Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 23:42 - ପବିତ୍ର ବାଇବଲ

42 ତା'ପରେ ସେହି ଅପରାଧୀଟି ଯୀଶୁଙ୍କୁ କହିଲା, “ଯୀଶୁ, ଆପଣ ଯେତେବେଳେ ରାଜା ଭାବରେ ଆପଣଙ୍କ ଶାସନ ଆରମ୍ଭ କରିବେ, ସେତେବେଳେ ମୋତେ ମନେ ପକାଇବେ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

42 ପୁଣି, ସେ କହିଲା, ହେ ଯୀଶୁ, ଆପଣ ନିଜ ରାଜ୍ୟରେ ପ୍ରବେଶ କଲେ ମୋତେ ସ୍ମରଣ କରିବେ।

Gade chapit la Kopi

ଓଡିଆ ବାଇବେଲ

42 ପୁଣି, ସେ କହିଲା, ହେ ଯୀଶୁ , ଆପଣ ନିଜ ରାଜ୍ୟରେ ପ୍ରବେଶ କଲେ ମୋତେ ସ୍ମରଣ କରିବେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

42 ପୁଣି ସେ ଯୀଶୁଙ୍କୁ କହିଲା, “ଯୀଶୁ, ଆପଣ ଯେତେବେଳେ ନିଜ ରାଜ୍ୟରେ ପ୍ରବେଶ କରିବେ, ଦୟା କରି ମୋତେ ସ୍ମରଣ କରିବେ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

42 ପୁଣି, ସେ କହିଲା, ହେ ଯୀଶୁ, ଆପଣ ନିଜ ରାଜ୍ୟରେ ପ୍ରବେଶ କଲେ ମୋତେ ସ୍ମରଣ କରିବେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 23:42
20 Referans Kwoze  

ସେମାନେ ତାହାଙ୍କୁ କହିଲେ, “ପ୍ରଭୁ ଯୀଶୁଙ୍କଠାରେ ବିଶ୍ୱାସ କର। ଏହି ଭାବରେ ତୁମ୍ଭେ ଓ ତୁମ୍ଭ ଘରେ ରହୁଥିବା ସମସ୍ତେ ଉଦ୍ଧାର ପାଇ ପାରିବେ।”


“ମୁଁ ତୁମ୍ଭମାନଙ୍କୁ କହୁଛି, ଯେଉଁ ଲୋକ ସମସ୍ତଙ୍କ ଆଗରେ ଠିଆ ହୋଇ କହେ ଯେ ସେ ମୋ'ଠାରେ ବିଶ୍ୱାସ କରୁଛି, ତା'ହେଲେ ମୁଁ ମନୁଷ୍ୟପୁତ୍ର, ପରମେଶ୍ୱରଙ୍କ ଦୂତମାନଙ୍କ ଆଗରେ କହିବି ଯେ, ସେହି ଲୋକଟି ମୋର ନିଜର ଲୋକ।


“କରଆଦାୟକାରୀ ମଧ୍ୟ ଅଲଗା ଏକାକୀ ଠିଆ ହୋଇଥିଲେ। କିନ୍ତୁ ପ୍ରାର୍ଥନା କଲେ ବେଳେ ସେ ସ୍ୱର୍ଗ ଆଡ଼କୁ ମଧ୍ୟ ଗ୍ଭହିଁଲେ ନାହିଁ। କରଆଦାୟକାରୀ ପରମେଶ୍ୱରଙ୍କ ପାଖରେ ନିଜକୁ ନମ୍ର କରି ପ୍ରାର୍ଥନା କଲେ, “ହେ ପରମେଶ୍ୱର, ମୋ’ ଉପରେ ଦୟା କର। ମୁଁ ଜଣେ ପାପୀ।”


ଯୀଶୁ ହେଉଛନ୍ତି ଖ୍ରୀଷ୍ଟ ବୋଲି ଯେଉଁମାନେ ବିଶ୍ୱାସ କରନ୍ତି, ସେମାନେ ପରମେଶ୍ୱରଙ୍କର ସନ୍ତାନ ଅଟନ୍ତି। ପରମ ପିତାଙ୍କୁ ପ୍ରେମ କରୁଥିବା ବ୍ୟକ୍ତି ତାହାଙ୍କର ସନ୍ତାନମାନଙ୍କୁ ମଧ୍ୟ ପ୍ରେମ କରେ।


ମୁଁ ଯିହୂଦୀ ଓ ଗ୍ରୀକ ଏବଂ ସମସ୍ତ ଲୋକମାନଙ୍କୁ ମନ ପରିବର୍ତ୍ତନ କରି ପରମେଶ୍ୱରଙ୍କ ନିକଟକୁ ଆସିବା ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କଠାରେ ବିଶ୍ୱାସ କରିବା ନିମନ୍ତେ ଚେତାଇ ଦେଇଅଛି।


ଭବିଷ୍ୟ‌ଦ୍‌ବକ୍ତାମାନେ କହିଥିଲେ ଯେ, ଯୀଶୁ ତାହାଙ୍କ ମହିମାରେ ପ୍ରବେଶ କରିବା ପୂର୍ବରୁ ଏଭଳି ଯାତନା ଭୋଗ କରିବେ।”


ଖ୍ରୀଷ୍ଟଙ୍କ ଆତ୍ମା ସେହି ଭବିଷ୍ୟ‌‌ଦ୍‌‌‌‌ବକ୍ତାମାନଙ୍କ ଅନ୍ତରରେ ଥିଲା। ଖ୍ରୀଷ୍ଟଙ୍କୁ କିପରି କଷ୍ଟ ଭୋଗିବାକୁ ହେବ ଓ ତା'ପରେ କିପରି ମହିମା ପ୍ରକାଶିତ ହେବ, ସେହି ବିଷୟରେ ‘ଆତ୍ମା’ କଥା କହୁଥିଲେ। ସେହି ଆତ୍ମା ଯାହା ଦେଖାଉଥିଲେ, ସେହି ଭବିଷ୍ୟ‌‌ଦ୍‌‌‌‌ବକ୍ତାମାନେ ତାହା ଶିଖିବାକୁ ଚେଷ୍ଟା କଲେ। ସେମାନେ ଜାଣିବାକୁ ଚେଷ୍ଟା କଲେ ଯେ କେତେବେଳେ ଏହିସବୁ ଘଟଣାମାନ ଘଟିବ ଏବଂ ସେତେବେଳେ ଜଗତର ଅବସ୍ଥା କିପରି ହୋଇଥିବ।


ଥୋମା ଯୀଶୁଙ୍କୁ କହିଲେ, “ମୋର ପ୍ରଭୁ, ମୋର ପରମେଶ୍ୱର।”


ତା'ପରେ ନିଥନିୟେଲ ଯୀଶୁଙ୍କୁ କହିଲେ, “ହେ ଗୁରୁ, ଆପଣ ପରମେଶ୍ୱରଙ୍କ ପୁତ୍ର। ଆପଣ ଇସ୍ରାଏଲର ରାଜା।”


ତୁ ଓ ମୁଁ ଉଭୟ ଅପରାଧୀ। ଆମ୍ଭେ ଦୋଷ କରିଥିଲୁ। ତେଣୁ ଆମ୍ଭେ ଯାହା ପାଇବାକୁ ଯୋଗ୍ୟ ଆମ୍ଭେ ତାହା ପାଇଛୁ। କିନ୍ତୁ ଏହି ଲୋକ କୌଣସି ଦୋଷ କରି ନାହାନ୍ତି।”


ଯୀଶୁ ତାହାକୁ କହିଲେ, “ଶୁଣ, ମୁଁ ଯାହା କହୁଛି ତାହା ସତ୍ୟ। ଆଜି ତୁମ୍ଭେ ମୋ’ ସହିତ ପାରାଦୀଶରେ ପ୍ରବେଶ କରିବ।”


Swiv nou:

Piblisite


Piblisite