Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 24:51 - ପବିତ୍ର ବାଇବଲ

51 ଯୀଶୁ ସେମାନଙ୍କୁ ଆଶୀର୍ବାଦ କରୁଥିବା ସମୟରେ ସେ ଶିଷ୍ୟମାନଙ୍କ ପାଖରୁ ଅଲଗା ହୋଇଗଲେ ଓ ତାହାଙ୍କୁ ସ୍ୱର୍ଗକୁ ନିଆଗଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

51 ପୁଣି, ସେମାନଙ୍କୁ ଆଶୀର୍ବାଦ କରୁ କରୁ ସେ ସେମାନଙ୍କଠାରୁ ଅନ୍ତର ହୋଇ ସ୍ଵର୍ଗକୁ ନୀତ ହେଲେ।

Gade chapit la Kopi

ଓଡିଆ ବାଇବେଲ

51 ପୁଣି, ସେମାନଙ୍କୁ ଆଶୀର୍ବାଦ କରୁ କରୁ ସେ ସେମାନଙ୍କଠାରୁ ଅଲଗା ହୋଇ ସ୍ୱର୍ଗକୁ ନୀତ ହେଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

51 ତା’ପରେ ସେ ସେମାନଙ୍କଠାରୁ ବିଦାୟ ନେଲେ ଏବଂ ସ୍ୱର୍ଗକୁ ଉତ୍ତୋଳିତ ହେଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

51 ପୁଣି, ସେମାନଙ୍କୁ ଆଶୀର୍ବାଦ କରୁ କରୁ ସେ ସେମାନଙ୍କଠାରୁ ଅଲଗା ହୋଇ ସ୍ୱର୍ଗକୁ ନୀତ ହେଲେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 24:51
9 Referans Kwoze  

ଯୀଶୁ ପ୍ରେରିତମାନଙ୍କୁ ଏତିକି କହିବା ପରେ ତାହାଙ୍କୁ ଆକାଶକୁ ଉଠେଇ ନିଆଗଲା। ପ୍ରେରିତମାନେ ଦେଖୁଥିବା ସମୟରେ ଯୀଶୁ ଖଣ୍ଡେ ମେଘ ଭିତରକୁ ଗ୍ଭଲିଗଲେ, ଓ ସେମାନେ ତାହାଙ୍କୁ ଆଉ ଦେଖି ପାରିଲେ ନାହିଁ।


ଯୀଶୁ ତାହାଙ୍କୁ କହିଲେ, “ମୋତେ ଧର ନାହିଁ। ମୁଁ ଏ ପର୍ଯ୍ୟନ୍ତ ପରମପିତାଙ୍କ ପାଖକୁ ଯାଇ ନାହିଁ। କିନ୍ତୁ ତୁମ୍ଭେ ଯାଇ ମୋର ଭାଇମାନଙ୍କୁ କୁହ ଯେ, ମୁଁ ମୋର ଓ ତୁମ୍ଭର ପରମପିତାଙ୍କ ପାଖକୁ ଫେରିଯାଉଛି। ମୁଁ ମୋର ଓ ତୁମ୍ଭର ପରମେଶ୍ୱରଙ୍କ ପାଖକୁ ଯାଉଅଛି।”


ଏହିପରି ସେ ଦୁହେଁ ଏକତ୍ର କଥାବାର୍ତ୍ତା ହୋଇ ଯାଉଥିବା ବେଳେ ହଠାତ୍ ଏକ ଅଗ୍ନିମୟ ରଥ ଓ ଅଗ୍ନିମୟ ଅଶ୍ୱମାନ ଉପସ୍ଥିତ ହେଲେ ଏବଂ ସେ ଦୁହିଁଙ୍କୁ ପୃଥକ କଲେ। ତା'ପରେ ଏଲିୟ ଘୂର୍ଣ୍ଣିବାୟୁରେ ସ୍ୱର୍ଗାରୋହଣ କଲେ।


ପୁତ୍ର ପ୍ରଭୁ ଯୀଶୁ ପରମେଶ୍ୱରଙ୍କ ସହିତ ରହିବା ପାଇଁ ସ୍ୱର୍ଗକୁ ଯାଇଛନ୍ତି। ସେ ହେଉଛନ୍ତି ଆମ୍ଭର ପ୍ରଧାନ ମହାଯାଜକ।


ସେ ପରମେଶ୍ୱରଙ୍କ ମହିମାର ଅବିକଳ ପ୍ରତିମୂର୍ତ୍ତି। ସେହି ପୁତ୍ର ନିଜର ଶକ୍ତିଯୁକ୍ତ ବାକ୍ୟ ଦ୍ୱାରା ପ୍ରତ୍ୟେକ ବିଷୟକୁ ଧରି ରଖିଛନ୍ତି। ସେହି ପୁତ୍ର ଲୋକମାନଙ୍କୁ ପାପରୁ ମୁକ୍ତ କରି ସେମାନଙ୍କୁ ପବିତ୍ର କଲେ। ତା'ପରେ ସେ ସ୍ୱର୍ଗସ୍ଥ ମହାମହିମ ପରମେଶ୍ୱରଙ୍କ ଡାହାଣପଟରେ ବସିଲେ।


ପ୍ରଭୁ ଯୀଶୁ ଏହିସବୁ କଥା ପ୍ରେରିତମାନଙ୍କୁ କହି ସାରିବା ପରେ ତାହାଙ୍କୁ ସ୍ୱର୍ଗକୁ ନିଆଗଲା। ସେ ପରମେଶ୍ୱରଙ୍କ ଡାହାଣ ପଟେ ବସିଲେ।


ଯୀଶୁ ତାହାଙ୍କ ଶିଷ୍ୟମାନଙ୍କୁ ଯିରୁଶାଲମରୁ ବେଥନୀୟାକୁ କଢ଼ାଇ ନେଇଗଲେ। ଯୀଶୁ ତାହାଙ୍କର ହାତ ଟେକି ଶିଷ୍ୟମାନଙ୍କୁ ଆଶୀର୍ବାଦ କଲେ।


ଶିଷ୍ୟମାନେ ସେଠାରେ ତାହାଙ୍କୁ ଆରାଧନା କଲେ। ତା'ପରେ ସେମାନେ ଯିରୁଶାଲମକୁ ଫେରିଗଲେ। ସେମାନେ ବହୁତ ଖୁସୀ ଥିଲେ।


Swiv nou:

Piblisite


Piblisite