Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 24:46 - ପବିତ୍ର ବାଇବଲ

46 ଯୀଶୁ ସେମାନଙ୍କୁ କହିଲେ, “ଖ୍ରୀଷ୍ଟଙ୍କୁ ମାରି ଦିଆଯିବା ଓ ମୃତ୍ୟୁରୁ ତିନି ଦିନ ପରେ ପୁଣି ସେ ବଞ୍ଚି ଉଠିବା କଥା ଲେଖା ଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

46 ଆଉ, ସେ ସେମାନଙ୍କୁ କହିଲେ, ଏହି ପ୍ରକାରେ ଲେଖାଅଛି, ଖ୍ରୀଷ୍ଟ ଦୁଃଖଭୋଗ କରିବେ ଓ ତୃତୀୟ ଦିନରେ ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥାନ କରିବେ,

Gade chapit la Kopi

ଓଡିଆ ବାଇବେଲ

46 ଆଉ ସେମାନଙ୍କୁ କହିଲେ, ଏହି ପ୍ରକାରେ ଲେଖା ଅଛି, ଖ୍ରୀଷ୍ଟ ଦୁଃଖଭୋଗ କରିବେ ଓ ତୃତୀୟ ଦିନରେ ମୃତମାନଙ୍କ ମଧ୍ୟରୁ ପୁନର୍ବାର ଜୀବିତ ହେବେ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

46 ଓ ସେମାନଙ୍କୁ କହିଲେ: “ଏହି କଥା ହିଁ ତ ଲେଖା ଯାଇଛି - ମସୀହ ଦୁଃଖ ଭୋଗ କରିବେ ଓ ତିନି ଦିନ ପରେ ମୃତ୍ୟୁରୁ ଉତ୍ଥିତ ହେବେ

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

46 ଆଉ ସେମାନଙ୍କୁ କହିଲେ, “ଏହି ପ୍ରକାରେ ଲେଖାଅଛି, ଖ୍ରୀଷ୍ଟ ଦୁଃଖଭୋଗ କରିବେ ଓ ତୃତୀୟ ଦିନରେ ମୃତମାନଙ୍କ ମଧ୍ୟରୁ ପୁନର୍ବାର ଜୀବିତ ହେବେ,

Gade chapit la Kopi




ଲୂକ ଲିଖିତ ସୁସମାଚାର 24:46
11 Referans Kwoze  

ମୁଁ ପ୍ରହାରକ ଦେବା ପାଇଁ ମୋର ପିଠି ଦେଖାଇ ଦେବି, ମୋର ଦାଢ଼ି ଉପାଡ଼ିବା ପାଇଁ ମୋର ଗାଲ ଦେଖାଇ ଦେବି, ପୁଣି ଅପମାନିତ ହେବାକୁ ଛେପ ପକାଇବାକୁ ମୋର ମୁହଁ ଲୁଗ୍ଭଇବି ନାହିଁ।


ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କ ପାଖରେ ମୁଁ ଥିବା ବେଳର କଥା ମନେ ପକାଅ। ମୁଁ କହିଥିଲି ଯେ ମୋଶାଙ୍କ ନିୟମରେ, ଭବିଷ୍ୟ‌ଦ୍‌ବକ୍ତାଙ୍କ ପୁସ୍ତକରେ ଓ ଗୀତସଂହିତାରେ ମୋ’ ବିଷୟରେ ଯାହାସବୁ ଲେଖା ଯାଇଛି, ସେଗୁଡ଼ିକ ନିଶ୍ଚୟ ଘଟିବ।”


ଯୀଶୁ କହିଥିଲେ ଯେ, ମନୁଷ୍ୟୁପୁତ୍ରଙ୍କୁ ଦୁଷ୍ଟ ଲୋକଙ୍କ ହାତରେ କ୍ରୁଶରେ ମାରି ଦିଆଯିବା ପାଇଁ ଅବଶ୍ୟ ଦେଇ ଦିଆଯିବ। କିନ୍ତୁ ସେ ପୁଣି ମୃତ୍ୟୁରୁ ତୃତୀୟ ଦିନ ଜୀବିତ ହୋଇ ଉଠିବେ।”


ସେ ପବିତ୍ର ବାକ୍ୟ ବୁଝେଇଲେ ଓ ସେମାନଙ୍କୁ ପ୍ରମାଣ ଦେଇ କହିଲେ ଯେ, ଖ୍ରୀଷ୍ଟଙ୍କର ଦୁଃଖ ଭୋଗ କରିବାର ଓ ମୃତ୍ୟୁରୁ ପୁନର୍ଜୀବିତ ହେବାର ଆବଶ୍ୟକତା ଥିଲା। ପାଉଲ କହିଲେ, “ଏହି ଯୀଶୁ, ଯାହାଙ୍କ ବିଷୟରେ ମୁଁ ତୁମ୍ଭମାନଙ୍କ ନିକଟରେ ପ୍ରଗ୍ଭର କରୁଛି, ସେ ହେଉଛନ୍ତି ଖ୍ରୀଷ୍ଟ।”


ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ପିତା ଓ ପରମେଶ୍ୱର ଧନ୍ୟ ହେଉନ୍ତୁ। ପରମେଶ୍ୱରଙ୍କ କରୁଣା ଅପାର, ଓ ଏହି କରୁଣା (କୃପା) ଦ୍ୱାରା ସେ ଆମ୍ଭକୁ ଗୋଟିଏ ନୂତନ ଜୀବନ ଦେଇଛନ୍ତି। ଯୀଶୁ ଖ୍ରୀଷ୍ଟ ମୃତ୍ୟୁରୁ ପୁନର୍ଜୀବିତ ହେବା ଦ୍ୱାରା ଏହି ନୂତନ ଜୀବନ ଆମ୍ଭକୁ ଗୋଟିଏ ଜୀବନ୍ତ ଭରସା ଦେଇଛି।


ତାହାଙ୍କ ବ୍ୟତୀତ ଅନ୍ୟ କାହା ପାଖରେ ଉଦ୍ଧାର ନାହିଁ, କାରଣ ଏହି ଆକାଶ ତଳେ ଦିଆଯାଇଥିବା ଅନ୍ୟ କୌଣସି ନାମ ନାହିଁ ଯାହାଦ୍ୱାରା କି ଆମ୍ଭେ ଉଦ୍ଧାର ପାଇ ପାରିବା।”


ମନୁଷ୍ୟପୁତ୍ର ଯିବେ ଓ ମରିଯିବେ। ଏହା ହିଁ ହେବ ବୋଲି ଶାସ୍ତ୍ରରେ ଲେଖାଅଛି। କିନ୍ତୁ ଯେଉଁ ଲୋକ ମନୁଷ୍ୟପୁତ୍ରଙ୍କୁ ମାରିବା ପାଇଁ ଶତ୍ରୁ ହାତରେ ଦେଇଦେବ, ସେ ଲୋକ ଧିକ୍! ସେ ଲୋକ ଜନ୍ମ ନ ହୋଇଥିଲେ ବରଂ ଭଲ ହୋଇଥା’ନ୍ତା।”


ଧର୍ମଶାସ୍ତ୍ର ଅନୁସାରେ ‘ଯୀଶୁ ମୃତ୍ୟୁରୁ ଅବଶ୍ୟ ପୁନର୍ଜୀବିତ ହେବେ’, ଏହାର ଅର୍ଥ ସେହି ଶିଷ୍ୟମାନେ ଏପର୍ଯ୍ୟନ୍ତ ବୁଝି ପାରି ନ ଥିଲେ।


Swiv nou:

Piblisite


Piblisite