Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 24:6 - ପବିତ୍ର ବାଇବଲ

6 ଯୀଶୁ ଏଠାରେ ନାହାନ୍ତି, ସେ ମୃତ୍ୟୁରୁ ଜୀବିତ ହୋଇ ଉଠିଛନ୍ତି। ସେ ଗାଲିଲୀରେ ଥିଲା ପର୍ଯ୍ୟନ୍ତ ତୁମ୍ଭମାନଙ୍କୁ କ’ଣ କହିଥିଲେ, ତାହା ତୁମ୍ଭମାନଙ୍କର ମନେ ପଡ଼ୁଛି କି?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ସେ ଏଠାରେ ନାହାନ୍ତି, ମାତ୍ର ଉଠିଅଛନ୍ତି। ମନୁଷ୍ୟପୁତ୍ରଙ୍କୁ ଯେ ଅବଶ୍ୟ ପାପୀମାନଙ୍କ ହସ୍ତରେ ସମର୍ପିତ ହୋଇ କ୍ରୁଶରେ ହତ ହେବାକୁ ଓ ତୃତୀୟ ଦିବସରେ ପୁନରୁତ୍ଥାନ କରିବାକୁ ହେବ,

Gade chapit la Kopi

ଓଡିଆ ବାଇବେଲ

6 ସେ ଏଠାରେ ନାହାଁନ୍ତି, ମାତ୍ର ଉଠିଅଛନ୍ତି । ମନୁଷ୍ୟପୁତ୍ରଙ୍କୁ ଯେ ଅବଶ୍ୟ ପାପୀମାନଙ୍କ ହସ୍ତରେ ସମର୍ପିତ ହୋଇ କ୍ରୁଶରେ ହତ ହେବାକୁ ଓ ତୃତୀୟ ଦିବସରେ ପୁନରୁତ୍ଥାନ କରିବାକୁ ହେବ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

6 ସେ ଏଠାରେ ନାହାନ୍ତି; ସେ ପୁନରୁତ୍ôଥତ। ଗାଲିଲୀରେ ଥିବା ସମୟରେ ତୁମ୍ଭମାନଙ୍କୁ ଯାହା କହିଥିଲେ, ସ୍ମରଣ କର:

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ସେ ଏଠାରେ ନାହାନ୍ତି, ମାତ୍ର ଉଠିଅଛନ୍ତି। “ମନୁଷ୍ୟପୁତ୍ରଙ୍କୁ ଯେ ଅବଶ୍ୟ ପାପୀମାନଙ୍କ ହସ୍ତରେ ସମର୍ପିତ ହୋଇ କ୍ରୁଶରେ ହତ ହେବାକୁ ଓ ତୃତୀୟ ଦିବସରେ ପୁନରୁତ୍ଥାନ କରିବାକୁ ହେବ,”

Gade chapit la Kopi




ଲୂକ ଲିଖିତ ସୁସମାଚାର 24:6
19 Referans Kwoze  

“ଏ କଥା ସତ୍ୟ ଯେ ମନୁଷ୍ୟପୁତ୍ର ଅନେକ ଯାତନା ନିଶ୍ଚୟ ଭୋଗ କରିବେ। ପ୍ରାଚୀନ ଯିହୂଦୀ ନେତା, ପ୍ରଧାନଯାଜକ ଓ ଶାସ୍ତ୍ରୀମାନେ ତାହାଙ୍କୁ ଅସ୍ୱୀକାର କରିବେ। ମନୁଷ୍ୟପୁତ୍ରଙ୍କୁ ମାରିଦେବେ। କିନ୍ତୁ ତିନି ଦିନ ପରେ ସେ ପୁଣି ମୃତ୍ୟୁରୁ ପୁନରୁ‌ତ୍‌ଥିତ ହେବେ।”


ତା'ପରେ ସେ ସେମାନଙ୍କୁ ଶିକ୍ଷା ଦେବାକୁ ଆରମ୍ଭ କଲେ, “ମନୁଷ୍ୟପୁତ୍ରଙ୍କୁ ବହୁତ ଯାତନା ଭୋଗ କରିବାକୁ ହେବ। ପ୍ରାଚୀନ ଓ ଯିହୂଦୀ ନେତା, ପ୍ରଧାନଯାଜକ ତଥା ଧର୍ମଶାସ୍ତ୍ରୀମାନେ ତାହାଙ୍କୁ ସ୍ୱୀକାର କରିବେ ନାହିଁ। ନିଶ୍ଚିତ ରୂପରେ ତାହାଙ୍କୁ ମାରି ଦିଆଯିବ ଓ ସେ ମୃତ୍ୟୁର ତୃତୀୟ ଦିନ ପୁଣି ମୃତ୍ୟୁରୁ ପୁନରୁ‌ତ୍‌ଥାନ ହେବେ।”


କିନ୍ତୁ ଯୀଶୁ ଏଠାରେ ନାହାନ୍ତି। ସେ ତାହାଙ୍କ କଥା ଅନୁସାରେ ମୃତ୍ୟୁରୁ ପୁନ‌ରୁ‌‌ତ୍‌‌ଥିତ ହୋଇଛନ୍ତି। ତାହାଙ୍କ ଶବ ଯେଉଁ ସ୍ଥାନରେ ରଖା ଯାଇଥିଲା, ସେ ସ୍ଥାନ ତୁମ୍ଭେ ଆସି ଦେଖ।


ଯୀଶୁ ତାହାଙ୍କ ଶିଷ୍ୟମାନଙ୍କୁ କହିଲେ, “ବର୍ତ୍ତମାନ ମୁଁ ତୁମ୍ଭମାନଙ୍କୁ ଯାହା କହିବି, ତାହା ଭୁଲିବ ନାହିଁ। ମନୁଷ୍ୟପୁତ୍ରଙ୍କୁ କେତେଜଣ ମନୁଷ୍ୟମାନଙ୍କ ହାତରେ ଧରେଇ ଦେବେ।”


ସେମାନେ କହିଲେ, “ମହାଶୟ, ଆମ୍ଭର ମନେ ଅଛି ଯେ ସେହି ପ୍ରତାରକ ସେ ବଞ୍ଚିଥିବା ବେଳେ କହିଥିଲା, ‘ତୃତୀୟ ଦିନ ପରେ ମୁଁ ମୃତ୍ୟୁରୁ ପୁଣି ପୁନ‌ରୁ‌‌ତ୍‌‌ଥିତ ହେବି।’


ସେ ସମୟରୁ ଯୀଶୁ ତାହାଙ୍କ ଶିଷ୍ୟମାନଙ୍କୁ କହିବାକୁ ଲାଗିଲେ ଯେ ସେ ନିଶ୍ଚିତ ଭାବରେ ଯିରୁଶାଲମକୁ ଯିବେ। ସେଠାରେ ଯିହୂଦୀ ନେତା, ପ୍ରମୁଖ ଯାଜକ ଓ ଧର୍ମଶାସ୍ତ୍ରୀମାନଙ୍କ ଦ୍ୱାରା ସେ ଅନେକ ଯାତନା ପାଇବେ ଓ ବଧକରି ଦିଆଯିବେ। ସେ ମୃତ୍ୟୁରୁ ତୃତୀୟ ଦିନ ପୁନର୍ଜୀବିତ ହେବେ।


ଯୂନସ ସମୁଦ୍ରର ଗୋଟିଏ ବଡ଼ ମାଛ ପେଟରେ ତିନି ଦିନ ଓ ତିନିରାତି ଥିଲେ। ସେହିପରି ମନୁଷ୍ୟପୁତ୍ର ତିନି ଦିନ ଓ ତିନିରାତି କବର ଭିତରେ ରହିବେ।


କିନ୍ତୁ ଯୁବକ ଜଣକ କହିଲେ, “ଭୟ କର ନାହିଁ। ତୁମ୍ଭେମାନେ କ୍ରୁଶବିଦ୍ଧ ନାଜରିତର ଯୀଶୁଙ୍କୁ ଖୋଜୁଛ। ସେ ମୃତ୍ୟୁରୁ ପୁନରୁ‌ତ୍‌ଥିତ ହୋଇଛନ୍ତି। ସେ ଏଠାରେ ନାହାନ୍ତି। ଦେଖ, ସେମାନେ ତାହାଙ୍କୁ ଏହି ସ୍ଥାନରେ ରଖିଥିଲେ।


ସ୍ତ୍ରୀ ଲୋକମାନେ ଖୁବ୍ ଡରିଗଲେ। ସେମାନେ ତାହାଙ୍କର ମୁଣ୍ଡ ନୁଆଁଇଲେ। ସେହି ଦୁଇଜଣ ଦୂତ ସେମାନଙ୍କୁ ପଗ୍ଭରିଲେ, “ତୁମ୍ଭେମାନେ ଜଣେ ମୃତ ଲୋକକୁ ଏଠାରେ କାହିଁକି ଖୋଜୁଛ? ଏହା ତ ମୃତ ଲୋକମାନଙ୍କର ସ୍ଥାନ।


ପ୍ରେରିତ ଓ ଅନ୍ୟ ଶିଷ୍ୟମାନେ କହୁଥିଲେ, “ପ୍ରକୃତରେ, ପ୍ରଭୁ ମୃତ୍ୟୁରୁ ଜୀବିତ ହୋଇ ଉଠିଛନ୍ତି। ସେ ଶିମୋନଙ୍କୁ ଦେଖା ଦେଇଛନ୍ତି।”


କିନ୍ତୁ ଈଶ୍ୱର ଏସବୁ ଘଟିବ ବୋଲି ଆଗରୁ ଜାଣିଥିଲେ। ସେଥିପାଇଁ ସେ ଯୀଶୁଙ୍କୁ ମୃତ୍ୟୁର ବନ୍ଧନରୁ ମୁକ୍ତ କରି ତାହାଙ୍କୁ ପୁଣି ଉଠାଇଅଛନ୍ତି। ମୃତ୍ୟୁ ତାହାଙ୍କୁ ବାନ୍ଧି ରଖିପାରିଲା ନାହିଁ।


ମୁଁ ପୂର୍ବରୁ କହିଥିଲି ଯେ ଏହି ଘଟଣାଗୁଡ଼ିକ ଘଟିବ।


Swiv nou:

Piblisite


Piblisite