Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 3:3 - ପବିତ୍ର ବାଇବଲ

3 ଯୋହନ ଯର୍ଦ୍ଦନ ନଦୀର ଗ୍ଭରିପାଖଯାକ ସବୁଅଞ୍ଚଳରେ ବୁଲି ବୁଲି ଲୋକମାନଙ୍କ ନିକଟରେ ପ୍ରଗ୍ଭର କଲେ ଯେ, ସେମାନେ ନିଜର ହୃଦୟ ଓ ଜୀବନ ପରିବର୍ତ୍ତନ କରନ୍ତୁ ଓ ବାପ୍ତିଜିତ ହୁଅନ୍ତୁ, ତାହାହେଲେ ସେମାନଙ୍କର ପାପଗୁଡ଼ିକୁ କ୍ଷମା କରି ଦିଆଯିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ସେଥିରେ ସେ ଯର୍ଦ୍ଦନର ନିକଟବର୍ତ୍ତୀ ସମସ୍ତ ଅଞ୍ଚଳକୁ ଯାଇ ପାପକ୍ଷମା ନିମନ୍ତେ ମନପରିବର୍ତ୍ତନର ବାପ୍ତିସ୍ମ।। ଘୋଷଣା କରିବାକୁ ଲାଗିଲେ,

Gade chapit la Kopi

ଓଡିଆ ବାଇବେଲ

3 ସେଥିରେ ସେ ଯର୍ଦନର ନିକଟବର୍ତ୍ତୀ ସମସ୍ତ ଅଞ୍ଚଳକୁ ଯାଇ ପାପ କ୍ଷମା ନିମନ୍ତେ ମନପରିବର୍ତ୍ତନର ବାପ୍ତିସ୍ମ ଘୋଷଣା କରିବାକୁ ଲାଗିଲେ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

3 ତେଣୁ ଯୋହନ ଯର୍ଦ୍ଦନ ନଦୀର ସମସ୍ତ ଅଞ୍ଚଳକୁ ଯାଇ ପ୍ରଚାର କରିବାକୁ ଲାଗିଲେ, “ପାପରୁ ମନ ଫେରାଅ ଓ ଜଳଦୀକ୍ଷା ଗ୍ରହଣ କର। ତାହାହେଲେ ଈଶ୍ୱର ତୁମ୍ଭମାନଙ୍କର ପାପ କ୍ଷମା କରିବେ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ସେଥିରେ ସେ ଯର୍ଦ୍ଦନ ନଦୀର ନିକଟବର୍ତ୍ତୀ ସମସ୍ତ ଅଞ୍ଚଳକୁ ଯାଇ ପାପ କ୍ଷମା ନିମନ୍ତେ ମନ-ପରିବର୍ତ୍ତନର ବାପ୍ତିସ୍ମ ଘୋଷଣା କରିବାକୁ ଲାଗିଲେ,

Gade chapit la Kopi




ଲୂକ ଲିଖିତ ସୁସମାଚାର 3:3
12 Referans Kwoze  

ପରମେଶ୍ୱରଙ୍କ ଲୋକଙ୍କୁ ତୁମ୍ଭେ ଜଣେଇଦେବ ଯେ ସେମାନଙ୍କର ପାପକୁ କ୍ଷମା କରି ଦିଆଯାଇ ସେମାନଙ୍କୁ ଉଦ୍ଧାର କରାଯିବ।


ତୁମ୍ଭେ ବର୍ତ୍ତମାନ ଆଉ ଅପେକ୍ଷା କର ନାହିଁ। ଶୀଘ୍ର ଉଠ ଓ ବାପ୍ତିଜିତ ହୁଅ ଏବଂ ଯୀଶୁଙ୍କ ନାମରେ ତୁମ୍ଭର ପାପରୁ ଧୋଇ ହୁଅ।’


ପାଉଲ ଏହା ଶୁଣି କହିଲେ, “ଯୋହନଙ୍କର ବାପ୍ତିସ୍ମର ଉଦ୍ଦେଶ୍ୟ ଥିଲା, ଲୋକମାନେ ଯେପରି ନିଜର ମନ ପରିବର୍ତ୍ତନ କରନ୍ତି। ତେଣୁ ଯେଉଁମାନେ ତାହାଙ୍କ ନିକଟକୁ ଆସୁଥିଲେ, ସେ ସେହି ଲୋକମାନଙ୍କୁ ତାହାଙ୍କ ପରେ ଆସୁଥିବା ବ୍ୟକ୍ତି, ଅର୍ଥାତ୍ ଯୀଶୁଙ୍କଠାରେ ବିଶ୍ୱାସ କରିବା ନିମନ୍ତେ କହୁଥିଲେ।”


ତାହାଙ୍କ ଆସିବା ପୂର୍ବରୁ ଯୋହନ ଇସ୍ରାଏଲର ସମସ୍ତ ଲୋକମାନଙ୍କୁ ପ୍ରଗ୍ଭର କରି କହିଥିଲେ ଯେ, ସେମାନଙ୍କ ଜୀବନରେ ପରିବର୍ତ୍ତନ ହୋଇ ଥିବାର ଚିହ୍ନ ସ୍ୱରୁପ ସେମାନେ ବାପ୍ତିସ୍ମ ନେବା ଆବଶ୍ୟକ।


ତେଣୁ ଶିଷ୍ୟମାନେ ଆସି ଯୋହନଙ୍କୁ କହିଲେ, “ହେ ଗୁରୁ, ତୁମ୍ଭ ସହିତ ଯର୍ଦ୍ଦନ ନଦୀର ଆର ପାରିରେ ଯେଉଁ ଲୋକ ଥିଲେ, ତାହାଙ୍କୁ ମନେ ପକାଅ। ତୁମ୍ଭେ ସେହି ଲୋକ ବିଷୟରେ ଲୋକମାନଙ୍କୁ କହିଥିଲ। ସେହି ଲୋକ ବାପ୍ତିସ୍ମ ଦେଉଛନ୍ତି ଓ ଅନେକ ଲୋକ ତାହାଙ୍କ ପାଖକୁ ଯାଉଛନ୍ତି।”


“ତୁମ୍ଭେମାନେ ମନ ପରିବର୍ତ୍ତନ କରିଥିବାରୁ ମୁଁ ତ ତୁମ୍ଭକୁ ଜଳରେ ବାପ୍ତିସ୍ମ ଦେଉଛି, କିନ୍ତୁ ମୋ'ପରେ ଯେ ଆସୁଛନ୍ତି, ସେ ମୋ'ଠାରୁ ମହାନ। ମୁଁ ତ ତାହାଙ୍କର ଜୋତା ବୋହି ନେବାକୁ ମଧ୍ୟ ଯୋଗ୍ୟ ନୁହେଁ। ସେ ତୁମ୍ଭକୁ ପବିତ୍ରଆତ୍ମା ଓ ଅଗ୍ନିରେ ବାପ୍ତିସ୍ମ ଦେବେ।


ଏହିସବୁ ଘଟଣା ଯର୍ଦ୍ଦନ ନଦୀର ପୂର୍ବ ଦିଗରେ ଥିବା ବେଥାନୀଆ ଗ୍ରାମରେ ଘଟିଥିଲା। ଏହି ସ୍ଥାନରେ ଯୋହନ ଲୋକମାନଙ୍କୁ ବାପ୍ତିଜିତ କରୁଥିଲେ।


“ଯୋହନ ଅନେକ ଇସ୍ରାଏଲ ଲୋକଙ୍କୁ ପ୍ରଭୁଙ୍କ ପାଖକୁ ଫେରି ଆସିବାକୁ ସାହାଯ୍ୟ କରିବେ। ପ୍ରଭୁ ସେମାନଙ୍କର ପରମେଶ୍ୱର ଅଟନ୍ତି।


ଯୀଶୁ ପବିତ୍ରଆତ୍ମାରେ ପରିପୂର୍ଣ୍ଣ ହୋଇ ଯର୍ଦ୍ଦନ ନଦୀରୁ ବାହୁଡ଼ି ଆସିଲେ। ଆତ୍ମା ତାହାଙ୍କୁ ମରୁଭୂମିକୁ କଢ଼ାଇ ନେଇଗଲେ।


Swiv nou:

Piblisite


Piblisite