Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 20:5 - ପବିତ୍ର ବାଇବଲ

5 ପ୍ରଧାନଯାଜକ, ଧର୍ମଶାସ୍ତ୍ରୀ ଓ ଯିହୂଦୀ ନେତାମାନେ ଏ ବିଷୟରେ କଥାବାର୍ତ୍ତା ହେଲେ। ସେମାନେ ପରସ୍ପର କୁହାକୁହି ହେଲେ, “ଆମ୍ଭେ ଯଦି କହିବା ଯେ ଯୋହନଙ୍କ ବାପ୍ତିସ୍ମ ପରମେଶ୍ୱରଙ୍କଠାରୁ ଆସିଥିଲା, ତେବେ ସେ ପଗ୍ଭରିବେ, ‘ତୁମ୍ଭେମାନେ ଯୋହନଙ୍କୁ କାହିଁକି ବିଶ୍ୱାସ କଲ ନାହିଁ?’

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ସେଥିରେ ସେମାନେ ପରସ୍ପର ତର୍କବିତର୍କ କରି କହିଲେ, ଯଦି ସ୍ଵର୍ଗରୁ ବୋଲି କହିବୁ, ତାହାହେଲେ ସେ କହିବେ, ତୁମ୍ଭେମାନେ କାହିଁକି ତାଙ୍କୁ ବିଶ୍ଵାସ କଲ ନାହିଁ?

Gade chapit la Kopi

ଓଡିଆ ବାଇବେଲ

5 ସେଥିରେ ସେମାନେ ପରସ୍ପର ତର୍କବିତର୍କ କରି କହିଲେ, ଯଦି ସ୍ୱର୍ଗରୁ ବୋଲି କହିବୁ, ତାହାହେଲେ ସେ କହିବେ, ତୁମ୍ଭେମାନେ କାହିଁକି ତାହାଙ୍କୁ ବିଶ୍ୱାସ କଲ ନାହିଁ ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

5 ସେମାନେ ପରସ୍ପର ଭିତରେ ବିତର୍କ କରି କହିଲେ, “କ’ଣ କହିବା? ଯଦି ଆମେ କହୁ, ‘ଈଶ୍ୱରଙ୍କଠାରୁ,’ ସେ କହିବେ, “ତା’ହେଲେ କାହିଁକି ଯୋହନଙ୍କୁ ବିଶ୍ୱାସ କଲ ନାହିଁ?’

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ସେଥିରେ ସେମାନେ ପରସ୍ପର ତର୍କବିତର୍କ କରି କହିଲେ, ଯଦି ସ୍ୱର୍ଗରୁ ବୋଲି କହିବୁ, ତାହାହେଲେ ସେ କହିବେ, ତୁମ୍ଭେମାନେ କାହିଁକି ତାହାଙ୍କୁ ବିଶ୍ୱାସ କଲ ନାହିଁ?

Gade chapit la Kopi




ଲୂକ ଲିଖିତ ସୁସମାଚାର 20:5
11 Referans Kwoze  

ଯୋହନ ତାହାଙ୍କ କାର୍ଯ୍ୟ ପୂର୍ଣ୍ଣ କରି କହିଲେ, ‘ମୋତେ ତୁମ୍ଭେମାନେ କିଏ ବୋଲି ଭାବୁଛ? ମୁଁ ଖ୍ରୀଷ୍ଟ ନୁହେଁ। ଯେ ମୋର ପରେ ଆସୁଛନ୍ତି, ତାହାଙ୍କର ଜୋତା ଫିତା ଫିଟେଇବା ପାଇଁ ମଧ୍ୟ ମୁଁ ଯୋଗ୍ୟ ନୁହେଁ।’


ପୁତ୍ରଙ୍କୁ ବିଶ୍ୱାସ କରୁଥିବା ଲୋକ ଅନନ୍ତ ଜୀବନ ପାଆନ୍ତି। କିନ୍ତୁ ପୁତ୍ରଙ୍କୁ ଅବଜ୍ଞା କରୁଥିବା ଲୋକ କଦାପି ଅନନ୍ତ ଜୀବନ ଲାଭ କରିବ ନାହିଁ। ସେହି ଲୋକମାନଙ୍କ ଉପରେ ପରମେଶ୍ୱରଙ୍କର କ୍ରୋଧ ରହିବ।”


ତେଣୁ ଶିଷ୍ୟମାନେ ଆସି ଯୋହନଙ୍କୁ କହିଲେ, “ହେ ଗୁରୁ, ତୁମ୍ଭ ସହିତ ଯର୍ଦ୍ଦନ ନଦୀର ଆର ପାରିରେ ଯେଉଁ ଲୋକ ଥିଲେ, ତାହାଙ୍କୁ ମନେ ପକାଅ। ତୁମ୍ଭେ ସେହି ଲୋକ ବିଷୟରେ ଲୋକମାନଙ୍କୁ କହିଥିଲ। ସେହି ଲୋକ ବାପ୍ତିସ୍ମ ଦେଉଛନ୍ତି ଓ ଅନେକ ଲୋକ ତାହାଙ୍କ ପାଖକୁ ଯାଉଛନ୍ତି।”


ତେଣୁ ମୁଁ ଲୋକମାନଙ୍କୁ ଏହା କହେ: ‘ସେ (ଯୀଶୁ) ପରମେଶ୍ୱରଙ୍କର ପୁତ୍ର।’”


ମୁଁ ଆଗରୁ ଏହି ବ୍ୟକ୍ତିଙ୍କ ବିଷୟରେ କହିଥିଲି। ମୁଁ କହିଥିଲି, ‘ମୋ’ ପରେ ଜଣେ ବ୍ୟକ୍ତି ଆସୁଛନ୍ତି, ସେ ମୋ'ଠାରୁ ଶ୍ରେଷ୍ଠ। କାରଣ ମୁଁ ଜନ୍ମ ହେବା ପୂର୍ବରୁ ସେ ବାସ କରୁଥିଲେ।’


ଶିଷ୍ୟମାନେ ନିଜ ନିଜ ଭିତରେ ଏହାର ଅର୍ଥ ବିଷୟରେ ଆଲୋଚନା କଲେ। ସେମାନେ କହିଲେ, “ବୋଧହୁଏ ଆମ୍ଭେ ରୋଟୀ ନ ଆଣିଥିବାରୁ ସେ ଏପରି କହିଲେ।”


କୁହ, ଯୋହନଙ୍କ ବାପ୍ତିସ୍ମ କେଉଁଠାରୁ ଆସିଥିଲା?” ପରମେଶ୍ୱରଙ୍କ ପାଖରୁ ନା ମଣିଷ ପାଖରୁ?” ମୁଖ୍ୟ ଯାଜକ ଓ ପ୍ରାଚୀନ ନେତାମାନେ ଯୀଶୁଙ୍କ ପ୍ରଶ୍ନ ବିଷୟରେ ଆଲୋଚନା କଲେ।” ସେମାନେ ନିଜ ନିଜ ଭିତରେ କୁହାକୁହି ହେଲେ, ‘ଆମ୍ଭେ ଯଦି କହିବା ଯେ ଯୋହନଙ୍କ ବାପ୍ତିସ୍ମ ପରମେଶ୍ୱରଙ୍କଠାରୁ ଆସିଥିଲା,’ ତେବେ ଯୀଶୁ ପଗ୍ଭରିବେ, ‘ତେବେ ଯୋହନଙ୍କୁ ତୁମ୍ଭେମାନେ କାହିଁକି ବିଶ୍ୱାସ କଲ ନାହିଁ?’


ଯେତେବେଳେ ଯୋହନ ଲୋକମାନଙ୍କୁ ବାପ୍ତିସ୍ମ ଦେଲେ, ତାହା ପରମେଶ୍ୱରଙ୍କଠାରୁ ଆସିଥିଲା ନା ମଣିଷଠାରୁ ଆସିଥିଲା?”


କିନ୍ତୁ ଆମ୍ଭେ ଯଦି କହିବା, ‘ଯୋହନଙ୍କ ବାପ୍ତିସ୍ମ ମଣିଷଠାରୁ ଆସିଥିଲା,’ ତେବେ ସବୁ ଲୋକ ଆମ୍ଭ ଉପରକୁ ଟେକା ପଥର ଫିଙ୍ଗି ଆମ୍ଭକୁ ଜୀବନରେ ମାରିଦେବେ। କାରଣ ସେମାନେ ଯୋହନଙ୍କୁ ଭବିଷ୍ୟ‌ଦ୍‌ବକ୍ତା ରୂପେ ବିଶ୍ୱାସ କରନ୍ତି।”


Swiv nou:

Piblisite


Piblisite