Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 21:24 - ପବିତ୍ର ବାଇବଲ

24 କେତେକ ଲୋକଙ୍କୁ ସୈନ୍ୟମାନେ ମାରି ଦେବେ। ଅନ୍ୟ କେତେକଙ୍କୁ ବନ୍ଦୀ କରି ଅନ୍ୟ ସବୁ ଦେଶକୁ ପଠାଇ ଦିଆଯିବ। ଅଣଯିହୂଦୀଲୋକ ସେମାନଙ୍କର ସମୟ ଶେଷ ନ ହେବା ପର୍ଯ୍ୟନ୍ତ ପବିତ୍ର ନଗର ଯିରୁଶାଲମକୁ ପଦଦଳିତ କରିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 ଆଉ ସେମାନେ ଖଡ଼୍‍ଗଧାରରେ ହତ ହେବେ ଓ ବନ୍ଦୀ ହୋଇ ସମସ୍ତ ବିଜାତି ମଧ୍ୟକୁ ନୀତ ହେବେ, ପୁଣି ବିଜାତିମାନଙ୍କର କାଳ ସମ୍ପୂର୍ଣ୍ଣ ନ ହେବା ପର୍ଯ୍ୟନ୍ତ ଯିରୂଶାଲମ ସେମାନଙ୍କର ପଦ ଦଳିତ ହୋଇ ରହିବ।

Gade chapit la Kopi

ଓଡିଆ ବାଇବେଲ

24 ଆଉ ସେମାନେ ଖଡ଼୍ଗରେ ହତ ହେବେ ଓ ବନ୍ଦୀ ହୋଇ ସମସ୍ତ ଅଣଯିହୂଦୀ ମଧ୍ୟକୁ ନିଆ ହେବେ, ପୁଣି, ଅଣଯିହୂଦୀୟମାନଙ୍କର କାଳ ସମ୍ପୂର୍ଣ୍ଣ ନ ହେବା ପର୍ଯ୍ୟନ୍ତ ଯିରୂଶାଲମ ସେମାନଙ୍କର ପଦତଳିତ ହୋଇ ରହିବ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

24 କେତେକ ଖଡ୍ଗ ଦ୍ୱାରା ନିହତ ହେବେ ଓ ଅନ୍ୟମାନ ବିଦେଶକୁ ବନ୍ଦୀ ହୋଇ ନିଆଯିବେ ଏବଂ ବିଜାତୀୟମାନଙ୍କର କାଳ ସମ୍ପୂର୍ଣ୍ଣ ନ ହେବାଯାଏ, ଯିରୂଶାଲମ ସେମାନଙ୍କ ପଦଦଳିତ ହୋଇ ରହିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ଆଉ ସେମାନେ ଖଡ୍ଗରେ ହତ ହେବେ ଓ ବନ୍ଦୀ ହୋଇ ସମସ୍ତ ଅଣଯିହୁଦୀ ମଧ୍ୟକୁ ନିଆଯିବେ, ପୁଣି, ଅଣଯିହୁଦୀମାନଙ୍କର କାଳ ସମ୍ପୂର୍ଣ୍ଣ ନ ହେବା ପର୍ଯ୍ୟନ୍ତ ଯିରୂଶାଲମ ସେମାନଙ୍କର ପଦଦଳିତ ହୋଇ ରହିବ।”

Gade chapit la Kopi




ଲୂକ ଲିଖିତ ସୁସମାଚାର 21:24
16 Referans Kwoze  

ଭାଇ ଓ ଭଉଣୀମାନେ, ଏହି ନିଗୂଢ଼ ସତ୍ୟ ବିଷୟରେ ତୁମ୍ଭେମାନେ ଯେ ପରି ଅଜଣା ରହି ଯାଅ; ଏ କଥା ମୁଁ ଗ୍ଭହେଁ ନାହିଁ। ଏହି ସତ୍ୟ ତୁମ୍ଭମାନଙ୍କୁ ଜାଣିବାରେ ସାହାଯ୍ୟ କରିବ ଯେ, ତୁମ୍ଭେମାନେ ସର୍ବଜ୍ଞ ନୁହଁ। ଏହି କଥା ସତ୍ୟ ଯେ, ଇସ୍ରାଏଲର ଗୋଟିଏ ଅଂଶର ଲୋକଙ୍କୁ ଅବାଧ୍ୟ କରାଯାଇଛି। ଯେତେବେଳେ ପୂର୍ଣ୍ଣ ସଂଖ୍ୟକ ଅଣଯିହୂଦୀ ପରମେଶ୍ୱରଙ୍କ ନିଜ ଲୋକ ହୋଇ ଯିବେ, ତା'ହେଲେ ଏହି ସ୍ଥିତିରେ ପରିବର୍ତ୍ତନ ଘଟିବ।


କିନ୍ତୁ ମନ୍ଦିରର ବାହାର ଅଗଣା ମାପ ନାହିଁ। ତାହାକୁ ସେହିପରି ଛାଡ଼ିଦିଅ, କାରଣ ତାହା ଅଣଯିହୂଦୀୟ ଦେଶଗୁଡ଼ିକର ଲୋକମାନଙ୍କୁ ଦିଆଯାଇଛି। ସେହି ଲୋକମାନେ ବୟାଳିଶ୍ ମାସ ପର୍ଯ୍ୟନ୍ତ ପବିତ୍ର ନଗରକୁ ପଦଦଳିତ କରିବେ।


ତୁମ୍ଭର ପବିତ୍ର ଲୋକମାନେ ଅଳ୍ପକାଳ ପାଇଁ ତୁମ୍ଭର ମନ୍ଦିରକୁ ଅଧିକାର କଲେ; ମାତ୍ର ଆମ୍ଭମାନଙ୍କର ବିପକ୍ଷଦଳ ତୁମ୍ଭର ସେହି ପବିତ୍ର ମନ୍ଦିରକୁ ପଦଦଳିତ କଲେ।


ତା'ପରେ ମୁଁ ଶୁଣିଲି, ଶୁକ୍ଳବସ୍ତ୍ର ପରିହିତ ଲୋକଟି ତା'ର ହସ୍ତ ଉପରକୁ ଟେକି ପରମେଶ୍ୱରଙ୍କ ନାମରେ ଶପଥ କରି କହିଲେ, “ଏହା ସାଢ଼େ ତିନି ବର୍ଷ ଯିବ। ଏହି ସମସ୍ତ ସତ୍ୟ ହେବ ଯେତେବେଳେ ପବିତ୍ର ଲୋକମାନଙ୍କର ଯନ୍ତ୍ରଣା ଶେଷ ହେବ।”


“ତା'ପରେ ଆଗାମୀ ଅଧିପତି ଏକ ସପ୍ତାହ ପର୍ଯ୍ୟନ୍ତ ଅନେକ ଲୋକଙ୍କ ସହିତ ଦୃଢ଼ ଚୁକ୍ତି କରିବ ଓ ଅର୍ଦ୍ଧ ସପ୍ତାହ ଯଜ୍ଞ ଓ ନୈବେଦ୍ୟ ନିବୃତ୍ତ କରାଇବ। ଆଉ ଘୃଣ୍ୟବସ୍ତ୍ର ସହ ଜଣେ ବିନାଶକ ଆସିବ ଓ ସେ ଭୟଙ୍କର ବିନାଶ ସାଧନ କରିବ। ମାତ୍ର ପରମେଶ୍ୱର ସେହି ବିନାଶକର ସମ୍ପୂର୍ଣ୍ଣ ବିନାଶ କରିବେ।”


ତା'ପରେ ଏକ ପବିତ୍ର ସ୍ୱର୍ଗଦୂତ କହିବାର ମୁଁ ଶୁଣିଲି। ତା'ପରେ ଅନ୍ୟ ଏକ ସ୍ୱର୍ଗଦୂତ ଏହି ଦୂତକୁ ପଗ୍ଭରିଲେ, “କେତେଦିନ ପର୍ଯ୍ୟନ୍ତ ନିତ୍ୟ ହୋମବଳି ବିରୁଦ୍ଧରେ ଏହି ଦର୍ଶନ ରହିବ ଏବଂ କେତେକାଳ ପର୍ଯ୍ୟନ୍ତ ଏହି ଲୋମହର୍ଷକ ଦୋଷ ଗ୍ଭଲିବ ଯେ, ମନ୍ଦିର ଏହିପରି ଭାବରେ ପଦଦଳନ ହେବାକୁ ଅନୁମତି ହୋଇଛି?”


“ବର୍ତ୍ତମାନ ମୁଁ ମୋର ଦ୍ରାକ୍ଷାକ୍ଷେତ ପାଇଁ କ’ଣ କରିବି ତାହା ତୁମ୍ଭମାନଙ୍କୁ କହିବି। ଏହି କ୍ଷେତକୁ ରକ୍ଷା କରୁଥିବା କଣ୍ଟାବାଡ଼କୁ ମୁଁ କାଢ଼ିନେବି ଏବଂ ତାକୁ ପୋଡ଼ି ଦେବି। ସେହି ପଥର ପ୍ରାଚୀରକୁ ଭାଙ୍ଗିପକାଇବି ଏବଂ ସେଗୁଡ଼ିକୁ ପଦଦଳିତ କରିବି।


ଆମ୍ଭେ ସେମାନଙ୍କ ମଧ୍ୟରେ ଏକ ସଙ୍କେତ ସ୍ଥାପନ କରିବା ଓ ସେମାନଙ୍କ ମଧ୍ୟରୁ ରକ୍ଷାପ୍ରାପ୍ତ ଲୋକମାନଙ୍କୁ ବିଭିନ୍ନ ଦେଶ ଯଥା: ତର୍ଶୀଶ, ଫୁଲ ଓ ଲୁଦ, ଯେଉଁମାନେ ଧନୁର୍ଦ୍ଧର, ତୁବଲ ଓ ଯବନ ତଥା ଦୂରସ୍ଥ ଦ୍ୱୀପଗଣ ଆମ୍ଭର ସୁଖ୍ୟାତି ବିଷୟରେ କେବେ ଶୁଣି ନାହାନ୍ତି କିମ୍ବା ଆମ୍ଭର ପ୍ରତାପ ଦେଖି ନାହାନ୍ତି, ସେହିମାନଙ୍କ ନିକଟକୁ ପ୍ରେରଣ କରିବା ଓ ସେମାନେ ବିଭିନ୍ନ ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ମହିମା ପ୍ରକାଶ କରିବେ।


“ସମସ୍ତ ଦେଶର ଲୋକମାନେ ଆପଣା ନାମର ମହତ୍ତ୍ୱ ଗାନ କରୁଛନ୍ତି। ଲୋକମାନେ ସମସ୍ତ ସ୍ଥାନରେ ପବିତ୍ର ନୈବେଦ୍ୟ ଓ ଧୂପ ଉତ୍ସର୍ଗ କରୁଛନ୍ତି, କାରଣ ଆମ୍ଭର ନାମ ସମଗ୍ର ଦେଶରେ ମହାନ ଅଟେ।” ସର୍ବଶକ୍ତିମାନ ସଦାପ୍ରଭୁ ଏସବୁ କହିଥିଲେ।


“ସଦାପ୍ରଭୁ ମଝିରେ ଛିଡ଼ା ହୋଇଥିବା ଯୋଦ୍ଧାମାନଙ୍କୁ ପଠେଇ ଦେଇଛନ୍ତି। ସଦାପ୍ରଭୁ ମୋର ଯୁବକମାନଙ୍କୁ ବଧ କରିବା ପାଇଁ ଦଳେ ଲୋକ ଆଣିଛନ୍ତି। ଦ୍ରାକ୍ଷାକୁଣ୍ଡରେ ଦ୍ରାକ୍ଷା ମର୍ଦ୍ଦନ କଲାପରି ସଦାପ୍ରଭୁ ଯିହୁଦାର କୁମାରୀମାନଙ୍କୁ ପେଷଣ କରିଅଛନ୍ତି।


ସଦାପ୍ରଭୁ ଏହା କହନ୍ତି, “ଏହା ଶାନ୍ତି ରୂପେ ତା'ର ଜଳପୂର୍ଣ୍ଣ ଝରଣା ଆଡ଼କୁ ବହିବ। ଜାତିଗଣର ଧନ ସମ୍ପତ୍ତି ଗୋଟିଏ ପରିପୂର୍ଣ୍ଣ ଝରଣା ସଦୃଶ, ତୁମ୍ଭେ ସେବକ ହେବ ଏବଂ ଗୋଟିଏ ଅଣ୍ଟାରେ ବହନ ହେବ।


ଦୀଣାର ଭାଇ ଶିମିୟୋନ ଓ ଲେବୀ, ଶିଖିମ ଓ ହମୋରକୁ ହତ୍ୟା କଲେ। ଏହା ପରେ ସେମାନେ ଦୀଣାକୁ ଶିଖିମର ଘରୁ ନେଇଗଲେ।


ତେଣୁ ଯିହୋଶୂୟ ଏବଂ ତାଙ୍କର ଲୋକମାନେ ଅମାଲେକୀୟମାନଙ୍କୁ ସେହି ଯୁଦ୍ଧରେ ପରାସ୍ତ କଲେ।


“ସୂର୍ଯ୍ୟ, ଚନ୍ଦ୍ର ଓ ତାରାମାନଙ୍କରେ ସଙ୍କେତ ରୂପକ ଅନେକ ଅ‌ଦ୍‌ଭୂତ ବିଷୟ ଘଟିବ। ପୃଥିବୀରେ ଲୋକମାନେ ନିରାଶ ଅନୁଭବ କରିବ। ସମୁଦ୍ରଗୁଡ଼ିକ ଭୟଙ୍କର ରୂପ ଧାରଣ କରିବ। ଲୋକେ କ’ଣ ପାଇଁ ଏପରି ହେଲା, ଜାଣିବେ ନାହିଁ।


ସେହି ବିଶ୍ୱାସ ବଳରେ କେତେ ଜଣ ଅଗ୍ନିର ଶକ୍ତି ବନ୍ଦ କଲେ, ଓ କେତେ ଲୋକ ଖ‌‌ଡ଼୍‌ଗ ଦ୍ୱାରା ମରିବାରୁ ରକ୍ଷା ପାଇଲେ। ବିଶ୍ୱାସ କାରଣରୁ ଦୁର୍ବଳ ଲୋକ ଶକ୍ତିଶାଳୀ ହେଲେ। ସେମାନେ ଯୁଦ୍ଧରେ ଶକ୍ତିଶାଳୀ ହୋଇ ଶତ୍ରୁ ସେନାଙ୍କୁ ପରାସ୍ତ କଲେ।


Swiv nou:

Piblisite


Piblisite