ଲୂକ ଲିଖିତ ସୁସମାଚାର 24:47 - ପବିତ୍ର ବାଇବଲ47-48 ତୁମ୍ଭେମାନେ ଏସବୁ ଘଟଣା ଘଟିବାର ଦେଖିଲ। ତୁମ୍ଭେମାନେ ତା'ର ସାକ୍ଷୀ। ତୁମ୍ଭେମାନେ ଲୋକମାନଙ୍କ ପାଖକୁ ଯାଇ କୁହ ଯେ ସେମାନଙ୍କର ପାପ ଗୁଡ଼ିକୁ କ୍ଷମା କରାଯାଇ ପାରିବ। ସେମାନଙ୍କୁ କୁହ ଯେ, ସେମାନେ ନିଜର ହୃଦୟ ପରିବର୍ତ୍ତନ କରନ୍ତୁ ଏବଂ ନିଜର ପାପ ପାଇଁ ଦୁଃଖ ଅନୁଭବ କରନ୍ତୁ। ଯଦି ସେମାନେ ଏହା କରିବେ, ତେବେ ପରମେଶ୍ୱର ସେମାନଙ୍କୁ କ୍ଷମା କରିଦେବେ। ତୁମ୍ଭେମାନେ ଯିରୁଶାଲମରୁ ଆରମ୍ଭ କରିବ ଓ ମୋ’ ନାମରେ ଏଗୁଡ଼ିକ ପ୍ରଗ୍ଭର କରିବ। ଏହି ସୁସମାଗ୍ଭର ଏ ପୃଥିବୀରେ ନିଶ୍ଚୟ ସମସ୍ତଙ୍କୁ ଶୁଣେଇ ଦିଆଯିବ। Gade chapit laପବିତ୍ର ବାଇବଲ (Re-edited) - (BSI)47 ପୁଣି ଯିରୂଶାଲମରୁ ଆରମ୍ଭ କରି ସମସ୍ତ ଜାତିଙ୍କ ନିକଟରେ ତାହାଙ୍କ ନାମରେ ପାପକ୍ଷମା ନିମନ୍ତେ ମନ ପରିବର୍ତ୍ତନର ପ୍ରସଙ୍ଗ ଘୋଷଣା କରାଯିବ। Gade chapit laଓଡିଆ ବାଇବେଲ47 ପୁଣି, ଯିରୂଶାଲମରୁ ଆରମ୍ଭ କରି ସମସ୍ତ ଜାତିଙ୍କ ନିକଟରେ ତାହାଙ୍କ ନାମରେ ପାପ କ୍ଷମା ନିମନ୍ତେ ମନପରିବର୍ତ୍ତନର ପ୍ରସଙ୍ଗ ଘୋଷଣା କରାଯିବ । Gade chapit laପବିତ୍ର ବାଇବଲ (CL) NT (BSI)47 ଏବଂ ଯିରୂଶାଲମରୁ ଆରମ୍ଭ କରି ସମସ୍ତ ଜାତିମାନଙ୍କ ନିକଟରେ ତାଙ୍କ ନାମରେ ଅନୁତାପ ଓ ପାପକ୍ଷମାର ବାର୍ତ୍ତା ପ୍ରଚାରିତ ହେବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT47 ପୁଣି, ଯିରୂଶାଲମ ସହରରୁ ଆରମ୍ଭ କରି ସମସ୍ତ ଜାତିଙ୍କ ନିକଟରେ ତାହାଙ୍କ ନାମରେ ପାପ କ୍ଷମା ନିମନ୍ତେ ମନ-ପରିବର୍ତ୍ତନର ପ୍ରସଙ୍ଗ ଘୋଷଣା କରାଯିବ। Gade chapit la |
“ହେ ଦାନିୟେଲ, ପରମେଶ୍ୱର ସତୁରି ସପ୍ତାହ ତୁମ୍ଭର ଲୋକମାନଙ୍କ ପାଇଁ ଓ ତୁମ୍ଭର ପବିତ୍ର ନଗର ପାଇଁ ନିରୂପଣ କରିଛନ୍ତି। ଏ ସତୁରି ସପ୍ତାହ ନିରୂପଣ ହେବାର ଲକ୍ଷ୍ୟ ଦେଉଛି, ଆଜ୍ଞା ଲଙ୍ଘନରୁ ଏବଂ ପାପରୁ ବିରତ ହେବା। ଏହାର ଲକ୍ଷ୍ୟ ଲୋକମାନଙ୍କୁ ପ୍ରାୟଶ୍ଚିତ କରିବା ଏବଂ ଅନନ୍ତକାଳସ୍ଥାୟୀ ଧାର୍ମିକତା ଓ ପ୍ରମାଣିକତା ଦର୍ଶନଗୁଡ଼ିକ ଓ ଭବିଷ୍ୟଦ୍ବାଣୀ ଓ ପବିତ୍ର ସ୍ଥାନରେ ଉତ୍ସର୍ଗ କରିବା। ଏହା ଲୋକମାନଙ୍କୁ ଲକ୍ଷ୍ୟ କରେ।
ବିଭିନ୍ନ ଗୋଷ୍ଠୀରୁ ଲୋକମାନେ ସେଠାକୁ ଯିବେ ଏବଂ କହିବେ, “ଆସ, ସଦାପ୍ରଭୁଙ୍କ ପର୍ବତକୁ ଯିବା। ଗ୍ଭଲ ଯାକୁବଙ୍କ ପରମେଶ୍ୱରଙ୍କ ମନ୍ଦିରକୁ ଯିବା। ସେତେବେଳେ ପରମେଶ୍ୱର ତାଙ୍କ ପଥ ବିଷୟରେ ଆମ୍ଭମାନଙ୍କୁ ଶିକ୍ଷା ଦେବେ ଏବଂ ଆମ୍ଭେମାନେ ସେହିସବୁକୁ ଅନୁସରଣ କରିବା।” ପରମେଶ୍ୱରଙ୍କଠାରୁ ଶିକ୍ଷା ସଦାପ୍ରଭୁଙ୍କ ବାର୍ତ୍ତା ଯିରୁଶାଲମର ସିୟୋନ ପର୍ବତରୁ ଆରମ୍ଭ ହେବ ଏବଂ ତାହା ସମଗ୍ର ପୃଥିବୀରେ ପ୍ରସାରିତ ହେବ।
“ଯିରୁଶାଲମ, ହେ ଯିରୁଶାଲମ! ତୁମ୍ଭେ ଭବିଷ୍ୟଦ୍ବକ୍ତାମାନଙ୍କୁ ହତ୍ୟା କରୁଛ। ଯେଉଁ ଲୋକମାନଙ୍କୁ ପରମେଶ୍ୱର ତୁମ୍ଭ ପାଖକୁ ପଠାଇଥିଲେ, ତୁମ୍ଭେ ତାହାଙ୍କୁ ପଥର ଫୋପାଡ଼ି ମାରି ଦେଇଛ। ମୁଁ ଅନେକ ଥର ତୁମ୍ଭ ଲୋକମାନଙ୍କୁ ସାହାଯ୍ୟ କରିବାକୁ ଗ୍ଭହିଁଛି। ଗୋଟିଏ କୁକୁଡ଼ା ତା'ର ପକ୍ଷତଳେ କୁକୁଡ଼ା ଛୁଆମାନଙ୍କୁ ଏକାଠି କରିବାଭଳି ମୁଁ ତୁମ୍ଭମାନଙ୍କ ଲୋକମାନଙ୍କୁ ଏକାଠି କରିବାକୁ ଗ୍ଭହିଁଥିଲି। କିନ୍ତୁ ତୁମ୍ଭେମାନେ ମୋତେ ତାହା କରେଇ ଦେଲ ନାହିଁ।