Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 22:4 - ପବିତ୍ର ବାଇବଲ

4 ଯିହୂଦା ଯାଇ ପ୍ରଧାନଯାଜକ ଓ ମନ୍ଦିରର ସେନାପତିମାନଙ୍କ ସହିତ କଥାବାର୍ତ୍ତା କଲା। ଯୀଶୁଙ୍କୁ ସେମାନଙ୍କ ହାତରେ ସମର୍ପଣ କରିବା ପାଇଁ ଯିହୂଦା ସେମାନଙ୍କ ସହିତ ଏକ ମନ୍ତ୍ରଣା କଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଆଉ, ସେ ଯାଇ, କି ଉପାୟରେ ତାହାଙ୍କୁ ପ୍ରଧାନ ଯାଜକ ଓ ସେନାପତିମାନଙ୍କ ହସ୍ତରେ ସମର୍ପଣ କରି ପାରେ, ତାହା ସେମାନଙ୍କ ସହିତ ପରାମର୍ଶ କଲା।

Gade chapit la Kopi

ଓଡିଆ ବାଇବେଲ

4 ଆଉ ଯିହୂଦା ଯାଇ, କି ଉପାୟରେ ଯୀଶୁଙ୍କୁ ପ୍ରଧାନ ଯାଜକ ଓ ସେନାପତିମାନଙ୍କ ହାତରେ ଧରାଇଦେବ, ତାହା ସେମାନଙ୍କ ସହିତ କଥାବାର୍ତ୍ତା କଲା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

4 ସେ ମୁଖ୍ୟ ଯାଜକ ଓ ମନ୍ଦିର ମହାରକ୍ଷୀଙ୍କ ନିକଟକୁ ଯାଇ କିପରି ଯୀଶୁଙ୍କୁ ସେମାନଙ୍କ ହାତରେ ସମର୍ପଣ କରିବ, ଏ ବିଷୟରେ ମନ୍ତ୍ରଣା କଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଆଉ ଯିହୂଦା ଯାଇ, କି ଉପାୟରେ ଯୀଶୁଙ୍କୁ ପ୍ରଧାନ ଯାଜକ ଓ ସେନାପତିମାନଙ୍କ ହାତରେ ଧରାଇଦେବ, ତାହା ସେମାନଙ୍କ ସହିତ କଥାବାର୍ତ୍ତା କଲା।

Gade chapit la Kopi




ଲୂକ ଲିଖିତ ସୁସମାଚାର 22:4
9 Referans Kwoze  

ଏ କଥା ଶୁଣି ମନ୍ଦିରର ସେନାପତି ଓ ମହାଯାଜକ ବିବ୍ରତ ହୋଇପଡ଼ିଲେ ଓ “ଏହାର ପରିଣାମ କ’ଣ ହେବ, ଏହା ଭାବି ସମସ୍ତେ ହତବୁଦ୍ଧି ହେଲେ।”


ପିତର ଓ ଯୋହନ ଲୋକମାନଙ୍କ ସହ କଥାବାର୍ତ୍ତା କରୁଥିବା ସମୟରେ କେତେକ ଲୋକ ସେମାନଙ୍କ ପାଖକୁ ଆସିଲେ। ସେମାନେ ଯାଜକ, ମନ୍ଦିରର ଜଗୁଆଳୀମାନଙ୍କ ସେନାପତି ଓ କେତେକ ସାଦ୍ଦୂକୀ ଥିଲେ।


ତେଣୁ ସେନାପତି ସେହି ଲୋକମାନଙ୍କୁ ସାଙ୍ଗରେ ନେଇ ପ୍ରେରିତମାନଙ୍କୁ ନେଇ ଆସିଲେ। ସେମାନେ ପ୍ରେରିତମାନଙ୍କୁ ଜୋ‌ର୍‌‌ଜବରଦସ୍ତି କରି ଆଣିଲେ ନାହିଁ କାରଣ ସେମାନେ ଭୟ କଲେ, ଯଦି ସେମାନେ ଏପରି କରିବେ, ତେବେ ଲୋକମାନେ ହୁଏତ ସେମାନଙ୍କୁ ପଥର ଫୋପାଡ଼ିବେ।


ଯୀଶୁଙ୍କୁ ବନ୍ଦୀ କରିବା ପାଇଁ ଯେଉଁ ଦଳ ଆସିଥିଲେ, ସେଥିରେ ପ୍ରଧାନଯାଜକ, ପ୍ରାଚୀନ, ଯିହୂଦୀ ନେତା ଓ ଯିହୂଦୀ ସୈନ୍ୟମାନେ ଥିଲେ। ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଖଣ୍ଡା ଓ ଠେଙ୍ଗା ଧରି ଏଠାକୁ କାହିଁକି ଆସିଛ? ତୁମ୍ଭେମାନେ କ’ଣ ଭାବୁଛ ଯେ ମୁଁ ଗୋଟିଏ ଅପରାଧୀ?


ତା'ପରେ ଯୀଶୁଙ୍କର ବାରଜଣ ଶିଷ୍ୟଙ୍କ ମଧ୍ୟରୁ ଜଣେ ଯାଇ ପ୍ରଧାନଯାଜକମାନଙ୍କ ସହିତ କଥାବାର୍ତ୍ତା କଲା। ସେହି ଶିଷ୍ୟର ନାମ ଇଷ୍କାରିୟୋତ ଯିହୂଦା ଥିଲା।


ଅସରିୟ ହି‌ଲ୍‌‌‌କିୟଙ୍କ ପୁତ୍ର ଥିଲେ। ହି‌ଲ୍‌‌‌କିୟ ମଶୁଲ୍ଲ‌ମ୍‌ଙ୍କ ପୁତ୍ର ଥିଲେ। ମଶୁଲ୍ଲମ୍ ସାଦୋକଙ୍କ ପୁତ୍ର ଥିଲେ। ସାଦୋକ୍ ମରାୟୋତଙ୍କ ପୁତ୍ର ଥିଲେ। ମରାୟୋତ ଅହୀଟୂ‌ବ୍‌ଙ୍କ ପୁତ୍ର ଥିଲେ। ଅହୀଟୂବ୍ ପରମେଶ୍ୱରଙ୍କ ମନ୍ଦିରର ସୁରକ୍ଷା ଦାୟିତ୍ୱରେ ଥିବା ବିଶେଷ କାର୍ଯ୍ୟକାରୀ ଥିଲେ।


ହି‌ଲ୍‌‌‌କିୟର ପୁତ୍ର ସରାୟ, ହି‌ଲ୍‌‌‌କିୟ ମଶୁଲ୍ଲମର ପୁତ୍ର, ମଶୁଲ୍ଲମ ସାଦୋକର ପୁତ୍ର, ସାଦୋକ୍ ମରାୟୋତର ପୁତ୍ର, ମରାୟୋତ୍ ଅହିଟୁ‌‌‌‌ବ୍‌‌‌‌ର ପୁତ୍ର, ସରାୟ ପରମେଶ୍ୱରଙ୍କ ମନ୍ଦିରର ନିରୀକ୍ଷକ ଥିଲେ।


ଏଥିରେ ଯାଜକମାନେ ଖୁସୀ ହୋଇଗଲେ। ଯୀଶୁଙ୍କୁ ସେମାନଙ୍କ ହାତରେ ଦେଇଦେଲେ ସେମାନେ ଯିହୂଦାକୁ ଅର୍ଥ ଦେବା ପାଇଁ ପ୍ରତିଶ୍ରୁତି ଦେଲେ।


Swiv nou:

Piblisite


Piblisite