Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 3:2 - ପବିତ୍ର ବାଇବଲ

2 ହାନାନ ଓ କୟାଫା ମହାଯାଜକ ଥିଲେ। ସେହି ସମୟରେ ଜିଖରିୟଙ୍କ ପୁଅ ଯୋହନଙ୍କ ପାଖକୁ ପରମେଶ୍ୱରଙ୍କର ଗୋଟିଏ ଆଜ୍ଞା ଆସିଲା। ଯୋହନ ମରୁଭୂମିରେ ବାସ କରୁଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ଏବଂ ହାନାନ ଓ କୟାଫା ମହାଯାଜକ ଥିଲେ, ସେତେବେଳେ ଈଶ୍ଵରଙ୍କ ବାକ୍ୟ ପ୍ରାନ୍ତରରେ ଜିଖରୀୟଙ୍କ ପୁତ୍ର ଯୋହନଙ୍କ ନିକଟରେ ଉପସ୍ଥିତ ହେଲା।

Gade chapit la Kopi

ଓଡିଆ ବାଇବେଲ

2 ଏବଂ ହାନାନ ଓ କୟାଫା ମହାଯାଜକ ଥିଲେ, ସେତେବେଳେ ଈଶ୍ୱରଙ୍କ ବାକ୍ୟ ପ୍ରାନ୍ତରରେ ଜିଖରୀୟଙ୍କ ପୁତ୍ର ଯୋହନଙ୍କ ନିକଟରେ ଉପସ୍ଥିତ ହେଲା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

2 ହାନନ୍ ଓ କେୟଫା ପ୍ରଧାନ ଯାଜକ ଥିଲେ। ସେହି ସମୟରେ ମରୁ ଅଞ୍ଚଳରେ ଜିଖରିୟଙ୍କ ପୁତ୍ର ଯୋହନଙ୍କ ନିକଟରେ ଈଶ୍ୱରଙ୍କ ବାକ୍ୟ ଉପସ୍ଥିତ ହେଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଏବଂ ହାନାନ ଓ କୟାଫା ମହାଯାଜକ ଥିଲେ, ସେତେବେଳେ ଈଶ୍ବରଙ୍କ ବାକ୍ୟ ପ୍ରାନ୍ତରରେ ଜିଖରୀୟଙ୍କ ପୁତ୍ର ଯୋହନଙ୍କ ନିକଟରେ ଉପସ୍ଥିତ ହେଲା।

Gade chapit la Kopi




ଲୂକ ଲିଖିତ ସୁସମାଚାର 3:2
21 Referans Kwoze  

ସେଠାରେ ହାନାନ ମହାଯାଜକ, କୟାଫା, ଯୋହନ, ଆଲେ‌କ୍‌ଜାଣ୍ଡାର ଓ ମହାଯାଜକୀୟ ପରିବାରର ସମସ୍ତେ ମଧ୍ୟ ଉପସ୍ଥିତ ଥିଲେ।


ତେଣୁ ହାନାନ ଯୀଶୁଙ୍କୁ ବନ୍ଧା ହୋଇଥିବା ଅବସ୍ଥାରେ ମହାଯାଜକ କୟାଫାଙ୍କ ନିକଟକୁ ପଠାଇଦେଲେ।


ଶିଶୁଟି ଏହିପରି ବଢ଼ିବାକୁ ଲାଗିଲା ଓ ଆତ୍ମାରେ ଦୃଢ଼ରୁ ଦୃଢ଼ତର ହେବାକୁ ଲାଗିଲା। ଇସ୍ରାଏଲରେ ଉପଦେଶ ପ୍ରଦାନ କରିବାର ଶକ୍ତି ପାଇବା ପର୍ଯ୍ୟନ୍ତ ଯୋହନ ଅନ୍ୟ ଲୋକଙ୍କଠାରୁ ଦୂରରେ ଏକ ସ୍ଥାନରେ ରହିଥିଲେ।


ଅମିତ୍ତୟଙ୍କ ପୁତ୍ର ଯୂନସକୁ ସଦାପ୍ରଭୁ କହିଲେ।


ଯୋହନ ସେମାନଙ୍କୁ ଭବିଷ୍ୟ‌‌‌ଦ୍‌‌‌ବକ୍ତା ଯିଶାଇୟଙ୍କ ବାକ୍ୟକୁ ବ୍ୟବହାର କରି କହିଲେ: “ମୁଁ ମରୁଭୂମିରେ ଚିତ୍କାର କରୁଥିବା ଜଣେ ବ୍ୟକ୍ତିର ସ୍ୱର: ‘ପ୍ରଭୁଙ୍କ ପାଇଁ ଗୋଟିଏ ସଳଖରାସ୍ତା ପ୍ରସ୍ତୁତ କର।’”


ତା'ପରେ ପ୍ରଧାନଯାଜକ ଓ ଲୋକମାନଙ୍କ ପ୍ରାଚୀନ ନେତାମାନେ କୟାଫା ନାମକ ମହାଯାଜକଙ୍କ ଭବନର ଅଗଣାରେ ଏକାଠି ହେଲେ।


ଏକ ବ୍ୟକ୍ତିର ଉଚ୍ଚସ୍ୱର ଶୁଣ, “ତୁମ୍ଭେମାନେ ପ୍ରାନ୍ତରରେ ସଦାପ୍ରଭୁଙ୍କ ପାଇଁ ପଥ ପ୍ରସ୍ତୁତ କର। ମରୁଭୂମିରେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଏକ ରାଜପଥ ସଳଖ ଓ ଚି‌କ୍‌କଣ କର।


ଏ କଥା ଶୁଣି ଯୋହନଙ୍କ ଶିଷ୍ୟମାନେ ଫେରି ଯାଉଥିବା ସମୟରେ ଯୀଶୁ ସେଠାରେ ଜମା ହୋଇଥିବା ଲୋକମାନଙ୍କୁ ଯୋହନଙ୍କ ବିଷୟରେ କହିଲେ, “ଏ ମରୁଭୂମିକୁ କ’ଣ ଦେଖିବାକୁ ତୁମ୍ଭେ ଆସିଥିଲ? କ’ଣ ପବନରେ ଦୋହଲୁ ଥିବା କୌଣସି ନଳଗଛକୁ?


ଏହି ବାର୍ତ୍ତା ସଦାପ୍ରଭୁ ସିଫନିୟଙ୍କୁ ପ୍ରଦାନ କରିଥିଲେ। ଯିହୁଦାର ରାଜା ଆମୋନଙ୍କ ପୁତ୍ର ଯୋଶିୟଙ୍କ ସମୟରେ ସେ ଏହି ବାର୍ତ୍ତା ଗ୍ରହଣ କଲେ। ସିଫନିୟ କୂଶିଙ୍କ ପୁତ୍ର, କୂଶି ଗଦଲିୟଙ୍କ ପୁତ୍ର, ଗଦଲିୟ ଅମରିୟଙ୍କ ପୁତ୍ର ଓ ଅମରିୟ ହିଜକିୟଙ୍କ ପୁତ୍ର ଥିଲେ।


ସଦାପ୍ରଭୁଙ୍କ ବାଣୀ ମୀଖାଙ୍କ ନିକଟକୁ ଆସିଥିଲା। ଯୋଥମ୍, ଆହସ ଓ ହିଜକିୟ ରାଜାମାନଙ୍କ ସମୟରେ ଏହି ବାଣୀ ଆସିଥିଲା। ଏମାନେ ସବୁ ଯିହୁଦାର ରାଜା ଥିଲେ ଓ ମୀଖା ଥିଲେ ମୋରେଷ୍ଟୀୟ। ସେ ଶମରିୟା ଓ ଯିରୁଶାଲମ ବିଷୟରେ ଏହି ଦର୍ଶନ ଲାଭ କଲେ।


ଆଉ ସଦାପ୍ରଭୁଙ୍କର ବାକ୍ୟ ଯିରିମିୟଙ୍କ ନିକଟରେ ଉପସ୍ଥିତ ହେଲା। ଯଥା:


ଆମୋନଙ୍କ ପୁତ୍ର, ଯିହୁଦା ଦେଶର ରାଜା ଯୋଶିୟର ରାଜତ୍ୱର ତ୍ରୟୋଦଶ ବର୍ଷରେ ସଦାପ୍ରଭୁଙ୍କର ବାକ୍ୟ ଯିରିମିୟଙ୍କ ନିକଟରେ ଉପସ୍ଥିତ ହେଲା।


ଭବିଷ୍ୟ‌ଦ୍‌ବକ୍ତା ଯିଶାଇୟଙ୍କ ପୁସ୍ତକରେ ଲେଖାଅଛି: “ଶୁଣ, ଆମ୍ଭେ ଆପଣା ଦୂତକୁ ତୁମ୍ଭ ପୂର୍ବରୁ ପଠାଉଛୁ ସେ ତୁମ୍ଭ ପାଇଁ ପଥ ପ୍ରସ୍ତୁତ କରିବ।”


Swiv nou:

Piblisite


Piblisite