Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 5:18 - ପବିତ୍ର ବାଇବଲ

18 ସେତିକିବେଳେ କେତେକ ଲୋକ ଗୋଟିଏ ପକ୍ଷାଘାତ ରୋଗୀକୁ ଖଟରେ ବୋହିକରି ଯୀଶୁଙ୍କ ପାଖକୁ ଆଣିଲେ। ସେମାନେ ରୋଗୀଟିକୁ ଭିତରକୁ ଆଣି ଯୀଶୁଙ୍କ ଆଗରେ ରଖିବା ପାଇଁ ଚେଷ୍ଟା କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ପୁଣି ଦେଖ, କେତେକ ଲୋକ ଜଣେ ପକ୍ଷାଘାତ-ରୋଗୀ ମନୁଷ୍ୟକୁ ଖଟିଆରେ ବହିଆଣି ତାହାକୁ ଭିତରକୁ ଘେନିଯିବା ନିମନ୍ତେ ଓ ତାହାଙ୍କ ସମ୍ମୁଖରେ ଥୋଇବା ନିମନ୍ତେ ଚେଷ୍ଟା କରୁଥିଲେ।

Gade chapit la Kopi

ଓଡିଆ ବାଇବେଲ

18 ପୁଣି, ଦେଖ, କେତେକ ଲୋକ ଜଣେ ପକ୍ଷାଘାତରୋଗୀ ମନୁଷ୍ୟକୁ ଖଟିଆରେ ବୋହିଆଣି ତାହାକୁ ଭିତରକୁ ନେଇଯିବା ନିମନ୍ତେ ଓ ତାହାଙ୍କ ସମ୍ମୁଖରେ ଥୋଇବା ନିମନ୍ତେ ଚେଷ୍ଟା କରୁଥିଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

18 କେତେକ ଲୋକ ଜଣେ ପକ୍ଷାଘାତ ରୋଗୀକୁ ତା’ ବିଛଣାରେ ବୋହି ଆଣିଲେ ଏବଂ ତାକୁ ଘର ଭିତରକୁ ଯୀଶୁଙ୍କ ଆଗକୁ ନେଇଯିବା ପାଇଁ ଚେଷ୍ଟା କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ପୁଣି, ଦେଖ, କେତେକ ଲୋକ ଜଣେ ପକ୍ଷାଘାତରୋଗୀ ମନୁଷ୍ୟକୁ ଖଟିଆରେ ବୋହିଆଣି ତାହାକୁ ଭିତରକୁ ନେଇଯିବା ନିମନ୍ତେ ଓ ତାହାଙ୍କ ସମ୍ମୁଖରେ ଥୋଇବା ନିମନ୍ତେ ଚେଷ୍ଟା କରୁଥିଲେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 5:18
6 Referans Kwoze  

ସେଠାରେ ସେ ଏନିୟ ନାମକ ଜଣେ ପକ୍ଷାଘାତ ରୋଗୀକୁ ଦେଖିଲେ। ସେ ଆଠ ବର୍ଷ ଯାଏ ଶଯ୍ୟାଶାୟୀ ଅବସ୍ଥାରେ ପଡ଼ିଥିଲା।


ସମଗ୍ର ସୁରିୟା ଦେଶରେ ତାହାଙ୍କର ସମାଗ୍ଭର ବ୍ୟାପିଗଲା, ଯେଉଁ ଲୋକମାନେ ବିଭିନ୍ନ ରୋଗ ଓ ଭୟଙ୍କର ପୀଡ଼ା ଭୋଗୁଥିଲେ, ଯେଉଁମାନଙ୍କୁ ଭୂତ କବଳିତ କରିଥିଲା, ଯେଉଁମାନେ ମୃର୍ଚ୍ଛାରୋଗୀ ଓ ପକ୍ଷାଘାତରୋଗୀ ଥିଲେ, ସେମାନେ ସମସ୍ତେ ଯୀଶୁଙ୍କ ପାଖକୁ ଆସିବାକୁ ଲାଗିଲେ। ଯୀଶୁ ସେମାନଙ୍କୁ ସୁସ୍ଥ କରିଦେଲେ।


ମୁଁ କିନ୍ତୁ ତୁମ୍ଭମାନଙ୍କୁ ଦେଖାଇ ଦେବି ଯେ, ମନୁଷ୍ୟପୁତ୍ରଙ୍କର ପାପକ୍ଷମା କରିବାର ଶକ୍ତି ଅଛି।” ତେଣୁ ସେ ପକ୍ଷାଘାତ ରୋଗୀଟିକୁ କହିଲେ, “ମୁଁ ତୁମ୍ଭକୁ କହୁଛି: ଠିଆ ହୁଅ। ତୁମ୍ଭର ବିଛଣା ଧର ଓ ଘରକୁ ଯାଅ।”


Swiv nou:

Piblisite


Piblisite