Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 22:42 - ପବିତ୍ର ବାଇବଲ

42 “ହେ ପରମପିତା, ଯଦି ଏହା ତୁମ୍ଭର ଇଚ୍ଛା, ତେବେ ଦୁଃଖ ‘ଯାତନାର ଏହି ପାନପାତ୍ର’ ମୋ'ଠାରୁ ଦୂର କର। କିନ୍ତୁ ଯାହା ତୁମ୍ଭର ଇଚ୍ଛା ତାହା କର। ମୋ’ ଇଚ୍ଛାରେ ନୁହେଁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

42 ହେ ପିତା, ଯଦି ତୁମ୍ଭର ଇଚ୍ଛା ଥାଏ, ତେବେ ଏହି ପାନପାତ୍ର ମୋʼଠାରୁ ଦୂର କର; ତଥାପି ମୋହର ଇଚ୍ଛା ନୁହେଁ, ମାତ୍ର ତୁମ୍ଭର ଇଚ୍ଛା ସଫଳ ହେଉ।

Gade chapit la Kopi

ଓଡିଆ ବାଇବେଲ

42 ହେ ପିତା, ଯଦି ତୁମ୍ଭର ଇଚ୍ଛା ଥାଏ, ତେବେ ଏହି ପାନପାତ୍ର ମୋ'ଠାରୁ ଦୂର କର; ତଥାପି ମୋହର ଇଚ୍ଛା ନୁହେଁ, ମାତ୍ର ତୁମ୍ଭର ଇଚ୍ଛା ସଫଳ ହେଉ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

42 ସେ କହିଲେ, “ପିତା, ଯଦି ତୁମର ଇଚ୍ଛା ଥାଏ, ତେବେ ଏ ଦୁଃଖଦାୟକ ପାନପାତ୍ର ମୋ’ଠାରୁ ଦୂର କର। କିନ୍ତୁ ମୋର ଇଚ୍ଛା ନୁହେଁ, ମାତ୍ର ତୁମର ଇଚ୍ଛା ସଫଳ ହେଉ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

42 “ହେ ପିତା, ଯଦି ତୁମ୍ଭର ଇଚ୍ଛା ଥାଏ, ତେବେ ଏହି ପାନପାତ୍ର ମୋʼଠାରୁ ଦୂର କର; ତଥାପି ମୋହର ଇଚ୍ଛା ନୁହେଁ, ମାତ୍ର ତୁମ୍ଭର ଇଚ୍ଛା ସଫଳ ହେଉ।”

Gade chapit la Kopi




ଲୂକ ଲିଖିତ ସୁସମାଚାର 22:42
21 Referans Kwoze  

ସେମାନଙ୍କ ପାଖରୁ କିଛି ଦୂରକୁ ଗ୍ଭଲିକରି ଯିବାପରେ ଯୀଶୁ ତଳେ ଉବୁଡ଼ ହୋଇ ପଡ଼ିଲେ ଓ ପ୍ରାର୍ଥନା କଲେ, “ହେ ପରମପିତା! ଯଦି ସମ୍ଭବ ହୁଏ, ତେବେ ଯନ୍ତ୍ରଣାର ଏହି ପାତ୍ରଟି ମୋ'ଠାରୁ ଦୂର ହୋଇଯାଉ। କିନ୍ତୁ ମୋ’ ଇଚ୍ଛା ଅନୁସାରେ ନ ହୋଇ ଆପଣଙ୍କ ଇଚ୍ଛା ଅନୁସାରେ କରନ୍ତୁ।”


ପୁଣି ଥରେ ସେ ଗଲେ ଓ ପ୍ରାର୍ଥନା କଲେ, “ହେ ପରମପିତା, ଯଦି ଯନ୍ତ୍ରଣାର ଏ ପାତ୍ର ମୋ'ଠାରୁ ଦୂର ହୋଇ ପାରିବ ନାହିଁ ଏବଂ ଏହାକୁ ମୁଁ ପାନ କରେ, ତେବେ ମୁଁ ପ୍ରାର୍ଥନା କରୁଛି ଯେ, ଆପଣ ଯାହା ଇଚ୍ଛା କରିଛନ୍ତି, ତାହା ହିଁ ହେଉ।”


ସେ କହିଲେ, “ଆ‌ବ୍‌‌‌‌ବା ହେ ପରମପିତା ତୁମ୍ଭ ପାଇଁ ସବୁକିଛି ସମ୍ଭବ। ମୋ'ଠାରୁ ଯନ୍ତ୍ରଣାର ଏହି ଗିନାଟିକୁ ଦୂରେଇ ଦିଅ। ତଥାପି ଯାହା ତୁମ୍ଭର ଇଚ୍ଛା, ତାହା କର। କିନ୍ତୁ ମୋ’ ଇଚ୍ଛାରେ କିଛି ନୁହେଁ।”


ହେ ମୋର ପରମେଶ୍ୱର, ତୁମ୍ଭେ ଯାହା ଗ୍ଭହୁଁଛ, ମୁଁ ତାହା କରିବାକୁ ଗ୍ଭହୁଁଛି। ତୁମ୍ଭର ନୀତିଶିକ୍ଷା ମୋ’ ହୃଦୟରେ ଅଛି।


ଯୀଶୁ ପିତରଙ୍କୁ କହିଲେ, “ତୁମ୍ଭେ ଖଣ୍ଡା ଖାପରେ ରଖିଦିଅ। ପରମପିତା ମୋତେ ଏହି ପିଆଲା ପିଇବାକୁ ଦେଇଛନ୍ତି, ମୁଁ ଏହା ଗ୍ରହଣ କରିବା ଉଚିତ୍।”


ଯୀଶୁ ଉତ୍ତର ଦେଲେ, “ତୁମ୍ଭେ କ’ଣ ମାଗୁଛ, ସେ କଥା ତୁମ୍ଭେ ଜାଣି ପାରୁ ନାହଁ। ଯେଉଁଭଳି ଯାତନା ମୁଁ ଭୋଗ କରିବାକୁ ଯାଉଛି, ତାହା କ’ଣ ତୁମ୍ଭେ ଭୋଗ କରି ପାରିବ?” ସେମାନେ ଉତ୍ତର ଦେଲେ, “ହଁ, ଆମ୍ଭେ ପାରିବୁ।”


“ମୁଁ ଏକୁଟିଆ କିଛି କରି ପାରିବି ନାହିଁ। ମୁଁ କେବଳ ପରମେଶ୍ୱରଙ୍କ କହିବା ଅନୁସାରେ ବିଗ୍ଭର କରେ। ତେଣୁ ମୋର ବିଗ୍ଭର ଠିକ୍, କାରଣ ମୁଁ ନିଜକୁ ସନ୍ତୁଷ୍ଟ କରିବା ପାଇଁ ଚେଷ୍ଟା କରେ ନାହିଁ। କିନ୍ତୁ ପରମେଶ୍ୱରଙ୍କୁ ସନ୍ତୁଷ୍ଟ କରିବା ପାଇଁ ମୁଁ ଇଚ୍ଛା କରେ, ଯିଏ ମୋତେ ପଠାଇଛନ୍ତି।


ମୁଁ ପରମେଶ୍ୱରଙ୍କର ଇଚ୍ଛା ଅନୁଯାୟୀ କାର୍ଯ୍ୟ କରିବା ପାଇଁ ସ୍ୱର୍ଗରୁ ଆସିଅଛି। ମୁଁ ନିଜ ଇଚ୍ଛା ଅନୁଯାୟୀ କାର୍ଯ୍ୟ କରିବା ପାଇଁ ଆସି ନାହିଁ।


ଯୀଶୁ କହିଲେ, “ଯେଉଁ ପରମେଶ୍ୱର ମୋତେ ପଠାଇଛନ୍ତି, ତାହାଙ୍କର ଇଚ୍ଛା ପାଳନ କରିବା ଓ ତାହାଙ୍କର କାର୍ଯ୍ୟ ପୂର୍ଣ୍ଣ କରିବା ହେଉଛି ମୋର ଆହାର।


ତୁମ୍ଭ ପ୍ରଭୁ ସଦାପ୍ରଭୁ ଯେ କି ନିଜ ଲୋକମାନଙ୍କର ସପକ୍ଷରେ ସେହି ପରମେଶ୍ୱର ଏହି କଥା କୁହନ୍ତି, “ଦେଖ, ଆମ୍ଭେ ‘କୋପରୂପକ ପାନପାତ୍ର’ ତୁମ୍ଭ ହସ୍ତରୁ କାଢ଼ି ନେଇ ଅଛୁ। ତୁମ୍ଭେ ଆଉ ପାନ କରିବ ନାହିଁ ଅର୍ଥାତ୍ ଆମ୍ଭେ ଆଉ ତୁମ୍ଭକୁ ଦଣ୍ଡ ଦେବୁ ନାହିଁ।


ଯୀଶୁ ଶିଷ୍ୟମାନଙ୍କୁ ଛାଡ଼ି ପୁଣି ଫେରି ଯାଇ ତୃତୀୟ ଥର ପ୍ରାର୍ଥନା କଲେ। ଏଥର ମଧ୍ୟ ସେ ପୂର୍ବଭଳି ସେହି ଏକା କଥା କହିଲେ।


ଇସ୍ରାଏଲର ପରମେଶ୍ୱର, ସଦାପ୍ରଭୁ ଏହା ମୋତେ କହିଲେ, “ହେ ଯିରିମିୟ, ତୁମ୍ଭେ ଆମ୍ଭ ହସ୍ତରୁ ଏହି ପ୍ରଚଣ୍ଡ କ୍ରୋଧରୂପକ ଦ୍ରାକ୍ଷାରସର ପାତ୍ର ନିଅ ଓ ଆମ୍ଭେ ତୁମ୍ଭକୁ ଯେଉଁସବୁ ଗୋଷ୍ଠୀ ନିକଟକୁ ପଠାଉଅଛୁ, ସେମାନଙ୍କୁ ତାହା ପାନ କରାଅ।


ହେ ଯିରୁଶାଲମ, ଉଠ, ଜାଗ, ଛିଡ଼ାହୁଅ! କାରଣ ସଦାପ୍ରଭୁ ତୁମ୍ଭ ଉପରେ କୋପ କରିଛନ୍ତି। ତେଣୁ ସେ ତୁମ୍ଭକୁ ଦଣ୍ଡ ଦେଇଛନ୍ତି। ସେ ଦଣ୍ଡ ଏକ ମଦପାତ୍ର ସଦୃଶ ଓ ତୁମ୍ଭେ ତାହା ପାନ କରିଛ। ତୁମ୍ଭେ ସଦାପ୍ରଭୁଙ୍କ ହସ୍ତରୁ କୋପରୂପ ପାନପାତ୍ର ନେଇ ତାହାକୁ ଶେଷ କରିଅଛ।


ତୁମ୍ଭର ରାଜ୍ୟ ଆସୁ। ସ୍ୱର୍ଗରେ ତୁମ୍ଭ ଇଚ୍ଛା ସଫଳ ହେବାଭଳି ଏ ପୃଥିବୀରେ ବି ତୁମ୍ଭ ଇଚ୍ଛା ସଫଳ ହେଉ।


ସେତେବେଳେ ଯୀଶୁ କହିଲେ, “ହେ ପରମପିତା, ତୁମ୍ଭେ ସ୍ୱର୍ଗ ଓ ପୃଥିବୀର ପ୍ରଭୁ। ତୁମ୍ଭେ ଏହିସବୁ ବିଷୟ ଜ୍ଞାନୀ ଓ ବୁଦ୍ଧିମାନ ଲୋକମାନଙ୍କ ନିକଟରୁ ଲୁଗ୍ଭଇ ରଖି ପିଲାଙ୍କ ଭଳି ସରଳ ଲୋକଙ୍କ ନିକଟରେ ସେଗୁଡ଼ିକୁ ପ୍ରକାଶ କରିଛ। ଏଥିପାଇଁ ମୁଁ ତୁମ୍ଭର ସ୍ତୁତି କରୁଛି।


ହଁ ପରମପିତା, ତୁମ୍ଭେ ପ୍ରକୃତରେ ଯାହା ଗ୍ଭହୁଁଥିଲ, ତାହା ଘଟିଲା।


ଯୀଶୁ କହିଲେ, “ହେ ପରମପିତା, ଯେଉଁ ଲୋକମାନେ ମୋତେ ହତ୍ୟା କରୁଛନ୍ତି, ସେମାନଙ୍କୁ କ୍ଷମା କର। କାରଣ ସେମାନେ କ’ଣ କରୁଛନ୍ତି, ତାହା ସେମାନେ ଜାଣନ୍ତି ନାହିଁ।” ସୈନ୍ୟମାନେ ଗୁଲିବାଣ୍ଟ ସାହାଯ୍ୟରେ ଯୀଶୁଙ୍କ ପୋଷାକ ବାଣ୍ଟି ନେଲେ।


ସେ ଆମ୍ଭ କଥାରେ ପ୍ରଭାବିତ ନ ହେବାରୁ ଆମ୍ଭେମାନେ ଚୁପ୍ ରହିଲୁ। ଆମ୍ଭେ କହୁଲୁ, “ପ୍ରଭୁଙ୍କର ଯାହା ଇଚ୍ଛା, ତାହା ହିଁ ହେଉ।”


Swiv nou:

Piblisite


Piblisite