Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 4:36 - ପବିତ୍ର ବାଇବଲ

36 ଲୋକମାନେ ଆଶ୍ଚର୍ଯ୍ୟ ହୋଇଗଲେ। ସେମାନେ କୁହାକୁହି ହେଲେ, “ଏ କିପରି କଥା? ଅଧିକାର ଓ ଶକ୍ତି ସହିତ ସେ ଦୁଷ୍ଟାତ୍ମାମାନଙ୍କୁ ଆଜ୍ଞା ଦେଉଛନ୍ତି। ଏବଂ ଦୁଷ୍ଟାତ୍ମାମାନେ ତାହାଙ୍କ କଥା ମାନି ବାହାରି ଆସୁଛନ୍ତି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

36 ଏଥିରେ ସମସ୍ତେ ବିସ୍ମୟାନ୍ଵିତ ହୋଇ ପରସ୍ପର କୁହାକୋହି ହେଲେ, ଏ କି କଥା? ସେ ଅଶୁଚି ଆତ୍ମାମାନଙ୍କୁ ଅଧିକାର ଓ ଶକ୍ତି ସହିତ ଆଦେଶ ଦିଅନ୍ତି, ଆଉ ସେମାନେ ବାହାରି ଯାଆନ୍ତି।

Gade chapit la Kopi

ଓଡିଆ ବାଇବେଲ

36 ଏଥିରେ ସମସ୍ତେ ଆଶ୍ଚର୍ଯ୍ୟ ହୋଇ ପରସ୍ପର କୁହାକୋହି ହେଲେ, ଏ କି କଥା ? ସେ ଅଶୁଚି ଆତ୍ମାମାନଙ୍କୁ ଅଧିକାର ଓ ଶକ୍ତି ସହିତ ଆଦେଶ ଦିଅନ୍ତି, ଆଉ ସେମାନେ ବାହାରିଯାଆନ୍ତି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

36 ଲୋକମାନେ ସମସ୍ତେ ଆଶ୍ଚର୍ଯ୍ୟ ହୋଇ ପରସ୍ପରକୁ କହିଲେ, “ଏସବୁ କି ପ୍ରକାର କଥା? କ୍ଷମତା ଓ ଶକ୍ତି ବଳରେ ଏହି ଲୋକଟି ପ୍ରେତାତ୍ମାମାନଙ୍କୁ ଧମକ ଦେଉଛି ଓ ସେମାନେ ବାହାରି ଯାଉଛନ୍ତି!”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

36 ଏଥିରେ ସମସ୍ତେ ଆଶ୍ଚର୍ଯ୍ୟ ହୋଇ ପରସ୍ପର କୁହାକୋହି ହେଲେ, ଏ କି କଥା? ସେ ଅଶୁଚି ଆତ୍ମାମାନଙ୍କୁ ଅଧିକାର ଓ ଶକ୍ତି ସହିତ ଆଦେଶ ଦିଅନ୍ତି, ଆଉ ସେମାନେ ବାହାରିଯାଆନ୍ତି।

Gade chapit la Kopi




ଲୂକ ଲିଖିତ ସୁସମାଚାର 4:36
10 Referans Kwoze  

ଲୋକେ ତାହାଙ୍କ ଉପଦେଶ ଶୁଣି ବିସ୍ମିତ ହୋଇଯାଉଥିଲେ। କାରଣ ସେ ଅଧିକାର ସହିତ କଥା କହୁଥିଲେ।


ଏବେ ଯୀଶୁ ସ୍ୱର୍ଗକୁ ଗଲେଣି। ସେ ପରମେଶ୍ୱରଙ୍କ ଡାହାଣରେ ବିରାଜମାନ। ସେ ସେଠାରେ ସ୍ୱର୍ଗଦୂତ, ସମସ୍ତ କ୍ଷମତା ଓ ଶକ୍ତିଗୁଡ଼ିକର ଶାସକ ଅଟନ୍ତି।


ଲୋକମାନେ ବାସ୍ତବରେ ଆଶ୍ଚର୍ଯ୍ୟ ହୋଇ ଯାଇଥିଲେ। ସେମାନେ କହୁଥିଲେ, “ଯୀଶୁ ସବୁକିଛି ସୁସ୍ଥ କରୁଛନ୍ତି, ଏପରିକି ସେ ବଧିରକୁ ଶ୍ରବଣ ଶକ୍ତି ଓ ମୂକକୁ ବାକ୍ ଶକ୍ତି ପ୍ରଦାନ କରୁଛନ୍ତି।”


ଏହା ଦେଖି ଲୋକେ ଆଶ୍ଚର୍ଯ୍ୟ ହୋଇଗଲେ। ସେମାନେ ପରସ୍ପର କୁହାକୁହି ହେଲେ, “ଏଠାରେ କ’ଣ ସବୁ ଘଟୁଛି? ଏ ଲୋକଟି ଆମ୍ଭକୁ କିଛି ନୂଆ ଶିକ୍ଷା ଦେଉଛି ଏବଂ ସେ ଅଧିକାର ସହିତ ଶିକ୍ଷା ଦେଉଛି। ସେ ଭୂତମାନଙ୍କୁ ମଧ୍ୟ ଆଜ୍ଞା ଦେଉଛି ଓ ଭୂତମାନେ ତା’ କଥା ମାନୁଛନ୍ତି।”


ଯୀଶୁ ତା’ ଦେହରୁ ଭୂତକୁ ତଡ଼ିଦେଲେ, କିଛି କହି ପାରୁ ନ ଥିବା ଲୋକଟି ପୁଣି ତା'ର କହିବା ଶକ୍ତି ଫେରି ପାଇଲା। ଜମା ହୋଇଥିବା ଲୋକେ ଆଶ୍ଚର୍ଯ୍ୟ ହୋଇଗଲେ। ସେମାନେ କହିଲେ, “ଇସ୍ରାଏଲରେ ଏଭଳି ଘଟଣା ଘଟିବା ଆମ୍ଭେ କେବେ ହେଲେ ଦେଖି ନ ଥିଲୁ।”


ମେଷପାଳକମାନେ ଯାହା କହିଲେ, ତାହା ଶୁଣି, ସମସ୍ତେ ଆଶ୍ଚର୍ଯ୍ୟ ହୋଇଗଲେ।


Swiv nou:

Piblisite


Piblisite