Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 24:49 - ପବିତ୍ର ବାଇବଲ

49 ଶୁଣ, ମୋର ପରମପିତା ତୁମ୍ଭମାନଙ୍କୁ ଯାହା ପ୍ରତିଶ୍ରୁତି ଦେଇଛନ୍ତି, ମୁଁ ତାହା ତୁମ୍ଭମାନଙ୍କ ପାଖକୁ ପଠାଇବି। କିନ୍ତୁ ସ୍ୱର୍ଗରୁ ସେହି ଶକ୍ତି ନ ପାଇବା ପର୍ଯ୍ୟନ୍ତ ତୁମ୍ଭେମାନେ ନିଶ୍ଚୟ ଯିରୁଶାଲମରେ ରହିବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

49 ଆଉ ଦେଖ, ମୋହର ପିତା ଯାହା ପ୍ରତିଜ୍ଞା କରିଅଛନ୍ତି, ତାହା ମୁଁ ତୁମ୍ଭମାନଙ୍କ ନିକଟକୁ ପଠାଉଅଛି, କିନ୍ତୁ ଊର୍ଦ୍ଧ୍ଵରୁ ଶକ୍ତିପ୍ରାପ୍ତ ନ ହେବା ପର୍ଯ୍ୟନ୍ତ ତୁମ୍ଭେମାନେ ଏହି ନଗରରେ ରହିଥାଅ।

Gade chapit la Kopi

ଓଡିଆ ବାଇବେଲ

49 ଆଉ ଦେଖ, ମୋହର ପିତା ଯାହା ପ୍ରତିଜ୍ଞା କରିଅଛନ୍ତି, ତାହା ମୁଁ ତୁମ୍ଭମାନଙ୍କ ନିକଟକୁ ପଠାଉଅଛି, କିନ୍ତୁ ଊର୍ଦ୍ଧ୍ୱରୁ ଶକ୍ତି ପ୍ରାପ୍ତ ନ ହେବା ପର୍ଯ୍ୟନ୍ତ ତୁମ୍ଭେମାନେ ଏହି ନଗରରେ ରହିଥାଅ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

49 ଆଉ ମୋର ପିତା ଯାହା ପ୍ରତିଜ୍ଞା କରିଛନ୍ତି, ମୁଁ ନିଜେ ତାହା ତୁମ୍ଭମାନଙ୍କ ନିକଟକୁ ପଠାଇବି, କିନ୍ତୁ ଉଦ୍ଧ୍ୱର୍ରୁ ସେହି ଶକ୍ତି ଆସିବା ପର୍ଯ୍ୟନ୍ତ ଏହି ନଗରରେ ତୁମ୍ଭେମାନେ ଅପେକ୍ଷା କରି ରୁହ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

49 ଆଉ ଦେଖ, ମୋହର ପିତା ଯାହା ପ୍ରତିଜ୍ଞା କରିଅଛନ୍ତି, ତାହା ମୁଁ ତୁମ୍ଭମାନଙ୍କ ନିକଟକୁ ପଠାଉଅଛି, କିନ୍ତୁ ଊର୍ଦ୍ଧ୍ୱରୁ ଶକ୍ତି ପ୍ରାପ୍ତ ନ ହେବା ପର୍ଯ୍ୟନ୍ତ ତୁମ୍ଭେମାନେ ଏହି ନଗରରେ ରହିଥାଅ।”

Gade chapit la Kopi




ଲୂକ ଲିଖିତ ସୁସମାଚାର 24:49
12 Referans Kwoze  

କିନ୍ତୁ ପବିତ୍ରଆତ୍ମା ତୁମ୍ଭମାନଙ୍କ ଉପରେ ଅବତୀର୍ଣ୍ଣ ହେଲେ। ତୁମ୍ଭେମାନେ ଶକ୍ତି ପାଇ ତୁମ୍ଭେମାନେ ମୋର ସାକ୍ଷୀ ହେବ। ପ୍ରଥମେ ଯିରୁଶାଲମର ଲୋକମାନଙ୍କୁ, ତା'ପରେ ତୁମ୍ଭେମାନେ ସମଗ୍ର ଯିହୂଦା ପ୍ରଦେଶ, ଶମିରୋଣ ଓ ପୃଥିବୀର ସମସ୍ତ ଅଞ୍ଚଳରେ।”


ଦିନେ ଯେତେବେଳେ ଯୀଶୁ ସେମାନଙ୍କ ସାଙ୍ଗରେ ଭୋଜନ କରୁଥିଲେ, ସେତେବେଳେ ସେ ପ୍ରେରିତମାନଙ୍କୁ ଯିରୁଶାଲମ ନ ଛାଡ଼ିବା ପାଇଁ କହିଲେ। ଯୀଶୁ କହିଲେ, “ପରମେଶ୍ୱର ତୁମ୍ଭମାନଙ୍କୁ କିଛି ପ୍ରତିଜ୍ଞା ଦେଇଛନ୍ତି। ମୁଁ ତୁମ୍ଭମାନଙ୍କୁ ଏହି ପ୍ରତିଜ୍ଞା ବିଷୟରେ ଆଗରୁ କହି ସାରିଛି। ତେଣୁ ସେହି ପ୍ରତିଜ୍ଞା ନ ପାଇବା ପର୍ଯ୍ୟନ୍ତ ତୁମ୍ଭେମାନେ ଯିରୁଶାଲମରେ ଅପେକ୍ଷାରେ ରୁହ।


କିନ୍ତୁ ତୁମ୍ଭକୁ ସାହାଯ୍ୟକାରୀ ସବୁ ଶିକ୍ଷା ଦେବେ। ମୁଁ ତୁମକୁ କହିଥିବା ସମସ୍ତ କଥା ମନେ ରଖିବା ପାଇଁ ସେ ସାହାଯ୍ୟ ମଧ୍ୟ କରିବେ। ଏହି ସାହାଯ୍ୟକାରୀ ହେଉଛନ୍ତି ପବିତ୍ରଆତ୍ମା, ଯାହାଙ୍କୁ ପରମପିତା ମୋ’ ନାମରେ ପଠାଇବେ।


ଆତ୍ମା ଊର୍ଦ୍ଧ୍ୱରୁ ଆସିବା ପର୍ଯ୍ୟନ୍ତ ଏହିସବୁ ଗ୍ଭଲୁ ରହିବ। ବର୍ତ୍ତମାନ ଏହା ଧାର୍ମିକମାନଙ୍କ ଇଚ୍ଛା ପାଇଁ ମରୁଭୂମି ହୋଇଛି, ତା'ପରେ ମରୁଭୂମି ଠିକ୍ ବିଗ୍ଭରରେ ପାଇବେ ଏବଂ ଫଳ ବଗିଗ୍ଭ ଜଙ୍ଗଲରେ ପରିଣତ ହେବ।


“ମୁଁ ପରମପିତାଙ୍କ ପାଖରୁ ତୁମ୍ଭମାନଙ୍କ ନିକଟକୁ ସେହି ସାହାଯ୍ୟକାରୀଙ୍କୁ ପଠାଇବି। ସେହି ସାହାଯ୍ୟକାରୀ ସତ୍ୟମୟ ଆତ୍ମା ଅଟନ୍ତି। ସେ ପରମପିତାଙ୍କ ପାଖରୁ ଆସନ୍ତି। ସେ ଯେତେବେଳେ ଆସିବେ, ସେ ମୋ’ ବିଷୟରେ ସାକ୍ଷ୍ୟ ଦେବେ।


ସେମାନେ ମୂସିଆ ଦେଶକୁ ଆସିଲା ପରେ ବୀଥୂନିଆକୁ ଯିବା ପାଇଁ ଚେଷ୍ଟା କଲେ। କିନ୍ତୁ ଯୀଶୁଙ୍କ ଆତ୍ମା ସେମାନଙ୍କୁ ଯିବା ପାଇଁ ଅନୁମତି ଦେଲେ ନାହିଁ।


Swiv nou:

Piblisite


Piblisite