Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 3:4 - ପବିତ୍ର ବାଇବଲ

4 ଏହା ଭବିଷ୍ୟ‌ଦ୍‌ବକ୍ତା ଯିଶାଇୟଙ୍କ ବାକ୍ୟ ସମ୍ବଳିତ ପୁସ୍ତକରେ ଲେଖାଥିବା କଥା ଥିଲା। ସେଥିରେ ଲେଖାଥିଲା: “ମରୁଭୂମିରେ ଜଣେ ଲୋକ ପାଟି କରି କହୁଛି: ‘ପ୍ରଭୁଙ୍କ ମାର୍ଗ ପ୍ରସ୍ତୁତ କର। ତାହାଙ୍କ ବାଟ ସଳଖ କର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଯେପରି ଯିଶାଇୟ ଭାବବାଦୀଙ୍କ ଶାସ୍ତ୍ରରେ ଲିଖିତ ଅଛି, ପ୍ରାନ୍ତରରେ ଉଚ୍ଚ ଶଦ୍ଦ କରୁଥିବା ଜଣକର ସ୍ଵର, ପ୍ରଭୁଙ୍କ ପଥ ପ୍ରସ୍ତୁତ କର, ତାହାଙ୍କ ରାଜଦଣ୍ତ ସଳଖ କର;

Gade chapit la Kopi

ଓଡିଆ ବାଇବେଲ

4 ଯେପରି ଯିଶାୟ ଭାବବାଦୀଙ୍କ ଶାସ୍ତ୍ରରେ ଲିଖିତ ଅଛି, ପ୍ରାନ୍ତରରେ ଉଚ୍ଚ ଶବ୍ଦ କରୁଥିବା ଜଣକର ସ୍ୱର, ପ୍ରଭୁଙ୍କ ପଥ ପ୍ରସ୍ତୁତ କର, ତାହାଙ୍କ ରାଜପଥ ସଳଖ କର;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

4 ଭାବବାଦୀ ଯିଶାଇୟଙ୍କ ପୁସ୍ତକରେ ଉଲ୍ଲେଖ ଅଛି: “କେହି ଜଣେ ମରୁଭୂମିରେ ଚିକ୍ରାର କରି କହୁଛନ୍ତି, ‘ପ୍ରଭୁଙ୍କ ନିମନ୍ତେ ପଥ ପ୍ରସ୍ତୁତ କର; ତାଙ୍କର ଯାତ୍ରା ନିମନ୍ତେ ଏକ ସଳଖ ପଥ ନିର୍ମାଣ କର!

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଯେପରି ଯିଶାଇୟ ଭାବବାଦୀଙ୍କ ଶାସ୍ତ୍ରରେ ଲିଖିତ ଅଛି, ପ୍ରାନ୍ତରରେ ଉଚ୍ଚ ଶବ୍ଦ କରୁଥିବା ଜଣକର ସ୍ୱର, ପ୍ରଭୁଙ୍କ ପଥ ପ୍ରସ୍ତୁତ କର, ତାହାଙ୍କ ରାଜପଥ ସଳଖ କର;

Gade chapit la Kopi




ଲୂକ ଲିଖିତ ସୁସମାଚାର 3:4
12 Referans Kwoze  

ଯୋହନ ସେମାନଙ୍କୁ ଭବିଷ୍ୟ‌‌‌ଦ୍‌‌‌ବକ୍ତା ଯିଶାଇୟଙ୍କ ବାକ୍ୟକୁ ବ୍ୟବହାର କରି କହିଲେ: “ମୁଁ ମରୁଭୂମିରେ ଚିତ୍କାର କରୁଥିବା ଜଣେ ବ୍ୟକ୍ତିର ସ୍ୱର: ‘ପ୍ରଭୁଙ୍କ ପାଇଁ ଗୋଟିଏ ସଳଖରାସ୍ତା ପ୍ରସ୍ତୁତ କର।’”


ସେ ଲୋକମାନଙ୍କୁ ସେହି ଆଲୋକ ବିଷୟରେ କହିବା ପାଇଁ ଆସିଥିଲେ। ତାହାଙ୍କ ମାଧ୍ୟମରେ ଯେପରି ସମସ୍ତଲୋକ ଆଲୋକ ବିଷୟରେ ଶୁଣିପାରିବେ ଓ ବିଶ୍ୱାସ କରିବେ, ଏଥିପାଇଁ ସେ ସାକ୍ଷ୍ୟ ଦେବା ନିମନ୍ତେ ଆସିଲେ।


ସେହି ଯୋହନଙ୍କ ବିଷୟରେ ଭବିଷ୍ୟ‌‌‌‌‌‌‌ଦ୍‌‌ବକ୍ତା ଯିଶାଇୟ କହୁଥିଲେ, “ପ୍ରାନ୍ତରରେ ଉଚ୍ଚ ଶବ୍ଦ କରୁଥିବା ଜଣକର ସ୍ୱର: ‘ପ୍ରଭୁଙ୍କର ପଥ ପ୍ରସ୍ତୁତ କର, ତାହାଙ୍କ ରାଜପଥ ସଳଖ କର।’”


ସେ ପିତାମାତାଙ୍କୁ ପିଲାମାନଙ୍କ ସହିତ ଓ ପିଲାମାନଙ୍କୁ ସେମାନଙ୍କର ପିତା-ମାତା ସହିତ ପୁନର୍ମିଳନ କରାଇବେ। ଏହା ନିଶ୍ଚିତ ଘଟିବ। ନଚେତ୍ ଆମ୍ଭେ ପରମେଶ୍ୱର ଆସିବା ଓ ସମ୍ପୂର୍ଣ୍ଣ ଦେଶକୁ ଧ୍ୱଂସ କରିବା।”


ତୁମ୍ଭେମାନେ ଅଗ୍ରସର ହୁଅ, ନଗରଦ୍ୱାର ମଧ୍ୟଦେଇ ଆଗେଇ ଆସ। ଲୋକମାନଙ୍କ ପାଇଁ ପଥ ପ୍ରସ୍ତୁତ କର। ରାଜପଥ ଉଚ୍ଚକର। ପଥରୁ ପଥରଗୁଡ଼ିକୁ ବାହାର କରିଦିଅ ଓ ଗୋଷ୍ଠୀ ସମୂହଙ୍କ ପାଇଁ ଏକ ଧ୍ୱଜା ଉଡ଼ାଅ।


“ମରୁଭୂମିରେ ଜଣେ ପାଟିକରି କହୁଛି; ‘ପ୍ରଭୁଙ୍କ ପାଇଁ ପଥ ପ୍ରସ୍ତୁତ କର, ତାହାଙ୍କ ପାଇଁ ରାସ୍ତା ସମତଳ କର।’”


ପୁଣି ସେ କହିବେ, “ଉଚ୍ଚ କର, ଉଚ୍ଚ କର, ପଥ ପ୍ରସ୍ତୁତ କର। ଆମ୍ଭ ଲୋକମାନଙ୍କ ପଥରୁ ବାଧାବିଘ୍ନ ଦୂର କର।”


Swiv nou:

Piblisite


Piblisite