Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 24:11 - ପବିତ୍ର ବାଇବଲ

11 କିନ୍ତୁ ପ୍ରେରିତମାନେ ସ୍ତ୍ରୀଲୋକମାନଙ୍କ କଥାରେ ଆଦୌ ବିଶ୍ୱାସ କଲେ ନାହିଁ। ସେମାନଙ୍କୁ ଏହା ପାଗଳ କଥା ପରି ଲାଗିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ମାତ୍ର ଏସମସ୍ତ କଥା ସେମାନଙ୍କ ନିକଟରେ ପ୍ରଳାପ ପରି ଲାଗିଲା, ଆଉ ସେମାନେ ସେମାନଙ୍କୁ ଅବିଶ୍ଵାସ କଲେ।

Gade chapit la Kopi

ଓଡିଆ ବାଇବେଲ

11 ମାତ୍ର ଏସମସ୍ତ କଥା ସେମାନଙ୍କ ନିକଟରେ କଳ୍ପିତ ଗଳ୍ପ ପରି ଲାଗିଲା, ଆଉ ସେମାନେ ସେମାନଙ୍କୁ ବିଶ୍ୱାସ କଲେ ନାହିଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

11 କିନ୍ତୁ ପ୍ରେରିତ ଶିଷ୍ୟମାନେ ଭାବିଲେ ଯେ ଏସବୁ ସ୍ତ୍ରୀ ଲୋକମାନଙ୍କର କପୋଳକଳ୍ପିତ କଥା, ତେଣୁ ସେମାନେ ବିଶ୍ୱାସ କଲେ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ମାତ୍ର ଏସମସ୍ତ କଥା ସେମାନଙ୍କ ନିକଟରେ କଳ୍ପିତ ଗଳ୍ପ ପରି ଲାଗିଲା, ଆଉ ସେମାନେ ସେମାନଙ୍କୁ ବିଶ୍ୱାସ କଲେ ନାହିଁ।

Gade chapit la Kopi




ଲୂକ ଲିଖିତ ସୁସମାଚାର 24:11
10 Referans Kwoze  

ମରିୟମ ସେମାନଙ୍କୁ କହିଲେ ଯେ, ଯୀଶୁ ଜୀବିତ ଅଛନ୍ତି ଏବଂ ସେ ନିଜେ ଯୀଶୁଙ୍କୁ ଦେଖିଛନ୍ତି। କିନ୍ତୁ ଶିଷ୍ୟମାନେ ସେମାନଙ୍କ କଥାରେ ବିଶ୍ୱାସ କଲେ ନାହିଁ।


ତା'ପରେ ଯୀଶୁ ସେହି ଦୁଇଜଣ ଲୋକଙ୍କୁ କହିଲେ, “ତୁମ୍ଭେମାନେ କେତେ ବୋକା। ଭବିଷ୍ୟ‌ଦ୍‌ବକ୍ତାମାନେ ଯାହାସବୁ କହିଥିଲେ, ସେହି ସତ୍ୟକୁ ବିଶ୍ୱାସ କରିବାରେ ତୁମ୍ଭେମାନେ କେତେ ମନ୍ଥର।


ଯେତେବେଳେ ସଦାପ୍ରଭୁ ସିୟୋନରେ ପୁନଃସ୍ଥାପନ କରନ୍ତି। ଏହା ଏକ ସ୍ୱପ୍ନ ତୁଲ୍ୟ ଥିଲା।


ମୁଁ ତାଙ୍କୁ ଯଦି ଡାକେ ଏବଂ ସେ ମୋତେ ଉତ୍ତର ଦିଅନ୍ତି, ମୁଁ ତଥାପି ବିଶ୍ୱାସ କରେ ନାହିଁ ଯେ ସେ ମୋର କଥା ଶୁଣିବେ।


ତେଣୁ ଲୋଟ ବାହାରକୁ ଯାଇ ତାଙ୍କର ଜ୍ୱାଇଁଙ୍କୁ କହିଲେ, “ଶୀଘ୍ର ଏ ସହର ପରିତ୍ୟାଗ କର! ପରମେଶ୍ୱର ଖୁବ୍ ଶୀଘ୍ର ଏହି ସହର ଧ୍ୱଂସ କରିବେ।” କିନ୍ତୁ ସେହି ଲୋକମାନେ ଭାବିଲେ ଲୋଟ ସେମାନଙ୍କ ସହିତ ଥଟ୍ଟା ହେଉଛନ୍ତି।


ପିତର ତାହାଙ୍କୁ ଅନୁସରଣ କଲେ। ସ୍ୱର୍ଗଦୂତ ଯେ ପ୍ରକୃତରେ ଏହି ଘଟଣାଟି ଘଟାଉଛନ୍ତି ଏହା ପିତର ଅନୁଭବ କରି ପାରିଲେ ନାହିଁ। ସେ ଭାବୁଥିଲେ ଯେ, ସେ ଏକ ଦର୍ଶନ ଦେଖୁଅଛନ୍ତି।


ସେନାପତି ଯିଏ ରାଜାଙ୍କ ନିକଟରେ ଥିଲେ ପରମେଶ୍ୱରଙ୍କ ଲୋକଙ୍କୁ ଉତ୍ତର ଦେଲେ। “ଦେଖ, ଯେବେ ସଦାପ୍ରଭୁ ସ୍ୱର୍ଗରେ ଦ୍ୱାର ଖୋଲନ୍ତି ତେବେ ମଧ୍ୟ ସମ୍ଭବ ହୋଇ ପାରିବ ନାହିଁ?” ତହିଁରେ ଇଲୀଶାୟ କହିଲେ, “ଦେଖ, ତୁମ୍ଭେ ସ୍ୱଚକ୍ଷୁରେ ତାହା ଦେଖିବ। ମାତ୍ର ତୁମ୍ଭେ ସେଥିରୁ କିଛି ଖାଇବ ନାହିଁ।”


ଏହି ଶିଷ୍ୟ ଦୁଇଜଣ ଫେରି ଆସି ଅନ୍ୟ ଶିଷ୍ୟମାନଙ୍କୁ ଏ କଥା ଜଣାଇଲେ। ତଥାପି ଶିଷ୍ୟମାନେ ତାହାଙ୍କ କଥାକୁ ମଧ୍ୟ ବିଶ୍ୱାସ କଲେ ନାହିଁ।


ପରେ ଯେତେବେଳେ ଏଗାର ଜଣ ପ୍ରେରିତ ଖାଉଥିଲେ, ସେତିକିବେଳେ ଯୀଶୁ ସେମାନଙ୍କୁ ଦେଖା ଦେଲେ। ସେ ସେମାନଙ୍କୁ ସେମାନଙ୍କର ଅବିଶ୍ୱାସ ଓ ମନର ଜଡ଼ତା ପାଇଁ ସମାଲୋଚନା କଲେ। କାରଣ ଯେଉଁମାନେ ଯୀଶୁଙ୍କୁ ମୃତ୍ୟୁରୁ ପୁନରୁ‌ତ୍‌ଥାନ ହୋଇଛନ୍ତି ବୋଲି ଦେଖିଥିଲେ, ସେମାନଙ୍କୁ ଏହି ଶିଷ୍ୟମାନେ ବିଶ୍ୱାସ କରି ନ ଥିଲେ।


ଶିଷ୍ୟମାନେ ବିସ୍ମିତ ହୋଇଗଲେ। ସେମାନେ ଯୀଶୁଙ୍କୁ ଶରୀରରେ ଦେଖି ବହୁତ ଖୁସୀ ହୋଇଗଲେ। ତଥାପି ସେମାନେ ଯାହା ଦେଖିଲେ, ତାହା ବିଶ୍ୱାସ କରି ପାରିଲେ ନାହିଁ। ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କ ପାଖରେ କିଛି ଖାଇବା ପଦାର୍ଥ ଅଛି କି?”


Swiv nou:

Piblisite


Piblisite