Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 3:9 - ପବିତ୍ର ବାଇବଲ

9 ଗଛ ମୂଳରେ କୁହ୍ରାଡ଼ି ରଖାଯାଇ ସାରିଲାଣି ଏବଂ ଯେଉଁ ଗଛ ଭଲ ଫଳ ଦେଇପାରୁ ନାହିଁ, ସେହି ପ୍ରତ୍ୟେକ ଗଛକୁ କାଟି ଦିଆଯିବ ଏବଂ ନିଆଁରେ ଫିଙ୍ଗି ଦିଆଯିବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ଆଉ, ଏବେ ସୁଦ୍ଧା ଗଛଗୁଡ଼ିକ ମୂଳରେ କୁହ୍ରାଡ଼ି ଲାଗିଅଛି; ଅତଏବ, ଯେକୌଣସି ଗଛ ଭଲ ଫଳ ନ ଫଳେ, ତାହା ହଣାଯାଇ ନିଆଁରେ ପକାଯିବ।

Gade chapit la Kopi

ଓଡିଆ ବାଇବେଲ

9 ଆଉ, ଏବେ ସୁଦ୍ଧା ଗଛଗୁଡ଼ାକ ମୂଳରେ କୁରାଢ଼ୀ ଲାଗିଅଛି; ଅତଏବ ଯେକୌଣସି ଗଛ ଭଲ ଫଳ ନ ଫଳେ, ତାହା ହଣାଯାଇ ନିଆଁରେ ପକାଯିବ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

9 ବୃକ୍ଷଗୁଡ଼ିକୁ ମୂଳରୁ କାଟି ପକାଇବା ପାଇଁ କୁରାଢ଼ୀ ପ୍ରସ୍ତୁତ; ଉତ୍ତମ ଫଳ ଉତ୍ପନ୍ନ କରୁ ନ ଥିବା ପ୍ରତ୍ୟେକ ବୃକ୍ଷ କଟାଯାଇ ଅଗ୍ନିରେ ନିକ୍ଷେପ କରାଯିବ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଆଉ, ଏବେ ସୁଦ୍ଧା ଗଛଗୁଡ଼ାକ ମୂଳରେ କୁରାଢ଼ୀ ଲାଗିଅଛି; ଅତଏବ ଯେକୌଣସି ଗଛ ଭଲ ଫଳ ନ ଫଳେ, ତାହା ହଣାଯାଇ ନିଆଁରେ ପକାଯିବ।

Gade chapit la Kopi




ଲୂକ ଲିଖିତ ସୁସମାଚାର 3:9
14 Referans Kwoze  

ଯେଉଁ ଗଛରେ ଭଲ ଫଳ ଫଳେ ନାହିଁ, ତାହାକୁ କାଟି ଦିଆଯାଏ।


ଯଦି କେହି ବ୍ୟକ୍ତି ମୋ'ଠାରେ ରୁହେ ନାହିଁ, ତେବେ ତା'କୁ ଶାଖା ପରି ଫିଙ୍ଗି ଦିଆଯିବ। ସେହି ଫିଙ୍ଗା ଯାଇଥିବା ଶାଖା ଶୁଖିଯାଏ। ଲୋକମାନେ ଶୁଖିଲା ଶାଖାକୁ ଉଠାଇ ନିଆଁରେ ଫୋପାଡ଼ି ଦିଅନ୍ତି। ସେଗୁଡ଼ିକ ଜଳିଯାଏ।


କାଳେ ଆସନ୍ତା ବର୍ଷ ଗଛରେ ଫଳ ଆସି ପାରେ। ଯଦି ଆସନ୍ତା ବର୍ଷ ଗଛରେ ଫଳ ନ ଆସିବ, ତେବେ ତୁମ୍ଭେ ଏହାକୁ କାଟି ଦେଇପାର।’”


ତେଣୁ ସେ ବଗିଗ୍ଭ ଦାୟିତ୍ୱରେ ଥିବା ଗ୍ଭକରକୁ କହିଲା, “ଦେଖ, ମୁଁ ତିନି ବର୍ଷ ହେଲା ଏ ଡିମ୍ବିରିଗଛରେ ଫଳ ଆସିବ ବୋଲି ଅପେକ୍ଷାକରି ଆସୁଛି। କିନ୍ତୁ ଗୋଟିଏ ହେଲେ ଫଳ ମୁଁ ପାଉ ନାହିଁ। ଏ ଗଛଟା କାଟିଦିଅ, କାହିଁକି ଅଯଥାରେ ସେ ଗଛଟା ମାଟି ଖରାପ କରିବ?’


ଗଛର ମୂଳ ଉପରେ କୁହ୍ରାଡ଼ି ରଖା ଯାଇସାରିଲାଣି। ଯେଉଁସବୁ ଗଛ ଭଲ ଫଳ ଦେଉ ନାହାନ୍ତି, ସେଗୁଡ଼ିକୁ କାଟି ନିଆଁରେ ପକେଇ ଦିଆଯିବ।


କାରଣ ଆମ୍ଭ ପରମେଶ୍ୱର ଗ୍ରାସକାରୀ ଅଗ୍ନିଭଳି ଅଟନ୍ତି।


“ଏବଂ ଆପଣ ମଧ୍ୟ ଦେଖିଲେ ଯେ, ସ୍ୱର୍ଗରୁ ପବିତ୍ର ସ୍ୱର୍ଗଦୂତ ଓହ୍ଲାଇ ଆସି କହିଲେ, ‘ଏ ବୃକ୍ଷକୁ ବିନଷ୍ଟ କରି ଛେଦନ କର। କିନ୍ତୁ ଏହା ମୂଳକୁ ଲୌହ ଓ ପିତ୍ତଳ ବେଡ଼ିରେ ବାନ୍ଧି କ୍ଷେତ୍ରସ୍ଥ କୋମଳ ତୃଣ ମଧ୍ୟରେ ରଖ। ଆଉ ତାହା ଆକାଶର କାକରରେ ତିନ୍ତୁ ଓ ତାହା ଉପରେ ସାତ ବର୍ଷ ଅତିକ୍ରମ କରିବା ପର୍ଯ୍ୟନ୍ତ କ୍ଷେତ୍ରସ୍ଥ ପଶୁଗଣ ସହିତ ତାହାର ଅଂଶ ହେଉ।’


ସେ ଉଚ୍ଚସ୍ୱରରେ କହିଲେ, ‘ଏହି ବୃକ୍ଷକୁ ଛେଦନ କର। ତହିଁର ଶାଖା ସବୁ କାଟି ପକାଅ, ତହିଁର ପତ୍ରସବୁ ଝାଡ଼ି ଦିଅ ଓ ଫଳଗୁଡ଼ିକୁ ବିଞ୍ଚି ଦିଅ। ତାହାର ତଳେଥିବା ପଶୁମାନେ ଓ ଶାଖାରେ ଥିବା ପକ୍ଷୀମାନେ ପଳାଇ ଯାଆନ୍ତୁ।


“ମିଶର, ଯିଏ କି ମହାନତାରେ ଗୌରବରେ ଏଦନର ବୃକ୍ଷଗୁଡ଼ିକ ତୁମ୍ଭପରି? ଏହା ବ୍ୟତୀତ ତୁମ୍ଭେ ଏଦନର ବୃକ୍ଷଗୁଡ଼ିକ ସହିତ ପୃଥିବୀ ଭୂତଳକୁ ଅଣାଯିବ। ଆଉ ତୁମ୍ଭେ ଅସୁନ୍ନତ ଲୋକମାନଙ୍କ ମଧ୍ୟରେ ‌‌ଖ‌ଡ଼୍‌ଗହତ ଲୋକମାନଙ୍କ ସହିତ ଶୟନ କରିବ। “ହଁ, ଫାରୋ ଓ ତାହାର ଲୋକମାନଙ୍କ ପ୍ରତି ଏହା ହିଁ ଘଟିବ।” ସଦାପ୍ରଭୁ, ମୋର ପ୍ରଭୁ ତାହା କରିଛନ୍ତି।


ଯେଉଁ ଲୋକ ମୋଶାଙ୍କ ବ୍ୟବସ୍ଥା ମାନିବାକୁ ମନା କଲା, ତାହାକୁ ଦୋଷୀ ପ୍ରମାଣିତ କରିବା ଲାଗି ଦୁଇ ବା ତିନି ଜଣ ସାକ୍ଷୀ ଆବଶ୍ୟକ ଥିଲେ। କ୍ଷମା ଦିଆ ନ ଯାଇ, ତାହାକୁ ବଧ କରାଯାଉଥିଲା।


ଯୀଶୁ ପୁଣି ଏହି ଦୃଷ୍ଟାନ୍ତଟି କହିଲେ, “କୌଣସି ଗୋଟିଏ ଲୋକ ତା ବଗିଗ୍ଭରେ ଡିମ୍ବିରିଗଛଟିଏ ଲଗାଇଥିଲା। ଗଛରେ ଫଳ ଆସିଛି କି ନାହିଁ ତାହା ଦେଖିବାକୁ ସେ ଆସିଥିଲା। କିନ୍ତୁ ଗୋଟିଏ ହେଲେ ଫଳ ପାଇଲା ନାହିଁ।


Swiv nou:

Piblisite


Piblisite