Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 4:26 - ପବିତ୍ର ବାଇବଲ

26 କିନ୍ତୁ ଏଲିୟଙ୍କୁ ସେମାନଙ୍କ ମଧ୍ୟରୁ କୌଣସି ବିଧବାଙ୍କ ପାଖକୁ ପଠାଗଲା ନାହିଁ। ଏଲିୟଙ୍କୁ କେବଳ ସୀଦୋନ ଅଞ୍ଚଳର ସାରିଫତରେ ରହୁଥିବା ଜଣେ ବିଧବା ପାଖକୁ ପଠାଗଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

26 ତଥାପି ଏଲୀୟ ସେମାନଙ୍କର କାହାରି ନିକଟକୁ ପ୍ରେରିତ ନ ହୋଇ କେବଳ ସୀଦୋନ ଦେଶର ସାରିଫତକୁ ଜଣେ ବିଧବା ସ୍ତ୍ରୀ ନିକଟକୁ ପ୍ରେରିତ ହେଲେ।

Gade chapit la Kopi

ଓଡିଆ ବାଇବେଲ

26 ତଥାପି ଏଲୀୟ ସେମାନଙ୍କର କାହାରି ନିକଟକୁ ପଠା ନ ଯାଇ କେବଳ ସୀଦୋନ ଦେଶର ସାରିଫତକୁ ଜଣେ ବିଧବା ସ୍ତ୍ରୀ ନିକଟକୁ ପଠାଗଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

26 କିନ୍ତୁ ଏଲିୟ କେବଳ ସିଦୋନ ଅଞ୍ଚଳର ସାରିଫତରେ ବାସ କରୁଥିବା ଗୋଟିଏ ବିଧବା ନିକଟକୁ ପ୍ରେରିତ ହୋଇଥିଲେ, ଅନ୍ୟ କାହା ନିକଟକୁ ସେ ଯାଇ ନ ଥିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ତଥାପି ଏଲୀୟ ସେମାନଙ୍କର କାହାରି ନିକଟକୁ ପ୍ରେରିତ ନ ହୋଇ କେବଳ ସୀଦୋନ ଦେଶର ସାରିଫତକୁ ଜଣେ ବିଧବା ସ୍ତ୍ରୀ ନିକଟକୁ ପଠାଗଲେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 4:26
3 Referans Kwoze  

ସେ କହିଲେ, ‘‘ହାୟ କୋରାଜୀନ୍! ହାୟ ବେ‌‌‌‌‌‌ଥ୍‌‌‌‌‌‌ସାଇଦା! ତୁମ୍ଭ ଅଞ୍ଚଳରେ ଯେଉଁ ଆଶ୍ଚର୍ଯ୍ୟ କାର୍ଯ୍ୟଗୁଡ଼ିକ କରାଗଲା, ସେଗୁଡ଼ିକ ଯଦି ସୋର ଓ ସୀଦୋନରେ କରିଥାଆନ୍ତୁ, ତେବେ ବହୁ ପୂର୍ବରୁ ସେ ଲୋକମାନେ ହୃଦୟ ଓ ଜୀବନ ପରିବର୍ତ୍ତନ କରି ସାରି ଥାଆନ୍ତେ। ସେମାନେ ଅଖା ପିନ୍ଧି ଓ ଦେହରେ ପାଉଁଶ ବୋଳି ହୋଇ ତାହାଙ୍କ ପାପ ପାଇଁ ଦୁଃଖ ପ୍ରକାଶ କରି ସାରି ଥାଆନ୍ତେ।


ଇସ୍ରାଏଲର ଲୋକମାନେ ସେମାନଙ୍କର ଗୃହ ପରିତ୍ୟାଗ କରିବାକୁ ବାଧ୍ୟ ହୋଇଥିଲେ। କିନ୍ତୁ ସେହି ଲୋକମାନେ ସାରିଫ‌‌‌‌ତ୍‌‌‌‌ର ବାଟରେ ଥିବା କନାନୀୟ ରାଜ୍ୟକୁ ଅଧିକାର କରିବେ। ଯିହୁଦାର ଲୋକମାନେ ଯିରୁଶାଲମ ଛାଡ଼ିବାକୁ ବାଧ୍ୟ ହୋଇଥିଲେ ଏବଂ ସଫାରଦରେ ବାସ କଲେ। କିନ୍ତୁ ସେମାନେ ଦକ୍ଷିଣର ନଗରଗୁଡ଼ିକୁ ଅଧିକାର କରିବେ।


Swiv nou:

Piblisite


Piblisite