହିଥିଲେ। ସେମାନେ ଯୀଶୁଙ୍କ କହୁଥିବା କଥାରେ କିଛି ଭୁଲ୍ ବିଷୟ ଖୋଜି ବାହାର କରିବାକୁ ଗ୍ଭହୁଁଥିଲେ। କାରଣ ଯଦି ସେମାନେ ଯୀଶୁଙ୍କର କିଛି ଭୁଲ୍ ଦେଖି ପାରିବେ, ତେବେ ସେମାନେ ଯୀଶୁଙ୍କ ଉପରେ ଅଧିକାର ଓ କ୍ଷମତା ରହିଥିବା ଶାସନକର୍ତ୍ତାଙ୍କ ହାତରେ ଯୀଶୁଙ୍କୁ ଦେଇଦେବେ।