Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 22:32 - ପବିତ୍ର ବାଇବଲ

32 ମୁଁ ପ୍ରାର୍ଥନା କରିଛି ଯେ ତୁମ୍ଭର ବିଶ୍ୱାସ ଲୋପ ନ ହେଉ। ତୁମ୍ଭେମାନେ ମୋ’ ପାଖକୁ ଫେରି ଆସିବା ସମୟରେ ନିଜ ଭାଇମାନଙ୍କୁ ବିଶ୍ୱାସରେ ଦୃଢ଼ ହେବା ପାଇଁ ସାହାଯ୍ୟ କର।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

32 କିନ୍ତୁ ତୁମ୍ଭର ବିଶ୍ଵାସ ଯେପରି ଲୋପ ନ ହୁଏ, ଏଥିପାଇଁ ମୁଁ ତୁମ୍ଭ ନିମନ୍ତେ ନିବେଦନ କଲି; ପୁଣି, ତୁମ୍ଭେ ଫେରିଲା ଉତ୍ତାରେ ଆପଣା ଭାଇମାନଙ୍କୁ ସୁସ୍ଥିର କର।

Gade chapit la Kopi

ଓଡିଆ ବାଇବେଲ

32 କିନ୍ତୁ ତୁମ୍ଭର ବିଶ୍ୱାସ ଯେପରି ଲୋପ ନ ହୁଏ, ଏଥିପାଇଁ ମୁଁ ତୁମ୍ଭ ନିମନ୍ତେ ନିବେଦନ କଲି; ପୁଣି, ତୁମ୍ଭେ ଫେରିଲା ଉତ୍ତାରେ ଆପଣା ଭାଇମାନଙ୍କୁ ସୁସ୍ଥିର କର ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

32 କିନ୍ତୁ ଶିମୋନ, ତୁମର ବିଶ୍ୱାସ ହ୍ରାସ ନ ହେବା ପାଇଁ ମୁଁ ପ୍ରାର୍ଥନା କରୁଛି। ମୋ’ ପ୍ରତି ତୁମର ବିଶ୍ୱସ୍ତତା ଫେରି ଆସିଲେ, ତୁମେ ତୁମ ଭାଇମାନଙ୍କୁ ଶକ୍ତିଶାଳୀ କରି ପାରିବ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

32 କିନ୍ତୁ ତୁମ୍ଭର ବିଶ୍ୱାସ ଯେପରି ଲୋପ ନ ହୁଏ, ଏଥିପାଇଁ ମୁଁ ତୁମ୍ଭ ନିମନ୍ତେ ନିବେଦନ କଲି; ପୁଣି, ତୁମ୍ଭେ ଫେରିଲା ଉତ୍ତାରେ ଆପଣା ଭାଇମାନଙ୍କୁ ସୁସ୍ଥିର କର।”

Gade chapit la Kopi




ଲୂକ ଲିଖିତ ସୁସମାଚାର 22:32
33 Referans Kwoze  

କିଏ କହି ପାରିବ ଯେ ପରମେଶ୍ୱରଙ୍କ ଲୋକମାନେ ଦୋଷୀ? କେହି ନୁହେଁ। ଆମ୍ଭ ପାଇଁ ଯୀଶୁ ଖ୍ରୀଷ୍ଟ ମୃତ୍ୟୁ ବରଣ କଲେ, କିନ୍ତୁ ତାହା ହିଁ ସବୁକିଛି ନୁହେଁ। ସେ ମୃତ୍ୟୁରୁ ମଧ୍ୟ ଜୀବିତ ହେଲେ। ସେ ଏବେ ପରମେଶ୍ୱରଙ୍କ ଡାହାଣ ପଟରେ ଅଛନ୍ତି ଓ ଆମ୍ଭ ପାଇଁ ପରମେଶ୍ୱରଙ୍କୁ ନିବେଦନ କରୁଛନ୍ତି।


ଅତଏବ ଯେଉଁମାନେ ଖ୍ରୀଷ୍ଟଙ୍କ ମାଧ୍ୟମରେ ପରମେଶ୍ୱରଙ୍କ ପାଖକୁ ଆସନ୍ତି, ସେମାନଙ୍କୁ ଯୀଶୁ ପରିତ୍ରାଣ ଦେଇ ପାରିବେ। ସେ ନିତ୍ୟ ଜୀବିତ ହେବାରୁ, ଲୋକେ ଯେତେବେଳେ ପରମେଶ୍ୱରଙ୍କ ପାଖକୁ ଆସିବେ, ଯୀଶୁ ସେମାନଙ୍କୁ ସର୍ବଦା ସାହାଯ୍ୟ କରି ପାରିବେ।


ପ୍ରିୟ ମିତ୍ରଗଣ, ଏହି ଘଟଣା ଘଟିବା ପାଇଁ ଆମ୍ଭେ ଅପେକ୍ଷାରେ ଅଛୁ। ଅତଏବ ପାପ ଓ ଦୋଷ ନ କରିବା ପାଇଁ କଠୋର ପରିଶ୍ରମ କର। ପରମେଶ୍ୱରଙ୍କ ସହିତ ଶାନ୍ତିରେ ରହିବାକୁ ଚେଷ୍ଟା କର।


ତୁମ୍ଭର ପରିତ୍ରାଣର ସମୟ ନ ଆସିବା ପର୍ଯ୍ୟନ୍ତ ତୁମ୍ଭ ବିଶ୍ୱାସ ମାଧ୍ୟମରେ ପରମେଶ୍ୱରଙ୍କ ଶକ୍ତି ତୁମ୍ଭକୁ ରକ୍ଷା କରିବ। ସେହି ପରିତ୍ରାଣ ତୁମ୍ଭ ପାଇଁ ପ୍ରସ୍ତୁତ ହୋଇ ରହିଛି ଏବଂ ଯୁଗର ଶେଷରେ ତୁମ୍ଭେ ଏହା ପାଇବ।


ଯେଉଁ ବୀଜ ପଥର ଉପରେ ପଡ଼ିଥିଲା, ତାହା ସେହି ଲୋକମାନଙ୍କ ଭଳି, ଯେଉଁମାନେ ପରମେଶ୍ୱରଙ୍କ ଉପଦେଶ ଶୁଣନ୍ତି ଓ ଆନନ୍ଦରେ ତାହା ଗ୍ରହଣ କରନ୍ତି। କିନ୍ତୁ ତା'ର ଚେର ସେହି ଲୋକମାନଙ୍କ ହୃଦୟ ମଧ୍ୟରେ ଗଭୀରକୁ ପ୍ରବେଶ କରିପାରେ ନାହିଁ। ସେମାନେ କିଛି ସମୟ ପର୍ଯ୍ୟନ୍ତ ବିଶ୍ୱାସ କରନ୍ତି, କିନ୍ତୁ ପରୀକ୍ଷାର ସମୟ ଆସିଲେ ସେମାନେ ବିଶ୍ୱାସ କରିବା ବନ୍ଦ କରନ୍ତି। ସେମାନେ ବିଶ୍ୱାସ ହରେଇ ବସନ୍ତି ଓ ପରମେଶ୍ୱରଙ୍କଠାରୁ ଦୂରେଇ ଯାଆନ୍ତି।


ଏଥିପାଇଁ ତୁମ୍ଭେମାନେ ତୁମ୍ଭମାନଙ୍କର ହୃଦୟ ଓ ଜୀବନ ପରିବର୍ତ୍ତନ କରି ପରମେଶ୍ୱରଙ୍କ ପାଖକୁ ଫେରି ଆସ, ତେବେ ସେ ତୁମ୍ଭମାନଙ୍କର ପାପସବୁ କ୍ଷମା କରିଦେବେ।


ଆତ୍ମସଂଯମୀ ହୁଅ ଓ ନିଜ ମନକୁ ସେବାକାର୍ଯ୍ୟ ପାଇଁ ପ୍ରସ୍ତୁତ କର। ଯୀଶୁ ଖ୍ରୀଷ୍ଟ ଆସିବା ବେଳେ, ଯେଉଁ ଅନୁଗ୍ରହ ତୁମ୍ଭ ପ୍ରତି ବର୍ତ୍ତିବ, ସେଥିରେ ତୁମ୍ଭର ପୂର୍ଣ୍ଣ ଭରସା ରହିବା ଉଚିତ୍।


ସାବଧାନ ରୁହ ଯେପରି ତୁମ୍ଭମାନଙ୍କ ମଧ୍ୟରୁ କେହି ପରମେଶ୍ୱରଙ୍କ ଅନୁଗ୍ରହ ପାଇବାରେ ବଞ୍ଚିତ ହେବ ନାହିଁ। ସାବଧାନ ରୁହ ଯେପରି ତୁମ୍ଭମାନଙ୍କ ଭିତରୁ କୌଣସି ଲୋକ ତିକ୍ତତାମୂଳକ ନ ହେଉ। ସେଭଳି ଲୋକ ସମୁଦାୟ ଦଳକୁ ନଷ୍ଟ କରିଦେବେ।


ତା'ପରେ ଯୀଶୁ କହିଲେ, “ମୁଁ ତୁମ୍ଭକୁ ସତ୍ୟ କହୁଛି, ତୁମ୍ଭେ ନିଜକୁ ପରିବର୍ତ୍ତନ କର। ହୃଦୟ ଭିତରେ ଗୋଟିଏ ଛୋଟ ପିଲାଭଳି ହୋଇଯାଅ। ଏ କଥା ନ କଲେ ତୁମ୍ଭେ ସ୍ୱର୍ଗରାଜ୍ୟରେ କଦାପି ପ୍ରବେଶ କରି ପାରିବ ନାହିଁ।


ଏହି ଖ୍ରୀଷ୍ଟଙ୍କ ଶତ୍ରୁମାନେ ଆମ୍ଭ ଦଳରେ ଥିଲେ, ମାତ୍ର ଆମ୍ଭକୁ ଛାଡ଼ି ଗ୍ଭଲିଗଲେ। ସେମାନେ ପ୍ରକୃତରେ ଆମ୍ଭ ନିଜର ନ ଥିଲେ। ଯଦି ସେମାନେ ଆମ୍ଭ ନିଜର ହୋଇଥା’ନ୍ତେ, ତେବେ ସେମାନେ ଆମ୍ଭ ସହିତ ରହିଥା’ନ୍ତେ। ସେମାନେ ଆମ୍ଭକୁ ଛାଡ଼ି ଗ୍ଭଲିଗଲେ ତେଣୁ, ଏହା ସ୍ପଷ୍ଟ ରୂପେ ପ୍ରକାଶ ପାଇଲା ଯେ, ସେମାନେ ପ୍ରକୃତରେ ଆମ୍ଭର ନୁହନ୍ତି।


ଜଗତର ବାସିନ୍ଦାମାନେ ଖୁବ୍ ଅଳ୍ପ ସମୟ ପରେ ମୋତେ ଆଉ ଦେଖି ପାରିବେ ନାହିଁ। କିନ୍ତୁ ତୁମ୍ଭେ ମୋତେ ଦେଖି ପାରିବ। ତୁମ୍ଭେମାନେ ଜୀବିତ ରହିବ, କାରଣ ମୁଁ ଜୀବିତ।


ପିତର ଏ କଥା କହିବା ପରେ ପରେ କୁକୁଡ଼ାଟିଏ ଦ୍ୱିତୀୟ ଥର ଡାକିଲା। ଯୀଶୁଙ୍କର ସେହିସବୁ କଥା ଏବେ ପିତରଙ୍କର ମନେ ପଡ଼ିଲା: “କୁକୁଡ଼ା ତୃତୀୟ ଥର ଡାକିବା ପୂର୍ବରୁ ତୁମ୍ଭେ ମୋତେ ଜାଣି ନାହଁ ବୋଲି ତିନିଥର କହି ସାରିଥିବ।” ତା'ପରେ ପିତର ଭୀଷଣ ଦୁଃଖରେ ଭାଙ୍ଗି ପଡ଼ି କାନ୍ଦିବାକୁ ଲାଗିଲେ।


ଏବେ ଯାଇ ତାହାଙ୍କ ଶିଷ୍ୟମାନଙ୍କୁ ଏବଂ ପିତରଙ୍କୁ କୁହ ଯେ, ତୁମ୍ଭମାନଙ୍କ ପୂର୍ବରୁ ଯୀଶୁ ଗାଲିଲୀକୁ ଯାଉଛନ୍ତି। ସେ ତୁମ୍ଭକୁ ପୂର୍ବରୁ ଯେଉଁଭଳି କହିଥିଲେ, ତୁମ୍ଭେମାନେ ତାହାଙ୍କୁ ସେହିଭଳି ସେଠାରେ ଦେଖିବ।”


ଏବେ ପିତରଙ୍କର, ଯୀଶୁ କହିଥିବା କଥା ମନେ ପଡ଼ିଲା। ଯୀଶୁ କହିଥିଲେ, “କୁକୁଡ଼ା ଡାକିବା ପୂର୍ବରୁ ତୁମ୍ଭେ ମୋତେ ଜାଣି ନାହଁ ବୋଲି ତିନିଥର ଅସ୍ୱୀକାର କରିବ।” ପିତର ବାହାରକୁ ବାହାରିଯାଇ ବ୍ୟାକୁଳ ହୋଇ କାନ୍ଦିବାକୁ ଲାଗିଲେ।


ଯୀଶୁ ଖ୍ରୀଷ୍ଟଙ୍କର ଜଣେ ପ୍ରେରିତ ପିତରଙ୍କଠାରୁ ପନ୍ତ, ଗାଲାତିଆ, କା‌ପ୍‌ପାଦକିଆ, ଆସିଆ ଓ ବୀଥୂନିଆ ଅଞ୍ଚଳରେ ସର୍ବତ୍ର ଛିନ୍ନଭିନ୍ନ ହୋଇଥିବା ପରମେଶ୍ୱରଙ୍କ ମନୋନୀତ ଲୋକମାନଙ୍କୁ ପତ୍ର।


ପରମେଶ୍ୱର ଆମ୍ଭ ପାଇଁ ସବୁକିଛିକରିବେ। ପରମେଶ୍ୱର ନିଜ ପୁତ୍ରକୁ ସୁଦ୍ଧା ଧରି ରଖିଲେ ନାହିଁ କିନ୍ତୁ ଆମ୍ଭ ସମସ୍ତଙ୍କ ପାଇଁ ଦେଇଦେଲେ। ଏଣୁ ସେ ତାଙ୍କ ସହ ଆମ୍ଭକୁ ସବୁ ବିଷୟ ଦେବେ।


ପରମେଶ୍ୱରଙ୍କ ସେବକ, ଓ ଯୀଶୁ ଖ୍ରୀଷ୍ଟଙ୍କ ପ୍ରେରିତ ପାଉଲଙ୍କଠାରୁ ପତ୍ର। ପରମେଶ୍ୱରଙ୍କ ମନୋନୀତ ଲୋକମାନଙ୍କ ବିଶ୍ୱାସରେ ସାହାଯ୍ୟ କରିବା ପାଇଁ ମୋତେ ପଠାଯାଇଛି। ସତ୍ୟ ଜାଣିବା ପାଇଁ ସେହି ଲୋକମାନଙ୍କୁ ସାହାଯ୍ୟ କରିବା ପାଇଁ ମୋତେ ପଠାଯାଇଛି। ପରମେଶ୍ୱରଙ୍କୁ ଲୋକେ କିପରି ସେବା କରିବେ, ତାହା ସେହି ସତ୍ୟ ଦେଖାଇ ଥାଏ।


ସେମାନେ ସ‌ତ୍‌‌ଶିକ୍ଷା ତ୍ୟାଗ କରିଛନ୍ତି। ସେମାନେ କୁହନ୍ତି ଯେ ମୃତ୍ୟୁରୁ ସମସ୍ତଙ୍କ ଉଠି ଆସିବା ଘଟଣା ଘଟିସାରିଛି। ସେହି ଦୁଇଜଣ ଲୋକ କିଛି ଲୋକଙ୍କର ବିଶ୍ୱାସ ନଷ୍ଟ କରୁଛନ୍ତି। କିନ୍ତୁ ପରମେଶ୍ୱରଙ୍କ ଦୃଢ଼ ମୂଳଦୁଆ ସେହିଭଳି ରହିଛି।


Swiv nou:

Piblisite


Piblisite