Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 24:32 - ପବିତ୍ର ବାଇବଲ

32 ତା'ପରେ ସେମାନେ ପରସ୍ପର କଥାବାର୍ତ୍ତା ହେଲେ, “ଯେତେବେଳେ ଯୀଶୁ ଆମ୍ଭ ସହିତ ରାସ୍ତାରେ କଥାବାର୍ତ୍ତା ହେଉଥିଲେ, ସେତେବେଳେ ଆମ୍ଭ ହୃଦୟ ଭିତରେ ଅଗ୍ନି ଜଳି ଉଠିବା ଭଳି ମନେ ହେଉଥିଲା। ସେ ଆମ୍ଭକୁ ଯେତେବେଳେ ଶାସ୍ତ୍ରର ବାସ୍ତବ ଅର୍ଥ ବୁଝାଉଥିଲେ, ତାହା ଆମ୍ଭକୁ ଉତ୍ତେଜିତ କରି ଦେଉଥିଲା।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

32 ସେଥିରେ ସେମାନେ ପରସ୍ପର କହିଲେ, ଯେତେବେଳେ ପଥ ମଧ୍ୟରେ ସେ ଆମ୍ଭମାନଙ୍କ ସାଙ୍ଗରେ କଥାବାର୍ତ୍ତା କରୁଥିଲେ ଓ ଆମ୍ଭମାନଙ୍କୁ ଧର୍ମଶାସ୍ତ୍ର ବୁଝାଉଥିଲେ, ସେତେବେଳେ କଅଣ ଆମ୍ଭମାନଙ୍କ ହୃଦୟ ଉତ୍ତପ୍ତ ହେଉ ନ ଥିଲା?

Gade chapit la Kopi

ଓଡିଆ ବାଇବେଲ

32 ସେଥିରେ ସେମାନେ ପରସ୍ପର କହିଲେ, ଯେତେବେଳେ ପଥ ମଧ୍ୟରେ ସେ ଆମ୍ଭମାନଙ୍କ ସାଙ୍ଗରେ କଥାବାର୍ତ୍ତା କରୁଥିଲେ ଓ ଆମ୍ଭମାନଙ୍କୁ ଧର୍ମଶାସ୍ତ୍ର ବୁଝାଉଥିଲେ, ସେତେବେଳେ କଅଣ ଆମ୍ଭମାନଙ୍କ ହୃଦୟ ଉତ୍ତପ୍ତ ହେଉ ନ ଥିଲା ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

32 ସେମାନେ ପରସ୍ପରକୁ କହିଲେ, “ପଥ ମଧ୍ୟରେ ସେ ଆମ ସହିତ କଥାବାର୍ତ୍ତା କରୁଥିବା ସମୟରେ ଓ ଧର୍ମଶାସ୍ତ୍ର ବୁଝାଉଥିବା ସମୟରେ ଆମ ମନରେ ନିଆଁ ଜଳିବା ପରି ଆମେ ଅନୁଭବ କରୁ ନ ଥିଲୁ କି?”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

32 ସେଥିରେ ସେମାନେ ପରସ୍ପର କହିଲେ, ଯେତେବେଳେ ପଥ ମଧ୍ୟରେ ସେ ଆମ୍ଭମାନଙ୍କ ସାଙ୍ଗରେ କଥାବାର୍ତ୍ତା କରୁଥିଲେ ଓ ଆମ୍ଭମାନଙ୍କୁ ଧର୍ମଶାସ୍ତ୍ର ବୁଝାଉଥିଲେ, ସେତେବେଳେ କଅଣ ଆମ୍ଭମାନଙ୍କ ହୃଦୟ ଉତ୍ତପ୍ତ ହେଉ ନ ଥିଲା?

Gade chapit la Kopi




ଲୂକ ଲିଖିତ ସୁସମାଚାର 24:32
14 Referans Kwoze  

ତା'ପରେ ଯୀଶୁ ଶିଷ୍ୟମାନଙ୍କୁ ସବୁ ଶାସ୍ତ୍ର ବିଷୟ ବୁଝାଇଲେ। ତାହାଙ୍କ ବିଷୟରେ ଯାହାସବୁ ଲେଖା ଯାଇଥିଲା, ଯୀଶୁ ସେମାନଙ୍କୁ ସବୁ ବୁଝାଇଲେ।


ପରମେଶ୍ୱରଙ୍କ ବାକ୍ୟ ଜୀବନ୍ତ ଓ କାର୍ଯ୍ୟସାଧକ ଅଟେ। ତାହାଙ୍କର ବାକ୍ୟ ଯେକୌଣସି ଦ୍ୱିଧାର ଖ‌‌ଡ଼୍‌ଗଠାରୁ ମଧ୍ୟ ଅଧିକ ଧାରୁଆ। ପରମେଶ୍ୱରଙ୍କ ବାକ୍ୟ ଆମ୍ଭ ପ୍ରାଣ, ଆତ୍ମା, ହାଡ଼ ଓ ମଜ୍ଜାର ସନ୍ଧିସ୍ଥଳ ଭେଦ କରିପାରେ। ଏହା ହୃଦୟର ଚିନ୍ତା ଓ ଭାବର ବିଗ୍ଭର କରେ।


ସଦାପ୍ରଭୁ କହନ୍ତି, “ଆମ୍ଭର ବାକ୍ୟ ଅଗ୍ନି ତୁଲ୍ୟ। ପୁଣି ତାହା ପାଷାଣ ଖଣ୍ଡବିଖଣ୍ଡକାରୀ ହାତୁଡ଼ି ତୁଲ୍ୟ।”


ସମୟେ ସମୟେ ମୁଁ ନିଜେ ନିଜକୁ କହେ, “ମୁଁ ଆଉ ସଦାପ୍ରଭୁଙ୍କ ବିଷୟ କହିବି ନାହିଁ କି ତାଙ୍କ ପାଇଁ ପ୍ରଗ୍ଭର କରିବି ନାହିଁ।” ମାତ୍ର ଏହା କହିଲା ବେଳେ ମୋ’ ଅସ୍ଥି ମଜ୍ଜା ମଧ୍ୟରେ ଯେପରି ପ୍ରଭୁଙ୍କର ବାଣୀ ଅଗ୍ନିତୁଲ୍ୟ ଜଳି ଉଠେ। ମୁଁ ହୃଦୟ ମଧ୍ୟରେ ତାକୁ ସମ୍ଭାଳି ରଖିପାରେ ନାହିଁ। ସେଗୁଡ଼ିକୁ ଭିତରେ ଧରି ରଖିବା ପାଇଁ ଚେଷ୍ଟା କଲି କିନ୍ତୁ ମୁଁ ତାହା କରିବା ପାଇଁ ଅସମର୍ଥ ହେଲି।


ମୁଁ ଅତି କ୍ରୋଧିତ ଥିଲି। ମୁଁ ଯେତେବେଳେ ମୋର କ୍ରୋଧ ବିଷୟରେ ଭାବିଲି ଆହୁରି ଅଧିକ କ୍ରୋଧୀ ହେଲି। ତେଣୁ ମୁଁ ଜିହ୍ୱାରେ କିଛି କହି ପକାଇଲି।


ତୁମ୍ଭର ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା, ମୁଁ ତାହା ଗ୍ରହଣ କଲି। ଆଉ ତୁମ୍ଭର ବାକ୍ୟ ଦ୍ୱାରା ମୋର ପ୍ରାଣ ଉଲ୍ଲସିତ ହେଲା। କାରଣ ହେ ସୈନ୍ୟାଧିପତି ସଦାପ୍ରଭୁ ପରମେଶ୍ୱର, ମୁଁ ତୁମ୍ଭ ନାମରେ ଖ୍ୟାତ ଅଟେ।


ଯେପରି ଲୁହା ଲୁହାକୁ ଧାର କରେ, ସେପରି ବନ୍ଧୁ ତା'ର ବନ୍ଧୁତ୍ୱର ମନକୁ ତୀ‌କ୍ଷ୍‌ଣ କରେ।


ଶରୀର ମନୁଷ୍ୟକୁ ଜୀବନ ଦାନ କରେ ନାହିଁ। ଆତ୍ମା ଜୀବନ ଦିଏ। ମୁଁ ତୁମ୍ଭକୁ ଯାହା କହିଲି ତାହା ଆତ୍ମା, ତେଣୁ ଏସବୁ ବିଷୟ ଜୀବନ ଦିଏ।


ତେଣୁ ସେମାନେ ତାହାଙ୍କ ପାଖକୁ ଆସିବା ପାଇଁ ଗୋଟିଏ ଦିନ ସ୍ଥିର କଲେ। ବହୁ ସଂଖ୍ୟାରେ ଲୋକମାନେ ତାହାଙ୍କ ରହିବା ସ୍ଥାନକୁ ଆସିଲେ। ପାଉଲ ସେମାନଙ୍କୁ ପରମେଶ୍ୱରଙ୍କ ରାଜ୍ୟ ବିଷୟରେ ପ୍ରମାଣ ସହିତ ସବୁ କଥା ବୁଝାଇ ଦେଲେ। ସେ ସକାଳୁ ସନ୍ଧ୍ୟା ପର୍ଯ୍ୟନ୍ତ ମୋଶାଙ୍କ ବ୍ୟବସ୍ଥା ଓ ଭାବବାଦୀଙ୍କ ଶାସ୍ତ୍ରରୁ ଯୀଶୁଙ୍କ ବିଷୟ ବୁଝାଇ ସେମାନଙ୍କୁ ବିଶ୍ୱାସ କରାଇବା ପାଇଁ ଚେଷ୍ଟା କଲେ।


ମୋର ପ୍ରଭୁ ସଦାପ୍ରଭୁ ମୋତେ ଶିକ୍ଷା ଦେଇଛନ୍ତି ମୁଁ ଯେପରି କ୍ଳାନ୍ତ ଦୁର୍ବଳମାନଙ୍କୁ ସୁସ୍ଥିର କରି ପାରିବି, ସେ ପ୍ରତି ପ୍ରଭାତରେ ମୋତେ ଜାଗ୍ରତ କରାନ୍ତି ଓ ବିଦ୍ୟାର୍ଥୀପରି ଶୁଣିବା ପାଇଁ ମୋର କର୍ଣ୍ଣକୁ ଜାଗ୍ରତ କରାନ୍ତି।


ମୁଁ ଆଶାକରେ ମୁଁ ଯାହାସବୁ କହିଲି ତାହା ଆନନ୍ଦ ଦେବ। ମୁଁ ସଦାପ୍ରଭୁଙ୍କ ପାଇଁ ଆନନ୍ଦିତ ହେବି।


ତୈଳ ଓ ସୁଗନ୍ଧିତ ଧୂପ ମନକୁ ଆହ୍ଲାଦିତ କରେ। ମନର ମନ୍ତ୍ରଣାରୁ ଜାତ ମନ୍ତ୍ରର ମିଷ୍ଟତା ତଦ୍ରୂପ କରେ।


ଯୀଶୁ ଲୋକଙ୍କୁ ଉପଦେଶ ଦେଲାବେଳେ ସବୁବେଳେ ଦୃଷ୍ଟାନ୍ତର ପ୍ରୟୋଗ କରୁଥିଲେ। କିନ୍ତୁ ଯୀଶୁଙ୍କ ସହିତ ତାହାଙ୍କ ଶିଷ୍ୟମାନେ ଏକୁଟିଆ ଥିବା ବେଳେ, ଯୀଶୁ ସେମାନଙ୍କୁ ସବୁଗୁଡ଼ିକର ଅର୍ଥ ସ୍ପଷ୍ଟ ଭାବରେ ବୁଝେଇ ଦେଉଥିଲେ।


Swiv nou:

Piblisite


Piblisite