Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 20:47 - ପବିତ୍ର ବାଇବଲ

47 କିନ୍ତୁ ସେମାନେ ବିଧବାମାନଙ୍କ ପ୍ରତି ଅତ୍ୟନ୍ତ ନୀଚ୍ଚ ମନୋଭାବ ଦେଖାନ୍ତି। ସେମାନେ ବିଧବାମାନଙ୍କର ଘରଦ୍ୱାର ଠକି କରି ନେଇ ଥା’ନ୍ତି। ସେମାନେ ଲମ୍ବାଲମ୍ବା ପ୍ରାର୍ଥନା କରି ନିଜକୁ ଭଲ ବୋଲି ଦେଖେଇ ହେବାକୁ ଚେଷ୍ଟା କରନ୍ତି। ପରମେଶ୍ୱର ଏହି ଲୋକମାନଙ୍କୁ କଠିନ ଦଣ୍ଡ ଦେବେ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

47 ସେମାନେ ବିଧବାମାନଙ୍କର ଗୃହସବୁ ଗ୍ରାସ କରନ୍ତି ଓ ଛଳନା କରି ଦୀର୍ଘ ପ୍ରାର୍ଥନା କରନ୍ତି; ସେମାନେ ଗୁରୁତର ଦଣ୍ତ ପାଇବେ।

Gade chapit la Kopi

ଓଡିଆ ବାଇବେଲ

47 ସେମାନେ ବିଧବାମାନଙ୍କ ଗୃହସବୁ ଗ୍ରାସ କରନ୍ତି ଓ ଛଳନାରେ ବହୁତ ସମୟ ଧରି ପ୍ରାର୍ଥନା କରନ୍ତି; ସେମାନେ ଗୁରୁତର ଦଣ୍ଡ ପାଇବେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

47 ସେମାନେ ବିଧବାମାନଙ୍କର ନିଃସହାୟତାର ସୁଯୋଗ ନେଇ ସେମାନଙ୍କର ଘରବାଡ଼ି ଆତ୍ମସାତ କରନ୍ତି ଓ ଦୀର୍ଘ ପ୍ରାର୍ଥନା କରିବାର ଅଭିନୟ ଦେଖାନ୍ତି! ସେମାନଙ୍କର ଦଣ୍ଡ ସବୁଠାରୁ ଭୟାନକ ହେବ!”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

47 ସେମାନେ ବିଧବାମାନଙ୍କ ଗୃହସବୁ ଗ୍ରାସ କରନ୍ତି ଓ ଛଳନାରେ ବହୁତ ସମୟ ଧରି ପ୍ରାର୍ଥନା କରନ୍ତି; ସେମାନେ ଗୁରୁତର ଦଣ୍ଡ ପାଇବେ।”

Gade chapit la Kopi




ଲୂକ ଲିଖିତ ସୁସମାଚାର 20:47
23 Referans Kwoze  

ସେମାନେ ବିଧବାମାନଙ୍କ ପ୍ରତି ଅତ୍ୟନ୍ତ ନୀଚ ବ୍ୟବହାର ଦେଖାନ୍ତି। ସେମାନେ ବିଧବାମାନଙ୍କର ସମ୍ପତ୍ତି ଅପହରଣ କରି ନିଅନ୍ତି। ଭଲ ଦେଖେଇ ହେବା ପାଇଁ ସେମାନେ ଲମ୍ବା ପ୍ରାର୍ଥନା କରନ୍ତି। ଏଭଳି ଲୋକମାନଙ୍କୁ ପରମେଶ୍ୱର କଠିନ ଶାସ୍ତି ଦେବେ।”


ମୋ’ ଭାଇ ଓ ଭଉଣୀମାନେ! ତୁମ୍ଭମାନଙ୍କ ଭିତରୁ ଅନେକ ଶିକ୍ଷକ ହେବା ଉଚିତ୍ ନୁହେଁ। କାରଣ ତୁମ୍ଭେ ଜାଣ ଯେ, ଆମ୍ଭେ ଶିକ୍ଷକମାନେ, ଅନ୍ୟ ଲୋକମାନଙ୍କ ଅପେକ୍ଷା ଅଧିକ କଠୋର ଭାବରେ ବିଗ୍ଭରିତ ହେବୁ।


ସେ ଲୋକମାନେ କୁହନ୍ତି ଯେ ସେମାନେ ପରମେଶ୍ୱରଙ୍କୁ ଜାଣିଛନ୍ତି। କିନ୍ତୁ ଯେଉଁସବୁ ମନ୍ଦ କାମ ସେମାନେ କରୁଛନ୍ତି, ସେଥିରୁ ଜଣାଯାଏ ଯେ ସେମାନେ ପରମେଶ୍ୱରଙ୍କୁ ଗ୍ରହଣ କରନ୍ତି ନାହିଁ। ସେମାନେ ଭୟଙ୍କର ଲୋକ, ଆଜ୍ଞା ବିରୋଧୀ ଓ କୌଣସି ଭଲ କାମ ପାଇଁ ଅଯୋଗ୍ୟ।


ହଜାର ହଜାର ଲୋକ ଆସି ଜମା ହୋଇ ଗଲେ। ଲୋକେ ଜଣେ ଜଣକୁ ମାଡ଼ି ପକାଉ ଥିଲେ। ଲୋକମାନଙ୍କୁ କହିବା ପୂର୍ବରୁ ଯୀଶୁ ପ୍ରଥମେ ନିଜ ଶିଷ୍ୟମାନଙ୍କୁ କହିଲେ, “ଫାରୂଶୀମାନଙ୍କ ଖମୀରଠାରୁ ଦୂରରେ ରୁହ। ମୋ’ କହିବାର ଅଭିପ୍ରାୟ ହେଉଛି ଯେ, ସେମାନେ କପଟୀ।


“ରେ କପଟୀ ଧର୍ମଶାସ୍ତ୍ରୀମାନେ ଓ ଫାରୂଶୀମାନେ! ତୁମ୍ଭକୁ ଧିକ୍! ତୁମ୍ଭେମାନେ ଲୋକମାନଙ୍କ ପାଇଁ ସ୍ୱର୍ଗରାଜ୍ୟର ଦ୍ୱାର ବନ୍ଦ କରି ଦେଉଛ। ତୁମ୍ଭେମାନେ ନିଜେ ତ ପ୍ରବେଶ କରି ପାରୁ ନାହଁ, ତା’ ଛଡ଼ା ଯେଉଁ ଲୋକମାନେ ପ୍ରବେଶ କରିବାକୁ ଚେଷ୍ଟା କରୁଛନ୍ତି, ସେମାନଙ୍କୁ ମଧ୍ୟ ତୁମ୍ଭେମାନେ ଅଟକେଇ ଦେଉଛ।


କିନ୍ତୁ ତୁମ୍ଭେମାନେ ସୁକର୍ମକୁ ଘୃଣାକରି ଦୁଷ୍କର୍ମକୁ ଭଲ ପାଉଛ। ଆଉ ମଧ୍ୟ ଲୋକମାନଙ୍କ ଶରୀରରୁ ଚର୍ମ ବିଦୀର୍ଣ୍ଣ କରିଛ ଏବଂ ସେମାନଙ୍କର ଅସ୍ଥିରୁ ମାଂସ କାଢ଼ି ନେଇଛ।


କିନ୍ତୁ ତୁମ୍ଭେମାନେ ଆମ୍ଭର ଲୋକମାନଙ୍କ ପ୍ରତି ଶତ୍ରୁ ତୁଲ୍ୟ ହୋଇଛ। ପଥଗ୍ଭରୀମାନଙ୍କର ଉତ୍ତରୀୟ ବସ୍ତ୍ର ତୁମ୍ଭେମାନେ ଛଡ଼ାଇ ନେଇଛ। ସେହି ଲୋକମାନେ ନିରାପଦ ବୋଲି ଚିନ୍ତା କରନ୍ତି। କିନ୍ତୁ ତୁମ୍ଭେମାନେ ଯୁଦ୍ଧ ବନ୍ଦୀ ସଦୃଶ ସେମାନଙ୍କଠାରୁ ସମସ୍ତ ଛଡ଼ାଇ ନିଅ।


ସେମାନେ ଦରିଦ୍ର ଲୋକମାନଙ୍କର ମୁଖମଣ୍ତଳକୁ ଭୂମିରେ ମାଡ଼ି ଦଣ୍ତ ଦେଉଥିଲେ ଓ ସେମାନଙ୍କୁ ପଦାଘାତ କରୁଥିଲେ। ସେମାନେ ଅସହାୟ ଲୋକମାନଙ୍କର ଦୁଃଖ ଓ ଦୁର୍ଦ୍ଦଶା ଶୁଣୁ ନ ଥିଲେ। ମୋର ପବିତ୍ର ନାମକୁ କଳୁଷିତ କରିବାକୁ ଯାଇ ଜଣେ ବ୍ୟକ୍ତି ଓ ତା'ର ପିତା, ଜଣେ ରମଣୀ ସହ ଯୌନ ସମ୍ପର୍କ ରଖିଥିଲେ।


ଏବଂ ସେମାନେ ମୋ’ ଲୋକପରି ତୁମ୍ଭ ନିକଟକୁ ଆସନ୍ତି। ମୋ’ ଲୋକପରି ସେମାନେ ତୁମ୍ଭ ସମ୍ମୁଖରେ ବସନ୍ତି ଓ ତୁମ୍ଭ କଥା ଶୁଣନ୍ତି। କିନ୍ତୁ ସେମାନେ ମୋ’ କଥା ମାନନ୍ତି ନାହିଁ। କାରଣ ସେମାନେ କେବଳ ତାହା କରନ୍ତି, ଯାହା ସେମାନେ କରିବାକୁ ଗ୍ଭହାନ୍ତି। ଏବଂ ସେମାନଙ୍କ ହୃଦୟ ଅସାଧୁ ଲାଭ ପାଇଁ ଲୋଭି ଅଟେ।


ସେହି ବ୍ୟବସ୍ଥାକାରୀଗଣ ଦରିଦ୍ରମାନଙ୍କ ପ୍ରତି ନ୍ୟାୟ ବିଗ୍ଭର କରନ୍ତି ନାହିଁ। ସେମାନେ ଦରିଦ୍ରମାନଙ୍କର ଅଧିକାରକୁ ଛିନ୍ନ କରନ୍ତି। ସେମାନେ ମଧ୍ୟ ବିଧବା ଓ ଅନାଥର ଧନ ଲୁଣ୍ଠନ କରିବାକୁ ଲୋକମାନଙ୍କୁ ପ୍ରବର୍ତ୍ତାନ୍ତି।


ତୁମ୍ଭେମାନେ ଜାଣିଛ ଯେ, କେବେ ହେଲେ ଆମ୍ଭେ ଖୋସାମଦିଆ କଥା କହି ତୁମ୍ଭକୁ ପ୍ରଭାବିତ କରିବା ପାଇଁ ଚେଷ୍ଟା କରି ନାହୁଁ। ଆମ୍ଭେ ତୁମ୍ଭମାନଙ୍କର ଟଙ୍କା ପାଇବା ପାଇଁ ଗ୍ଭହିଁ ନାହୁଁ। ତୁମ୍ଭମାନଙ୍କଠାରୁ ଆମ୍ଭେ ନିଜର କୌଣସି ସ୍ୱାର୍ଥପର ଭାବ ଗୁପ୍ତ ରଖି ନାହୁଁ। ପରମେଶ୍ୱର ଜାଣନ୍ତି ଯେ, ଏହା ସତ୍ୟ।


ସେମାନେ କ୍ଷେତ ଗ୍ଭହାନ୍ତି, ତାହା ଅନ୍ୟମାନଙ୍କଠାରୁ ହରଣ କରନ୍ତି। ସେମାନେ ଗୃହ ଗ୍ଭହାନ୍ତି, ଅନ୍ୟଠାରୁ ଛଡ଼ାଇ ନିଅନ୍ତି। ସେମାନେ ମଧ୍ୟ ଅନ୍ୟର ଗୃହ ଅପହରଣ କରିବାକୁ ଲୋକମାନଙ୍କୁ ଠକନ୍ତି। ଆଉ ମଧ୍ୟ ସେମାନେ ଲୋକମାନଙ୍କୁ ପ୍ରତାରଣା କରି ସେମାନଙ୍କର ଭୂମି ଅପହରଣ କରନ୍ତି।


ତୁମ୍ଭ ମଧ୍ୟରେ ଲୋକମାନେ ପିତାମାତାଙ୍କୁ ଅବଜ୍ଞା କରିଅଛନ୍ତି। ସେମାନେ, ତୁମ୍ଭମାନଙ୍କ ମଧ୍ୟରେ ବାସ କରୁଥିବାରୁ ବିଦେଶୀମାନଙ୍କୁ ଅତ୍ୟାଗ୍ଭର କଲେ, ଅନାଥ ଓ ବିଧବା ପ୍ରତି ଅନ୍ୟାୟ କରିଅଛନ୍ତି।


“ଧର୍ମଶାସ୍ତ୍ରୀମାନଙ୍କଠାରୁ ସାବଧାନ ରୁହ। ମାନ୍ୟଗନ୍ୟ ବ୍ୟକ୍ତିଙ୍କ ପରି ପୋଷାକପତ୍ର ପିନ୍ଧି ବୁଲାବୁଲି କରିବାକୁ ସେମାନେ ଗ୍ଭହାନ୍ତି। ହାଟବଜାରରେ ଲୋକେ ତାହାଙ୍କୁ ସମ୍ମାନ ଦେଖାନ୍ତୁ ବୋଲି ସେମାନେ ଭଲ ପାଆନ୍ତି। ଯିହୂଦୀ ସମାଜଗୃହମାନଙ୍କରେ ସବୁଠାରୁ ଶ୍ରେଷ୍ଠ ଆସନଗୁଡ଼ିକ ପାଇବାକୁ ସେମାନେ ଭଲ ପାଆନ୍ତି। ଭୋଜିମାନଙ୍କରେ ସବୁଠାରୁ ପ୍ରଧାନ ଆସନରେ ବସିବାକୁ ସେମାନେ ଭଲ ପାଆନ୍ତି।


ଯୀଶୁ ଦେଖିଲେ ଯେ କେତେକ ଧନୀଲୋକ ମନ୍ଦିରର ଦାନବାକ୍ସରେ ପରମେଶ୍ୱରଙ୍କ ପାଇଁ ଦାନ ଦେଉଛନ୍ତି।


Swiv nou:

Piblisite


Piblisite