Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 20:26 - ପବିତ୍ର ବାଇବଲ

26 ଲୋକମାନେ ଯୀଶୁଙ୍କର ଏହି ବୁଦ୍ଧିପୂର୍ଣ୍ଣ ଉତ୍ତର ଶୁଣି ଆଶ୍ଚର୍ଯ୍ୟ ହୋଇଗଲେ। ସେମାନେ କିଛି କହି ପାରିଲେ ନାହିଁ। ସେମାନେ ଯୀଶୁଙ୍କୁ ସମସ୍ତଙ୍କ ଆଗରେ ଫାନ୍ଦରେ ପକାଇ ପାରିଲେ ନାହିଁ। ଯୀଶୁ ଏଭଳି କିଛି କହିଲେ ନାହିଁ, ଯାହାକୁ ସେମାନେ ଯୀଶୁଙ୍କ ବିରୁଦ୍ଧରେ ବ୍ୟବହାର କରି ପାରିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

26 ଏଥିରେ ସେମାନେ ଲୋକମାନଙ୍କ ସାକ୍ଷାତରେ ତାହାଙ୍କ କଥାର ଛିଦ୍ର ଧରି ପାରିଲେ ନାହିଁ, ଆଉ ସେମାନେ ତାହାଙ୍କ ଉତ୍ତରରେ ଚମତ୍କୃତ ହୋଇ ନୀରବ ରହିଲେ।

Gade chapit la Kopi

ଓଡିଆ ବାଇବେଲ

26 ଏଥିରେ ସେମାନେ ଲୋକମାନଙ୍କ ସାକ୍ଷାତରେ ତାହାଙ୍କ କଥାର ଭୁଲ୍ ଧରି ପାରିଲେ ନାହିଁ, ଆଉ ସେମାନେ ତାହାଙ୍କ ଉତ୍ତରରେ ଆଶ୍ଚର୍ଯ୍ୟ ହୋଇ ନୀରବ ରହିଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

26 ସେଠାରେ ସେମାନେ କୌଣସି ଉପାୟରେ ତାଙ୍କୁ ଧରି ନ ପାରି ଚୁପ୍ ରହିଲେ ଓ ତାଙ୍କ ଉତ୍ତରରେ ଚମତ୍‌କୃତ ହେଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ଏଥିରେ ସେମାନେ ଲୋକମାନଙ୍କ ସାକ୍ଷାତରେ ତାହାଙ୍କ କଥାର ଭୁଲ୍ ଧରି ପାରିଲେ ନାହିଁ, ଆଉ ସେମାନେ ତାହାଙ୍କ ଉତ୍ତରରେ ଆଶ୍ଚର୍ଯ୍ୟ ହୋଇ ନୀରବ ରହିଲେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 20:26
14 Referans Kwoze  

ତେଣୁ ଧର୍ମଶାସ୍ତ୍ରୀ ଏବଂ ଯାଜକମାନେ ଯୀଶୁଙ୍କୁ ଫାନ୍ଦରେ ପକାଇବା ପାଇଁ ଉପଯୁକ୍ତ ସମୟ ଅପେକ୍ଷାରେ ରହିଲେ। ସେମାନେ ଯୀଶୁଙ୍କ ପାଖକୁ କେତେକ ଗୁପ୍ତଚର ପଠାଇଲେ। ସେମାନେ ଏହି ଲୋକମାନଙ୍କୁ ଭଲ ଲୋକ ଭଳି ଛଳନା କରିବା ପାଇଁ କହିଥିଲେ। ସେମାନେ ଯୀଶୁଙ୍କ କହୁଥିବା କଥାରେ କିଛି ଭୁଲ୍ ବିଷୟ ଖୋଜି ବାହାର କରିବାକୁ ଗ୍ଭହୁଁଥିଲେ। କାରଣ ଯଦି ସେମାନେ ଯୀଶୁଙ୍କର କିଛି ଭୁଲ୍ ଦେଖି ପାରିବେ, ତେବେ ସେମାନେ ଯୀଶୁଙ୍କ ଉପରେ ଅଧିକାର ଓ କ୍ଷମତା ରହିଥିବା ଶାସନକର୍ତ୍ତାଙ୍କ ହାତରେ ଯୀଶୁଙ୍କୁ ଦେଇଦେବେ।


ଅନେକ ଲୋକ ଏପରି ଅଛନ୍ତି, ଯେଉଁମାନେ ମାନିବାକୁ ମନା କରନ୍ତି, ଅବାନ୍ତର କଥାମାନ କୁହନ୍ତି ଓ ଅନ୍ୟ ଲୋକମାନଙ୍କୁ ଭୁଲ୍ ବାଟରେ ପରିଗ୍ଭଳିତ କରନ୍ତି। ମୁଁ ବିଶେଷ ଭାବରେ ସେ ଲୋକମାନଙ୍କ ବିଷୟରେ କହୁଛି, ଯେଉଁମାନେ ସମସ୍ତ ଅଣଯିହୂଦୀମାନଙ୍କୁ ସୁନ୍ନତ ହେବା ପାଇଁ କହନ୍ତି।


ବ୍ୟବସ୍ଥାରେ ଯେଉଁ କଥାଗୁଡ଼ିକ କୁହାଯାଇଛି, ତାହା ବ୍ୟବସ୍ଥାଧୀନ ରହିଥିବା ଲୋକଙ୍କ ପାଇଁ ପ୍ରୟୋଜନ। ଏହି ବ୍ୟବସ୍ଥାଗୁଡ଼ିକ ସମସ୍ତ ଯିହୂଦୀ ଲୋକଙ୍କୁ ଆଳ ଦେଖାଇବାରୁ ଅଟକାଏ ଏବଂ ସମଗ୍ର ସଂସାରର ଲୋକମାନଙ୍କୁ ପରମେଶ୍ୱରଙ୍କ ନ୍ୟାୟବିଗ୍ଭରକୁ ଆଣେ।


ଯୀଶୁ ଏ କଥା କହିବା ବେଳେ ଯେଉଁସବୁ ଲୋକେ ତାହାଙ୍କୁ ସମାଲୋଚନା କରୁଥିଲେ, ସେମାନେ ଲଜ୍ଜିତ ହେଲେ। ଯୀଶୁ ଯେଉଁସବୁ ଆଶ୍ଚର୍ଯ୍ୟ କାର୍ଯ୍ୟମାନ କଲେ, ତାକୁ ଦେଖି ସବୁ ଲୋକ ଖୁସୀ ହେଲେ।


ଫାରୂଶୀମାନେ ଶୁଣିଲେ ଯେ ଯୀଶୁଙ୍କ ଉତ୍ତରରେ ସାଦ୍ଦୂକୀମାନେ ‌‌‌‌‌‌‌‌‌‌ଚୁପ୍‌‌‌‌‌‌‌‌‌ ହୋଇଗଲେ। ତା'ପରେ ସେମାନେ ସମସ୍ତେ ଏକାଠି ହେଲେ।


ଏ କଥା ଶୁଣି ସେମାନେ ଆଶ୍ଚର୍ଯ୍ୟ ହୋଇଗଲେ ଓ ତାହାଙ୍କୁ ଛାଡ଼ି ସେଠାରୁ ଗ୍ଭଲିଗଲେ।


ରାଜା ତାହାଙ୍କୁ ପଗ୍ଭରିଲେ, ‘ବନ୍ଧୁ, ତୁମ୍ଭେ ବିବାହ ପୋଷାକ ନ ପିନ୍ଧି ଓ ଭିତରକୁ କେମିତି ଆସିଲ?’ କିନ୍ତୁ ଲୋକଟି କିଛି କହିଲା ନାହିଁ।


ଏଥିରେ ଅନ୍ୟ ଅଧ୍ୟକ୍ଷ ଓ କ୍ଷିତିପାଳମାନେ ଦାନିୟେଲଙ୍କ ପ୍ରତି ଈର୍ଷାଳୁ ହେଲେ ଓ ଦାନିୟେଲଙ୍କର ରାଜକର୍ମ ବିଷୟ ଦୋଷ ଅନୁସନ୍ଧାନ କଲେ। ମାତ୍ର ସେମାନେ କୌଣସି ଦୋଷ ବା ଅପରାଧ ପାଇ ପାରିଲେ ନାହିଁ। କାରଣ ସେ ବିଶ୍ୱସ୍ତ ଥିଲେ ଓ ତାଙ୍କଠାରେ କୌଣସି ଭ୍ରାନ୍ତି ବା ଅପରାଧ ନ ଥିଲା। ସେ ରାଜାଙ୍କୁ ଠକୁ ନ ଥିଲେ ଓ କଠିନ ପରିଶ୍ରମ କରୁଥିଲେ।


ଯୀଶୁ ଏହା ଶୁଣି ଆଶ୍ଚର୍ଯ୍ୟ ହୋଇଗଲେ। ସେ ତାହାଙ୍କୁ ଅନୁସରଣ କରୁଥିବା ଲୋକଙ୍କୁ କହିଲେ, “ମୁଁ ତୁମ୍ଭକୁ ସତ୍ୟ କହୁଛି ଯେ, ମୁଁ ଏଭଳି ଗଭୀର ବିଶ୍ୱାସ ଇସ୍ରାଏଲରେ କାହାରି ପାଖରେ ପାଇ ନାହିଁ।


କାରଣ ସେମାନେ ଯୀଶୁଙ୍କୁ କିଛି ଭୁଲ୍ କଥା କୁହାଇ ଫାନ୍ଦରେ ପକେଇବାକୁ ବାଟ ଖୋଜୁ ଥିଲେ।


Swiv nou:

Piblisite


Piblisite