Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 22:53 - ପବିତ୍ର ବାଇବଲ

53 ମନ୍ଦିରରେ ମୁଁ ପ୍ରତ୍ୟେକ ଦିନ ତୁମ୍ଭମାନଙ୍କ ସହିତ ରହୁଥିଲି। ତୁମ୍ଭେମାନେ ମୋତେ ସେଠାରେ ବନ୍ଦୀ କରିନେବାକୁ କାହିଁକି ଚେଷ୍ଟା କଲ ନାହିଁ? କିନ୍ତୁ ଏହି ସମୟରେ ଆସିଛ ଯେତେବେଳେ ଅନ୍ଧକାର ରାଜତ୍ୱ କରିଥାଏ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

53 ମୁଁ ପ୍ରତିଦିନ ତୁମ୍ଭମାନଙ୍କ ସହିତ ମନ୍ଦିରରେ ଥିବା ସମୟରେ ତୁମ୍ଭେମାନେ ମୋʼ ବିରୁଦ୍ଧରେ ହାତ ବଢ଼ାଇଲ ନାହିଁ, କିନ୍ତୁ ଏହା ତୁମ୍ଭମାନଙ୍କର ସମୟ ଓ ଅନ୍ଧକାରର କର୍ତ୍ତାପଣ।

Gade chapit la Kopi

ଓଡିଆ ବାଇବେଲ

53 ମୁଁ ପ୍ରତିଦିନ ତୁମ୍ଭମାନଙ୍କ ସହିତ ମନ୍ଦିରରେ ଥିବା ସମୟରେ ତୁମ୍ଭେମାନେ ମୋ ବିରୁଦ୍ଧରେ ହାତ ବଢ଼ାଇଲ ନାହିଁ; କିନ୍ତୁ ଏହା ତୁମ୍ଭମାନଙ୍କର ସମୟ ଓ ଅନ୍ଧକାରର କର୍ତ୍ତାପଣ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

53 ମୁଁ ପ୍ରତିଦିନ ତୁମ୍ଭମାନଙ୍କ ସହିତ ମନ୍ଦିରରେ ଥିଲି, କିନ୍ତୁ ତୁମ୍ଭେମାନେ ସେତେବେଳେ ମୋତେ ଧରିଲ ନାହିଁ, ଏହିକ୍ଷଣି ତୁମ୍ଭମାନଙ୍କର ସମୟ ଆସିଛି, କାରଣ ବର୍ତ୍ତମାନ ଅନ୍ଧକାରର ରାଜତ୍ୱ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

53 ମୁଁ ପ୍ରତିଦିନ ତୁମ୍ଭମାନଙ୍କ ସହିତ ମନ୍ଦିରରେ ଥିବା ସମୟରେ ତୁମ୍ଭେମାନେ ମୋ ବିରୁଦ୍ଧରେ ହାତ ବଢ଼ାଇଲ ନାହିଁ; କିନ୍ତୁ ଏହା ତୁମ୍ଭମାନଙ୍କର ସମୟ ଓ ଅନ୍ଧକାରର କର୍ତ୍ତାପଣ।”

Gade chapit la Kopi




ଲୂକ ଲିଖିତ ସୁସମାଚାର 22:53
20 Referans Kwoze  

ଆମ୍ଭର ସଂଘର୍ଷ ଏହି ପୃଥିବୀର ମନୁଷ୍ୟମାନଙ୍କ ବିରୁଦ୍ଧରେ ନୁହେଁ, ମାତ୍ର ପୃଥିବୀସ୍ଥ ଅନ୍ଧକାର ଶକ୍ତି, ପରାକ୍ରମୀ ଅଧିପତି ଓ ଶାସକମାନଙ୍କ ବିରୁଦ୍ଧରେ। ଆକାଶସ୍ଥ ଦୁଷ୍ଟାତ୍ମାମାନଙ୍କ ବିରୁଦ୍ଧରେ ଆମ୍ଭେ ସଂଘର୍ଷ କରୁଛୁ।


“ବର୍ତ୍ତମାନ ମୁଁ ବହୁତ ‌‌‌‌ଉ‌‌‌‌‌‌‌ଦ୍‌‌ବିଗ୍ନ ଅଛି। ମୁଁ କ'ଣ କହିବି? ‘ହେ ପରମପିତା, ମୋତେ ଏ ଯନ୍ତ୍ରଣାଦାୟକ ସମୟରୁ ଉଦ୍ଧାର କର’, ଏଭଳି କହି କ'ଣ ମୁଁ ପ୍ରାର୍ଥନା କରିବି? ନା, କାରଣ ମୁଁ ତ’ ଯନ୍ତ୍ରଣା ଭୋଗିବି ବୋଲି ଆସିଛି।


ଅନ୍ଧକାରର ଶକ୍ତିରୁ ପରମେଶ୍ୱର ଆମ୍ଭକୁ ସ୍ୱାଧୀନ କରିଛନ୍ତି। ସେ ଆମ୍ଭକୁ ତାଙ୍କ ପ୍ରିୟ ପୁତ୍ରଙ୍କର ରାଜ୍ୟ ମଧ୍ୟକୁ ଆଣିଛନ୍ତି।


ତୁମ୍ଭେ ସେହି ଲୋକମାନଙ୍କୁ ସତ୍ୟ ପଥ ଦେଖାଇବ ଓ ସେମାନଙ୍କୁ ଅନ୍ଧକାରରୁ ଆଲୋକକୁ ଆଣିବ। ତୁମ୍ଭେ ସେମାନଙ୍କୁ ଶୟତାନର ଶକ୍ତି ନିକଟରୁ ଦୂରେଇ ନେଇ ପରମେଶ୍ୱରଙ୍କ ପାଖକୁ ଆଣିବ। ତେବେ ସେମାନଙ୍କର ପାପକୁ କ୍ଷମା କରାଯିବ। ଯେଉଁମାନେ ମୋତେ ବିଶ୍ୱାସ କରି ପବିତ୍ର ହୋଇଛନ୍ତି ସେମାନଙ୍କ ମଧ୍ୟରେ ସେମାନେ ସ୍ଥାନ ପାଇବେ।’”


ମନ୍ଦିରର ସୈନ୍ୟମାନେ ମୁଖ୍ୟଯାଜକ ଓ ଫାରୂଶୀମାନଙ୍କ ପାଖକୁ ଫେରି ଆସିଲେ। ଯାଜକମାନେ ଓ ଫାରୂଶୀମାନେ ସେମାନଙ୍କୁ ପଗ୍ଭରିଲେ, “ତୁମ୍ଭେମାନେ ଯୀଶୁଙ୍କୁ କାହିଁକି ବନ୍ଦୀ କରି ଆଣିଲ ନାହିଁ?”


“ମୁଁ ତୁମ୍ଭ ସହିତ ବେଶୀ ସମୟ କଥାବାର୍ତ୍ତା ହେବି ନାହିଁ। ଏ ଜଗତର ଶାସକ ଆସୁଛି। ମୋ’ ଉପରେ ତା'ର କୌଣସି କ୍ଷମତା ନାହିଁ।


ଯୀଶୁ ଏ କଥା କହିବା ବେଳେ ଲୋକମାନେ ତାହାଙ୍କୁ ଧରିବା ପାଇଁ ଚେଷ୍ଟା କଲେ। କିନ୍ତୁ କେହି ତାହାଙ୍କୁ ଛୁଇଁ ପାରିଲେ ନାହିଁ। ସେତେବେଳେ ମଧ୍ୟ ତାହାଙ୍କୁ ହତ୍ୟା କରିବାର ଉଚିତ୍ ସମୟ ହୋଇ ନ ଥିଲା।


ଯୀଶୁ ମନ୍ଦିର ପରିସରକୁ ଗଲେ। ସେଠାରେ ସେ ଉପଦେଶ ଦେଉଥିବା ସମୟରେ ପ୍ରଧାନଯାଜକ ଓ ଲୋକମାନଙ୍କର ପ୍ରାଚୀନ ନେତାମାନେ ତାହାଙ୍କ ପାଖକୁ ଆସିଲେ। ସେମାନେ ଯୀଶୁଙ୍କୁ ପଗ୍ଭରିଲେ, “ଆମ୍ଭକୁ କୁହ, ଏଭଳି ସବୁ କାମ କେଉଁ ଅଧିକାରରେ ତୁମ୍ଭେ କରୁଛ? ତୁମ୍ଭକୁ ଏ ଅଧିକାର କିଏ ଦେଲା?”


ଯୀଶୁଙ୍କୁ ବନ୍ଦୀ କରିବା ପାଇଁ ଯେଉଁ ଦଳ ଆସିଥିଲେ, ସେଥିରେ ପ୍ରଧାନଯାଜକ, ପ୍ରାଚୀନ, ଯିହୂଦୀ ନେତା ଓ ଯିହୂଦୀ ସୈନ୍ୟମାନେ ଥିଲେ। ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଖଣ୍ଡା ଓ ଠେଙ୍ଗା ଧରି ଏଠାକୁ କାହିଁକି ଆସିଛ? ତୁମ୍ଭେମାନେ କ’ଣ ଭାବୁଛ ଯେ ମୁଁ ଗୋଟିଏ ଅପରାଧୀ?


ସେମାନେ ଯୀଶୁଙ୍କ ବନ୍ଦୀ କରି ମହାଯାଜକଙ୍କ ଘର ଭିତରକୁ ନେଇଗଲେ। ପିତର ସେମାନଙ୍କ ପଛେ ପଛେ ଗଲେ। କିନ୍ତୁ ସେ ଯୀଶୁଙ୍କ ପାଖାପାଖି ଆସୁ ନ ଥିଲେ।


ଯିହୂଦା ଯୀଶୁ ଦେଇଥିବା ରୋଟୀ ଗ୍ରହଣ କଲେ। ତା'ପରେ ଯିହୂଦା ବାହାରି ଗ୍ଭଲିଗଲେ। ସେତେବେଳେ ରାତ୍ରି ହୋଇଥିଲା।


Swiv nou:

Piblisite


Piblisite