Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 4:4 - ପବିତ୍ର ବାଇବଲ

4 ଏହା ଶୁଣି ଯୀଶୁ ତାହାକୁ ଉତ୍ତର ଦେଲେ, “ଶାସ୍ତ୍ରରେ ଲେଖାଅଛି: ‘ମଣିଷ କେବଳ ରୋଟୀରେ ବଞ୍ଚେ ନାହିଁ।’”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଯୀଶୁ ତାହାକୁ ଉତ୍ତର ଦେଲେ, ଲେଖା ଅଛି, ମନୁଷ୍ୟ କେବଳ ରୋଟୀରେ ବଞ୍ଚିବ ନାହିଁ।

Gade chapit la Kopi

ଓଡିଆ ବାଇବେଲ

4 ଯୀଶୁ ତାହାକୁ ଉତ୍ତର ଦେଲେ, ଲେଖା ଅଛି, ମନୁଷ୍ୟ କେବଳ ରୁଟିରେ ବଞ୍ଚିବ ନାହିଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

4 କିନ୍ତୁ ଯୀଶୁ ଉତ୍ତର ଦେଲେ, “ଧର୍ମଶାସ୍ତ୍ରରେ ଲେଖାଅଛି, ‘ମନୁଷ୍ୟ କେବଳ ରୋଟୀରେ ବଞ୍ଚିପାରିବ ନାହିଁ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଯୀଶୁ ତାହାକୁ ଉତ୍ତର ଦେଲେ, “ପବିତ୍ର ଶାସ୍ତ୍ରରେ ଲେଖାଅଛି, ‘ମନୁଷ୍ୟ କେବଳ ରୁଟିରେ ବଞ୍ଚିବ ନାହିଁ।’”

Gade chapit la Kopi




ଲୂକ ଲିଖିତ ସୁସମାଚାର 4:4
13 Referans Kwoze  

ମନୁଷ୍ୟ ଯେ କେବଳ ରୋଟୀରେ ବଞ୍ଚେ ନାହିଁ, ମାତ୍ର ସଦାପ୍ରଭୁଙ୍କ ମୁଖରୁ ଯାହା ନିର୍ଗତ ହୁଏ, ତହିଁରେ ବଞ୍ଚେ। ଏହା ତୁମ୍ଭମାନଙ୍କୁ ଜଣାଇବା ପାଇଁ ସେ ତୁମ୍ଭମାନଙ୍କୁ ନମ୍ର ଓ କ୍ଷୁଧିତ କରିଅଛନ୍ତି, ସେ ତୁମ୍ଭକୁ ଓ ତୁମ୍ଭ ପୂର୍ବପୁରୁଷଗଣଙ୍କୁ ଅଜ୍ଞାତ ମାନ୍ନା ଦେଇ ପ୍ରତିପାଳନ କରିଅଛନ୍ତି।


ଯୀଶୁ ଉତ୍ତରରେ କହିଲେ, “ଶାସ୍ତ୍ରରେ ଏହା ଲେଖାଅଛି, ‘ମଣିଷ କେବଳ ଖାଦ୍ୟରେ ବଞ୍ଚିବ ନାହିଁ, କିନ୍ତୁ ତା'ର ଜୀବନ ପରମେଶ୍ୱରଙ୍କ ମୁଖରୁ ବାହାରି ଥିବା ପ୍ରତ୍ୟେକ ବାକ୍ୟରେ ହିଁ ବଞ୍ଚିବ।’”


ପରମେଶ୍ୱର ଦତ୍ତ ପରିତ୍ରାଣକୁ ଶିରସ୍ତ୍ରାଣ ରୂପେ ପବିତ୍ରଆତ୍ମାଙ୍କ ଖ‌‌ଡ଼୍‌ଗ ଗ୍ରହଣ କର, ସେହି ଖ‌‌ଡ଼୍‌ଗ ହେଉଛି ପରମେଶ୍ୱରଙ୍କ ଉପଦେଶ।


“ଏଣୁ ଚିନ୍ତାଗ୍ରସ୍ତ ହୋଇ କୁହ ନାହିଁ ଯେ, ଆମ୍ଭେ କ’ଣ ଖାଇବା, କ’ଣ ପିଇବା ବା କ’ଣ ପିନ୍ଧିବା?


ତୁମ୍ଭେ ସର୍ବଦା ସଦାପ୍ରଭୁ ତୁମ୍ଭର ପରମେଶ୍ୱରଙ୍କର ସେବା କରିବ। ତହିଁରେ ସେ ତୁମ୍ଭମାନଙ୍କୁ ଅନ୍ନଜଳରେ ଆଶୀର୍ବାଦ କରିବେ। ଆମ୍ଭେ ତୁମ୍ଭମାନଙ୍କ ମଧ୍ୟରୁ ରୋଗ ଦୂର କରିବା।


ଶାସ୍ତ୍ରରେ ଲେଖାଅଛି: ‘ପରମେଶ୍ୱର ତାହାଙ୍କର ଦୂତମାନଙ୍କୁ ତୁମ୍ଭର ଯତ୍ନ ନେବା ପାଇଁ ଆଜ୍ଞା ଦେବେ।’


ଯୀଶୁ ଉତ୍ତର ଦେଲେ, “ଶାସ୍ତ୍ରରେ ଲେଖାଅଛି: ‘ତୁମ୍ଭେ କେବଳ ନିଜ ପ୍ରଭୁ ପରମେଶ୍ୱରଙ୍କୁ ପ୍ରଣାମ କରିବ ଓ ତାହାଙ୍କର ଉପାସନା କରିବ।’”


ତା'ପରେ ଯୀଶୁ ପ୍ରେରିତମାନଙ୍କୁ କହିଲେ, “ମୁଁ ଲୋକମାନଙ୍କ ନିକଟରେ ଉପଦେଶ ଦେବା ପାଇଁ ତୁମ୍ଭମାନଙ୍କୁ ପଠାଇଥିଲି। ମୁଁ ତୁମ୍ଭମାନଙ୍କୁ ଟଙ୍କା, ଥଳି ଓ ଜୋତା ବିନା ପଠାଇଥିଲି। ତୁମ୍ଭମାନଙ୍କର କୌଣସିଟିରେ ଅଭାବ ଥିଲା କି?” ପ୍ରେରିତମାନେ କହିଲେ, “ନା।”


ତୁମ୍ଭେ ଅନାଥମାନଙ୍କ ବିଷୟରେ ବ୍ୟସ୍ତ ହୁଅ ନାହିଁ। ଆମ୍ଭେ ସେମାନଙ୍କୁ ଜୀବିତ ରଖିବା। ତୁମ୍ଭମାନଙ୍କର ବିଧବାମାନେ ଆମ୍ଭ ଉପରେ ନିର୍ଭର କରିବେ।”


ତୁମ୍ଭେମାନେ ଚୁକ୍ତି ଅନୁସାରେ ପ୍ରଭୁଙ୍କ ଶିକ୍ଷାସମୂହକୁ ଅନୁସରଣ କର। ତୁମ୍ଭେମାନେ ଯଦି ସେ ଆଦେଶକୁ ଅନୁସରଣ ନ କରିବ ତେବେ ତୁମ୍ଭେମାନେ ଭୁଲ୍ ପଥରେ ଯିବ। ସେହି ଭୁଲ ଆଦେଶ ଆଗତ ଭବିଷ୍ୟତ କହୁଥିବା ବ୍ୟକ୍ତି ଗୁଣିଆମାନଙ୍କଠାରୁ ଆସିଛି। ସେ ଆଦେଶ ନିରର୍ଥକ। ତୁମ୍ଭେମାନେ ତାହା ଅନୁସରଣ କଲେ କିଛି ଲାଭ ତୁମ୍ଭମାନଙ୍କର ହେବ ନାହିଁ।


ଶୟତାନ ଯୀଶୁଙ୍କୁ କହିଲା, “ତୁମ୍ଭେ ଯଦି ପରମେଶ୍ୱରଙ୍କ ସନ୍ତାନ ତେବେ ଏହି ପଥରଟିକୁ କୁହ, ସେ ରୋଟୀ ହୋଇଯାଉ।”


Swiv nou:

Piblisite


Piblisite