Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 24:1 - ପବିତ୍ର ବାଇବଲ

1 ସପ୍ତାହର ପ୍ରଥମ ଦିନ ଅତି ସକାଳୁ ସେହି ସ୍ତ୍ରୀ ଲୋକମାନେ ଯେଉଁଠାରେ ଯୀଶୁଙ୍କ ଶରୀରକୁ ରଖା ଯାଇଥିଲା, ସେହି ସ୍ଥାନକୁ ଆସିଲେ। ସେମାନେ ନିଜେ ପ୍ରସ୍ତୁତ କରିଥିବା ସୁଗନ୍ଧିତ ଦ୍ରବ୍ୟ ସଙ୍ଗରେ ଆଣିଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଆଉ, ବିଶ୍ରାମବାରରେ ସେମାନେ ବିଧି ଅନୁସାରେ ବିଶ୍ରାମ କଲେ, କିନ୍ତୁ ସପ୍ତାହର ପ୍ରଥମ ଦିନର ଅତି ପ୍ରତ୍ୟୁଷରେ ସେମାନେ ସେମାନଙ୍କ ପ୍ରସ୍ତୁତ ସୁଗନ୍ଧିଦ୍ରବ୍ୟ ଘେନି ସମାଧି ନିକଟକୁ ଗଲେ।

Gade chapit la Kopi

ଓଡିଆ ବାଇବେଲ

1 ଆଉ ବିଶ୍ରାମବାରରେ ସେମାନେ ବିଧି ଅନୁସାରେ ବିଶ୍ରାମ କଲେ, କିନ୍ତୁ ସପ୍ତାହର ପ୍ରଥମ ଦିନର ଅତି ପ୍ରତ୍ୟୁଷରେ ସେମାନେ ସେମାନଙ୍କ ପ୍ରସ୍ତୁତ ସୁଗନ୍ଧିଦ୍ରବ୍ୟ ଘେନି ସମାଧି ନିକଟକୁ ଗଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

1 ରବିବାର ଦିନ ପାହାନ୍ତା ସମୟରେ ସ୍ତ୍ରୀ ଲୋକମାନେ ପ୍ରସ୍ତୁତ କରିଥିବା ସୁଗନ୍ଧ ଦ୍ରବ୍ୟ ନେଇ ସମାଧିକୁ ଗଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଆଉ ବିଶ୍ରାମବାର ଦିନରେ ସେମାନେ ବିଧି ଅନୁସାରେ ବିଶ୍ରାମ କଲେ, କିନ୍ତୁ ସପ୍ତାହର ପ୍ରଥମ ଦିନର ଅତି ପ୍ରତ୍ୟୁଷରେ ସେମାନେ ସେମାନଙ୍କ ପ୍ରସ୍ତୁତ ସୁଗନ୍ଧିଦ୍ରବ୍ୟ ଘେନି ସମାଧି-ସ୍ଥାନ ନିକଟକୁ ଗଲେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 24:1
10 Referans Kwoze  

ସେହି ସ୍ତ୍ରୀ ଲୋକମାନଙ୍କ ମଧ୍ୟରେ ମ‌ଗ୍‌ଦଲୀନୀ ମରିୟମ, ଯୋହାନା, ଯାକୁବଙ୍କ ମା ମରିୟମ ଓ ଅନ୍ୟମାନେ ଥିଲେ। ଏମାନେ ପ୍ରେରିତମାନଙ୍କୁ ସବୁ ବିଷୟ ଜଣାଇଲେ।


କେତେକ ସ୍ତ୍ରୀଲୋକ କ୍ରୁଶଠାରୁ କିଛି ଦୂରରେ ଠିଆ ହୋଇ ଦେଖୁଥିଲେ। ସେମାନଙ୍କ ମଧ୍ୟରେ ମ‌ଗ୍‌ଦଲୀନୀ ସହରରୁ ଆସିଥିବା ମରିୟମ, ଶଲୋମୀ, ଯାକୁବ ଓ ଯୋସିଙ୍କ ମା ମରିୟମ ଥିଲେ। ଯାକୁବ ମରିୟମଙ୍କର ସାନ ପୁଅ ଥିଲା।


ସମାଧି ବନ୍ଦ କରିବା ପାଇଁ ତା'ର ପ୍ରବେଶ ଦ୍ୱାରରେ ଗୋଟିଏ ବଡ଼ ପଥର ଦିଆ ଯାଇଥିଲା। ସ୍ତ୍ରୀ ଲୋକମାନେ ଦେଖିଲେ ଯେ ପଥରଟି ଗଡ଼ି ଯାଇଛି।


କିନ୍ତୁ ଆଜି ଆମ୍ଭ ଦଳର କେତେ ଜଣ ସ୍ତ୍ରୀଲୋକ ଆମ୍ଭକୁ ଗୋଟିଏ ଆଶ୍ଚର୍ଯ୍ୟ ଜନକ କଥା କହିଲେ। ଯେଉଁ କବରରେ ଯୀଶୁଙ୍କ ଶରୀରକୁ ରଖା ଯାଇଥିଲା, ସେହି ସ୍ଥାନକୁ ସେମାନେ ଆଜି ଅତି ଭୋ‌ର୍‌ରୁ ଯାଇଥିଲେ।


Swiv nou:

Piblisite


Piblisite