ଖ୍ରୀଷ୍ଟଙ୍କ ଆତ୍ମା ସେହି ଭବିଷ୍ୟଦ୍ବକ୍ତାମାନଙ୍କ ଅନ୍ତରରେ ଥିଲା। ଖ୍ରୀଷ୍ଟଙ୍କୁ କିପରି କଷ୍ଟ ଭୋଗିବାକୁ ହେବ ଓ ତା'ପରେ କିପରି ମହିମା ପ୍ରକାଶିତ ହେବ, ସେହି ବିଷୟରେ ‘ଆତ୍ମା’ କଥା କହୁଥିଲେ। ସେହି ଆତ୍ମା ଯାହା ଦେଖାଉଥିଲେ, ସେହି ଭବିଷ୍ୟଦ୍ବକ୍ତାମାନେ ତାହା ଶିଖିବାକୁ ଚେଷ୍ଟା କଲେ। ସେମାନେ ଜାଣିବାକୁ ଚେଷ୍ଟା କଲେ ଯେ କେତେବେଳେ ଏହିସବୁ ଘଟଣାମାନ ଘଟିବ ଏବଂ ସେତେବେଳେ ଜଗତର ଅବସ୍ଥା କିପରି ହୋଇଥିବ।