Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 20:25 - ପବିତ୍ର ବାଇବଲ

25 ଯୀଶୁ ସେମାନଙ୍କୁ କହିଲେ, “ତେବେ ଯାହା କାଇସରଙ୍କର, ତାହା କାଇସରଙ୍କୁ ଦେଇଦିଅ, ଯାହା ପରମେଶ୍ୱରଙ୍କର ତାହା ପରମେଶ୍ୱରଙ୍କୁ ଦେଇଦିଅ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ସେଥିରେ ସେ ସେମାନଙ୍କୁ କହିଲେ, ତେବେ କାଇସରଙ୍କର ଯାହା, ତାହା କାଇସରଙ୍କୁ ଦିଅ; ପୁଣି, ଈଶ୍ଵରଙ୍କର ଯାହା, ତାହା ଈଶ୍ଵରଙ୍କୁ ଦିଅ।

Gade chapit la Kopi

ଓଡିଆ ବାଇବେଲ

25 ସେଥିରେ ସେ ସେମାନଙ୍କୁ କହିଲେ, ତେବେ ଯାହା କାଇସରଙ୍କର, ତାହା କାଇସରଙ୍କୁ ଦିଅ; ପୁଣି, ଯାହା ଈଶ୍ୱରଙ୍କର, ତାହା ଈଶ୍ୱରଙ୍କୁ ଦିଅ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

25 ତେଣୁ ଯୀଶୁ କହିଲେ, “ତା’ହେଲେ ସମ୍ରାଟଙ୍କର ଯାହା ପ୍ରାପ୍ୟ, ତାହା ସମ୍ରାଟଙ୍କୁ ଦିଅ ଓ ଈଶ୍ୱରଙ୍କର ଯାହା, ତାହା ଈଶ୍ୱରଙ୍କୁ ଦିଅ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ସେଥିରେ ସେ ସେମାନଙ୍କୁ କହିଲେ, ତେବେ ଯାହା କାଇସରଙ୍କର, ତାହା କାଇସରଙ୍କୁ ଦିଅ; ପୁଣି, ଯାହା ଈଶ୍ବରଙ୍କର, ତାହା ଈଶ୍ବରଙ୍କୁ ଦିଅ।

Gade chapit la Kopi




ଲୂକ ଲିଖିତ ସୁସମାଚାର 20:25
11 Referans Kwoze  

ଅତଏବ, ଯେତେବେଳେ ତୁମ୍ଭେମାନେ ଖାଅ, ପିଅ ବା ଅନ୍ୟ ଯାହାକିଛି କର, ପରମେଶ୍ୱରଙ୍କ ମହିମା ପାଇଁ କରିବା ଉଚିତ୍।


ପିତର ଓ ଅନ୍ୟ ପ୍ରେରିତମାନେ ଉତ୍ତର ଦେଲେ, “ଆମ୍ଭେମାନେ ମନୁଷ୍ୟମାନଙ୍କ ଆଜ୍ଞା ଅପେକ୍ଷା ପରମେଶ୍ୱରଙ୍କ ଆଜ୍ଞା ନିଶ୍ଚୟ ମାନିବୁ।


ତା'ପରେ ଯୀଶୁ ସେମାନଙ୍କୁ କହିଲେ, “ଯାହା କାଇସରଙ୍କର, ତାହା କାଇସରଙ୍କୁ ଦିଅ ଓ ଯାହା ପରମେଶ୍ୱରଙ୍କର, ତାହା ପରମେଶ୍ୱରଙ୍କୁ ଦିଅ।” ଏହା ଶୁଣି ସମସ୍ତେ ଆଶ୍ଚର୍ଯ୍ୟ ହୋଇଗଲେ।


ଲୋକମାନେ କହିଲେ, “କାଇସରଙ୍କର।” ତା'ପରେ ଯୀଶୁ ସେମାନଙ୍କୁ କହିଲେ, “ଯାହା କାଇସରଙ୍କର ତାହା କାଇସରଙ୍କୁ ଦିଅ ଓ ଯାହା ପରମେଶ୍ୱରଙ୍କର, ତାହା ପରମେଶ୍ୱରଙ୍କୁ ଦିଅ।”


କିନ୍ତୁ ଏହି କରଆଦାୟକାରୀଙ୍କୁ ଆମ୍ଭେ କ୍ରୋଧିତ କରିବା ନାହିଁ। ତେଣୁ କର ଏହିଭଳି ଭାବରେ ଦେଇଦିଅ: ହ୍ରଦକୁ ଯାଅ। ତୁମ୍ଭର ମାଛ ଧର। ତୁମ୍ଭେ ଧରିଥିବା ପ୍ରଥମ ମାଛଟି ଆଣ, ତା'ର ପାଟି ଖୋଲ। ତା ପାଟିରୁ ତୁମ୍ଭେ ଗ୍ଭରୋଟି ରୌପ୍ୟ ମୁଦ୍ରା ପାଇବ। ସେ ମୁଦ୍ରାଗୁଡ଼ିକୁ ଆଣି ମୋ’ ପାଇଁ ଓ ତୁମ୍ଭ ପାଇଁ ଟିକସ ଆଦାୟକାରୀଙ୍କୁ ଦେଇଦିଅ।”


ହେ ମୋର ପୁତ୍ର, ସଦାପ୍ରଭୁଙ୍କୁ ଓ ରାଜାଙ୍କୁ ଭୟ କର। ସେହି ଲୋକମାନଙ୍କ ସହିତ ଜଡ଼ିତ ହୁଅ ନାହିଁ। ଯେଉଁମାନେ ସେମାନଙ୍କର ବିପକ୍ଷରେ ଅଛନ୍ତି।


ଯେଉଁ ଲୋକ କହିବାକୁ ଗ୍ଭହେଁ, ସେ ପରମେଶ୍ୱରଙ୍କ ବାକ୍ୟରୁ କଥା କହୁ। ଯେଉଁ ଲୋକ ସେବା କରିବ, ସେ ପରମେଶ୍ୱରଙ୍କ ପ୍ରଦତ୍ତ ଶକ୍ତି ସାହାଯ୍ୟରେ ସେବା କରୁ। ତୁମ୍ଭେ ଏହିସବୁ କାମ ଏପରି ଭାବରେ କରିବା ଉଚିତ୍ ଯେ, ଖ୍ରୀଷ୍ଟଙ୍କ ମାଧ୍ୟମରେ ଯେପରି ପରମେଶ୍ୱର ସମସ୍ତ ବିଷୟରେ ପ୍ରଶଂସା ପାଇବେ। କ୍ଷମତା ଓ ମହିମା ସଦାସର୍ବଦା ପାଇଁ ତାହାଙ୍କର ଅଟେ। ଆମେନ୍।


“ମୋତେ ଗୋଟିଏ ମୁଦ୍ରା ଦେଖାଅ, ମୁଦ୍ରା ଉପରେ କାହାର ନାମ ଅଛି ଏବଂ କାହାର ଛବି ଅଛି?” ସେମାନେ କହିଲେ, “କାଇସରଙ୍କର।”


Swiv nou:

Piblisite


Piblisite